ଶିକ୍ଷକ ପଦବୀ ପୂରଣ ପାଇଁ ୨୩ରୁ ଆବେଦନ

ଭୁବନେଶ୍ୱର, ୧୭।୮(ବ୍ୟୁରୋ): ରାଜ୍ୟରେ ଖାଲି ପଡ଼ିଥିବା ଶିକ୍ଷକ ପଦବୀ ପୂରଣ ପାଇଁ ରାଜ୍ୟ ସରକାର ବିଜ୍ଞପ୍ତି ପ୍ରକାଶ କରିଛନ୍ତି। ଖାଲି ପଡ଼ିଥିବା ୪,୬୧୯ ପଦବୀ ପୂରଣ ନିମନ୍ତେ ଓଡ଼ିଶା ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଯୋଗ୍ୟ ପ୍ରାର୍ଥୀମାନେ ଚୁକ୍ତିଭିତ୍ତିକ ହିନ୍ଦୀ, ସଂସ୍କୃତ ଓ ପିଇଟି ଶିକ୍ଷକ ପଦବୀ ପାଇଁ ଆବେଦନ କରିପାରିବେ। ବିଜ୍ଞପ୍ତି ଅନୁସାରେ, ଯୋଗ୍ୟ ପ୍ରାର୍ଥୀମାନେ କମ୍ପ୍ୟୁଟରରେ ପରୀକ୍ଷା ଦେବେ। ଚୟନ କରାଯାଇଥିବା ରାଜ୍ୟର କିଛି ପରୀକ୍ଷା କେନ୍ଦ୍ରରେ ଏହି ପରୀକ୍ଷା ହେବ। ହିନ୍ଦୀ ଶିକ୍ଷକ ପାଇଁ ୨,୦୫୫, ସଂସ୍କୃତ ଲାଗି ୧,୩୦୪ ଏବଂ ୧,୨୬୦ ପିଇଟି ଶିକ୍ଷକ ପଦବୀ ନିମନ୍ତେ ବିଜ୍ଞପ୍ତି ବାହାରିଛି। ହିନ୍ଦୀ ଓ ସଂସ୍କୃତ ଶିକ୍ଷକ ମାସିକ ୧୬,୮୦୦ ଟଙ୍କା ଏବଂ ପିଇଟି ଶିକ୍ଷକ ୧୦ହଜାର ଟଙ୍କା ଦରମା ପାଇବେ। ଯୋଗ୍ୟ ପ୍ରାର୍ଥୀମାନେ ଆସନ୍ତା ୨୩ତାରିଖରୁ http://dseodisha.inକୁ ଯାଇ ଅନ୍‌ଲାଇନ୍‌ରେ ଆବେଦନ କରିପାରିବେ। ସେପ୍ଟେମ୍ବର ୧୪ ଆବେଦନର ଶେଷ ତାରିଖ। ଅକ୍ଟୋବର ପ୍ରଥମ ସପ୍ତାହରେ ପରୀକ୍ଷା ହେବ। ଏସ୍‌ସି, ଏସ୍‌ଟି ଓ ଦିବ୍ୟାଙ୍ଗ ବର୍ଗର ପ୍ରାର୍ଥୀଙ୍କୁ ଆବେଦନ ଫି’ ୪୦୦ ଟଙ୍କା ଦେବାକୁ ପଡ଼ିବ। ବାକି ଅନ୍ୟ ପ୍ରାର୍ଥୀଙ୍କୁ ଆବେଦନ ପାଇଁ ୬୦୦ଟଙ୍କା ଦେବାକୁ ପଡ଼ିବ।


Enter your email to get our daily news in your inbox.

All Right Reserved By Dharitri.Com

ମୃତ୍ୟୁମୁହଁରୁ ୧୬୪୩ ପିଲାଙ୍କୁ ଟାଣିଆଣିଲେ ଶିକ୍ଷକ; ନେପାଳ ବନ୍ୟାରେ ସାଜିଲେ ହିରୋ, ଚାରିଆଡେ ଚର୍ଚ୍ଚା

କାଠମାଣ୍ଡୁ,୩୦ା୮: ଅଗଷ୍ଟ ୨୬ରେ ନେପାଳରେ ଆସିଥିବା ଭୟଙ୍କର ବନ୍ୟାରେ ଅନେକ ଅଞ୍ଚଳ ଛାରଖାର ହୋଇଯାଇଛି। ହଠାତ୍ ନଦୀର ପାଣି ବସ୍ତି ଓ ରାସ୍ତାରେ ପଶିଯିବାରୁ ଚାରିଆଡ଼େ ଆତଙ୍କ…

ଜନ୍ମାଷ୍ଟମୀରେ ଦୁର୍ଲଭ ଗ୍ରହ ସଂଯୋଗ: ୪ଟି ରାଶିର ଚମକିବ ଭାଗ୍ୟ, କ୍ୟାରିୟରରେ ଗ୍ରୋଥ୍‌ ସାଙ୍ଗକୁ ଅଚାନକ ଧନଲାଭ

ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିରୁ ଏଥର ଜନ୍ମାଷ୍ଟମୀ ପର୍ୱ ଅତ୍ୟନ୍ତ ଖାସ ବୋଲି ମାନାଯାଉଛି। ୪ ସେପ୍ଟେମ୍ୱର ୨୦୨୬ ଜନ୍ମାଷ୍ଟମୀ ଦିନ ଅନେକ ପ୍ରମୁଖ ଗ୍ରହ ଶୁଭ ସ୍ଥିତିରେ…

ଭଲିବଲ୍‌ରେ ଡିଏଭି ଚାମ୍ପିଅନ୍‌

ଭଞ୍ଜନଗର, ୩୦।୮ (ବାବୁଲା ପ୍ରଧାନ): ଜାତୀୟ କ୍ରୀଡ଼ା ଦିବସ ଅବସରରେ ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ପକ୍ଷରୁ ଶନିବାର ଏକ ସଚେତନତା ସଭା ଅନୁଷ୍ଠିତ ହୋଇଯାଇଛି। ଏଥିସହ କିଛି…

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଉଜବେକିସ୍ତାନର ସର୍ବୋଚ୍ଚ ସମ୍ମାନ: ଏପର୍ଯ୍ୟନ୍ତ ୩୬ଟି ଦେଶ ଦ୍ୱାରା ସମ୍ମାନିତ ହେଲେଣି…

ତାସକେଣ୍ଟ,୩୦।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଉଜବେକିସ୍ତାନର ସର୍ବୋଚ୍ଚ ରାଷ୍ଟ୍ର ସମ୍ମାନ ‘ଓଲି ଦାରାଜଲି ଦୋ’ଷ୍ଟଲିକ’ (ସର୍ବୋଚ୍ଚ ଡିଗ୍ରୀର ବନ୍ଧୁତା କ୍ରମ) ପ୍ରଦାନ କରାଯାଇଥିଲା। ଉଜବେକିସ୍ତାନର ରାଷ୍ଟ୍ରପତି ଶାଭକତ…

ଦୁଲୀପ ଟ୍ରଫି ସେମିଫାଇନାଲରେ କାହିଁକି ବୈଭବ ସୂର୍ଯ୍ୟବଂଶୀଙ୍କୁ ଦିଆଗଲା ଅଧିନାୟକ ଦାୟିତ୍ୱ? ହେଲାଣି ଖୁବ୍‌…

ନୂଆଦିଲ୍ଲୀ,୩୦।୮: ଦୁଲୀପ ଟ୍ରଫିର ପ୍ରଥମ ସେମିଫାଇନାଲ ମ୍ୟାଚ ବର୍ତ୍ତମାନ ସେଣ୍ଟ୍ରାଲ ଜୋନ ଏବଂ ପୂର୍ବ ଜୋନ ମଧ୍ୟରେ ଚାଲିଛି। ବିସିସିଆଇ ସେଣ୍ଟର ଅଫ ଏକ୍ସଲେନ୍ସ ଗ୍ରାଉଣ୍ଡରେ ଖେଳାଯାଉଥିବା…

ମେସିଙ୍କ ଇଭେଣ୍ଟକୁ ନେଇ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ, କହିଲେ ମିଳିବ କ୍ଷତିପୂରଣ

କୋଲକାତା,୩୦।୮: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀ ଲିଓନେଲ ମେସିଙ୍କ ଗସ୍ତକୁ ନେଇ ସୃଷ୍ଟି ହୋଇଥିବା ବିଶୃଙ୍ଖଳା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବୟାନ ଦେଇଛନ୍ତି। ସେ ଘୋଷଣା କରିଛନ୍ତି…

ଏମିତି ଜାଗାରେ ଅଟୋଗ୍ରାଫ ଦେଲେ ପୁଟିନ, ଯାହାକୁ ନେଇ ହେଉଛି ଖୁବ ଚର୍ଚ୍ଚା

ମସ୍କୋ,୩୦।୮: ଏକ କାରଖାନା ପରିଦର୍ଶନ ସମୟରେ, ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏକ ଚାଇନା-ଡିଜାଇନ କାରରେ ଯାତ୍ରା କରିଥିଲେ ଏବଂ ନିଜେ ଏହାକୁ ଚଲାଇଥିଲେ। ରୁଷିଆ ନିର୍ମିତ,…

ସ୍ତ୍ରୀଙ୍କୁ ନିର୍ଯାତନା ଅଭିଯୋଗ; ଗିରଫ ହେଲେ SI ସ୍ୱାମୀ, ବର୍ଷେ ତଳେ ହୋଇଥିଲା ବିବାହ

ଭଦ୍ରକ,୩୦ା୮(ସନାତନ ରାଉତ): ସ୍ତ୍ରୀଙ୍କୁ ନିର୍ଯାତନା ଅଭିଯୋଗରେ ଗିରଫ ହେଲେ ପୋଲିସ ଏସଆଇ । ଭଦ୍ରକ ଟାଉନ ଥାନା ସବ ଇନ୍ସପେକ୍ଟର ଗଣନାଥ ସେଠୀ ଗିରଫ ହୋଇଛନ୍ତି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri