୨୩ ଲକ୍ଷ ଟଙ୍କାର ନକଲି ଔଷଧ ଜବତ

ଭୁବନେଶ୍ୱର, ୨୪।୧୨(ବ୍ୟୁରୋ): ରାଜ୍ୟରେ ନକଲି ଔଷଧ କାରବାର ରୋକିବାକୁ ଜୋରଦାର ଚଢ଼ାଉ ଜାରି ରହିଛି। ଶୁକ୍ରବାର କଟକ ଓ ବରଗଡ଼ର ଦୁଇଟି ଗୋଦାମରୁ ବିପୁଳ ନକଲି ଔଷଧ ଜବତ କରାଯାଇଛି। ଏ ନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଶାସନ ସଚିବ ଶାଳିନୀ ପଣ୍ଡିତ ସୂଚନା ଦେଇ କହିଛନ୍ତି, ସନ୍ଦେହାତ୍ମକ ଔଷଧ ପ୍ରସ୍ତୁତିରେ ଲିପ୍ତ ସଂସ୍ଥାକୁ ଔଷଧର ପରୀକ୍ଷା ବିବରଣୀ ସହ ସବିଶେଷ ତଥ୍ୟ ଦେବା ପାଇଁ କୁହାଯାଇଥିଲା। ସେମାନଙ୍କଠାରୁ ମିଳିଥିବା ତଥ୍ୟର ବୈଧତା ତନଖି କରି ପ୍ରାୟ ୧୧ ପ୍ରକାର ସନ୍ଦେହାତ୍ମକ ଔଷଧ କଟକ ପୁରୀଘାଟସ୍ଥିତ ଏମ୍‌.ଏଚ୍‌. ଫାର୍ମାସ୍ୟୁଟିକାଲ୍‌ ଷ୍ଟୋର୍‌ରୁ ଜବତ କରାଯାଇଛି। ଜବତ ଔଷଧର ମୂଲ୍ୟପ୍ରାୟ ୨୩.୨୩ ଲକ୍ଷ ଟଙ୍କା ହେବ ବୋଲି ଜଣାପଡିଛି। ଏସବୁ ଔଷଧ ପଡ଼ୋଶୀ ରାଜ୍ୟ ଉତ୍ତର ପ୍ରଦେଶରୁ ଆସିଥିଲା। ଏହାଛଡ଼ା ବରଗଡ଼ର ଅଶୋକ ମେଡିକାଲ ଷ୍ଟୋରରୁ ମଧ୍ୟ ସନ୍ଦେହାତ୍ମକ ଔଷଧ ଜବତ କରାଯାଇଛି। ଏହି ଔଷଧକୁ ସନ୍ଦେହାତ୍ମକ ଭିତ୍ତିରେ ପୂର୍ବରୁ ଅଲଗା କରି ତାହାର ବିକ୍ରି ବନ୍ଦ କରାଯାଇଥିଲା ଔଷଧ ପ୍ରବର୍ତ୍ତନ ଟିମ୍‌ଗୁଡ଼ିକ ବଜାରରେ ଉପଲବ୍ଧ ଔଷଧର ବ୍ୟାପକ ଯାଞ୍ଚ କରିବା ସହ କୌଣସି ପ୍ରକାର ସନ୍ଦେହାତ୍ମକ କାର୍ଯ୍ୟ ଦୃଷ୍ଟିକୁ ଆସିବାମାତ୍ରେ ବିକ୍ରିବନ୍ଦ ନିର୍ଦ୍ଦେଶ ଜାରି କରିବେ ବୋଲି ପଣ୍ଡିତ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

ଋଷିକୂଲ୍ୟା ମୁହାଣରେ ଅଲିଭ ରିଡଲେ କଇଁଛଙ୍କୁ ଜିପିଏସ ଟ୍ୟାଗିଂ: ସାଟେଲାଇଟ୍‌ ଜରିଆରେ ଜାଣିହେବ ଗତିବିଧି

ଗଞ୍ଜାମ,୨୬ା୧୨(ଅନାଥ ତରାଇ/ବିଦ୍ୟାଧର ସାହୁ): ଗଞ୍ଜାମ ଜିଲାର ଋଷିକୂଲ୍ୟା ନଦୀ ମୁହାଣର ବେଳାଭୂମିରେ ଏକ ଉଲେଖନୀୟ ପଦକ୍ଷେପ ନିଆଯାଇଛି। ଏଠାରେ ୨ଟି ଅଲିଭ ରିଡଲେ କଇଁଛଙ୍କୁ ଜିପିଏସ...

କ’ଣ ଭାରତରେ ଲିଭ୍‌ ଇନ୍‌ ରିଲେଶନସିପରେ ରହିବା ଅବୈଧ? ନିୟମ ଜାଣିଲେ ତାଜୁବ ହେବେ

ଭାରତୀୟ ସମାଜରେ ବିବାହକୁ ଏକ ପବିତ୍ର ଓ ଏକ ଜରୁରି ଉତ୍ସବ ଭାବେ ପରିଗଣିତ କରାଯାଇଥାଏ । କାରଣ ବିବାହ ପରେ ହିଁ ପୁରୁଷ ଓ...

ଗୁଲୁଆ-ବର୍ଷାଙ୍କୁ ନେଇ ବିସ୍ଫୋରକ ବୟାନ ଦେଲେ କାଳିଆ ଷଣ୍ଢ: ଦିନକୁ ୧୭ ହଜାରଥର…

ଭୁବନେଶ୍ୱର,୨୬।୧୨: ସୋସିଆଲ ମିଡିଆର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ତଥା ୟୁଟ୍ୟୁବର ଆଶିଷ ଦାଶ ଓରଫ ଗୁଲୁଆ-ବର୍ଷାଙ୍କ ପାରିବାରିକ କଳି ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି।...

ଫେସବୁକରେ ଭିଡିଓ କରି କମାଇ ପାରିବେ ମୋଟା ଅଙ୍କର ଟଙ୍କା! ଜାଣନ୍ତୁ ପୂରା ପ୍ରକ୍ରିୟା

ନୂଆଦିଲ୍ଲୀ,୨୬।୧୨: ଯଦି ଆପଣ ସୋସିଆଲ ମିଡିଆରେ କଣ୍ଟେଣ୍ଟ ତିଆରି କରୁଛନ୍ତି ତେବେ ଆପଣଙ୍କ ପାଇଁ ଭଲ ଖବର। ଇ-କମର୍ସ କମ୍ପାନୀ ମିଶୋ କଣ୍ଟେଣ୍ଟ କ୍ରିଏଟରଙ୍କ ପାଇଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri