୨୩ ଦିନରେ ପହଞ୍ଚିଲା ଆମରଣ ଅନଶନ

ଛତ୍ରପୁର,୩।୧୦(ସନ୍ତୋଷ ପାଢୀ): ଗଞ୍ଜାମ ଜିଲା ଛତ୍ରପୁର ତହସିଲ ଅଧୀନ ଆର୍ଯ୍ୟପଲ୍ଲୀ ରାଜସ୍ବ ଗ୍ରାମବାସୀ ଜମି ପଟ୍ଟା ପ୍ରଦାନ ଦାବିରେ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଚାଳିଥିବା ଆମରଣ ଅନଶନ ମଙ୍ଗଳବାର ୨୩ ଦିନରେ ପହଞ୍ଚିଛି। ଦାବି ପୂରଣ ନ ହେବା ପର୍ଯ୍ୟନ୍ତ ଆନ୍ଦୋଳନ ଜାରି ରହିବ ବୋଲି ଗ୍ରାମବାସୀ ଚେତାବନୀ ଦେଇଛନ୍ତି।

ଅପରପକ୍ଷେ ରବିବାର ଜୋରଜବରଦସ୍ତ ଆନ୍ଦୋଳନକାରୀଙ୍କୁ ପୋଲିସ ଉଠାଇ ନେଇ ଛତ୍ରପୁର ଥାନାକୁ ଆଣିଥିଲା । ପରେ ପୋଲିସ ଏକ ମାମଲା ରୁଜୁ କରି ଆନ୍ଦୋଳନକାରୀଙ୍କୁ ନୋଟିସ ଦେଇ ଛାଡିଥିଲା। ଏହାକୁ ଭାରତୀୟ ବିକାଶ ପରିଷଦ ଓ ଆନ୍ଦୋଳନକାରୀଙ୍କ ପକ୍ଷରୁ ତୀବ୍ର ନିନ୍ଦା କରାଯାଇଛି। ଆନ୍ଦୋଳନକାରୀଙ୍କୁ ଜୋରଜବରଦସ୍ତ ଉଠାଇଥିବା ସମ୍ପୃକ୍ତ ପୋଲିସ ଓ ପ୍ରଶାସନିକ ଅଧିକାରୀଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଦାବି ହୋଇଛି ।

ଏନେଇ ଦକ୍ଷିଣାଞ୍ଚଳ ଆର୍‌ଡିସି, ଗଞ୍ଜାମ ଜିଲାପାଳ ଓ ଏସ୍‌ପି, ମୁଖ୍ୟ ଶାସନ ସଚିବ, ପୋଲିସ ଡିଜି, ହାଇକୋର୍ଟ ଓ ସୁପ୍ରିମକୋର୍ଟ ମୁଖ୍ୟ ବିଚାରପତିଙ୍କୁ ଭାରତୀୟ ବିକାଶ ପରିଷଦର ସଭାପତି ସୁରେନ୍ଦ୍ର ପାଣିଗ୍ରାହୀ ଚିଠି ଲେଖି ଅବଗତ କରାଯାଇଛନ୍ତି। ଏପରିକି ନ୍ୟାୟ ପାଇଁ ହାଇକୋର୍ଟର ଆଶ୍ରୟ ନେବେ ବୋଲି ପରିଷଦ ପକ୍ଷରୁ ଗଣମାଧ୍ୟମକୁ ସୂଚନା ଦିଆଯାଇଛି । ଭାରତୀୟ ବିକାଶ ପରିଷଦ ଓ ଆର୍ଯ୍ୟପଲ୍ଳୀ ପଞ୍ଚାୟତର ଲୋକେ ଅନଶନରେ ସାମିଲ ହୋଇଛନ୍ତି। ୧୯୭୫ରୁ ଆର୍ଯ୍ୟପଲ୍ଳୀ ପଞ୍ଚାୟତର ସାନ ଆର୍ଯ୍ୟପଲ୍ଲୀ, ବଡ ଆର୍ଯ୍ୟପଲ୍ଲୀ, କେ.ଆର୍ଯ୍ୟପଲ୍ଲୀ ଓ କତୁରୁଗାଁର ୧୮୦୦ ପରିବାରର ଲୋକଙ୍କୁ ଜିଲା ପ୍ରଶାସନ ପକ୍ଷରୁ ପଟ୍ଟା ଦିଆଯାଇ ନାହିଁ। ଏନେଇ ଗ୍ରାମବାସୀ ସେପ୍ଟେମ୍ବର ୧୧ତାରିଖରୁ ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଆମରଣ ଅନଶନରେ ବସିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

ପୂର୍ବତନ ବିଧାୟକ, ପୂର୍ବତନ ଏମ୍‌ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ

ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…

ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟରେ ନୂତନ ସ୍ଥାୟୀ କୁଳପତି ନିଯୁକ୍ତ: ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟର ନୂତନ ସ୍ଥାୟୀ କୁଳପତି ଭାବେ ଡ଼.ପବନ କୁମାର ଅଗ୍ରୱାଲ ସୋମବାର ନିଯୁକ୍ତ ହୋଇଛନ୍ତି। ଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri