Posted inଖେଳ

କଳିଙ୍ଗ ଫୁଟବଲ ଏକାଡେମୀ ବିଜୟୀ

ଭୁବନେଶ୍ୱର, ୨୩।୪(କ୍ରୀଡ଼ା ପ୍ରତିନିଧି)- ଯାଜପୁର କଳିଙ୍ଗ ନଗରସ୍ଥିତ କଳିଙ୍ଗ ଫୁଟବଲ ଏକାଡେମୀ (କେଏଫଏ) ପ୍ରଥମଥରପାଇଁ ୧୫ ବର୍ଷରୁ କମ୍‌ ହିରୋ ଆଇ-ଲିଗ୍‌ ଫୁଟବଲ ଟୁର୍ନାମେଣ୍ଟରେ ଅଂଶଗ୍ରହଣ କରିଛି। ଜାମସେଦପୁରଠାରେ ସୋମବାର ଅନୁଷ୍ଠିତ ପ୍ରଥମ ମ୍ୟାଚରେ ଦଳ ଜାମସେଦପୁର ଫୁଟବଲ ଏକାଡେମୀ (ଜେଏଫସି)କୁ ୨-୧ ଗୋଲରେ ପରାସ୍ତ କରିଛି। ବିଜୟୀ ଦଳ ପକ୍ଷରୁ ଅବଦୁର ରହମନ ଓ ତୁଶାର ବାହାଦୂର ରଣା ଗୋଲ ଦେଇଥିଲେ। ଏହି ଦଳ ସୁପ୍ରସନ୍ନ ନାୟକ, ସୁଶାନ୍ତ ମହାନ୍ତି ଓ ଗୀତାଞ୍ଜଳି ଖୁଣ୍ଟିଆଙ୍କଦ୍ୱାରା ପ୍ରଶିକ୍ଷଣପ୍ରାପ୍ତ। ଟିମ୍‌ ମ୍ୟାନେଜରଭାବେ ସେଶୁକାନ୍ତ ଛେତ୍ରୀ ଦଳସହ ଯାତ୍ରା କରିଛନ୍ତି। କେଏଫଏ ଏହାର ପରବର୍ତ୍ତୀ ମ୍ୟାଚ ୨୪ରେ ଧାନବାଦ ଫୁଟବଲ ଏକାଡେମୀ (ଡିଏଫଏ) ବିପକ୍ଷରେ ଖେଳିବ। ଏଥିରେ ଭାଗ ନେଇଥିବା ଫାଓ ଏକାଡେମୀ କିନ୍ତୁ ନିଜର ପ୍ରଥମ ମ୍ୟାଚ ହାରି ଯାଇଛି। ଏହି ଦଳ ଧାନବାଦ ଫୁଟବଲ ଏକାଡେମୀଠାରୁ ୦-୩ ଗୋଲରେ ପରାସ୍ତ ହୋଇଛି। ୨୪ ତାରିଖରେ ଫାଓ ଏହାର ପରବର୍ତ୍ତୀ ମ୍ୟାଚରେ ଜାମସେଦପୁର ଏଫସିକୁ ଭେଟିବ।


All Right Reserved By

Posted inଖେଳ

ଚୂଡ଼ାନ୍ତ କ୍ଲବ ତାଲିକା ବାଛିବ ୫ ଜଣିଆ କମିଟି ଓସିଏ ସଦସ୍ୟତା ନେଇ ପ୍ରକ୍ରିୟା ଆରମ୍ଭ

ଭୁବନେଶ୍ୱର, ୧୯ା୮ (ସ୍ପୋଟର୍‌ସ ବ୍ୟୁରୋ)- ଓଡ଼ିଶା କ୍ରିକେଟ୍‌ ଆସୋସିଏଶନ (ଓସିଏ)ର ନିର୍ବାଚନ ଆସନ୍ତା ମାସରେ ହେବାକୁ ଥିବାବେଳେ ଏହାକୁ ନେଇ ଏବେ ତତ୍ପରତା ପ୍ରକାଶ ପାଇଛି।...

ଭାରତ ଜିତିଲା ଅଲିମ୍ପିକ ପୁରୁଷ ହକି ଟେଷ୍ଟ

ଟୋକିଓ,୨୧।୮(ପି.ଟି.): ଭାରତୀୟ ପୁରୁଷ ହକି ଦଳ ବୁଧବାର ନ୍ୟୁଜିଲାଣ୍ଡକୁ ୫-୦ ଗୋଲରେ ହରାଇ ଏଠାରେ ଚାଲିଥିବା ଅଲିମ୍ପିକ୍‌ ଟେଷ୍ଟ ଇଭେଣ୍ଟକୁ ଜିତିଛି। ଏଥିସହ ଲିଗ୍‌ ପର୍ଯ୍ୟାୟରେ...

ଶାହାଜାଦ୍‌ଙ୍କ ଶତକ: ସିରିଜ ଡ୍ର’ କଲା ଆଫଗାନିସ୍ତାନ

ବେଲ୍‌ଫାଷ୍ଟ, ୨୨।୫- ଘରୋଇ ଆୟର୍ଲାଣ୍ଡ ବିପକ୍ଷରେ ମଙ୍ଗଳବାର ଏଠାରେ ଖେଳାଯାଇଥିବା ଅନ୍ତିମ ତଥା ୨ୟ ଦିନିକିଆ ମ୍ୟାଚ୍‌କୁ ଆଫଗାନିସ୍ତାନ ୧୨୬ ରନରେ ଜିତିନେଇଛି। ଏଥିସହ ଦୁଇ...

ଅତୁଟ ୩ ଭାରତୀୟ ରେକର୍ଡ

କ୍ରିକେଟର ମହାକୁମ୍ଭ ଆଇସିସି ବିଶ୍ୱକପ୍‌ ଆରମ୍ଭ ହୋଇଯାଇଛି। ଆଗାମୀ ଦେଢ଼ମାସ ଧରି ଗ୍ରେଟ୍‌ ବ୍ରିଟେନର ୧୧ଟି ଷ୍ଟାଡିୟମରେ ବିଶ୍ୱକପ୍‌ ଟ୍ରଫି ଲାଗି ୧୦ ଦଳ ମଧ୍ୟରେ...

ରାଜ୍ୟଗୋଷ୍ଠୀ ଟେବୁଲ ଟେନିସ: ସିଙ୍ଗଲ୍ସ ଇଭେଣ୍ଟର ମୁଖ୍ୟ ଡ୍ର’ରେ ଭାରତର ୨୪

କଟକ ଅଫିସ,୨୧ା୭- ଜବାହରଲାଲ ନେହେରୁ ଇନଡୋର ଷ୍ଟାଡିୟମରେ ଚାଲିଥିବା ୨୧ତମ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଶନିବାର ସିଙ୍ଗଲ୍ସ ଇଭେଣ୍ଟର ଯୋଗ୍ୟତା ପର୍ଯ୍ୟାୟ ମ୍ୟାଚ୍‌ ଖେଳାଯାଇଛି। ଆୟୋଜକ ଭାରତର...

ଆଇସିସି ବିଶ୍ୱକପ୍‌: ଭାରତ- ଓ୍ବେଷ୍ଟଇଣ୍ଡିଜ ମୁକାବିଲା

ମାଞ୍ଚେଷ୍ଟର, ୨୭।୬(ପି.ଟି.)- ଚଳିତ ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି) ବିଶ୍ୱକପ୍‌ରେ ବିରାଟ କୋହଲିଙ୍କ ନେତୃତ୍ୱାଧୀନ ଭାରତ ତା’ର ଷଷ୍ଠ ଲିଗ୍‌ ପର୍ଯ୍ୟାୟ ମ୍ୟାଚ୍‌ରେ ବିପଜ୍ଜନକ ଓ୍ବେଷ୍ଟଇଣ୍ଡିକୁ...

ନଟିଂହାମଶାୟର ପକ୍ଷରୁ ଖେଳିବେ ଅଶ୍ୱିନ

ନୂଆଦିଲ୍ଲୀ, ୧୯ା୫(ପିଟି)- ସିନିୟର ଭାରତୀୟ ସ୍ପିନର ରବିଚନ୍ଦ୍ରନ ଅଶ୍ୱିନ ଇଂଲଣ୍ଡ କାଉଣ୍ଟି ଦଳ ନଟିଂହାମଶାୟର ପାଇଁ ଖେଳିବେ। ଚଳିତ ସିଜନରେ ସେ ନଟିଂହାମ ପାଇଁ ୬...

ଆଇସିସି ବିଶ୍ୱକପ୍‌: ଇଂଲଣ୍ଡର ଅଷ୍ଟ୍ରେଲିଆ ପରୀକ୍ଷା

ଲଣ୍ଡନ,୨୫।୬(ଏଏଫ୍‌ପି)- ଚଳିତ ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି) ବିଶ୍ୱକପ୍‌ରେ ମଙ୍ଗଳବାର ଦୁଇ ପାରିମ୍ପରିକ ପ୍ରତିଦ୍ୱନ୍ଦ୍ୱୀ ତଥା ଫେଭରାଇଟ ଦଳ ଇଂଲଣ୍ଡ ଓ ଅଷ୍ଟ୍ରେଲିଆ ମୁହଁାମୁହିଁ ହେବାକୁ...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *