Posted inଜାତୀୟ

ତଓ୍ବାଙ୍ଗରେ ସ୍ଥାପନ ହେବ ୨୩ ନୂଆ ମୋବାଇଲ ଟାଓ୍ବାର…

ନୂଆଦିଲ୍ଲୀ,୨୧।୧୨ : ଅରୁଣାଚଳପ୍ରଦେଶର ତୱାଙ୍ଗ ସେକ୍ଟରରେ ଚାଇନା ସୈନିକଙ୍କ ସହ ସଂଘର୍ଷ ପରେ ଭାରତ ସରକାର ଏକ ବଡ ନିଷ୍ପତ୍ତି ନେଇଛନ୍ତି। ଏଲଏସିରେ ଉନ୍ନତ ସଂଯୋଗ ପାଇଁ ସରକାର ୨୩ ଟି ନୂଆ ମୋବାଇଲ ଟାୱାର ସ୍ଥାପନ କରିବାକୁ ଯାଉଛନ୍ତି। ତୱାଙ୍ଗ ଜିଲାର ଜଣେ ବରିଷ୍ଠ ଅଧିକାରୀ କହିଛନ୍ତି ଯେ ଡିସେମ୍ବର ୯ ରେ ୟାଙ୍ଗତ୍ସୋରେ ଭାରତ-ଚାଇନା ସୈନ୍ୟଙ୍କ ସଂଘର୍ଷ ପରେ ଏହି ନିଷ୍ପତ୍ତି ନିଆଯାଇଛି।

ତୱାଙ୍ଗ ଡେପୁଟି କମିଶନର କେ.ଏନ ଦାମୋ କହିଛନ୍ତି ଯେ ସରକାରଙ୍କ ନିଷ୍ପତ୍ତି ଅନୁଯାୟୀ, ବିଏସଏନଏଲ ଏବଂ ଭାରତୀ ଏୟାରଟେଲ ତୱାଙ୍ଗରେ ସଂଯୋଗକୁ ସୁଦୃଢ଼  କରିବା ପାଇଁ ୨୩ଟି ନୂଆ ମୋବାଇଲ ଟାୱାର ସ୍ଥାପନ କରିବେ।

ଅଧିକାରୀ କହିଛନ୍ତି ଯେ ଏହି ଅଞ୍ଚଳରେ ଥିବା ମୋବାଇଲ ଟାୱାରଗୁଡିକ ଆବଶ୍ୟକୀୟ ସୁବିଧା ଯୋଗାଇବାରେ ସକ୍ଷମ ନୁହଁନ୍ତି। ଏହି କାରଣରୁ, ପ୍ରତିରକ୍ଷା ବାହିନୀ ସହିତ ସୀମା ଅଞ୍ଚଳରେ ରହୁଥିବା ସାଧାରଣ ନାଗରିକମାନେ ମଧ୍ୟ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ଏଭଳି ପରିସ୍ଥିତିରେ ସରକାର ଏହି ନିଷ୍ପତ୍ତି ନେଇଛନ୍ତି। ପୂର୍ବରୁ ସୀମା ଅଞ୍ଚଳରେ କୌଣସି ମୋବାଇଲ ନେଟୱାର୍କ ନ ଥିଲା। କିନ୍ତୁ ବର୍ତ୍ତମାନ ପରିସ୍ଥିତି ବଦଳିଛି ଏବଂ ବୁମ-ଲା ଏବଂ ଓ୍ବାଇ-ଜଙ୍କସନରେ ଇଣ୍ଟରନେଟ ସେବା ଏବଂ ମୋବାଇଲ ସଂଯୋଗ ମଧ୍ୟ ରହିଛି ବୋଲି ଅଧିକାରୀ କହିଛନ୍ତି। ତଥାପି, ଏଥିରେ ଅଧିକ ଉନ୍ନତି ଆବଶ୍ୟକ ।

ଅଧିକାରୀ କହିଛନ୍ତି, ତୱାଙ୍ଗ ଜିଲା ପ୍ରଶାସନ ପକ୍ଷରୁ ୪୩ ଟି ନୂଆ ଟାଓ୍ବାର ସ୍ଥାପନ ପାଇଁ ଦାବି କରାଯାଇଥିଲା। ତେବେ ୨୩ ଟି ନୂଆ ଟାୱାର ସ୍ଥାପନ ପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ଶୀତଦିନେ ପାହାଡ ଅଞ୍ଚଳରେ ତୁଷାରପାତ ହେଉଥିବାରୁ ମୋବାଇଲ ଟାୱାର ସ୍ଥାପନ କରିବା ଏକ ଚ୍ୟାଲେଞ୍ଜ ହେବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମେଟ୍ରୋରେ ପ୍ରେମିକା ସହ ଧରାପଡ଼ିଲେ ପୁଅ; ସେଠାରେ ହିଁ ‘ନିର୍ବନ୍ଧ’ କରାଇଦେଲେ ମା’

ନୂଆଦିଲ୍ଲୀ,୮ା୨: ସୋସିଆଲ ମିଡିଆରେ ଏବେ ଏକ ଅଜବ ତଥା ମଜାଦାର ଭିଡିଓ ବେଶ୍ ଭାଇରାଲ ହେବାରେ ଲାଗିଛି। ଜଣେ ମା’ ନିଜ ପୁଅକୁ ତାଙ୍କ ପ୍ରେମିକାଙ୍କ ସହ…

ସଚିନ ତେନ୍ଦୁଲକରଙ୍କ ଫିଡର ସେଣ୍ଟର ନେଟ୍ସ ପାଇଁ ଆଦିଦେବ ମନୋନୀତ

କେନ୍ଦୁଝର,୮ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଓଡ଼ିଶା କ୍ରିକେଟ ଆସୋସିଏଶନ ଆନୁକୂଲ୍ୟରେ ଅନୁଷ୍ଠିତ ହେଉଥିବା ୧୪ବର୍ଷରୁ କମ୍‌ କ୍ରିକେଟରେ କେନ୍ଦୁଝର ଜିଲାର ଏକମାତ୍ର ଖେଳାଳି ଭାବେ ଆଦିଦେବ ସାହୁ ସଚିନ…

ପେଟ୍ରୋଲଠାରୁ କେତେ ଶସ୍ତା CNG କାର୍‌? ୧୦ ଲକ୍ଷ ମଧ୍ୟରେ କେଉଁଟି ଭଲ…ନୂଆ କାର୍‌ କିଣିବାକୁ ଥିଲେ…

ନୂଆଦିଲ୍ଲୀ,୮।୨: ଭାରତରେ ନୂଆ କାର୍‌ କିଣିବା ସମୟରେ ଅଧିକାଂଶ ଲୋକଙ୍କ ମନରେ ଏକ ପ୍ରଶ୍ନ ଆସେ ଯେ ପେଟ୍ରୋଲ କାର୍‌ ନେବେ ନା ସିଏନଜି (CNG) କାର୍‌?…

ବିଦ୍ୟାଳୟରୁ ଛାତ୍ର ନିଖୋଜ ଘଟଣା: ନିଆଁ ପୁଉଁଥିବାବେଳେ ଏମିତି ପଡ଼ିଲେ ଧରା

ଦାରିଙ୍ଗବାଡ଼ି,୮ା୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ସରକାରୀ ଉନ୍ନୀତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରୁ ନବମ ଛାତ୍ର ନିଖୋଜ ଛାତ୍ର କିଷାନ ବେହେରା ୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ…

ରାତିରେ ପ୍ରେମିକଙ୍କ ସହ ଯୁବତୀଙ୍କୁ ଦେଖିଦେଲେ ଗ୍ରାମବାସୀ, ମାଡ଼ ମାରି କଲେ ଭିଡିଓ ଭାଇରାଲ…ଲୋକଲଜ୍ଜା ସହି ନ ପାରି…

ବେତିଆ,୮।୨: ବିହାରର ପଶ୍ଚିମ ଚମ୍ପାରଣ ଜିଲାର ଶିକାରପୁର ଥାନା ଅଞ୍ଚଳର ଏକ ଗାଁରୁ ଏକ ଚକିତ କଲାଭଳି ଘଟଣା ଘଟିଛି। ପ୍ରେମରେ ପଡ଼ିଥିବା ଜଣେ ଯୁବତୀ ମାନସିକ…

୧୩ ବରିଷ୍ଠ ରାଜସ୍ବ ସହାୟକଙ୍କୁ ସେକ୍ସନ ଅଫିସର ପଦବୀକୁ ପଦୋନ୍ନତି

କୋରାପୁଟ,୮ା୨(ଅମିତାଭ ବେହେରା): କୋରାପୁଟ ଜିଲାର ବିଭିନ୍ନ ବିଭାଗରେ କାର୍ଯ୍ୟ କରୁଥିବା ବରିଷ୍ଠ ରାଜସ୍ବ ସହାୟକଙ୍କ ମଧ୍ୟରୁ ୧୩ ଜଣଙ୍କୁ ଜିଲାପାଳ ମନୋଜ ସତ୍ୟବାନ ମହାଜନ ସେକ୍ସନ ଅଫିସର…

ଜାମ୍ମୁ-କାଶ୍ମୀର ବଜେଟକୁ ସମାଲୋଚନା କଲେ ଭାଜପା ବିଧାୟିକା; ଶାସକ ଦଳର ବିଧାୟକ କଲେ ପ୍ରଶଂସା

ଶ୍ରୀନଗର,୮ା୨: ଜାମ୍ମୁ-କାଶ୍ମୀର ବିଧାନସଭାରେ ଦେଖିବାକୁ ମିଳିଛି ଏକ ବିରଳ ଦୃଶ୍ୟ। ଭାଜପା ବିଧାୟିକା ଦେବୟାନୀ ରାଣା ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲାଙ୍କ ବଜେଟକୁ କଡ଼ା ସମାଲୋଚନା କରିଥିଲେ। ଯାହାକୁ…

ଶିକ୍ଷକ କର୍ମଶାଳା ପାଲଟିଲା ରଣାଙ୍ଗନ: ପ୍ରଧାନଶିକ୍ଷକଙ୍କ ଉନ୍ମତ୍ତ କାଣ୍ଡ, ଅଶ୍ଳୀଳ ଭାଷା କହି…

ପରଜଙ୍ଗ,୮ା୨(ନିଗମାନନ୍ଦ ଦଳବେହେରା): ବିଦ୍ୟାଳୟରେ ଚାଲିଥିଲା ପାଞ୍ଚଦିନିଆ ଶିକ୍ଷକ କର୍ମଶାଳା। ଭାଗ ନେଇଥିଲେ ୫୦ରୁ ଊର୍ଦ୍ଧ୍ୱ ଶିକ୍ଷକ ଓ ଶିକ୍ଷୟିତ୍ରୀ। କିନ୍ତୁ ହଠାତ୍‌ କର୍ମଶାଳା ପାଲଟିଲା ରଣାଙ୍ଗନ। ନିଶାସକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri