ରାଜ୍ୟରେ ୨୨୫ କରୋନା ଆକ୍ରାନ୍ତ ଚିହ୍ନଟ: ୨ ମୃତ

ଭୁବନେଶ୍ୱର,୧୨।୧(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ୨୨୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ୨ ଜଣଙ୍କ ମୃତ୍ୟୁ ଘଟିଛି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୧୩୧ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୯୪ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୩୨ ହଜାର ୩୩୧ରେ ପହଞ୍ଚିଛି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ସୁନ୍ଦରଗଡ଼ ଜିଲାରୁ ସର୍ବାଧିକ ୩୮ ଥିବା ବେଳେ ଅନୁଗୋଳରୁ ୧୫, ବାଲେଶ୍ୱରରୁ ୧୪, ବରଗଡ଼ରୁ ୧୬, ଭଦ୍ରକରୁ ୧ , ବଲାଙ୍ଗୀରରୁ ୧୬, ବୌଦ୍ଧରୁ ୧, କଟକରୁ ୩, ଦେବଗଡ଼ରୁ ୫, ଗଜପତିରୁ ୪, ଓ ଗଞ୍ଜାମରୁ ୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିଭଳି ଜଗତ୍‌ସିଂହପୁରରୁ ୨, ଯାଜପୁରର ୫, ଝାରସୁଗୁଡ଼ାରୁ ୧୫, କଳାହାଣ୍ଡିରୁ ୬, କନ୍ଧମାଳରୁ ୧, କେନ୍ଦୁଝରରୁ ୧୧, ଖୋର୍ଦ୍ଧାରୁ ୧୫, ମୟୂରଭଞ୍ଜରୁ ୧୦ ଆକ୍ରାନ୍ତ ରହିଛନ୍ତି। ଅନ୍ୟପକ୍ଷରେ ନୟାଗଡ଼ରୁ ୨, ନୂଆପଡ଼ାରୁ ୫, ପୁରୀରୁ ୧୫, ରାୟଗଡ଼ାରୁ ୩, ସମ୍ବଲପୁରରୁ ୧୫ , ସୁବର୍ଣ୍ଣପୁରରୁ ୩, ଓ ଷ୍ଟେଟ୍‌ ପୁଲ୍‌ରୁ ୩ ଆକ୍ରାନ୍ତ ଅଛନ୍ତି।
ସେହପରି ରାଜ୍ୟରେ କରୋନା ଆଉ ୨ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୧,୮୯୪କୁ ବୃଦ୍ଧି ହୋଇଛି। ଏ ନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ମୃତକ ଦ୍ୱୟ ଗଞ୍ଜାମ ଓ ଖୋର୍ଦ୍ଧା ଜିଲାର।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri