Posted inଜାତୀୟ

ପରୀକ୍ଷା ଦେବାକୁ ପହଞ୍ଚିଲେ ଅଢ଼େଇ ଫୁଟର ଯୁବକ: ସେଲ୍‌ଫି ନେବା ପାଇଁ ଜମିଲା ଭିଡ଼

ପାଟନା,୧୫।୨: ବିହାର ବୋର୍ଡର ଦଶମ ପରୀକ୍ଷା ମଙ୍ଗଳବାର ଅର୍ଥାତ୍‌ ଫେବୃଆରୀ ୧୪ରୁ ଆରମ୍ଭ ହୋଇଛି। ଇତିମଧ୍ୟରେ ମୁଜଫରପୁର ଜିଲାର ଦଶମ ଶ୍ରେଣୀର ୨୨ବର୍ଷୀୟ ଛାତ୍ର ଇନ୍ଦ୍ରଜିତ ଯେତେବେଳେ ପରୀକ୍ଷା ଦେବାକୁ ସ୍କୁଲରେ ପହଞ୍ଚିଥିଲେ। ସେତେବେଳେ ତାଙ୍କ ସହ ସେଲ୍‌ଫି ନେବାକୁ ପିଲାଙ୍କ ଭିଡ଼ ଜମିଥିବା ଦେଖିବାକୁ ମିଳିଥିଲା। କାରଣ ଛାତ୍ର ଇନ୍ଦ୍ରଜିତଙ୍କ ବୟସ ୨୨ ହୋଇଥିବା ବେଳେ କିନ୍ତୁ ସେ ଅଢ଼େଇ ଫୁଟ୍‌ ଲମ୍ବା। ଯାହାକୁ ନେଇ ସେ ଚର୍ଚ୍ଚାର ବିଷୟ ପାଲଟିଛନ୍ତି। ସୂଚନାଯୋଗ୍ୟ, ବୋଚହା ଗାଁରେ ରହୁଥିବା ଇନ୍ଦ୍ରଜିତ ନିଜ ସାଙ୍ଗଙ୍କ ସହ ୨୦କିଲୋମିଟର ଦୂର ରାମ ଦୟାଳୁ ସିଂହ ମହାବିଦ୍ୟାଳୟକୁ ପରୀକ୍ଷା ଦେବାକୁ ପହଞ୍ଚିଥିଲେ। ସେହି ସମୟରେ ଅନ୍ୟ ଛାତ୍ରମାନେ ତାଙ୍କୁ ଦେଖି ତାଙ୍କ ସହିତ ସେଲ୍‌ଫି ନେଇଥିଲେ। ତାଙ୍କ ସହିତ ସ୍କୁଲକୁ ଆସିବାକୁ କେହି ସାଙ୍ଗ ନ ଥିବାରୁ ପାଠପଢ଼ାରେ ବିଳମ୍ବ ହୋଇଥିଲା। ବର୍ତ୍ତମାନ ଇନ୍ଦ୍ରଜିତଙ୍କ ଗାଁରୁ ୩,୪ ଜଣ ଛାତ୍ର ତାଙ୍କ ସହ ଆସୁଥିବାରୁ ସେ ପରୀକ୍ଷା ଦେଉଛନ୍ତି। ପାଠପଢ଼ି ସେ ଭବିଷ୍ୟତରେ କିଛି ହେବାକୁ ଚାହୁଁଛନ୍ତି ବୋଲି ଇନ୍ଦ୍ରଜିତ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ ଆଗରେ ୧୯୫ ରନ୍‌ର ଟାର୍ଗେଟ୍; ଡେବ୍ୟୁ ମ୍ୟାଚ୍‌ରେ ଗୁର୍‌ବାଜଙ୍କ ଧୂଆଁଧାର ଇନିଂସ

ଧର୍ମଶାଳା, ୧୩ା୬: ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଶନିବାର ପ୍ରଥମ ଦିନିକିଆ ମ୍ୟାଚ୍‌ ଖେଳାଯାଇଛି। ବର୍ଷା କାରଣରୁ ମ୍ୟାଚ୍‌କୁ ୨୫ ଓଭରରେ ସୀମିତ ରଖାଯାଇଛି। ରହମାନୁଲା ଗୁରବାଜଙ୍କ…

ବିଲରୁ ଅଚିହ୍ନା ମହିଳାଙ୍କ ମୃତଦେହ ଜବତ

ହାଟଡିହୀ/ଆନନ୍ଦପୁର,୧୩ା୬(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ତରତରା ଅଞ୍ଚଳରୁ ଜଣେ ପ୍ରାୟ ୪୫ ବର୍ଷ ବୟସ୍କା ମହିଳାଙ୍କ ମୃତଦେହ ଏକ ବିଲରୁ ଉଦ୍ଧାର…

କୋଟିଆ ନେରିଡିବାଲସାରେ ହାତୀ ଆତଙ୍କ, ଆନ୍ଧ୍ରରୁ ସିୟୁରା ଆଡ଼କୁ ଆସି…

ପଟାଙ୍ଗି,୧୩ା୬(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତ ସୀମାନ୍ତ ଗ୍ରାମରେ ହାତୀ ଆତଙ୍କରେ ଲୋକେ ଭୟଭୀତ ହୋଇପଡ଼ିଛନ୍ତି। ସୂଚନା ଅନୁଯାୟୀ, ଉକ୍ତ…

ଏହିଦିନ ଟ୍ରମ୍ପଙ୍କୁ ଭେଟିବେ ମୋଦି, ହ଼୍ବାଇଟ ହାଉସର ବଡ଼ ଘୋଷଣା

ଓ଼୍ବାଶିଂଟନ,୧୩।୬: ହ଼୍ବାଇଟ ହାଉସ ଘୋଷଣା କରିଛି ଯେ ଫ୍ରାନ୍ସରେ ଅନୁଷ୍ଠିତ G7 ଶିଖର ସମ୍ମିଳନୀ ଅବସରରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିବେ।…

ଓଲଟିଲା ଜିମ୍ପସନ୍‌ ବୋଝେଇ ହାଇଓ୍ବା, ବିଲ ଭିତରେ ପଡ଼ିଲା ସବୁତକ…

ପାଟଣା,୧୩ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ଢେଙ୍କିକୋଟ ପାଟଣା ୨୨୦ ନମ୍ବର ଜାତୀୟ ରାଜପଥ କୁଆପଶି ରାଇସିମିଲ୍‌ ପୋଖରୀ ନିକଟରେ ଶନିବାର ଏକ ଜିମ୍ପସନ ବୋଝେଇ ଓଡି ୨୧ଟି…

ମନଇଛା ଘରଭଡା ବଢାଇପାରିବେ କି ମାଲିକ? ଓଡ଼ିଶାରେ ଭଡାଘର ଏଗ୍ରିମେଣ୍ଟକୁ ନେଇ ବଦଳିଲା ନିୟମ

ଭୁବନେଶ୍ୱର,୧୩ା୬: ରାଜ୍ୟରେ ଘର ଭଡ଼ା ବ୍ୟବସ୍ଥାକୁ ଆଧୁନିକ ଓ ସ୍ୱଚ୍ଛ କରିବା ଲକ୍ଷ୍ୟରେ ରାଜ୍ୟ ସରକାର ‘ଓଡ଼ିଶା ସହରାଞ୍ଚଳ ଭଡ଼ା ନିୟନ୍ତ୍ରଣ ଅଧିନିୟମ, ୨୦୨୬’ର ଚିଠା ପ୍ରକାଶ…

ପଡ଼ୋଶୀଙ୍କ ଆକ୍ରମଣରେ ଜଣେ ଗୁରୁତର, ଠେଙ୍ଗାମାଡ଼ରେ…

ଦିଗପହଣ୍ଡି,୧୩ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡି. ଆମ୍ବଠା ଗ୍ରାମର ଧ୍ରୁବ ରାଉତ ତାଙ୍କ ପଡ଼ୋଶୀ ଅର୍ଜୁନ ନାହାକଙ୍କୁ ଶନିବାର ସକାଳ ପ୍ରାୟ ସାଢ଼େ…

ନିର୍ମାଣାଧୀନ କାର୍ଯ୍ୟ ପରିଦର୍ଶନ କଲେ ମନ୍ତ୍ରୀ, ସମୀକ୍ଷା କରି କହିଲେ…

ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅନ୍ତର୍ଗତ ରଘୁନାଥପୁର ଛକଠାରେ ନିର୍ମାଣାଧୀନ ରିଙ୍ଗ୍‌ରୋଡ୍‌କୁ ଓଡ଼ିଶା ସରକାରଙ୍କ ଆଇନ, ପୂର୍ତ୍ତ ଓ ଅବକାରୀ ବିଭାଗର ମନ୍ତ୍ରୀ ପୃଥ୍ବୀରାଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri