ଖୁବଶୀଘ୍ର ପୂରଣ ହେବ ୨୨,୮୯୬ ପଦବୀ, ଅଗଷ୍ଟ ୩୧ ସୁଦ୍ଧା ପ୍ରକ୍ରିୟା ସାରିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୭ା୮: ଓଡ଼ିଶା ସରକାର ୧୦ଟି ବିଭାଗରେ ଖାଲି ପଡ଼ିଥିବା ଗ୍ରୁପ୍ ‘ସି’ ଶ୍ରେଣୀର ୨୨,୮୯୬ଟି ପଦବୀ ଖୁବଶୀଘ୍ର ପୂରଣ କରିବାକୁ ନିଷ୍ପତ୍ତି ନେଇଛନ୍ତି। ମୁଖ୍ୟ ସଚିବ ଏହି ନିଯୁକ୍ତି ପ୍ରକ୍ରିୟା ୨୦୨୫ ଅଗଷ୍ଟ ୩୧ ସୁଦ୍ଧା ସମ୍ପୂର୍ଣ୍ଣ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।

ସୂଚନା ଅନୁଯାୟୀ, ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗରେ ସର୍ବାଧିକ ୮,୩୫୮ଟି ପଦବୀ ପୂରଣ ହେବ। ଏହା ସହିତ ପଞ୍ଚାୟତିରାଜ ବିଭାଗରେ ୪,୦୪୨ଟି ଏବଂ ସ୍ବାସ୍ଥ୍ୟ ବିଭାଗରେ ୩,୬୭୭ଟି ପଦବୀ ପୂରଣ କରାଯିବ। ବର୍ତ୍ତମାନ ୧୦ଟି ବିଭାଗରେ ମୋଟ ୪୪,୯୦୯ଟି ପଦବୀ ଖାଲି ପଡ଼ିଥିବା ଜଣାପଡ଼ିଛି, ଯେଉଁଥିରୁ ପ୍ରଥମ ପର୍ଯ୍ୟାୟରେ ୨୨,୮୯୬ଟି ପଦବୀ ପୂରଣ ପାଇଁ ପଦକ୍ଷେପ ନିଆଯାଉଛି।

ଏହି ନିଯୁକ୍ତି ପ୍ରକ୍ରିୟା ରାଜ୍ୟରେ ବେକାରୀ ସମସ୍ୟା ହ୍ରାସ କରିବା ସହିତ ବିଭିନ୍ନ ବିଭାଗରେ ସେବାର ଗୁଣବତ୍ତା ବୃଦ୍ଧି କରିବ ବୋଲି ଆଶା କରାଯାଉଛି। ମୁଖ୍ୟ ସଚିବଙ୍କ ନିର୍ଦ୍ଦେଶ ଅନୁଯାୟୀ, ସମସ୍ତ ବିଭାଗକୁ ନିଯୁକ୍ତି ପ୍ରକ୍ରିୟାକୁ ତ୍ୱରାନ୍ବିତ କରିବାକୁ କୁହାଯାଇଛି।

ଏହି ଘୋଷଣା ରାଜ୍ୟର ବେକାର ଯୁବକମାନଙ୍କ ମଧ୍ୟରେ ଆଶାର ସଞ୍ଚାର କରିଛି। ନିଯୁକ୍ତି ପ୍ରକ୍ରିୟା ସମ୍ପର୍କରେ ଅଧିକ ସୂଚନା ପାଇଁ ସମ୍ପୃକ୍ତ ବିଭାଗର ଅଫିସିଆଲ ଓ୍ୱେବସାଇଟ ଦେଖିବାକୁ ପରାମର୍ଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜନଗଣନାରୁ ଫେରୁଥିଲେ, ଜନତା ଲେନ୍‌ରେ ସ୍କୁଟିକୁ ଧକ୍କା ଦେଲା କାର୍‌; ଛିଟିକି ପଡ଼ି ଶିକ୍ଷୟତ୍ରୀ…

ଦିଗପହଣ୍ଡି,୧।୫(ଅଶେଷ ନାଥ ମିଶ୍ର): ଜନଗଣନାରୁ ଫେରୁଥିଲେ। ଶିକ୍ଷୟତ୍ରୀଙ୍କ ସ୍କୁଟିକୁ କାର୍‌ ଧକ୍କା ଦେବାରୁ ସେ ଗୁରୁତର ହୋଇଛନ୍ତି। ଏଭଳି ଏକ ଘଟଣା ଘଟିଛି ଗଞ୍ଜାମ ଜିଲା ଦିଗପହଣ୍ଡିରେ।…

ଶ୍ରମିକ ଦିବସରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ବଢ଼ିଲା…

ଭୁବନେଶ୍ୱର,୧।୫: ଶ୍ରମିକ ଦିବସରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏକ ବଡ଼ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ ଶ୍ରମିକଙ୍କ ହିତକୁ ଦୃଷ୍ଟିରେ ରଖି ଦୈନିକ ମଜୁରୀ ବୃଦ୍ଧି କରିଛନ୍ତି। ଅଣକୁଶଳୀ…

ପଶ୍ଚିମବଙ୍ଗ ରାଜନୀତିରେ ହଟଚମଟ: ୧୫ ବୁଥ୍‌ରେ ପୁନଃ ମତଦାନ ନିର୍ଦ୍ଦେଶ, ଗଣତି ପୂର୍ବରୁ କୋଲକାତାରେ…

କୋଲକାତା,୧।୫: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନର ଫଳାଫଳ ଆସିବା ପୂର୍ବରୁ ରାଜ୍ୟରେ ଭାଜପା ଏବଂ ଟିଏମ୍‌ସି ମଧ୍ୟରେ ରାଜନୈତିକ ଲଢ଼େଇ ତୀବ୍ର ହେବାରେ ଲାଗିଛି। ମେ ୪ ତାରିଖରେ…

ଶ୍ରମିକ ଦିବସ ପାଳନ କଲେ ଟାଟା ପାୱାର ସେକ୍ସନ କର୍ମଚାରୀ, ସମାନ କାମକୁ ସମାନ ଦରମା ଦାବି କରି…

ଭଞ୍ଜନଗର,୧।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଭେଜିପୁଟ ଟାଟା ପାୱାର ସେକ୍ସନ କର୍ମଚାରୀ ଶୁକ୍ରବାର ଶ୍ରମିକ ଦିବସ ପାଳନ କରିଛନ୍ତି। ଲାଇନମ୍ୟାନ ବିନୋଦ କୁମାର ସାହୁ, ରାଜା…

୭ ତାରିଖ ଯାଏ କାଳବୈଶାଖୀ, ଅଶାନ୍ତ ରହିବ ସମୁଦ୍ର

ଭୁବନେଶ୍ୱର,୧ା୫: ରାଜ୍ୟରେ ୭ ତାରିଖ ଯାଏ କାଳବୈଶାଖୀ ପ୍ରଭାବ ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଶୁକ୍ରବାର ପୂର୍ବାନୁମାନ କରାଯାଇଛି। ଶନିବାର ୨୩ ଜିଲା ବିଜୁଳି,…

କାଳବୈଶାଖୀ ତାଣ୍ଡବରେ ଏକାଧିକ ଘର ଭାଙ୍ଗିଲା, ୩୬ ଘଣ୍ଟା ପରେ ବି ଅନ୍ଧାରରେ ସିମନବାଡ଼ି ଫିଡର

ଦାରିଙ୍ଗବାଡ଼ି,୧ା୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ି ଫିଡରର ୮ ପଞ୍ଚାୟତ ଦୀର୍ଘ ୩୬ ଘଣ୍ଟା ବିତିଲା ଅନ୍ଧାରରେ ରହିଛନ୍ତି। ଗୁରୁବାର ସକାଳୁ ବିଦ୍ୟୁତ ଅଚଳ…

‘ପଣ୍ଡିତ ରଘୁନାଥ ମୁର୍ମୁଙ୍କ ବ୍ୟାକରଣ, ଧର୍ମଶାସ୍ତ୍ର ଶିକ୍ଷାଦାନ ଅତୁଳନୀୟ’

ମହାକାଳପଡ଼ା,୧ା୫(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ଆଦିବାସୀ ଅଧ୍ୟୁଷିତ ଗାଁ ଲୁଣିମାଠିଆ ଆଦିବାସୀ ଖେଳପଡ଼ିଆଠାରେ ପଣ୍ତିତ ରଘୁନାଥ ମୁର୍ମୁଙ୍କ ୧୨୧ ବାର୍ଷିକ…

ପଶ୍ଚିମବଙ୍ଗ ନିର୍ବାଚନ ଡ୍ୟୁଟିବେଳେ ଓଡ଼ିଆ ଯବାନଙ୍କ ଜୀବନ ଗଲା, ଆଜି ଗାଁରେ ମରଶରୀର ପହଞ୍ଚିବା ପରେ…

ଆନନ୍ଦପୁର,୧ା୫(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅନ୍ତର୍ଗତ ପୁଟୁଝରି ଗାଁର ବିଏସ୍‌ଏଫ୍‌ ଯବାନ ଅଜୟ କୁମାର ସୋରେନ (୩୭) ପଶ୍ଚିମବଙ୍ଗ ବାଙ୍କୁଡ଼ାରେ ନିର୍ବାଚନ ଡ୍ୟୁଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri