୧୪୨ କେନ୍ଦ୍ରରେ ସମ୍ମେଟିଭ୍‌ ପରୀକ୍ଷା ଦେଲେ ୨୨୪୪୨ ଛାତ୍ରୀଛାତ୍ର

କେନ୍ଦୁଝର,୨୩ା୧୧(ସ୍ବ.ପ୍ର.): ମାଟ୍ରିକ ସମ୍ମେଟିଭ୍‌-ଓ୍ବାନ୍‌ ପରୀକ୍ଷା ବୁଧବାରଠାରୁ ଆରମ୍ଭ ହୋଇଛି। କେନ୍ଦୁଝର ଜିଲାରେ ୧୧ଟି ନୋଡାଲ ସେଣ୍ଟରରୁ ଜିଲାର ୩୯ ଡେସ୍‌ପାଚ ଟିମ୍‌ ଦ୍ୱାରା ୧୪୪ଟି ପରୀକ୍ଷା କେନ୍ଦ୍ରକୁ କଡ଼ା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ପ୍ରଶ୍ନପତ୍ର ପଠାଯାଇଛି। ପରୀକ୍ଷା କେନ୍ଦ୍ରରେ ୧୫ ମିନିଟ୍‌ ପୂର୍ବରୁ ପ୍ରଶ୍ନପତ୍ର ସିଲ୍‌ ଖୋଲା ଯାଇଥିଲା। ପରୀକ୍ଷାକୁ ଶୃଙ୍ଖଳିତ ଏବଂ କପି ରୋକିବା ପାଇଁ ସ୍ବତନ୍ତ୍ର ସ୍କ୍ବାଡ୍‌ ଗଠନ କରାଯାଇଛି। ଚଳିତ ବର୍ଷ ୨୪ଟି ସେଣ୍ଟରକୁ ସମ୍ବେଦନଶୀଳ ପରୀକ୍ଷା କେନ୍ଦ୍ର ଭାବେ ଚିହ୍ନଟ କରାଯାଇଛି। ରେଗୁଲାର କୋର୍ସରେ ୧୧ଟି ନୋଡାଲ କେନ୍ଦ୍ରରେ ୪୭୭ଟି ବିଦ୍ୟାଳୟର ମୋଟ୍‌ ୨୩ ହଜାର ୩୭ ଜଣ ଛାତ୍ରୀଛାତ୍ର ପରୀକ୍ଷା ଦେବା ପାଇଁ ନିୟମିତ ପରୀକ୍ଷାର୍ଥୀ ଭାବେ ଫର୍ମପୂରଣ କରିଥିଲେ। ସେଥିମଧ୍ୟରୁ ୨୨୦୯୯ ପରୀକ୍ଷାର୍ଥୀ ପରୀକ୍ଷା ଦେଇଥିବାବେଳେ ୯୩୮ ଜଣ ଅନୁପସ୍ଥିତ ଥିଲେ। ମଧ୍ୟମା ପରୀକ୍ଷାରେ ୨ଟି ନୋଡାଲ ସେଣ୍ଟର ଅଧୀନରେ ୨ଟି କେନ୍ଦ୍ରରେ ୬୧ଜଣ ଛାତ୍ରୀଛାତ୍ର ଫର୍ମପୂରଣ କରିଥିବାବେଳେ ସେଥିମଧ୍ୟରୁ ୫୮ଜଣ ଛାତ୍ରୀଛାତ୍ର ପରୀକ୍ଷା ଦେଇଥିଲେ। ୩ ଜଣ ଛାତ୍ରୀଛାତ୍ର ଅନୁପସ୍ଥିତ ଥିଲେ। ରାଜ୍ୟ ମୁକ୍ତ ବିଦ୍ୟାଳୟରେ ୨ଟି ନୋଡାଲ ସେଣ୍ଟର ଅଧିନରେ ୧୪ଟି ଷ୍ଟଡି ସେଣ୍ଟରରେ ୩୦୭ ଜଣ ଛାତ୍ରୀଛାତ୍ର ଫର୍ମପୂରଣ କରିଥିବା ବେଳେ ୨୮୫ଜଣ ଛାତ୍ରୀଛାତ୍ର ପରୀକ୍ଷା ଦେଇଥିଲେ ଏବଂ ୨୨ ଜଣ ଅନୁପସ୍ଥିତ ଥିଲେ। ଏଥିରେ ପ୍ରତ୍ୟେକ ବିଷୟରେ ୮୦ ମାର୍କର ପରୀକ୍ଷା କରାଯାଉଛି। ୮୦ ମାର୍କ ମଧ୍ୟରୁ ୫୦ ମାର୍କ ସଂକ୍ଷିପ୍ତ ଉତ୍ତରମୂଳକ ଏବଂ ୩୦ ମାର୍କ ଦୀର୍ଘ ଉତ୍ତରମୂଳକ ପ୍ରଶ୍ନ ପଡ଼ିଛି। ପ୍ରଥମ ଦିନରେ ଇଂରାଜୀ ବିଷୟରେ ପରୀକ୍ଷା କରାଯାଇଥିଲା। ଛାତ୍ରୀଛାତ୍ର ୧୦ରୁ ୧୨ ପର୍ଯ୍ୟନ୍ତ ପରୀକ୍ଷା ହୋଇଥିଲା। ୨୫ ତାରିଖରେ ଗଣିତ ପରୀକ୍ଷା ଅନୁଷ୍ଠିତ ହେବ। ମାଟ୍ରିକ ପରୀକ୍ଷାକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ଭାରୀଯାନ ଚଳାଚଳ ଉପରେ କଟକଣା ଲାଗୁ କରାଯାଇଛି। ମାଟ୍ରିକ ପରୀକ୍ଷା ସୁପରିଚାଳନା ଏବଂ ତଦାରଖ ପାଇଁ ନିଜ ନିଜ ଅଞ୍ଚଳର ଉପଜିଲାପାଳ,ବିଡିଓ ଏବଂ ତହସିଲଦାରମାନଙ୍କୁ ଜିଲାପାଳ ଆଦେଶ କରିଛନ୍ତି। ନୋଡାଲ ସେଣ୍ଟରଗୁଡ଼ିକରେ ଜିଲା ଶିକ୍ଷାଧିକାରୀଙ୍କ ପକ୍ଷରୁ ଅବଜରଭର ନିଯୁକ୍ତି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri