Posted inଜାତୀୟ

ଔଷଧ କିଣିବା ପୂର୍ବରୁ ଜାଣନ୍ତୁ! ଆଜିଠୁ ବଦଳିଲା ୨୩ଟି ମେଡିସିନର ଦାମ୍‌

ନୂଆଦିଲ୍ଲୀ,୧।୮: କେନ୍ଦ୍ର ସରକାର ଆଜି ଅଗଷ୍ଟ ୧ରୁ ଔଷଧର ମୂଲ୍ୟରେ ଏକ ବଡ଼ ପରିବର୍ତ୍ତନ କରିଛନ୍ତି। ୨୨ଟି ଔଷଧ ଏବଂ ଫିକ୍ସଡ ଡୋଜ କମ୍ବିନେସନର ନୂତନ ଖୁଚୁରା ମୂଲ୍ୟ (ରିଟେଲ ପ୍ରାଇସ) ସ୍ଥିର କରାଯାଇଛି। ଗାଜେଟ ବିଜ୍ଞପ୍ତି ଅନୁଯାୟୀ, ହୃଦ୍‌ରୋଗ, ଡାଇବେଟିସ, ରକ୍ତଚାପ, ପାରାସିଟାମୋଲ, ଆଣ୍ଟିବାୟୋଟିକ, ମାନସିକ ସ୍ବାସ୍ଥ୍ୟ, ଜ୍ୱର, ଚିନ୍ତା (ଏଙ୍ଗ୍‌ଜାଇଟି), ଆଇରନ, ଫୋଲିକ ଏସିଡ, PCOS/ମହିଳାମାନଙ୍କ ପ୍ରଜନନ କ୍ଷମତା ବୃଦ୍ଧି ସହିତ ଜଡ଼ିତ ଔଷଧଗୁଡ଼ିକର ଖୁଚୁରା ମୂଲ୍ୟ ଧାର୍ଯ୍ୟ କରାଯାଇଛି। ଆଜି ଅଗଷ୍ଟ ୧ରୁ କମ୍ପାନୀଗୁଡ଼ିକ ଉପରୋକ୍ତ ଔଷଧଗୁଡ଼ିକ ପାଇଁ ସ୍ଥିର କରାଯାଇଥିବା ମୂଲ୍ୟଠାରୁ ଅଧିକ ଦାମ ଆଦାୟ କରିପାରିବେ ନାହିଁ।

ଅନ୍ୟପକ୍ଷରେ, ଔଷଧ ଦରରେ ଜିଏସ୍ଟି (GST) କେବଳ ସେତେବେଳେ ଅଲଗା ଭାବେ ଯୋଡ଼ାଯାଇପାରିବ, ଯେତେବେଳେ ଦୋକାନୀ ସରକାରଙ୍କୁ ଜିଏସ୍ଟି ଦେଇଥିବେ। ନିୟମ ଉଲ୍ଲଂଘନ କଲେ ଦୋକାନୀଙ୍କୁ ଅଧିକ ଆଦାୟ କରାଯାଇଥିବା ଅର୍ଥ ସୁଧ ସହିତ ଫେରସ୍ତ କରିବାକୁ ପଡ଼ିବ।

 

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନମନ୍ତ୍ରୀଙ୍କୁ ସନ୍ଦେହ କରିବାର କାରଣ ନାହିଁ: ସିଇସି ନିଯୁକ୍ତି ପ୍ରକ୍ରିୟାକୁ ନେଇ କେନ୍ଦ୍ରର ସଫେଇ

ନୂଆଦିଲ୍ଲୀ,୧ା୮:ମୁଖ୍ୟ ନିର୍ବାଚନ କମିଶନର (ସିଇସି) ଓ ଅନ୍ୟ ନିର୍ବାଚନ କମିଶନରମାନଙ୍କ ନିଯୁକ୍ତି ପାଇଁ ଏକ ସ୍ବାଧୀନ ଓ ନିରପେକ୍ଷ ପ୍ରକ୍ରିୟା ଜରୁରୀ ବୋଲି ସୁପ୍ରିମକୋର୍ଟ ଗୁରୁବାର କହିଥିଲେ।…

‘ତାଙ୍କ ପାଦ ଧୋଇ ସେହି ପାଣି ପିଇବାକୁ ଚାହେଁ’, ପିଏମ ମୋଦିଙ୍କୁ ବିଷ୍ଣୁଙ୍କ ଅବତାର ବୋଲି କହି ଚର୍ଚ୍ଚାରେ ଅଭିନେତା

ନୂଆଦିଲ୍ଲୀ,୧।୮: ଅଭିନେତା ସୁଦେଶ ବେରୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରଶଂସା କରି ଚର୍ଚ୍ଚା ସୃଷ୍ଟି କରିଛନ୍ତି। ସେ ପିଏମ ମୋଦିଙ୍କୁ ଭଗବାନ ବିଷ୍ଣୁଙ୍କ ଅବତାର ବୋଲି ବର୍ଣ୍ଣନା…

ଅଭିଯୋଗର ଗୋଟିଏ ଦିନରେ ରାସ୍ତ ମରାମତି: ସିଟିଜେନ ଫୋରମଙ୍କୁ ଧନ୍ୟବାଦ

କେସିଙ୍ଗା,୧।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର କେସିଙ୍ଗା ଓ ବଲାଙ୍ଗିର ଜିଲାର ଟିଟଲାଗଡ଼କୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତାର ତ୍ରିମୂର୍ତ୍ତି ଛକରୁ ତେଲନଦୀ ବ୍ରିଜ ପ୍ରାୟ ୮୦୦ମିଟର ରାସ୍ତାରେ…

କୁଲଗାମରେ ଆତଙ୍କବାଦୀ ଆକ୍ରମଣ: ଧର୍ମ ପଚାରି କଲେ ଗୁଳି

ଶ୍ରୀନଗର,୧।୮: ଜମ୍ମୁ-କଶ୍ମୀରର କୁଲଗାମରେ ଶୁକ୍ରବାର ଆତଙ୍କବାଦୀ ଆକ୍ରମଣ ହୋଇଛି। କୁଲଗାମ ଜିଲାର ଏକ ଇଟାଭାଟିରେ ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ୨ ଶ୍ରମିକଙ୍କର ମଧ୍ୟ ମୃତ୍ୟୁ ଘଟିଛି। ଏହି…

ପର୍ବପର୍ବାଣୀ ପୂର୍ବରୁ ବଡ଼ ଝଟକା! ଦୈନନ୍ଦିନ ବ୍ୟବହାରର ସାମଗ୍ରୀ ଉପରେ ମହଙ୍ଗା ମାଡ଼, ବଢିଯିବ ଦାମ୍‌

ନୂଆଦିଲ୍ଲୀ,୧।୮: ବର୍ତ୍ତମାନ ମୌସୁମୀ ଋତୁ ଚାଲିଛି। ଯେପରି ମୌସୁମୀ ବିଦାୟ ନେବ, ଭାରତୀୟମାନେ ପର୍ବପର୍ବାଣୀକୁ ସ୍ବାଗତ କରିବା ପାଇଁ ପ୍ରସ୍ତୁତି ଆରମ୍ଭ କରିଦେବେ। ଘର ରଙ୍ଗ କରିବାଠାରୁ…

ଚେନ୍ନାଇରେ କାମ କରୁଥିବାବେଳେ ଆନନ୍ଦଙ୍କ ମୃତ୍ୟୁ, ପରିବାର ଲୋକଙ୍କୁ ଭେଟି ଆର୍ଥିକ ସହାୟତା ଦେଲେ ବିଧାୟକ

ଗଞ୍ଜାମ,୧।୮(ବିଦ୍ୟାଧର ସାହୁ ): ଛତ୍ରପୁର ବିଧାୟକ କୃଷ୍ଣ ଚନ୍ଦ୍ର ନାୟକଙ୍କ ମହନତା। ଦିନକୁ ଦିନ ବିଧାୟକ ନାୟକଙ୍କ ଲୋକପ୍ରିୟତା ବୃଦ୍ଧି ପାଉଥିବାବେଳେ ସ୍ଥାନୀୟ ଅଞ୍ଚଳବାସୀଙ୍କ ଆସ୍ଥା ମଧ୍ୟ…

ବ୍ୟବସ୍ଥାଗତ ବିଫଳତା

ଦୃଢ଼ ରାଜନୈତିକ କୌଶଳ ଆପଣାଉଥିବା ସରକାରମାନେ ସାଧାରଣତଃ କଠୋର ଆଇନ ଆଣି ସେସବୁକୁ କଡ଼ାକଡ଼ି ଭାବେ କାର୍ଯ୍ୟକାରୀକରି ସଙ୍କଟର ମୁକାବିଲା କରିଥାନ୍ତି। ଏଭଳି ସ୍ଥିତିରେ ବେଳେବେଳେ ପ୍ରଯୁକ୍ତି…

LPG ପରେ ଏବେ ପେଟ୍ରୋଲ-ଡିଜେଲକୁ ନେଇ ବଡ଼ ଖବର, ଜାରି ହେଲା ନୂଆ ମୂଲ୍ୟ

ନୂଆଦିଲ୍ଲୀ,୧।୮: ଆଜିଠାରୁ ନୂତନ ମାସ ଅର୍ଥାତ୍‌ ଅଗଷ୍ଟ ୧, ୨୦୨୬ର ଶୁଭାରମ୍ଭ ହୋଇଯାଇଛି। ସକାଳୁ ସକାଳୁ ଯେଉଁଠାରେ କମର୍ସିଆଲ ଏଲପିଜି ସିଲିଣ୍ଡରର ଦର ହ୍ରାସ ପାଇଥିବାର ଖବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri