୨୩ ଓମିକ୍ରନ ଆକ୍ରାନ୍ତଙ୍କ ମଧ୍ୟରେ ୧୨ ଜଣଙ୍କ ନାହିଁ ବିଦେଶ ଲିଙ୍କ୍‌

ଭୁବନେଶ୍ୱର,୨।୧(ବ୍ୟୁରୋ): ରାଜ୍ୟରେ ‘ଓମିକ୍ରନ’ କାୟାବିସ୍ତାର କରିବାରେ ଲାଗିଛି। ଓଡ଼ିଶାରେ ଦିନକରେ ୨୩ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ୩୭ରେ ପହଞ୍ଚତ୍ଛି। ଏ ନେଇ ରବିବାର ଜୀବ ବିଜ୍ଞାନ ପ୍ରତିଷ୍ଠାନ(ଆଇଏଲ୍‌ଏସ୍‌) ପକ୍ଷରୁ ସ୍ବାସ୍ଥ୍ୟ ବିଭାଗକୁ ସୂଚନା ଦିଆଯାଇଛି।

ମିଳିଥିବା ସୂଚନା ମୁତାବକ, ରବିବାର ୩୯ଜଣଙ୍କ ଜିନୋମ ସିକ୍ୱେନ୍ସିଂ ପରୀକ୍ଷା କରାଯାଇଥିଲା। ସେମାନଙ୍କ ମଧ୍ୟରୁ ୨୩ ଜଣ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୧୧ ବିଦେଶ ଫେରନ୍ତା, ୧୨ ସ୍ଥାନୀୟ ସଂକ୍ରମିତ ରହିଛନ୍ତି। ୧୧ଜଣ ବିଦେଶ ଫେରନ୍ତାଙ୍କ ମଧ୍ୟରେ ଫିନ୍‌ଲାଣ୍ଡ୍‌, ଓମାନ, ସାଉଦି ଆରବ, ଦୁବାଇ ଓ ସିରିଆରୁ ଆସିଛନ୍ତି। ୧୨ ସ୍ଥାନୀୟ ସଂକ୍ରମିତଙ୍କ ମଧ୍ୟରେ ୨ଜଣ ଫିନ୍‌ଲାଣ୍ଡ ଫେରନ୍ତାଙ୍କ କଣ୍ଟାକ୍ଟରେ ଆସିଥିବା ଜଣାପଡ଼ିଛି।

ନୂଆ ଆକ୍ରାନ୍ତଙ୍କ ବିଷୟରେ ସ୍ବାସ୍ଥ୍ୟ ବିଭାଗର ନିର୍ଦ୍ଦେଶକ ଡା. ବିଜୟ ମହାପାତ୍ର କହିଛନ୍ତି, ୨୩ ଓମିକ୍ରନ ଆକ୍ରାନ୍ତଙ୍କ ମଧ୍ୟରୁ ୪ ଜଣ ମହିଳା ଥିବା ବେଳେ ୧୯ ଜଣ ପୁରୁଷ ଅଛନ୍ତି। ସମସ୍ତ ଚିହ୍ନଟଙ୍କ ବୟସ ୮ରୁ ୮୩ ବର୍ଷ ଯାଏ ରହିଛି। ତେବେ କେନ୍ଦୁଝର ଜିଲାରେ ସର୍ବାଧିକ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୨୩ ଜଣ ମଧ୍ୟରୁ କେନ୍ଦୁଝରରୁ ୭ଜଣ ଚିହ୍ନଟ ହୋଇଥିବା ବେଳେ ଖୋର୍ଦ୍ଧା ଜିଲାରୁ ୪, ସମ୍ବଲପୁର ଓ ପୁରୀ ଜିଲାରୁ ୩ ଜଣ, ଅନୁଗୋଳ ଓ ବୌଦ୍ଧ ଜିଲାରୁ ୨ ଜଣ ଏବଂ ଜଗତସିଂହପୁର ଓ ବାଲେଶ୍ୱର ଜିଲାରୁ ଜଣେ ଲେଖାଏ ଚିହ୍ନଟ ହୋଇଛନ୍ତି। ତେବେ ଆକ୍ରାନ୍ତଙ୍କ ଭିତରେ ସାମାନ୍ୟ ଲକ୍ଷଣ ଦେଖା ଦେଇଛି। ସମସ୍ତଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ରହିଛି। ସ୍ଥାନୀୟ ଆକ୍ରାନ୍ତଙ୍କ ଟ୍ରାଭେଲ ହିଷ୍ଟ୍ରି ଯାଞ୍ଚ ଚାଲିଥିବା ସ୍ବାସ୍ଥ୍ୟ ନିର୍ଦ୍ଦେଶକ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚତୁର୍ଥ ଲଘୁଚାପରୁ ବନ୍ୟା ଆଶଙ୍କା

ଭୁବନେଶ୍ୱର,୨୭ା୭(ଅନୁରାଧା ମହାରଣା): ଲଘୁଚାପ ପ୍ରଭାବରେ ଓଡ଼ିଶାରେ ତୁହାକୁ ତୁହା ବର୍ଷା ଲାଗିରହିଥିବାବେଳେ ପ୍ରାୟ ସବୁ ଜିଲାରେ ସ୍ଥିତି ବିଗିଡ଼ିବାରେ ଲାଗିଛି। ବର୍ଷା ଯୋଗୁ ବିଲବାଡ଼ି ଜଳାର୍ଣ୍ଣବ...

ବଢ଼ିପାରେ ମଧ୍ୟାହ୍ନଭୋଜନ ମୁଣ୍ଡ ପିଛା ଖର୍ଚ୍ଚ

ଭୁବନେଶ୍ୱର,୨୭ା୭(ଅନିଲ ଦାସ): ସ୍କୁଲରେ ଛାତ୍ରୀଛାତ୍ରମାନଙ୍କୁ ଦିଆଯାଉଥିବା ମଧ୍ୟାହ୍ନଭୋଜନ ମୁଣ୍ଡପିଛା ମୂଲ୍ୟ ବଢ଼ିପାରେ। ଏ ନେଇ ରାଜ୍ୟ ସରକାର ଚିନ୍ତା କରୁଛନ୍ତି। ବିଜେଡି ସଭ୍ୟ ରଣେନ୍ଦ୍ର ପ୍ରତାପ...

ଆଳୁ ଅଭାବ: ଦର ବଢ଼ିଲା

ଭୁବନେଶ୍ୱର, ୨୭।୭(ସୁନିତ୍‌ ମିଶ୍ର): ସପ୍ତାହକ ମଧ୍ୟରେ ଆଳୁ ଦର ୧୫ ଟଙ୍କାରୁ ଅଧିକ ବୃଦ୍ଧି ପାଇସାରିଲାଣି। ଆଳୁ ଏବେ କେଉଁଠି ୪୫ ଟଙ୍କା ତ ଆଉ...

ସରକାର ନିଜ ଦୋଷ ଲୁଚାଉଛନ୍ତି: ବିରୋଧୀ

ଭୁବନେଶ୍ୱର,୨୭ା୭(ଅନିଲ ଦାସ): ରଥ ଉପରୁ ବଡ଼ ଠାକୁର ଖସିପଡ଼ିବା, ଦଳାଚକଟାରେ ଜଣଙ୍କ ମୃତ୍ୟୁ ହେବା, ଟ୍ରାଫିକ ଅବ୍ୟବସ୍ଥା, ଅଣ ସେବାୟତ ରଥ ଉପରେ ଚଢ଼ିବା ପ୍ରସଙ୍ଗକୁ...

ବିଜେଡି ସରକାରର ବଜେଟଠାରୁ ଏଥର ୧୫% ଅଧିକ: ସମୀର

ଭୁବନେଶ୍ୱର, ୨୭।୭(ସୁନିତ୍‌ ମିଶ୍ର): ନୂତନ ରାଜନୈତିକ ସଂସ୍କୃତିର ପ୍ରତିଷ୍ଠାକରି ଭାଜପା ପ୍ରଥମ ଥର ଓଡ଼ିଶାରେ ସରକାର ଗଠନ କରିଛି। ଭାଜପା ସରକାରର ପ୍ରଥମ ବଜେଟ ଓଡ଼ିଶା...

ଆମ ଓଡ଼ିଶା ନବୀନ ଓଡ଼ିଶା ଯୋଜନାକୁ ନେଇ ବିରୋଧୀ-ଶାସକ ମୁହାଁମୁହିଁ

ଭୁବନେଶ୍ୱର,୨୭।୭(ଅନିଲ ଦାସ): ଆମ ଓଡ଼ିଶା ନବୀନ ଓଡ଼ିଶା ଯୋଜନାକୁ ନେଇ ବିଜେଡି -ଭାଜପା ବିଧାନସଭାରେ ମୁହାଁମୁହିଁ ହୋଇଛନ୍ତି। ଯୋଜନାର ନଁା ବଦଳିବାକୁ ନେଇ ବିଜେଡି ବିଧାୟକ...

ସୃଷ୍ଟି ହେଲା ଆଉ ଏକ ଲଘୁଚାପ, ପ୍ରବଳ ବର୍ଷିବ

ଭୁବନେଶ୍ୱର, ୨୬ା୭(ଅନୁରାଧା ମହାରଣା) – ଲଘୁଚାପ ପ୍ରଭାବରେ ଓଡ଼ିଶାରେ ତୁହାକୁ ତୁହା ବର୍ଷା ଲାଗିରହିଥିବାବେଳେ ପ୍ରାୟ ସବୁ ଜିଲାରେ ସ୍ଥିତି ବିଗିଡ଼ିବାରେ ଲାଗିଛି। ବର୍ଷା ଯୋଗୁ...

ମମତାଙ୍କୁ ଚିଠି ଲେଖିବା ନେଇ ନବୀନଙ୍କୁ ଟାର୍ଗେଟ କଲା ଭାଜପା

ଭୁବନେଶ୍ୱର, ୨୬।୭(ସୁନିତ୍‌ ମିଶ୍ର): ନିଜ ୨୪ ବର୍ଷ ଶାସନରେ ନବୀନ ପଟ୍ଟନାୟକଙ୍କ ନେତୃତ୍ୱାଧୀନ ବିଜେଡି ସରକାର ଓଡ଼ିଶାକୁ କୌଣସି କ୍ଷେତ୍ରରେ ଆତ୍ମନିର୍ଭରଶୀଳ ରାଜ୍ୟ ଭାବେ ଗଢ଼ି...

Advertisement
Mettle Meet 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri