ଆଲମିରା ଭିତରେ ଲୁଚାଇ ରଖିଥିଲେ ୨୨ ହଜାର ଟଙ୍କିଆ ମଦ, ବିଦେଶରୁ ସାମଗ୍ରୀ ଆଣି ସଜେଇଛନ୍ତି ଘର, ଭିଡିଓ ଦେଖିଲେ…

ଭୁବନେଶ୍ୱର/କେନ୍ଦୁଝର,୬ା୯: କେନ୍ଦୁଝର ଜେଲ୍‌ ସୁପରିଟେଣ୍ଡେଣ୍ଟଙ୍କ ଘରେ ଶୁକ୍ରବାର ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ ଚାଲିଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ କେନ୍ଦୁଝର ଅଫିସ ସମେତ ଭୁବନେଶ୍ୱରରେ ଚଢ଼ାଉ ଚାଲିଛି। ଜିଲା ମୁଖ୍ୟ କାରାଗାରର ସୁପରିଟେଣ୍ଡେଣ୍ଟ ବା ଅଧୀକ୍ଷକ ସତ୍ୟ ପ୍ରକାଶ ସ୍ବାଇଁଙ୍କ କେନ୍ଦୁଝର ସରକାରୀ ବାସଭବନ ସମେତ ଭୁବେନେଶ୍ୱରସ୍ଥିତ ବାସଭବନରେ ଭିଜିଲାନ୍ସ ବିଭାଗ ଏକକାଳୀନ ୬ଟି ସ୍ଥାନରେ ଚଢ଼ାଉ କରିଛି। କେନ୍ଦୁଝର ଅଫିସ ସହ ସରକାରୀ ବାସଭବନ, ଲକ୍ଷ୍ମୀସାଗରରେ ଥିବା ନିଜ ବାସଭବନ ଓ ଶ୍ୱଶୁର ଘର, ଜାଗମରା ବାସଭବନ, ଝାରପଡ଼ା ଜେଲ ପୁରୁଣା କ୍ୱାର୍ଟର, ଭଦ୍ରକର ପୈତୃକ ଘରେ ମଧ୍ୟ ରେଡ୍‌ ଚାଲିଛି। ଆଜି ସକାଳୁ କେନ୍ଦୁଝର ଜେଲ୍‌ରେ ସ୍ଥାନୀୟ ଭିଜିଲାନ୍ସ ଟିମ୍‌ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି।

ସବୁଠୁ ଆଶ୍ଚର୍ଯ୍ୟର କଥା ହେଲା ସଉକିଆ ଅଧିକାରୀଙ୍କ ଚଳଣି ଦେଖି ଭିଜିଲାନ୍ସ ବିଭାଗ ଅଧିକାରୀମାନେ ମଧ୍ୟ ତାଜୁବ ହୋଇଯାଇଛନ୍ତି। ତାଙ୍କ ଘରୁ ଅନେକ ବିଦେଶୀ ସାମଗ୍ରୀ ଜବତ ହୋଇସାରିଲାଣି। ଖାଲି ଏତିକି ନୁହେଁ ବାବୁ ଜଣଙ୍କ ଘରେ ୨୨ ହଜାର ଟଙ୍କିଆ ମଦ ବୋତଲ ଆଲମିରା ଭିତରେ ଲୁଚାଇ ରଖିଥିଲେ। ଏତିସହିତ ଦାମୀ ସୁନା ଗହଣା, ଏକାଧିକ ଦାମୀ ଘଣ୍ଟା ୧୦ଟି ମୋବାଇଲ, ୪ଟି ପାସ୍‌ପୋର୍ଟ ଜବତ ହୋଇଥିବା ବେଳେ ଘରର ସାଜସଜ୍ଜା ପାଇଁ ସେ ଦେଶ ବିଦେଶରୁ ସାମଗ୍ରୀ ଆଣୁଥିଲେ। ଯାହା ଦେଖି ଭିଜିଲାନ୍ସ ଆଖି ଖୋସି ହୋଇପଡ଼ିଛି। ବର୍ତ୍ତମାନ ସୁଦ୍ଧା ଚଢ଼ାଉ ଚାଲିଛି। ଯାଞ୍ଚ ପରେ ମୋଟ୍‌ ସମ୍ପତ୍ତି ଜଣାପଡ଼ିବ ବୋଲି ସ୍ଥାନୀୟ ୟୁନିଟ୍‌ ଡିଏସ୍‌ପି ସୁଧାଂଶୁ ପୂଜାରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଘରୁ ଲକ୍ଷାଧିକ ଟଙ୍କା ଚୋରି ଘଟଣା; ୯୨ ହଜାର ୫ ଶହ ଟଙ୍କା ଜବତ, ୩ ନାବାଳକ କରିଥିଲେ…

ଦିଗପହଣ୍ଡି/ଚିକିଟି,୨୨।୩(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟିପେଣ୍ଠ ଗ୍ରାମ ପଦ୍ମନଗର ୬ଷ୍ଠ ଲେନ ବାସିନ୍ଦା ମଙ୍ଗୁଳୁ ପ୍ରଧାନଙ୍କ ଘରୁ ଚୋରି ଘଟଣାରେ ପୋଲିସକୁ…

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦଘାଟିତ, ତହସିଲଦାର…

ଦିଗପହଣ୍ଡି,୨୨ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ତହସିଲ ଓ ଏନଏସି ପ୍ରଶାସନ ପକ୍ଷରୁ ବଡଖେମୁଣ୍ଡି ହାଇସ୍କୁଲ ପରିସରରେ ଜାତୀୟ ଜନଗଣନା ୨୦୨୭ର…

ତାଲପାଲିପଡା ଶ୍ରୀରାମମନ୍ଦିର ବିଗ୍ରହ ପ୍ରତିଷ୍ଠା ଉତ୍ସବ ଆରମ୍ଭ, ଉତ୍ସବମୁଖର…

ବଲାଙ୍ଗୀର,୨୨ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତାଲପାଲିପଡାରେ ପୁନଃନିର୍ମାଣ ହୋଇଥିବା ଶ୍ରୀରାମମନ୍ଦିରର ବିଗ୍ରହପ୍ରତିଷ୍ଠା ଉତ୍ସବ ରବିବାର ଠାରୁ ଆରମ୍ଭ ହୋଇଯାଇଛି । ଆୟୋଜକ କମିଟି ସହିତ ପଡାର ଶତାଧିକ…

ମଧ୍ୟପ୍ରାଚ୍ୟ ଯୁଦ୍ଧ: ମୋଦିଙ୍କ ଅଧ୍ୟକ୍ଷତାରେ ୩ଘଣ୍ଟା ଧରି ବସିଲା ଉଚ୍ଚସ୍ତରୀୟ ବୈଠକ, ତେଲ-ଗ୍ୟାସ ନେଇ ଦେଲେ ବଡ଼ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ ରବିବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ବସିଥିଲା । ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଅନୁଷ୍ଠିତ ଏହି ଉଚ୍ଚସ୍ତରୀୟ…

ପଞ୍ଜାବ କିଙ୍ଗ୍ସକ ଦଳକୁ ନେଇ ବଡ଼ ମତ ରଖିଲେ ଇର୍ଫାନ ପଠାନ, ଜାଣନ୍ତୁ…

ନୂଆଦିଲ୍ଲୀ,୨୨ା୩: ଭାରତର ପୂର୍ୱତନ ଅଲରାଉଣ୍ଡର ଇର୍ଫାନ ପଠାନଙ୍କ ମତରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ୍‌) ଏବେ ଉଚିତ ଦିଗରେ ଆଗଉଛି। ଦଳ ଅକ୍ସନରେ ଭଲ କରିବା ସହ ଚଳିତ…

ପାରିବାରିକ କଳହର କରୁଣ ପରିଣତି; ଆତ୍ମହତ୍ୟା କଲେ ନବବଧୂ, କାରଣ ଜାଣିଲେ…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଷ୍ଟେଟବ୍ୟାଙ୍କ ସମ୍ମୁଖ ରାମଚନ୍ଦ୍ର ନଗରରେ ରହୁଥିବା ଚନ୍ଦ୍ରମା ଗୌଡ଼ (୨୮)ନାମକ ଜଣେ ନବବଧୂ ଆତ୍ମହତ୍ୟା କରିଥିବା ଜଣାପଡିଛି ।…

ବସ୍‌ରେ ଚାଲାଣ ହେଉଥିଲା କଫସିରଫ: ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୨୨।୩(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ରାମପୁର ଥାନା ପୋଲିସ ରବିବାର ୟ୧୫ ସହ ବୋତଲ କଫସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି…

ବେପରୁଆ ଗାଡି ଚାଳନା, ଚକା ଫାଟି ଭାଙ୍ଗିଲା ଘର କାଚ

ଗଞ୍ଜାମ,୨୨।୩(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ସ୍ଥିତ ଗ୍ରାସୀମ କମ୍ପାନୀକୁ ବିଭିନ୍ନ କାମରେ ଦୈନଦିନ ଶହ ଶହ ଟ୍ରକ ଟ୍ରାକ୍ଟର ଦଶ ଚକିଆ ଭାରୀଯାନ ଯାତାୟତ କରୁଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri