ମିଳିଲା ହଜିଯାଇଥିବା ୨୩ ମୋବାଇଲ ଫୋନ, ଏହି କୌଶଳରେ ଠାବ କରି ଲୋକଙ୍କୁ ହସ୍ତାନ୍ତର କଲା ପୋଲିସ

ଭଞ୍ଜନଗର,୨।୧୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ରବିବାର ଲୋକଙ୍କ ହଜିଯାଇଥିବା ୨୩ ଟି ମୋବାଇଲ ଫୋନକୁ ଜବତ କରି ସେମାନଙ୍କୁ ହସ୍ତାନ୍ତର କରିଛି। ଏନେଇ ଆଜି ଅପରାହ୍ନରେ ଥାନା ପରିସରରେ ଏକ ଖବରଦାତା ସମ୍ମିଳନୀ ହୋଇଥିଲା। ପୋଲିସ ସିଇଆଇଆର୍‌କୁ ଆଧାର କରି ଲୋକଙ୍କ ଫୋନକୁ ଜବତ କରିବାରେ ସକ୍ଷମ ହେଉଛି। ଯେଉଁମାନଙ୍କ ଫୋନ ହଜି ଯାଇଥିଲା। ସେମାନେ ଆଉ ଫୋନ ଫେରି ପାଇବା ଆଶା ପ୍ରାୟ ଛାଡ଼ି ଦେଇଥିଲେ। କିନ୍ତୁ ନୂତନ ବୈଷୟିକ ଜ୍ଞାନ କୌଶଳ ମୋବାଇଲ ଫୋନକୁ ଠାବ କରିବାରେ ସହାୟ ହୋଇଥିଲା। ଆଜି ଥାନା ପରିସରରେ ଅନୁଷ୍ଠିତ ମୋବାଇଲ ଫୋନ ହସ୍ତାନ୍ତର ମେଳା ଅନୁଷ୍ଠିତ ହୋଇଥିଲା । ଏହି ସମୟରେ ଅତିରିକ୍ତ ଆରକ୍ଷୀ ଅଧିକାରୀ ରଞ୍ଜନ କୁମାର ଦେ, ଏସଡିପିଓ ଡ. ଦିପକ କୁମାର ମିଶ୍ର, ଥାନା ଅଧିକାରୀ ଜିବନାନନ୍ଦ ଜେନା ପ୍ରମୁଖ ଉପସ୍ଥିତ ଥିଲେ। ସୂଚନା ଯୋଗ୍ୟ ଯେ, ଗତ ମାସରେ ଭଞ୍ଜନଗର ପୋଲିସ ଏହିଭଳି ୨୬ଟି ଫୋନ ଉଦ୍ଧାର କରି ଲୋକଙ୍କୁ ହସ୍ତାନ୍ତର କରିଥିଲା। ପୋଲିସର ଏହିଭଳି ସଫଳତାକୁ ଅଞ୍ଚଳବାସୀ ଖୁସିବ୍ୟକ୍ତ କରିଛନ୍ତି।

 

Dharitri – The Largest & Most Trusted Odia Daily

\


Enter your email to get our daily news in your inbox.

All Right Reserved By Dharitri.Com

କଟ୍‌ନି ନାଁରେ ଚାଷୀଙ୍କୁ ଶୋଷଣ କରୁଛନ୍ତି ମିଲର

ଭବାନୀପାଟଣା,୨୧ା୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟାକୁ ଇତିମଧ୍ୟରେ ମାସେ ବିତିଯାଇଛି। ଆସନ୍ତା ୩୦ରେ ଏହି ପ୍ରକ୍ରିୟା ସରିଯିବ। ହେଲେ ଏପର୍ଯ୍ୟନ୍ତ ଜିଲାରେ…

୧ରେ ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ: ୨୪ରେ ୧ ଘଣ୍ଟିଆ ଓପିଡି ସେବା ବନ୍ଦ

ଭୁବନେଶ୍ୱର, ୨୧ା୬ (ବନ୍ଦନା ସେଠୀ): ଅନ୍ତର୍ଜାତୀୟ ଡାକ୍ତର ଦିବସ ଅବସରରେ ଜୁଲାଇ ୧ରେ କାର୍ଯ୍ୟ ବନ୍ଦ ଆନ୍ଦୋଳନର ଆହ୍ବାନ ଦେଇଛି ଓଡ଼ିଶା ମେଡିକାଲ ସର୍ଭିସେସ୍‌ ଆସୋସିଏଶନ (ଓମ୍‌ସା)।…

ଏସ୍‌ଆଇଆର୍‌ରେ ଆଠମଲ୍ଲିକ ରାଜ୍ୟରେ ପ୍ରଥମ

ଆଠମଲ୍ଲିକ,୨୧ା୬(ଉଦୀପ୍ତ ପୁରୋହିତ) ଅନୁଗୋଳ ଜିଲା ଆଠମଲ୍ଲିକ ଉପଜିଲାପାଳ ତଥା ନିର୍ବାଚନ ପଞ୍ଜୀକରଣ ଅଧିକାରୀ ଉପେନ୍ଦ୍ର ଲୁହାଙ୍କ ନେତୃତ୍ୱରେ ଚାଲିଥିବା ସ୍ବତନ୍ତ୍ର ସଂଘନ ସଂଶୋଧନ (ଏସ୍‌ଆଇଆର୍‌) ୨୦୨୬ କାର୍ଯ୍ୟକ୍ରମ…

ଭବାନୀପାଟଣା: ଜଜ୍‌ଙ୍କ ବାସଭବନ ପରେ ମେଡିକାଲ ପଛପଟେ ବୁଲୁଛି ଜଙ୍ଗଲୀ ଭାଲୁ, ଉଦ୍ଧାର କାର୍ଯ୍ୟରେ…

ଭବାନୀପାଟଣା, ,୨୦।୬(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣା ସହରରେ ଜଙ୍ଗଲୀ ଭାଲୁ ପଶିଆସିବା ଯୋଗୁ ସ୍ଥାନୀୟ ବାସିନ୍ଦାଙ୍କ ମଧ୍ୟରେ ତୀବ୍ର ଆତଙ୍କ ପ୍ରକାଶ ପାଇଛି। ଶନିବାର…

ଭବାନୀପାଟଣା ସହରରେ ଭାଲୁ ଆତଙ୍କ

ଭବାନୀପାଟଣା,୨୦।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହରରେ ଭାଲୁ ଆତଙ୍କ ଦେଖିବାକୁ ମିଳିଛି। ଶନିବାର ସନ୍ଧ୍ୟାରେ ଭବାନୀପାଟଣା ସହର ସ୍ଥିତ ବାପୁଜୀ ସ୍କୁଲ ପାଖରେ ରହୁଥିବା…

ମାନବିକତା ଦେଖାଇଲେ ଏସଡିପିଓ: ରାସ୍ତାରୁ ଆହତ ଯୁବକଙ୍କୁ ଉଦ୍ଧାର କରି ନିଜ ଗାଡ଼ିରେ ପହଞ୍ଚାଇଲେ ମେଡିକାଲ

ଭଞ୍ଜନଗର, ୨୦।୬(ବାବୁଲା ପ୍ରଧାନ)- ପୋଲିସଙ୍କ ଭିତରେ ଥିବା ସମ୍ବେଦନଶୀଳ ମାନବିକତାର ଏକ ଅନନ୍ୟ ଉଦାହରଣ ଦେଖିବାକୁ ମିଳିଛି ଗଞ୍ଜାମ ଜିଲା ଭଞ୍ଜନଗର ଅଞ୍ଚଳରେ। ଡ୍ୟୁଟି ସାରି ଫେରିବା…

ବଜ୍ରପାତ ନେଲା ମହିଳାଙ୍କ ଜୀବନ, ୪ ଗୁରୁତର

ରିଆମାଳ, ୨୦ା୬(ବଦ୍ରିନାରାୟଣ ଅଗ୍ରୱାଲା)- ଦେବଗଡ଼ ଜିଲା ରିଆମାଳ ବ୍ଲକ୍‌ କୁଣ୍ଢେଇଗୋଳା ଥାନା କରଲଗା ପଞ୍ଚାୟତ ଅନ୍ତର୍ଗତ ବରଖୋଳ ଗ୍ରାମରେ ଶନିବାର ବଜ୍ରପାତ ଘଟି ଜଣଙ୍କର ମୃତ୍ୟୁ ଘଟିଥିବା…

ଏନ୍‌ଇଇଟି-ୟୁଜି ପୁନଃ ପରୀକ୍ଷା, ନାଗପୁର ଛାତ୍ରଙ୍କୁ ଆବୁଧାବି ପରୀକ୍ଷା କେନ୍ଦ୍ର

ନାଗପୁର,୨୦ା୬: ଏନ୍‌ଇଇଟି-ୟୁଜି ପୁନଃ ପରୀକ୍ଷା ରବିବାର ହେବାକୁ ଥିବାବେଳେ ନାଗପୁରର ଜଣେ ଛାତ୍ରଙ୍କୁ ୟୁନାଇଟେଡ୍‌ ଆରବ ଏମିରେଟ୍ସ (ୟୁଏଇ)ର ଆବୁଧାବିରେ ପରୀକ୍ଷା କେନ୍ଦ୍ର ଦିଆଯାଇଥିବା ପରିବାର ଲୋକେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri