ଖୁବଶୀଘ୍ର ପୂରଣ ହେବ ୨୨,୮୯୬ ପଦବୀ, ଅଗଷ୍ଟ ୩୧ ସୁଦ୍ଧା ପ୍ରକ୍ରିୟା ସାରିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୭ା୮: ଓଡ଼ିଶା ସରକାର ୧୦ଟି ବିଭାଗରେ ଖାଲି ପଡ଼ିଥିବା ଗ୍ରୁପ୍ ‘ସି’ ଶ୍ରେଣୀର ୨୨,୮୯୬ଟି ପଦବୀ ଖୁବଶୀଘ୍ର ପୂରଣ କରିବାକୁ ନିଷ୍ପତ୍ତି ନେଇଛନ୍ତି। ମୁଖ୍ୟ ସଚିବ ଏହି ନିଯୁକ୍ତି ପ୍ରକ୍ରିୟା ୨୦୨୫ ଅଗଷ୍ଟ ୩୧ ସୁଦ୍ଧା ସମ୍ପୂର୍ଣ୍ଣ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।

ସୂଚନା ଅନୁଯାୟୀ, ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗରେ ସର୍ବାଧିକ ୮,୩୫୮ଟି ପଦବୀ ପୂରଣ ହେବ। ଏହା ସହିତ ପଞ୍ଚାୟତିରାଜ ବିଭାଗରେ ୪,୦୪୨ଟି ଏବଂ ସ୍ବାସ୍ଥ୍ୟ ବିଭାଗରେ ୩,୬୭୭ଟି ପଦବୀ ପୂରଣ କରାଯିବ। ବର୍ତ୍ତମାନ ୧୦ଟି ବିଭାଗରେ ମୋଟ ୪୪,୯୦୯ଟି ପଦବୀ ଖାଲି ପଡ଼ିଥିବା ଜଣାପଡ଼ିଛି, ଯେଉଁଥିରୁ ପ୍ରଥମ ପର୍ଯ୍ୟାୟରେ ୨୨,୮୯୬ଟି ପଦବୀ ପୂରଣ ପାଇଁ ପଦକ୍ଷେପ ନିଆଯାଉଛି।

ଏହି ନିଯୁକ୍ତି ପ୍ରକ୍ରିୟା ରାଜ୍ୟରେ ବେକାରୀ ସମସ୍ୟା ହ୍ରାସ କରିବା ସହିତ ବିଭିନ୍ନ ବିଭାଗରେ ସେବାର ଗୁଣବତ୍ତା ବୃଦ୍ଧି କରିବ ବୋଲି ଆଶା କରାଯାଉଛି। ମୁଖ୍ୟ ସଚିବଙ୍କ ନିର୍ଦ୍ଦେଶ ଅନୁଯାୟୀ, ସମସ୍ତ ବିଭାଗକୁ ନିଯୁକ୍ତି ପ୍ରକ୍ରିୟାକୁ ତ୍ୱରାନ୍ବିତ କରିବାକୁ କୁହାଯାଇଛି।

ଏହି ଘୋଷଣା ରାଜ୍ୟର ବେକାର ଯୁବକମାନଙ୍କ ମଧ୍ୟରେ ଆଶାର ସଞ୍ଚାର କରିଛି। ନିଯୁକ୍ତି ପ୍ରକ୍ରିୟା ସମ୍ପର୍କରେ ଅଧିକ ସୂଚନା ପାଇଁ ସମ୍ପୃକ୍ତ ବିଭାଗର ଅଫିସିଆଲ ଓ୍ୱେବସାଇଟ ଦେଖିବାକୁ ପରାମର୍ଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ରାପଡ଼ା: ୨୧ ବର୍ଷ ପରେ କାର୍ଯ୍ୟାନୁଷ୍ଠାନ; ୩ ବାଂଲାଦେଶୀଙ୍କୁ ଦେଶାନ୍ତର କଲା ଜିଲା ପ୍ରଶାସନ

କେନ୍ଦ୍ରାପଡ଼ା, ୩୦ା୧ (ଜଗନ୍ନାଥ ଧଳ): ଦୀର୍ଘ ୨୧ ବର୍ଷ ପରେ କେନ୍ଦ୍ରାପଡ଼ା ଜିଲାରେ ଅନୁପ୍ରବେଶକାରୀଙ୍କ ଉପରେ କଠୋର କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ୩ ଜଣ ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ଜିଲା…

କୈଳାସ ସାହୁଙ୍କୁ ଗଳା କାଟି ହତ୍ୟା, ପହଞ୍ଚିଲା ବିଷମ କଟକ ପୋଲିସ… 

ବିଷମ କଟକ, ୩୦।୧(ପ୍ରସନ୍ନ କୁମାର ପଣ୍ଡା): ରାୟଗଡା ଜିଲା ବିଷମ କଟକ ସଦର ସ୍ଥିତ ବ୍ରାହ୍ମଣ ସାହି ନିବାସୀ କୈଳାସ ଚନ୍ଦ୍ରଙ୍କୁ କେହି ଦୁର୍ବୃତ୍ତ ଗଳା କାଟି…

ଅଭିଯୋଗ ଆଣିଲେ ଏମ୍‌ପି:ଦେଶର ଅର୍ଥନୈତିକ ଅଭିବୃଦ୍ଧି ଚିନ୍ତାଜନକ; ଗ୍ରାମୀଣ ବିକାଶକୁ ଅଣଦେଖା, ବଡ଼ ବଡ଼ …

ରାୟଗଡ଼ା,୩୦।୧(ଆଶିଷ ରଞ୍ଜନ ପଣ୍ଡା): ଆର୍ଥିକ ସର୍ବେକ୍ଷଣ ୨୦୨୫-୨୬ ଅନୁସାରେ ଭାରତର ଅର୍ଥନୈତିକ ଅଭିବୃଦ୍ଧି ପ୍ରାୟ ୭% ରହିବାର ପୂର୍ବାନୁମାନ କରାଯାଇଛି। ଯାହା ବିଶ୍ୱସ୍ତରୀୟ ଅନିଶ୍ଚିତତା ସତ୍ୱେ ଦେଶର ସାମଗ୍ରିକ…

ସରକାରଙ୍କ ବଡ଼ ଘୋଷଣା : ଝାରବନ୍ଧ ଓଡ଼ିଶାର ପ୍ରଥମ ଦୁଗ୍ଧ ଗ୍ରାମ; ସମୃଦ୍ଧି, ସଶକ୍ତିକରଣ ସ୍ଥାୟୀ ଗ୍ରାମୀଣ ବିକାଶର…

ବରଗଡ଼, ୩୦।୧( ପ୍ରେମାନନ୍ଦ ଖମାରୀ) – ସାମୁହିକ ପ୍ରଚେଷ୍ଟାରେ ଗ୍ରାମୀଣ ଅର୍ଥନୀତିକୁ ସୁଦୃଢ଼ କରିବା ଦିଗରେ ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଅନ୍ତର୍ଗତ ଉପାନ୍ତ ଝାରବନ୍ଧ ଦୁଗ୍ଧ…

ଗୁଣପୁର-ବିଷମକଟକ ବିଧାନସଭା ଆସନ ଉପରେ ଭାଜପାର ଫୋକସ୍‌: ପୂର୍ବତନ ଜିଲା ପରିଷଦ ଦମ୍ପତିଙ୍କ ପୁଅ ମିଶିଲେ ଭାଜପାରେ

ରାୟଗଡ଼ା,୩୧।୧(ଆଶିଷ ରଞ୍ଜନ ପଣ୍ଡା): ୨୦୨୪ ସାଧାରଣ ନିର୍ବାଚନ ପରେ ରାଜ୍ୟରେ ଭାଜପା ଏକାକୀ ସରକାର ଗଠନ କରିବା ପରେ ଜିଲାରେ ସକ୍ରିୟ ହୋଇଛନ୍ତି ଭାଜପା କାର୍ଯ୍ୟକର୍ତ୍ତା। ଆଗାମୀ…

ଋଷିମାଳରେ କନ୍ଧମାଳ ଜିଲାପାଳ: ବ୍ରାହ୍ମଣୀଗାଁର ବିଭିନ୍ନ ଉନ୍ନୟନ କାର୍ଯ୍ୟ ଦେଖିଲେ

ଦାରିଙ୍ଗବାଡି,୩୦।୧(ଅରୁଣ ସାହୁ): କନ୍ଧମାଳ ଜିଲାପାଳ ବେଦ ଭୂଷଣ ଶୁକ୍ରବାର ଅପରାହ୍ନରେ ହଟାତ ଦାରିଙ୍ଗବାଡି ଗସ୍ତରେ ଆସିଥିଲେ। ସେ ଉକ୍ତ ବ୍ଲକର ଦୁର୍ଗମ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳ ହାତୀମୁଣ୍ଡା…

ଗଲା ଗୋଟିଏ ପରେ ଗୋଟିଏ ଜୀବନ: ୫ ମଇଁଷି ମୃତ

ଖଜୁରିପଡ଼ା,୩୦ା୧ ( ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ଅନ୍ତର୍ଗତ ଚାରିପଡ଼ା ଗ୍ରାମରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ୫ଟି ମଇଁଷିଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ବିଦ୍ୟୁତ୍‌ ଖୁଣ୍ଟରୁ…

ପ୍ରବୋଧନ ତାଲିମ: ୨୯୪ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ…

ଦିଗପହଣ୍ଡି,୩୦ା୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଓଡିଶା ପାଠ୍ୟକ୍ରମ ଆଧାର ବିଦ୍ୟାଳୟ ଶିକ୍ଷା-୨୦୨୫ ଓ ୨୦୨୦ ଜାତୀୟ ଶିକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri