୩ ତୈଳ କମ୍ପାନୀକୁ ୨୨,୦୦୦ କୋଟିର ଅନୁଦାନ

ନୂଆଦିଲ୍ଲୀ,୧୩।୧୦: ଦେଶର ପ୍ରମୁଖ ୩ ତୈଳ ବିପଣନକାରୀ କମ୍ପାନୀକୁ କେନ୍ଦ୍ର ସରକାର ଏକକାଳନୀ ୨୨ ହଜାର କୋଟି ଟଙ୍କାର ଅନୁଦାନ ପ୍ରଦାନ ପାଇଁ ଘୋଷଣା କରିଛନ୍ତି। ଏପରିକି ଗତ ୨ ବର୍ଷ ମଧ୍ୟରେ ଘରୋଇ ରନ୍ଧନ ଗ୍ୟାସ୍‌ ଏଲ୍‌ପିଜି ବିକ୍ରିରେ ହୋଇଥିବା ବ୍ୟାପକ କ୍ଷତିର ଭରଣା ପାଇଁ ବୁଧବାର କେନ୍ଦ୍ର କ୍ୟାବିନେଟ୍‌ରେ ସରକାର ଏଭଳି ନିଷ୍ପତ୍ତି ନେଇଥିବା ଜଣାପଡ଼ିଛି। ବିଶେଷକରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ବସିଥିବା କେନ୍ଦ୍ର କ୍ୟାବିନେଟ୍‌ ବୈଠକରେ ଦେଶର ୩ ପ୍ରମୁଖ ତୈଳ ମାର୍କେଟିଂ କମ୍ପାନୀ ଯଥା ଭାରତୀୟ ତୈଳ ନିଗମ ଲିମିଟେଡ୍‌ (ଆଇଓସିଏଲ୍‌), ଭାରତ ପେଟ୍ରୋଲିୟମ କର୍ପୋରେଶନ ଲିମିଟେଡ୍‌ (ବିପିସିଏଲ୍‌) ଏବଂ ହିନ୍ଦୁସ୍ଥାନ ପେଟ୍ରୋଲିୟମ କର୍ପୋରେଶନ ଲିମିଟେଡ୍‌ (ଏଚ୍‌ପିସିଏଲ୍‌)କୁ ଏକକାଳୀନ ଏତେ ପରିମାଣର ଅନୁଦାନକୁ କେନ୍ଦ୍ର କ୍ୟାବିନେଟର ମଞ୍ଜୁରୀ ମିଳିଛି ବୋଲି ମନ୍ତ୍ରୀ ଅନୁରାଗ ଠାକୁର ମତବ୍ୟକ୍ତ କରିଛନ୍ତି। ସେହିଭଳି ୩ଟି ରାଷ୍ଟ୍ରାୟତ୍ତ ଇନ୍ଧନ ଖୁଚୁରା ବ୍ୟବସାୟୀଙ୍କୁ ୨୨,୦୦୦ କୋଟି ଟଙ୍କା ଏକକାଳୀନ ଅନୁଦାନ ପ୍ରଦାନ କରାଯିବ ବୋଲି ଜଣାପଡ଼ିଛି।

ସୂଚନାଯୋଗ୍ୟ, ୨୦୨୦ ଜୁନ୍‌ରୁ ୨୦୨୨ ଜୁନ୍‌ ପର୍ଯ୍ୟନ୍ତ ଉକ୍ତ ତୈଳ କମ୍ପାନୀଗୁଡ଼ିକ ଗ୍ରାହକଙ୍କୁ ଏଲ୍‌ପିଜି ବିକ୍ରୟ ମୂଲ୍ୟରେ କରିଥିବା କ୍ଷତି ପୂରଣ ପାଇଁ ଏହି ଅନୁଦାନ ପ୍ରଦାନ କରାଯାଉଛି। ଏହି ତିନୋଟି ସଂସ୍ଥା ଗ୍ରାହକଙ୍କୁ ସରକାରୀ ନିୟନ୍ତ୍ରିତ ମୂଲ୍ୟରେ ଘରୋଇ ଏଲ୍‌ପିଜି ବିକ୍ରି କରିଛନ୍ତି। ଏପରିକି ଜୁନ୍‌ ୨୦୨୦ ରୁ ୨୦୨୨ ମଧ୍ୟରେ ଏଲ୍‌ପିଜିର ଅନ୍ତର୍ଜାତୀୟ ମୂଲ୍ୟ ପ୍ରାୟ ୩୦୦% ବୃଦ୍ଧି ପାଇଛି।

ସେହିପରି ଅନ୍ତର୍ଜାତୀୟ ଏଲ୍‌ପିଜି ମୂଲ୍ୟରେ ପରିବର୍ତ୍ତନରୁ ଗ୍ରାହକଙ୍କୁ ଅଲଗା କରିବା ପାଇଁ ମୂଲ୍ୟ ବୃଦ୍ଧି ଘରୋଇ ଏଲ୍‌ପିଜି ଗ୍ରାହକଙ୍କୁ ସମ୍ପୂର୍ଣ୍ଣ ରୂପେ ପ୍ରଦାନ କରାଯାଇ ନାହିଁ ବୋଲି ଏକ ସରକାରୀ ବିବୃତିରେ କୁହାଯାଇଛି। ତଦନୁସାରେ ଏହି ସମୟ ମଧ୍ୟରେ ଘରୋଇ ଏଲ୍‌ପିଜି ମୂଲ୍ୟ ମାତ୍ର ୭୨% ବୃଦ୍ଧି ପାଇଛି ବୋଲି ସରକାରଙ୍କ ପକ୍ଷରୁ କୁହାଯାଇଛି। ଏଥିରେ କୁହାଯାଇଛି, ଏହି କ୍ଷତି ସତ୍ତ୍ୱେ ୩ ଟି ରାଷ୍ଟ୍ରାୟତ୍ତ ତୈଳ ବିପଣନ କମ୍ପାନୀ (ପିଏସ୍‌ୟୁ ଓଏମ୍‌ସି) ଦେଶରେ ଏହି ଅତ୍ୟାବଶ୍ୟକ ରନ୍ଧନ ଇନ୍ଧନର ନିରନ୍ତର ଯୋଗାଣ ସୁନିଶ୍ଚିତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବେଦାନ୍ତ ଆଲୁମିନିୟମରେ ଓ୍ବାର୍ଲଡ ଆର୍ଥ ଡେ

ନୂଆଦିଲ୍ଲୀ,୨୩।୪: ପ୍ରତି ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ବେଦାନ୍ତ ଆଲୁମିନିୟମ ପରିସରରେ ଓ୍ବାର୍ଲଡ ଆର୍ଥ ଡେ ପାଳିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ କମ୍ପାନୀ ପକ୍ଷରୁ...

ଏଏମ୍‌ଏନ୍‌ଏସ୍‌ ଇଣ୍ଡିଆର ନୂତନ ସିଏଚ୍‌ଡି ଉଦ୍‌ଘାଟିତ

ଭୁବନେଶ୍ୱର,୨୩।୪: ଆର୍ସେଲର ମିତ୍ତଲ ନିପ୍ପନ ଷ୍ଟିଲ୍‌ ଇଣ୍ଡିଆ ବା ଏଏମ୍‌ଏନ୍‌ଏସ୍‌ ଇଣ୍ଡିଆ ଲିମିଟେଡର ନୂତନ କମ୍ୟୁନିଟି ହେଲ୍‌ଥ ଡିସ୍‌ପେନ୍‌ସାରି (ସିଏଚ୍‌ଡି) ନିକଟରେ ଉଦ୍‌ଘାଟିତ ହୋଇଯାଇଛି। ଏପରିକି...

ରିଲାଏନ୍ସ ଜିଓର ନେଟ ଲାଭ ୨୦,୪୬୬ କୋଟି

ନୂଆଦିଲ୍ଲୀ,୨୩।୪: ଦେଶର ସର୍ବବୃହତ୍‌ ଦୂରସଞ୍ଚାର ସେବା ପ୍ରଦାନକାରୀ କମ୍ପାନୀ ତଥା ରିଲାଏନ୍ସ ଜିଓ ଇନ୍‌ଫୋକମ ଲିମିଟେଡ୍‌ର ନିର୍ଦ୍ଦେଶକମଣ୍ଡଳୀ ବୈଠକ ସୋମବାର ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ...

‘ଗୁକେଶ ଭବିଷ୍ୟତର ବିଶ୍ୱ ଚାମ୍ପିୟନ’

ନୂଆଦିଲ୍ଲୀ, ୨୩ା୪(ପି.ଟି.): ମର୍ଯ୍ୟାଦାପୂର୍ଣ୍ଣ କ୍ୟାଣ୍ଡିଡେଟ୍ସ ଟୁର୍ନାମେଣ୍ଟ ଜିତି ଭାରତର ଡି. ଗୁକେଶ ଏକ ଐତିହାସିକ ସଫଳତା ହାସଲ କରିଛନ୍ତି। କେବଳ ଚେସ୍‌ ନୁହେଁ ସବୁ ମହଲରେ...

ସୁନା-ରୂପା ମୂଲ୍ୟରେ ବଡ଼ ହ୍ରାସ, ଜାଣନ୍ତୁ ବଜାର ଦାମ୍

ନୂଆଦିଲ୍ଲୀ, ୨୨।୪: ନିକଟ ଅତୀତରେ ଭାରତରେ ସୁନା ଓ ରୂପା ମୂଲ୍ୟରେ ବହୁତ ବୃଦ୍ଧି ଘଟିଛି। କିନ୍ତୁ ସୋମବାର ଏଥିରେ କିଛି ମାତ୍ରାରେ ହ୍ରାସ ପାଇଛି।...

ସର୍ବୋତ୍ତମ ପ୍ରଯୁକ୍ତିକୁ ଗୁରୁତ୍ୱ

ଭୁବନେଶ୍ୱର,୨୨ା୪: ବ୍ରିଜ୍‌ଷ୍ଟୋନ୍‌ ଇଣ୍ଡିଆ ପ୍ରାଇଭେଟ୍‌ ଲିମିଟେଡ୍‌ର ନୂତନ ଉତ୍ପାଦ ‘ତୁରଞ୍ଜା ୬ଆଇ’ର ସର୍ବଭାରତୀୟ ଉନ୍ମୋଚନ ନିକଟରେ ହୋଇଯାଇଛି। ଏପରିକି ଯାତ୍ରୀବାହୀ ଯାନ ସେଗ୍‌ମେଣ୍ଟ ପାଇଁ ବ୍ରାଣ୍ଡ୍‌...

ଶ୍ରୀଲେଦର୍ସ ପ୍ରତିଷ୍ଠାତାଙ୍କ ପ୍ରତିମୂର୍ତ୍ତି ଅନାବରଣ

ଭୁବନେଶ୍ୱର,୨୨ା୪: ଦେଶର ପ୍ରମୁଖ ସୁଜ୍‌ ବ୍ରାଣ୍ଡ୍‌ ଶ୍ରୀଲେଦର୍ସର ପ୍ରତିଷ୍ଠାତା ତଥା ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ ସ୍ବର୍ଗତ ସୁରେଶ ଚନ୍ଦ୍ର ଦେଙ୍କର ୧୧୩ତମ ଜନ୍ମବାର୍ଷିକୀ ରବିବାର ପାଳିତ...

ଶପର୍ସ ଷ୍ଟପ୍‌ ସହ ଆକ୍ସିସ ବ୍ୟାଙ୍କର ସହଭାଗିତା

ଭୁବନେଶ୍ୱର,୨୨ା୪: ଆକ୍ସିସ୍‌ ବ୍ୟାଙ୍କ ଏବଂ ଶପର୍ସ ଷ୍ଟପ୍‌ସ ମଧ୍ୟରେ ଏକ ଦ୍ୱିପାକ୍ଷିକ ସହଭାଗିତା ନିକଟରେ ସ୍ଥାପନ ହୋଇଛି। ଏପରିକି ଉଭୟ ସଂସ୍ଥାର ମିଳିତ ସହଭାଗିତାରେ ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri