୨୩ ଓମିକ୍ରନ ଆକ୍ରାନ୍ତଙ୍କ ମଧ୍ୟରେ ୧୨ ଜଣଙ୍କ ନାହିଁ ବିଦେଶ ଲିଙ୍କ୍‌

ଭୁବନେଶ୍ୱର,୨।୧(ବ୍ୟୁରୋ): ରାଜ୍ୟରେ ‘ଓମିକ୍ରନ’ କାୟାବିସ୍ତାର କରିବାରେ ଲାଗିଛି। ଓଡ଼ିଶାରେ ଦିନକରେ ୨୩ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ୩୭ରେ ପହଞ୍ଚତ୍ଛି। ଏ ନେଇ ରବିବାର ଜୀବ ବିଜ୍ଞାନ ପ୍ରତିଷ୍ଠାନ(ଆଇଏଲ୍‌ଏସ୍‌) ପକ୍ଷରୁ ସ୍ବାସ୍ଥ୍ୟ ବିଭାଗକୁ ସୂଚନା ଦିଆଯାଇଛି।

ମିଳିଥିବା ସୂଚନା ମୁତାବକ, ରବିବାର ୩୯ଜଣଙ୍କ ଜିନୋମ ସିକ୍ୱେନ୍ସିଂ ପରୀକ୍ଷା କରାଯାଇଥିଲା। ସେମାନଙ୍କ ମଧ୍ୟରୁ ୨୩ ଜଣ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୧୧ ବିଦେଶ ଫେରନ୍ତା, ୧୨ ସ୍ଥାନୀୟ ସଂକ୍ରମିତ ରହିଛନ୍ତି। ୧୧ଜଣ ବିଦେଶ ଫେରନ୍ତାଙ୍କ ମଧ୍ୟରେ ଫିନ୍‌ଲାଣ୍ଡ୍‌, ଓମାନ, ସାଉଦି ଆରବ, ଦୁବାଇ ଓ ସିରିଆରୁ ଆସିଛନ୍ତି। ୧୨ ସ୍ଥାନୀୟ ସଂକ୍ରମିତଙ୍କ ମଧ୍ୟରେ ୨ଜଣ ଫିନ୍‌ଲାଣ୍ଡ ଫେରନ୍ତାଙ୍କ କଣ୍ଟାକ୍ଟରେ ଆସିଥିବା ଜଣାପଡ଼ିଛି।

ନୂଆ ଆକ୍ରାନ୍ତଙ୍କ ବିଷୟରେ ସ୍ବାସ୍ଥ୍ୟ ବିଭାଗର ନିର୍ଦ୍ଦେଶକ ଡା. ବିଜୟ ମହାପାତ୍ର କହିଛନ୍ତି, ୨୩ ଓମିକ୍ରନ ଆକ୍ରାନ୍ତଙ୍କ ମଧ୍ୟରୁ ୪ ଜଣ ମହିଳା ଥିବା ବେଳେ ୧୯ ଜଣ ପୁରୁଷ ଅଛନ୍ତି। ସମସ୍ତ ଚିହ୍ନଟଙ୍କ ବୟସ ୮ରୁ ୮୩ ବର୍ଷ ଯାଏ ରହିଛି। ତେବେ କେନ୍ଦୁଝର ଜିଲାରେ ସର୍ବାଧିକ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୨୩ ଜଣ ମଧ୍ୟରୁ କେନ୍ଦୁଝରରୁ ୭ଜଣ ଚିହ୍ନଟ ହୋଇଥିବା ବେଳେ ଖୋର୍ଦ୍ଧା ଜିଲାରୁ ୪, ସମ୍ବଲପୁର ଓ ପୁରୀ ଜିଲାରୁ ୩ ଜଣ, ଅନୁଗୋଳ ଓ ବୌଦ୍ଧ ଜିଲାରୁ ୨ ଜଣ ଏବଂ ଜଗତସିଂହପୁର ଓ ବାଲେଶ୍ୱର ଜିଲାରୁ ଜଣେ ଲେଖାଏ ଚିହ୍ନଟ ହୋଇଛନ୍ତି। ତେବେ ଆକ୍ରାନ୍ତଙ୍କ ଭିତରେ ସାମାନ୍ୟ ଲକ୍ଷଣ ଦେଖା ଦେଇଛି। ସମସ୍ତଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ରହିଛି। ସ୍ଥାନୀୟ ଆକ୍ରାନ୍ତଙ୍କ ଟ୍ରାଭେଲ ହିଷ୍ଟ୍ରି ଯାଞ୍ଚ ଚାଲିଥିବା ସ୍ବାସ୍ଥ୍ୟ ନିର୍ଦ୍ଦେଶକ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?