୩ ତୈଳ କମ୍ପାନୀକୁ ୨୨,୦୦୦ କୋଟିର ଅନୁଦାନ

ନୂଆଦିଲ୍ଲୀ,୧୩।୧୦: ଦେଶର ପ୍ରମୁଖ ୩ ତୈଳ ବିପଣନକାରୀ କମ୍ପାନୀକୁ କେନ୍ଦ୍ର ସରକାର ଏକକାଳନୀ ୨୨ ହଜାର କୋଟି ଟଙ୍କାର ଅନୁଦାନ ପ୍ରଦାନ ପାଇଁ ଘୋଷଣା କରିଛନ୍ତି। ଏପରିକି ଗତ ୨ ବର୍ଷ ମଧ୍ୟରେ ଘରୋଇ ରନ୍ଧନ ଗ୍ୟାସ୍‌ ଏଲ୍‌ପିଜି ବିକ୍ରିରେ ହୋଇଥିବା ବ୍ୟାପକ କ୍ଷତିର ଭରଣା ପାଇଁ ବୁଧବାର କେନ୍ଦ୍ର କ୍ୟାବିନେଟ୍‌ରେ ସରକାର ଏଭଳି ନିଷ୍ପତ୍ତି ନେଇଥିବା ଜଣାପଡ଼ିଛି। ବିଶେଷକରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ବସିଥିବା କେନ୍ଦ୍ର କ୍ୟାବିନେଟ୍‌ ବୈଠକରେ ଦେଶର ୩ ପ୍ରମୁଖ ତୈଳ ମାର୍କେଟିଂ କମ୍ପାନୀ ଯଥା ଭାରତୀୟ ତୈଳ ନିଗମ ଲିମିଟେଡ୍‌ (ଆଇଓସିଏଲ୍‌), ଭାରତ ପେଟ୍ରୋଲିୟମ କର୍ପୋରେଶନ ଲିମିଟେଡ୍‌ (ବିପିସିଏଲ୍‌) ଏବଂ ହିନ୍ଦୁସ୍ଥାନ ପେଟ୍ରୋଲିୟମ କର୍ପୋରେଶନ ଲିମିଟେଡ୍‌ (ଏଚ୍‌ପିସିଏଲ୍‌)କୁ ଏକକାଳୀନ ଏତେ ପରିମାଣର ଅନୁଦାନକୁ କେନ୍ଦ୍ର କ୍ୟାବିନେଟର ମଞ୍ଜୁରୀ ମିଳିଛି ବୋଲି ମନ୍ତ୍ରୀ ଅନୁରାଗ ଠାକୁର ମତବ୍ୟକ୍ତ କରିଛନ୍ତି। ସେହିଭଳି ୩ଟି ରାଷ୍ଟ୍ରାୟତ୍ତ ଇନ୍ଧନ ଖୁଚୁରା ବ୍ୟବସାୟୀଙ୍କୁ ୨୨,୦୦୦ କୋଟି ଟଙ୍କା ଏକକାଳୀନ ଅନୁଦାନ ପ୍ରଦାନ କରାଯିବ ବୋଲି ଜଣାପଡ଼ିଛି।

ସୂଚନାଯୋଗ୍ୟ, ୨୦୨୦ ଜୁନ୍‌ରୁ ୨୦୨୨ ଜୁନ୍‌ ପର୍ଯ୍ୟନ୍ତ ଉକ୍ତ ତୈଳ କମ୍ପାନୀଗୁଡ଼ିକ ଗ୍ରାହକଙ୍କୁ ଏଲ୍‌ପିଜି ବିକ୍ରୟ ମୂଲ୍ୟରେ କରିଥିବା କ୍ଷତି ପୂରଣ ପାଇଁ ଏହି ଅନୁଦାନ ପ୍ରଦାନ କରାଯାଉଛି। ଏହି ତିନୋଟି ସଂସ୍ଥା ଗ୍ରାହକଙ୍କୁ ସରକାରୀ ନିୟନ୍ତ୍ରିତ ମୂଲ୍ୟରେ ଘରୋଇ ଏଲ୍‌ପିଜି ବିକ୍ରି କରିଛନ୍ତି। ଏପରିକି ଜୁନ୍‌ ୨୦୨୦ ରୁ ୨୦୨୨ ମଧ୍ୟରେ ଏଲ୍‌ପିଜିର ଅନ୍ତର୍ଜାତୀୟ ମୂଲ୍ୟ ପ୍ରାୟ ୩୦୦% ବୃଦ୍ଧି ପାଇଛି।

ସେହିପରି ଅନ୍ତର୍ଜାତୀୟ ଏଲ୍‌ପିଜି ମୂଲ୍ୟରେ ପରିବର୍ତ୍ତନରୁ ଗ୍ରାହକଙ୍କୁ ଅଲଗା କରିବା ପାଇଁ ମୂଲ୍ୟ ବୃଦ୍ଧି ଘରୋଇ ଏଲ୍‌ପିଜି ଗ୍ରାହକଙ୍କୁ ସମ୍ପୂର୍ଣ୍ଣ ରୂପେ ପ୍ରଦାନ କରାଯାଇ ନାହିଁ ବୋଲି ଏକ ସରକାରୀ ବିବୃତିରେ କୁହାଯାଇଛି। ତଦନୁସାରେ ଏହି ସମୟ ମଧ୍ୟରେ ଘରୋଇ ଏଲ୍‌ପିଜି ମୂଲ୍ୟ ମାତ୍ର ୭୨% ବୃଦ୍ଧି ପାଇଛି ବୋଲି ସରକାରଙ୍କ ପକ୍ଷରୁ କୁହାଯାଇଛି। ଏଥିରେ କୁହାଯାଇଛି, ଏହି କ୍ଷତି ସତ୍ତ୍ୱେ ୩ ଟି ରାଷ୍ଟ୍ରାୟତ୍ତ ତୈଳ ବିପଣନ କମ୍ପାନୀ (ପିଏସ୍‌ୟୁ ଓଏମ୍‌ସି) ଦେଶରେ ଏହି ଅତ୍ୟାବଶ୍ୟକ ରନ୍ଧନ ଇନ୍ଧନର ନିରନ୍ତର ଯୋଗାଣ ସୁନିଶ୍ଚିତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ-ପାକିସ୍ତାନ ଫାଇନାଲରେ ମୁହାଁମୁହିଁ ହେବେ କି? ଜାଣନ୍ତୁ ଦୁଇ ଦେଶ ମଧ୍ୟରେ ମ୍ୟାଚ କେବେ ଅନୁଷ୍ଠିତ ହେବ

ନୂଆଦିଲ୍ଲୀ,୨୧।୯: କ୍ରିକେଟରେ ଯେତେବେଳେ ଭାରତ ଓ ପାକିସ୍ତାନ ଦଳ ପରସ୍ପରର ମୁକାବିଲା କରନ୍ତି, ସେତେବେଳେ ଉତ୍ସାହ ଚରମ ସୀମାରେ ପହଞ୍ଚିଯାଏ। ବର୍ତ୍ତମାନ ସମୟରେ ଏହି ଦୁଇ ଦେଶ…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ, ଏମ୍‌ଏମ୍‌ଡିଆର୍‌ ବିଲ୍‌ ପ୍ରତ୍ୟାହାର ପ୍ରସ୍ତାବ ନେଇ ଲୋଡ଼ିଲେ..

ଭୁବନେଶ୍ୱର,୨୧ା୯(ରବିନାରାୟଣ ଜେନା): ଖଣି, ଖଣିଜ ଦ୍ରବ୍ୟ ବିକାଶ ଓ ନିୟନ୍ତ୍ରଣ ଆଇନ (ଏମ୍‌ଏମ୍‌ଡିଆର୍‌) ଆକ୍ଟ ପ୍ରତ୍ୟାହାର ଲାଗି ଗୃହରେ ସର୍ବସମ୍ମତିକ୍ରମେ ଏକ ପ୍ରସ୍ତାବ ପାରିତ କରିବା ଲାଗି…

ଦେହ ବ୍ୟବସାୟରୁ ବର୍ତ୍ତିବା ପାଇଁ କରାଯାଏ ବାଲ୍ୟ ନିର୍ବନ୍ଧ

ଓ୍ବାଡିଆ,୨୧ା୯: ବାଲ୍ୟ ନିର୍ବନ୍ଧ ନା ଦେହ ବ୍ୟବସାୟ। ଗାଁର ବାଳିକାମାନଙ୍କୁ ଏଭଳି ଏକ କଠିନ ପସନ୍ଦର ସମ୍ମୁଖୀନ ହେବାକୁ ପଡ଼ିଥାଏ। ଯେଉଁଠାରେ ଏହି ଅପମାନଜନକ ନାମକରଣ କୌଣସି…

ସ୍ମୃତିଶକ୍ତି ହ୍ରାସର ୬ ବର୍ଷ ପୂର୍ବରୁ ସୂଚନା ଦେବ ସାଧାରଣ ରକ୍ତ ପରୀକ୍ଷା

ୱାଶିଂଟନ,୨୧ା୯: ମାନସିକ ସ୍ମୃତିଶକ୍ତି ହ୍ରାସ ପାଇବା କିମ୍ବା ଆଲଜାଇମର୍ସ ରୋଗର ଲକ୍ଷଣ ପ୍ରକାଶ ପାଇବାର ବହୁ ବର୍ଷ କିମ୍ବା ଦଶନ୍ଧି ପୂର୍ବରୁ ମାନବ ଶରୀରରେ ଏହାର ଜୈବିକ…

ଆଜି ବିଶ୍ୱ ଆଲ୍‌ଜିମର୍ସ ଦିବସ: ଏହି ରୋଗ ହେଲେ ରୋଗୀର…

ଆମେ ସମ୍ମୁଖୀନ ହେଉଥିବା ପ୍ରମୁଖ ସ୍ବାସ୍ଥ୍ୟ ସମସ୍ୟା ମଧ୍ୟରୁ ‘ଆଲ୍‌ଜିମର୍ସ’ ଅନ୍ୟତମ। ଉକ୍ତ ରୋଗରେ ସ୍ମରଣ ଶକ୍ତି ଲୋପ ପାଇଯିବା ହେଉଛି ପ୍ରଧାନ ଲକ୍ଷଣ। ଏହି ରୋଗ…

ଉତ୍ତର ପ୍ରଦେଶର ଆମରୋହାରୁ ନିର୍ବାଚନ ଲଢ଼ିବେ କ୍ରିକେଟର ମହମ୍ମଦ ସାମି? ଭାଇରାଲ ହେଉଛି…

ନୂଆଦିଲ୍ଲୀ,୨୧।୯: ଭାରତୀୟ କ୍ରିକେଟ ଦଳକୁ ପ୍ରତ୍ୟାବର୍ତ୍ତନ ପାଇଁ ଉଦ୍ୟମ କରୁଥିବା ଦ୍ରୁତ ବୋଲର ମହମ୍ମଦ ସାମି ବର୍ତ୍ତମାନ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟିଛନ୍ତି। ତେବେ ଏଥର ଏହି ଚର୍ଚ୍ଚା…

ବୁମରାଙ୍କୁ ନେଇ BCCI ସହ ଅଗରକରଙ୍କ ମଧ୍ୟରେ ମତଭେଦ; ଗାଏକୱାଡ଼ଙ୍କୁ ନେଇ ମଧ୍ୟ ବିବାଦ

ନୂଆଦିଲ୍ଲୀ,୨୧।୯: ଅଜିତ ଅଗରକରଙ୍କୁ ନେଇ ନୂଆ ତଥ୍ୟ ସାମ୍ନାକୁ ଆସୁଛି। ରୋହିତ ଶର୍ମାଙ୍କ ପ୍ରସଙ୍ଗରେ ବିସିସିଆଇ (BCCI)ର ବରିଷ୍ଠ ଅଧିକାରୀ ଏବଂ ଭିଭିଏସ ଲକ୍ଷ୍ମଣଙ୍କ ସହ ମତଭେଦକୁ…

ଧାନ ଫସଲରେ ବ୍ୟାପୁଛି ନଳିପୋକ, ଚକଡ଼ା ରୋଗ, ଚିନ୍ତାରେ ଚାଷୀ

ବରଗଡ଼,୨୧।୯(ପ୍ରେମାନନ୍ଦ ଖମାରୀ): ବର୍ଷା କମିଛି। ଗୁଳୁଗୁଳି ଆରମ୍ଭ ହୋଇଛି। ଏଭଳି ସ୍ଥିତିରେ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଧାନ ଫସଲରେ ନଲିପୋକ (ପତ୍ରପୋଡ଼ା), ଚକଡ଼ା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?