ଏଟିଏମ୍‌ କାଟି ୨୩.୩୯ ଲକ୍ଷ ନେଇଗଲେ

ଜଟଣୀ,୨୩ା୯(ରବୀନ୍ଦ୍ର ନାଥ ମହାକୁଡ଼): ଜଟଣୀ ଥାନା ଅଧୀନ ଗଜପତିନଗର ରେତଙ୍ଗ କଲୋନୀ ବଜାରରେ ଥିବା ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ(ପିଏନ୍‌ବି)ର ଏଟିଏମ୍‌ କାଟି ଦୁର୍ବୃତ୍ତମାନେ ୨୩ ଲକ୍ଷ ୩୯ ହଜାର ଟଙ୍କା ଲୁଟି ନେଇଥିବା ଶୁକ୍ରବାର ଅଭିଯୋଗ ହୋଇଛି। ଏଫ୍‌ଏସ୍‌ଏସ୍‌ ପିଏନ୍‌ବି ଏଟିଏମ୍‌ ଇନ୍‌ଚାର୍ଜ ମନୋଜ କୁମାର ସାହୁଙ୍କ ଅଭିଯୋଗକ୍ରମେ ପୋଲିସ ଘଟଣାର ତଦନ୍ତ ଚଳାଇଛି। ସୂଚନା ମୁତାବକ, ଗୁରୁବାର ରାତି ୧୨ଟା ୫୮ରେ ଏକ ଧଳାରଙ୍ଗର କାର୍‌ରେ ତିନିଜଣ ବ୍ୟକ୍ତି ପହଞ୍ଚି ୬ରୁ ୭ ମିନିଟ ମଧ୍ୟରେ ଉକ୍ତ ଏଟିଏମ୍‌ କାଟି ଟଙ୍କା ନେଇ ଫେରାର ହୋଇଯାଇଥିବା ନିକଟରେ ଥିବା ସିସିଟିଭି ଫୁଟେଜରୁ ଜଣାପଡ଼ିଛି। ଏଟିଏମ୍‌ ସ୍ଥାପନ ହୋଇଥିବା ଘର ମାଲିକ ଶୁକ୍ରବାର ସକାଳେ ଉକ୍ତ ଏଟିଏମ୍‌ରୁ ଲୁଟ ହୋଇଥିବା ଜାଣିବାକୁ ପାଇଥିଲେ। ଏହା ପରେ ସେ ଥାନାକୁ ଜଣାଇଥିଲେ। ଖବରପାଇ ପୋଲିସ ପହଞ୍ଚି ତଦନ୍ତ କରିଥିଲା। ପରେ ଏଫ୍‌ଏସ୍‌ଏସ୍‌ ପିଏନ୍‌ବି ଏଟିଏମ୍‌ ଇନଚାର୍ଜ ମନୋଜ କୁମାର ସାହୁ ଘଟଣାସ୍ଥଳରେ ପହଞ୍ଚି ସ୍ଥିତି ଦେଖିବା ପରେ ଥାନାରେ ଅଭିଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମଇଁଷି ଚରାଇବାକୁ ଯାଇ ଆଉ ଫେରିଲେନି: କେନାଲରୁ ନିଖୋଜ ବୃଦ୍ଧଙ୍କ ମୃତଦେହ ଉଦ୍ଧାର, ଗାଁରେ ଶୋକର ଛାୟା

ଦିଗପହଣ୍ଡି, ୩୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପ୍ରଥମ ଢେପାଗୁଡ଼ା ଗ୍ରାମର ରଘୁ ମଲ୍ଲିକ (୬୩) ନାମକ ଜଣେ ବୃଦ୍ଧଙ୍କ ମୃତଦେହ କେନାଲ ପାଣିରୁ…

ଫ୍ଲାଇଦୁବାଇ ବିମାନରେ ଆକ୍ରମଣ: ନିଜେ ଆହାତ ହୋଇ ମଧ୍ୟ ବଞ୍ଚାଇଲେ ୧୮୦ ଯାତ୍ରୀଙ୍କ ଜୀବନ, କିଏ ଏହି ପାଇଲଟ୍?

ନୂଆଦିଲ୍ଲୀ,୩୦ା୯: ଦୁବାଇରୁ ତେଲ ଅଭିଭ ଯାଉଥିବା ଫ୍ଲାଇଦୁବାଇର FZ1073 ବିମାନରେ ବୁଧବାର ଘଟିଥିବା ଘଟଣାକୁ ନେଇ ଭାରତୀୟ ପାଇଲଟ୍ ସ୍ମିତ ମଚ୍ଛରଙ୍କ ନାଁ ଚର୍ଚ୍ଚାରେ ରହିଛି। ରିପୋର୍ଟ…

ଦିଗପହଣ୍ଡି ଗଞ୍ଜେଇ ଚୋରା ଚାଲାଣ ଘଟଣା: ଗିରଫ ହେଲେ ଅଭିଯୁକ୍ତ ୨ ଭାଇ, କାରବାର ପଛର ଗୁମର ଖୋଲିଲା…

ଦିଗପହଣ୍ଡି, ୩୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ପୋଲିସ ଗଞ୍ଜେଇ ଚୋରା ଚାଲାଣ ମାମଲାରେ ଏକ ବଡ଼ ସଫଳତା ହାସଲ କରିଛି। ଗଞ୍ଜେଇ କାରବାର…

ଗିଲ୍‌ଙ୍କ ଦ୍ୱିଶତକ, ରୋହିତଙ୍କ ଶତକ: ୱେଷ୍ଟଇଣ୍ଡିଜକୁ ଧୂଳି ଚଟାଇଲା ଭାରତ

ଗୁଆହାଟୀ,୩୦ା୯: ଶୁବମନ ଗିଲଙ୍କ ଦ୍ୱିଶତକ ଏବଂ ରୋହିତ ଶର୍ମାଙ୍କ ଧମାକାଦାର ଶତକ ବଳରେ ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତ ୮ ୱିକେଟ୍‌ରେ ବଡ଼ ବିଜୟ ହାସଲ…

ସ୍ୱାମୀ-ବର୍ଷକର ପୁଅ ଆଖି ଆଗରେ ଚାଲିଗଲା ମା’ର ଜୀବନ! ବାଲି ବୋଝେଇ ଟ୍ରାକ୍ଟର ଧକ୍କାରେ ମହିଳାଙ୍କ ମୃତ୍ୟୁ,ଅପରାହ୍ନରୁ ଅଟକିଛି…

କୋକସରା, ୩୦ା୯(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥ କୋକସରା ଥାନା ମୋଟେର ନିକଟରେ ବୁଧବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଲି…

ଖେଳୁ ଖେଳୁ ହଠାତ୍ ପଡ଼ିଆ ମଝିରେ ନାଚିଲେ ହିଟମ୍ୟାନ, ଭିଡିଓ ଦେଖିଲେ….

ଗୁଆହାଟୀ,୩୦ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ‘ହିଟମ୍ୟାନ୍’ ରୋହିତ ଶର୍ମାଙ୍କ ବ୍ୟାଟ୍‌ରୁ ଦେଖିବାକୁ ମିଳିଛି ଧମାକାଦାର ଶତକ । ୪୦୬ ରନ୍‌ର ବିଶାଳ ଲକ୍ଷ୍ୟ ପିଛା କରୁଥିବା…

ଶିକ୍ଷା ବିଭାଗର ସମନ୍ୱୟ ଅଭାବ: ଷାଣ୍ମାସିକ ପରୀକ୍ଷା ବେଳେ ଜିଲାସ୍ତରୀୟ କ୍ରୀଡ଼ା, ପରୀକ୍ଷାରୁ ବଞ୍ଚିତ ହେଲେ ଛାତ୍ରଛାତ୍ରୀ

ଅମରପାଲି, ୩୦ା୯(ପୀତାମ୍ବର ସାହୁ): ସରକାର ଶିକ୍ଷାକୁ ସାର୍ବଜନୀନ ଓ ବାଧ୍ୟତାମୂଳକ କରିଥିବା ବେଳେ ଶିକ୍ଷା ବିଭାଗରେ ସମନ୍ୱୟର ଅଭାବକୁ ନେଇ ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକରେ ଗମ୍ଭୀର…

ବିମାନକୁ କ୍ରାଶ କରିବାକୁ….ବଡ଼ ବୟାନ ଦେଲେ ପ୍ରଧାନମନ୍ତ୍ରୀ, ବିଶ୍ବରେ ହଇଚଇ!

ଦୁବାଇରୁ ଇସ୍ରାଏଲ ଯାଉଥିବା ଏକ ଫ୍ଲାଇଦୁବାଇ ବିମାନରେ ହୋଇଥିବା ଅଘଟଣକୁ ନେଇ ପ୍ରତିକ୍ରିୟା ଦେଇଛନ୍ତି ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତନ୍ୟାହୁ । ବିମାନ ଇସ୍ରାଏଲ ନିକଟରେ ପହଞ୍ଚିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?