୨୪ ଘଣ୍ଟାରେ ୫ ଦୋକାନ ସିଲ୍‌

ଦେବଗଡ଼,୨୯ା୪(ଡି.ଏନ.ଏ.)-ଲକ୍‌ଡାଉନ କଟକଣା ସତ୍ତ୍ୱେ ନିର୍ଦ୍ଧାରିତ ସମୟଠାରୁ ଅଧିକ ସମୟ ଦୋକାନ ଖୋଲା ରଖିବା ଏବଂ କୌଣସି କାମ ନ ଥାଇ ବାହାରେ ବୁଲାବୁଲି କରୁଥିବା ବ୍ୟକ୍ତିମାନଙ୍କ ବିରୋଧରେ କଡ଼ା ଆଭିମୁଖ୍ୟ ଗ୍ରହଣ କରିଛି ଜିଲା ପ୍ରଶାସନ ା ମାସ୍କ ବ୍ୟବହାର କରୁ ନ ଥିବା ବ୍ୟକ୍ତିଙ୍କଠାରୁ ଜିଲା ପ୍ରଶାସନ ପକ୍ଷରୁ ଜରିମାନା ଆଦାୟ ଜୋରଦାର କରାଯାଇଛି ା ଜିଲାପାଳ ସୁଧାଂଶୁ ମୋହନ ସାମଲ ଏବଂ ଏସ୍‌ପି ରାହୁଲ ଜୈନ ଏହା ଉପରେ ନଜର ରଖିଛନ୍ତି ା ଏହି ପରିପ୍ରେକ୍ଷୀରେ ଜିଲାପାଳ ତାଙ୍କ ବାରକୋଟ ଗସ୍ତ ସମୟରେ ଧାର୍ଯ୍ୟ ସମୟ ପରେ ମଧ୍ୟ ୪ଟି ଦୋକାନ ଖୋଲା ଥିବା ଦେଖି ସେଗୁଡିକ ତୁରନ୍ତ ସିଲ୍‌ କରିବାକୁ ବାରକୋଟ ତହସିଲଦାରଙ୍କୁ ନିର୍ଦ୍ଦେଶ ଦେଇଥିଲେ ା ସେହିଭଳି ଦେବଗଡ ସହରର ଏକ ଦୋକାନ ଖୋଲାଥିବା ଦେଖି ଏସ୍‌ପି ଜୈନ ତାକୁ ସିଲ୍‌ କରିବା ପାଇଁ ଦେବଗଡ଼ ତହସିଲଦାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ା ସଂପୃକ୍ତ ଦୋକାନୀମାନଙ୍କ ବିରୋଧରେ ମାମଲା ରୁଜୁ କରାଯାଇଛି ା ଜିଲାର ସମସ୍ତ ଅଞ୍ଚଳରେ ନିୟୋଜିତ ସରଭାଇଲେନ୍ସ ଏବଂ ଏନ୍‌ଫୋର୍ସମେଣ୍ଟ ଟିମ୍‌କୁ ଲକ୍‌ଡାଉନ କଟକଣା ଉଲ୍ଲଂଘନ କରୁଥିବା ବ୍ୟକ୍ତିମାନଙ୍କ ବିରୋଧରେ କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ନିର୍ଦ୍ଦେଶ ଦିଆଯାଇଛି ା


Enter your email to get our daily news in your inbox.

All Right Reserved By Dharitri.Com

କୁକୁର ମୁଁହରୁ ହରିଣକୁ ଉଦ୍ଧାରକଲେ ସରପଞ୍ଚ ପ୍ରତିନିଧି, ଚିକିତ୍ସା ପରେ ବନବିଭାଗକୁ କଲେ ହସ୍ତାନ୍ତର

ଗଞ୍ଜାମ,୩୧ା୧୨(ବିଦ୍ୟାଧର ସାହୁ ): କୁକୁର ମୁଁହରୁ ଆହତ ହରିଣକୁ ଉଦ୍ଧାର କଲେ ମଲାଡ଼ ସରପଞ୍ଚ ପ୍ରତିନିଧି ସୁଦାମ ବେହେରା । ମଲାଡ଼ ପଞ୍ଚାୟତ କାର୍ଯ୍ୟାଳୟ ଠାରୁ...

ଭୋଜି ଖାଇ ୧୦୦ରୁ ଊର୍ଦ୍ଧ୍ୱ ଝାଡ଼ାବାନ୍ତିରେ ଆକ୍ରାନ୍ତ, ଡାକ୍ତର କହିଲେ…

କେସିଙ୍ଗା,୩୧ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବେଲଖଣ୍ଡି ଗ୍ରାମର କଲୋନୀରେ ଏକ ଭୋଜି ଭାତ ଖାଇ ଶତାଧିକ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ କେସିଙ୍ଗା ଗୋଷ୍ଠୀ...

ସୁନ୍ଦରଗଡ଼ରେ ଅଭାବନୀୟ ଘଟଣା, ବାର୍ଷିକ କ୍ରୀଡ଼ାରେ ଦୌଡୁଥିବା ବେଳେ ଟଳିପଡ଼ିଲେ ଛାତ୍ର

ସୁନ୍ଦରଗଡ,୩୧/୧୨(ଜୟ ନାରାୟଣ ମେଣ୍ଡୁଳି): ଆଜି ଅର୍ଥାତ୍ ଡିସେମ୍ବର ୩୧ ତାରିଖ ପୂର୍ବାହ୍ନ ୧୧ଟା ପାଖାପାଖି ସମୟରେ ସୁନ୍ଦରଗଡ ଭବାନୀପୁର ଏକଲବ୍ୟ ମଡେଲ ସ୍କୁଲରେ ଘଟିଛି ଏକ...

ଜରି ଅଖାରେ ଧାନ ନେଲାନି ସୋସାଇଟି, ଚାଷୀ ରାସ୍ତା ଅବରୋଧ କରି…

ବୌଦ୍ଧ,୩୧ା୧୨(ଅଜିତ କୁମାର ବାରିକ): ସୋସାଇଟି ପକ୍ଷରୁ ଜରି ଅଖାରେ ଧାନ ନେବାକୁ ମନା କରାଯିବାରୁ ଏହାର ପ୍ରତିବାଦରେ ଚାଷୀ ରାସ୍ତାରୋକୋ କରିଛନ୍ତି। ସୂଚନା ମୁତାବକ ବୌଦ୍ଧ...

ଅନ୍ୟ ଧର୍ମର ହୋଇଥିବାରୁ ଗାଁ ଶ୍ମଶାନରେ ସମାଧି ଦେବାକୁ ମନା, ପ୍ରଶାସନ ଉପସ୍ଥିତିରେ…

ପାଟଣା,୩୧ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଡୁମୁରିଆ ପଞ୍ଚାୟତ ବାଇଦବଜାରେ ଡିସେମ୍ବର ୧୬ ତାରିଖ ରାତି ୧୨ଟାରେ ଟିବି ରୋଗରେ ଆକ୍ରାନ୍ତ ହୋଇଥିବା ତଥା...

ପ୍ରକଳ୍ପ କାର୍ଯ୍ୟ ତ୍ୱରାନ୍ବିତ କରିବାକୁ ବିଭାଗୀୟ ଅଧିକାରୀଙ୍କୁ ପରାମର୍ଶ ଦେଇ ଜିଲାପାଳ କହିଲେ…

ଧର୍ମଶାଳା,୩୧ା୧୨(ଶିବ ପ୍ରସାଦ ମହାନ୍ତି): ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ମଙ୍ଗଳବାର ଧର୍ମଶାଳା ବିଧାନସଭା ନିର୍ବାଚନ ମଣ୍ଡଳୀ ଉନ୍ନୟନ କମିଟି ବୈଠକ ବିଳମ୍ବିତ ରାତି ପର୍ଯ୍ୟନ୍ତ ଅନୁଷ୍ଠିତ...

ମହମ୍ମଦ ମୋକିମଙ୍କୁ ଭେଟିଲେ ଭଦ୍ରକ ପୌରାଧ୍ୟକ୍ଷା: ସବୁଠି ଚର୍ଚ୍ଚା

ଭଦ୍ରକ,୩୧।୧୨(ସନାତନ ରାଉତ): ମହମ୍ମଦ ମୋକିମଙ୍କୁ ଭେଟିଲେ ଭଦ୍ରକ ପୌରାଧ୍ୟକ୍ଷା ଗୁଲମକି ଦଲୱାଜ। ସାଧୀନ ଭାବେ ଜିତି ବିଜେଡିରେ ଯୋଗ ଦେଇଥିଲେ ଗୁଲମକି। ବର୍ତ୍ତମାନ ଗୁଲମକି ମୋକିମଙ୍କ...

PEOଙ୍କୁ ପଚରାଉଚରା କରୁଛି ଭିଜିଲାନ୍ସ: ଚଢାଉବେଳେ ମିଳିଥିଲା ପୁଳାପୁଳା ଟଙ୍କା

ହାଟଡିହୀ,୩୧l୧୨(ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ପିଇଓ ଜିତେନ୍ଦ୍ର ଜେନାଙ୍କ ଘର, ବ୍ୟବସାୟ ପ୍ରତିଷ୍ଠାନ ଏବଂ କାର୍ଯ୍ୟରତ ପଞ୍ଚାୟତ କାର୍ଯ୍ୟାଳୟ ଉପରେ ଗତ ମଙ୍ଗଳବାରରୁ ଭିଜିଲାନ୍ସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri