ଆଲମିରା ଭିତରେ ଲୁଚାଇ ରଖିଥିଲେ ୨୨ ହଜାର ଟଙ୍କିଆ ମଦ, ବିଦେଶରୁ ସାମଗ୍ରୀ ଆଣି ସଜେଇଛନ୍ତି ଘର, ଭିଡିଓ ଦେଖିଲେ…

ଭୁବନେଶ୍ୱର/କେନ୍ଦୁଝର,୬ା୯: କେନ୍ଦୁଝର ଜେଲ୍‌ ସୁପରିଟେଣ୍ଡେଣ୍ଟଙ୍କ ଘରେ ଶୁକ୍ରବାର ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ ଚାଲିଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ କେନ୍ଦୁଝର ଅଫିସ ସମେତ ଭୁବନେଶ୍ୱରରେ ଚଢ଼ାଉ ଚାଲିଛି। ଜିଲା ମୁଖ୍ୟ କାରାଗାରର ସୁପରିଟେଣ୍ଡେଣ୍ଟ ବା ଅଧୀକ୍ଷକ ସତ୍ୟ ପ୍ରକାଶ ସ୍ବାଇଁଙ୍କ କେନ୍ଦୁଝର ସରକାରୀ ବାସଭବନ ସମେତ ଭୁବେନେଶ୍ୱରସ୍ଥିତ ବାସଭବନରେ ଭିଜିଲାନ୍ସ ବିଭାଗ ଏକକାଳୀନ ୬ଟି ସ୍ଥାନରେ ଚଢ଼ାଉ କରିଛି। କେନ୍ଦୁଝର ଅଫିସ ସହ ସରକାରୀ ବାସଭବନ, ଲକ୍ଷ୍ମୀସାଗରରେ ଥିବା ନିଜ ବାସଭବନ ଓ ଶ୍ୱଶୁର ଘର, ଜାଗମରା ବାସଭବନ, ଝାରପଡ଼ା ଜେଲ ପୁରୁଣା କ୍ୱାର୍ଟର, ଭଦ୍ରକର ପୈତୃକ ଘରେ ମଧ୍ୟ ରେଡ୍‌ ଚାଲିଛି। ଆଜି ସକାଳୁ କେନ୍ଦୁଝର ଜେଲ୍‌ରେ ସ୍ଥାନୀୟ ଭିଜିଲାନ୍ସ ଟିମ୍‌ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି।

ସବୁଠୁ ଆଶ୍ଚର୍ଯ୍ୟର କଥା ହେଲା ସଉକିଆ ଅଧିକାରୀଙ୍କ ଚଳଣି ଦେଖି ଭିଜିଲାନ୍ସ ବିଭାଗ ଅଧିକାରୀମାନେ ମଧ୍ୟ ତାଜୁବ ହୋଇଯାଇଛନ୍ତି। ତାଙ୍କ ଘରୁ ଅନେକ ବିଦେଶୀ ସାମଗ୍ରୀ ଜବତ ହୋଇସାରିଲାଣି। ଖାଲି ଏତିକି ନୁହେଁ ବାବୁ ଜଣଙ୍କ ଘରେ ୨୨ ହଜାର ଟଙ୍କିଆ ମଦ ବୋତଲ ଆଲମିରା ଭିତରେ ଲୁଚାଇ ରଖିଥିଲେ। ଏତିସହିତ ଦାମୀ ସୁନା ଗହଣା, ଏକାଧିକ ଦାମୀ ଘଣ୍ଟା ୧୦ଟି ମୋବାଇଲ, ୪ଟି ପାସ୍‌ପୋର୍ଟ ଜବତ ହୋଇଥିବା ବେଳେ ଘରର ସାଜସଜ୍ଜା ପାଇଁ ସେ ଦେଶ ବିଦେଶରୁ ସାମଗ୍ରୀ ଆଣୁଥିଲେ। ଯାହା ଦେଖି ଭିଜିଲାନ୍ସ ଆଖି ଖୋସି ହୋଇପଡ଼ିଛି। ବର୍ତ୍ତମାନ ସୁଦ୍ଧା ଚଢ଼ାଉ ଚାଲିଛି। ଯାଞ୍ଚ ପରେ ମୋଟ୍‌ ସମ୍ପତ୍ତି ଜଣାପଡ଼ିବ ବୋଲି ସ୍ଥାନୀୟ ୟୁନିଟ୍‌ ଡିଏସ୍‌ପି ସୁଧାଂଶୁ ପୂଜାରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

ଗଞ୍ଜେଇ ଜବତ, ଜଣେ ଗିରଫ

ମୋହନା, ୫ା୧୨(ମନ୍ମଥ ମିଶ୍ର): ଗଞ୍ଜେଇ ଚୋରାଚାଲାଣ କରୁଥିବା ବେଳେ ଶୁକ୍ରବାର ଜଣେ ବ୍ୟକ୍ତିଙ୍କୁ ମୋହନା ଅବକାରୀ ବିଭାଗ କର୍ମଚାରୀ ଗିରଫ କରି କୋର୍ଟଚାଲାଣ କରିଛନ୍ତି। ସେ...

ରୁଷିକୁଲ୍ୟା ମୁହାଁଣରୁ ୨ ଆନ୍ଧ୍ର ଟ୍ରଲର ଜବତ

ଗଞ୍ଜାମ,୫ା୧୨(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରୁଷିକୁଲ୍ୟା ମୁହାଁଣ ନୋ ଫିସିଙ୍ଗ ଜୋନ୍‌ରୁ ଆନ୍ଧ୍ର ପ୍ରଦେଶର ଦୁଇଟି ଟ୍ରଲରକୁ ଶୁକ୍ରବାର ବନ ବିଭାଗ ଜବତ କରି ମତ୍ସ୍ୟ...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri