ଓଡ଼ିଶାକୁ ୨୨୪୯ କୋଟି ଅନୁମୋଦନ

ଭୁବନେଶ୍ୱର,୧୧ା୩(ବ୍ୟୁରୋ): ୨୦୨୨-୨୩ ଆର୍ଥିକ ବର୍ଷ ପାଇଁ କେନ୍ଦ୍ର ସରକାର ଜଳ ଜୀବନ ମିଶନ (ଜେଜେଏମ୍‌) ଓ ସ୍ବଚ୍ଛ ଭାରତ ମିଶନ( ଏସ୍‌ବିଏମ୍‌)ରେ ଓଡ଼ିଶାକୁ ୨୨୪୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି । ସେଥିରୁ ୨୦୩୬ କୋଟି ଜଳ ଜୀବନ ମିଶନ ପାଇଁ ଅନୁମୋଦନ କରାଯାଇଥିବା ବେଳେ ୨୧୩.୭୧ କୋଟି ଟଙ୍କା ସ୍ବଚ୍ଛ ଭାରତ ମିଶନ ପାଇଁ ଅନୁମୋଦନ କରାଯାଇଛି। କେନ୍ଦ୍ର ଜଳଶକ୍ତି ମିଶନ ମନ୍ତ୍ରୀ ଗଜେନ୍ଦ୍ର ସିଂ ଶେଖାଓ୍ବତ ଓଡ଼ିଶା ସମେତ ୬ଟି ରାଜ୍ୟରେ ଜଳ ଜୀବନ ମିଶନ ଓ ସ୍ବଚ୍ଛ ଭାରତ ମିଶନ ଅଧୀନରେ ହେଉଥିବା ବିଭିନ୍ନ କାର୍ଯ୍ୟକ୍ରମର ସମୀକ୍ଷା କରିଥିଲେ। ବୈଠକରୁ ମିଳିଥିବା ସୂଚନା ମୁତାବକ ଓଡ଼ିଶାରେ ୮୮. ୩୩ ଲକ୍ଷ ପରିବାର ରହିଛନ୍ତି। ସେଥିରୁ ୪୪ ପ୍ରତିଶତ ଅର୍ଥାତ୍‌ ୩୮.୬୨ ଲକ୍ଷ ପରିବାରକୁ ପାଇପ ଯୋଗେ ପାନୀୟ ଜଳ ଯୋଗାଇ ଦିଆଯାଇଛି। ୨୦୧୯ରେ ଯେତେବେଳ ଜଳଜୀବନ ମିଶନ ଆରମ୍ଭ ହୋଇଥିଲା ସେତେବେଳେ ଓଡ଼ିଶାରେ ମାତ୍ର ୪ ପ୍ରତିଶତ ପରିବାରକୁ ପାନୀୟ ଜଳ ଯୋଗାଇ ଦିଆଯାଉଥିଲା। ଏହି ମିଶନ ଆରମ୍ଭରୁ ଏ ପର୍ଯ୍ୟନ୍ତ ୩୫.୫୧ ଲକ୍ଷ ପରିବାରକୁ ପାନୀୟ ଜଳ ଯୋଗାଇ ଦିଆଯାଇ ପାରିଛି ବୋଲି କେନ୍ଦ୍ରମନ୍ତ୍ରୀ କହିଛନ୍ତି। ଗ୍ରାମାଞ୍ଚଳ ଲୋକଙ୍କୁ ପାଇପ ଯୋଗେ ବିଶୁଦ୍ଧ ପାନୀୟ ଜଳ ଯୋଗାଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨୦୧୯ ଅଗଷ୍ଟ ୧୫ ତାରିଖରେ ଜଳ ଜୀବନ ମିଶନ ଆରମ୍ଭ କରିଥିଲେ। ଗତ ଅଢେଇ ବର୍ଷ ହେବ କୋଭିଡ୍‌ କଟକଣା ଯୋଗୁ ଲକ୍‌ଡାଉନ ଓ ଶଟ୍‌ଡାଉନ ସତ୍ତ୍ୱେ ୫.୯୧ କୋଟି ଟ୍ୟାପ ଓ୍ବାଟର ସଂଯୋଗ ଜରିଆରେ ଗ୍ରାମାଞ୍ଚଳରେ ୪୭.୩୯ ପ୍ରତିଶତ ପରିବାରକୁ ବିଶୁଦ୍ଧ ପାନୀୟ ଜଳ ଯୋଗାଇ ଦିଆଯାଇଛି ବୋଲି କେନ୍ଦ୍ରମନ୍ତ୍ରୀ ସିଂ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପରିବାରଲୋକଙ୍କୁ ଅଟକ ରଖି କୋଦାଳରେ ଆକ୍ରମଣ କରିଥିଲେ ଯୁବକ, ବାନ୍ଧିଲା ପୋଲିସ

ଆନନ୍ଦପୁର,୧୭ା୫(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ପୌରପାଳିକା ଫକୀରପୁର ଗ୍ରାମର ପ୍ରଶାନ୍ତ କୁମାର ଦାସ ପରିବାର ଲୋକଙ୍କୁ ଆକ୍ରମଣ କରିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି…

‘୩ ପରୀକ୍ଷା, ଜଣେ ମନ୍ତ୍ରୀ…’ଧର୍ମେନ୍ଦ୍ରଙ୍କୁ କାହିଁକି ବରଖାସ୍ତ କରୁନାହାନ୍ତି ମୋଦି; ବର୍ଷିଲେ…

ନୂଆଦିଲ୍ଲୀ,୧୭।୫: ଲୋକ ସଭାର ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ରବିବାର  ପୁଣି ନିଟ୍‌(NEET) ପେପର ଲିକ୍‌ ମାମଲା ଏବଂ ଶିକ୍ଷା…

ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭରୁ ସମସ୍ୟା, ମଣ୍ଡିକୁ ଧାନ ଆସୁଛି ହେଲେ ଆସୁନାହାନ୍ତି ମିଲର୍ସ

ବରଗଡ଼,୧୭ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବିଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି । ରବିବାର ଏହି ପ୍ରକ୍ରିୟାକୁ ସପ୍ତାହେ ପୂରିବ। ହେଲେ ଆରମ୍ଭରୁ ଏହି ପ୍ରକ୍ରିୟାରେ ଧାନ କିଣାବିକା…

ନଦୀକୁ ଡେଇଁ ଜୀବନ ହାରିଲେ ୮୫ ବର୍ଷୀୟ ଭେଟେରାନ ଫିଲ୍ମ ନିର୍ମାତା, ତାମିଲ ସିନେମାଜଗତ ସ୍ତବ୍ଧ

ହାଇଦ୍ରାବାଦ: ତାମିଲ ସିନେମା ଜଗତରୁ ଏକ ଅତ୍ୟନ୍ତ ଦୁଃଖଦ ଖବର ସାମ୍ନାକୁ ଆସିଛି, ଯାହା ସାରା ଫିଲ୍ମଜଗତକୁ ସ୍ତବ୍ଧ କରିଦେଇଛି। ନିଜର ସ୍ପଷ୍ଟବାଦୀ ମତାମତ ଏବଂ ବିବାଦୀୟ…

ଅଜଣା ଟ୍ରକକୁ ଧକ୍କା ଦେଲା ବାଇକ, ଚାଳକ ମୃତ

ମୋହନା,୧୭ା୫(ମନ୍ମଥ ମିଶ୍ର): ଗଜପତି ଜିଲା ଟାଙ୍କିଲିପଦର ଗାଁ ଛକରେ ଦୁର୍ଘଟଣା । ଟ୍ରକକୁ ଧକ୍କାଦେଲା ବାଇକ୍ । ଦୁର୍ଘଟଣାରେ ଚାଳକଙ୍କର ମୃତ୍ୟୁ ହୋଇଛି । ମୃତ ବାଇକ୍…

ପୂର୍ବ ଶତ୍ରୁତାରୁ ଆକ୍ରମଣ ପ୍ରତି ଆକ୍ରମଣ ଘଟଣା, ଜେଲ୍ ଗଲେ ୩ ଅଭିଯୁକ୍ତ

ଦିଗପହଣ୍ଡି,୧୭ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମୌଳାଭଞ୍ଜା ପଞ୍ଚାୟତ ତିଳେଶ୍ୱର ଗ୍ରାମରେ ଦୁଇ ପଡୋଶୀଙ୍କ ମଧ୍ୟରେ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଗତ ଶୁକ୍ରବାର ରାତିରେ…

ଚାଷଜମିରେ କାମ କରୁଥିବା ବେଳେ ଟଳିପଡିଲେ, ଅଂଶୁଘାତରେ ଚାଲିଗଲା ଜୀବନ

ଦିଗପହଣ୍ଡି,୧୭ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତ ଝରିପଦର ଗ୍ରାମ ହନୁମାନ ମନ୍ଦିର ସାହିର ରଘୁନାଥ ଗୌଡ଼(୪୨) ରବିବାର ମଧ୍ୟାହ୍ନରେ ଅଂଶୁଘାତରେ…

ପୂର୍ବତନ ସମିତିସଭ୍ୟଙ୍କ ଘରେ ଚାଲିଥିଲା ଦେଶୀମଦ ଭାଟି, ଚଢ଼ାଉ କରି ଭାଙ୍ଗିଲା ପୋଲିସ

ନନ୍ଦପୁର,୧୭ା୫(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ଥାନା ଅଧୀନ ଲମତାପୁଟ ବ୍ଲକର ବନମାଳିପୁଟ ଗ୍ରାମପଞ୍ଚାୟତର ପୂର୍ବତନ ସମିତିସଭ୍ୟ ରମେଶ ବିଶୋଇଙ୍କ ଭିମାରୀପୁଟ ସ୍ଥିତ ଘରେ ସ୍ଥାପିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri