ରାଜ୍ୟରୁ ଆଉ ୨୩ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୨ା୧(ବ୍ୟୁରୋ): ରବିବାର ରାଜ୍ୟରୁ ଆଉ ୨୩ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଲାଇଫ୍‌ ସାଇନ୍‌ସେସ୍‌ (ଆଇଏଲଏସ) ପକ୍ଷରୁ ସ୍ବାସ୍ଥ୍ୟ ବିଭାଗକୁ ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ୩୭କୁ ବୃଦ୍ଧି ପାଇଛି।

ଏହି ଆକ୍ରାନ୍ତମାନଙ୍କ ମଧ୍ୟରେ ଉଭୟ ବିଦେଶ ଫେରନ୍ତା ଓ ସ୍ଥାନୀୟ ଲୋକ ରହିଛନ୍ତି। ତେବେ ସେମାନଙ୍କ ମଧ୍ୟରୁ କେତେ ଜଣ ବିଦେଶରୁ ଫେରିଥିଲେ ତାହା ଜଣାପଡ଼ିନାହିଁ।