ଆନ୍ଧ୍ରରୁ ଫେରୁଛନ୍ତି ୨୩ ଦାଦନ ଶ୍ରମିକ

କେନ୍ଦ୍ରାପଡ଼ା ଅଫିସ, ୨୨ା୩: କେନ୍ଦ୍ରାପଡ଼ା ଜିଲାର ଦାଦନ ଶ୍ରମିକ ନିର୍ଯାତନା କାହାଣୀ ପୁଣି ଥରେ ଦେଖିବାକୁ ମିଳିଛି। ପଟ୍ଟାମୁଣ୍ଡାଇ ବ୍ଲକ ଷଣ୍ଢପଲ୍ଲୀର ୨୩ ଜଣ ଯୁବତୀ ଓ ମହିଳା ଦାଦନ ଶ୍ରମିକ ଆନ୍ଧ୍ରପ୍ରଦେଶ ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନଙ୍କ ହସ୍ତକ୍ଷେପ ପରେ ଫେରୁଛନ୍ତି। ଏ ସମ୍ପର୍କରେ ଗ୍ରାମର ଅରୂପାନନ୍ଦ ମଲ୍ଲିକ, କନକପ୍ରଭା ମଲ୍ଲିକ, ସଞ୍ଜୁଲତା ସେଠୀ ପ୍ରମୁଖ କହିଛନ୍ତି, ଆନ୍ଧ୍ରପ୍ରଦେଶ ରାଜମନ୍ଦ୍ରି ଜିଲା ଅନ୍ତର୍ଗତ ଫାଲକୁଲର ସନ୍ଧ୍ୟା ମେରାଇନ୍ସ ଚିଙ୍ଗୁଡି ଫାର୍ମରେ କର୍ମ ନିଯୁକ୍ତି ପାଇଁ ଯାଇଥିଲେ। ଏମାନଙ୍କୁ ଆଳିର ଜଣେ ଠିକାଦାର ନେଇ ସେଠାରେ ପହଞ୍ଚାଇଥିଲେ। ତେବେ ସମ୍ପୃକ୍ତ ଫାର୍ମ ମାଲିକ ସେମାନଙ୍କୁ ୧୨ ଘଣ୍ଟା ଖଟାଇବା ସହ ମଜୁରି ଦେଉ ନ ଥିବା ଖବର ସେଠାରୁ ଖସି ଆସିଥିବା ଜଣେ ଯୁବତୀଙ୍କଠାରୁ ସୂଚନା ମିଳିଥିଲା। ଏପରିକି ସମ୍ପୃକ୍ତା ଯୁବତୀଙ୍କୁ ମାରଣାସ୍ତ୍ରରେ ଆକ୍ରମଣ ସହ ଯୌନ ନିର୍ଯାତନା ଦିଆଯିବ ବୋଲି ଧମକ ମିଳୁଥିଲା। ଏ ନେଇ ସମ୍ପୃକ୍ତ ଠିକାଦାର ଓ ଫାର୍ମ ମାଲିକଙ୍କୁ ଯୋଗାଯୋଗ କରାଯାଇଥିଲେ ମଧ୍ୟ ଫୋନ ସଂଯୋଗ ହୋଇ ନ ଥିଲା। ଗୁରୁବାର ଏ ସମ୍ପର୍କରେ ରାଜ୍ୟପାଳ ହରିଚନ୍ଦନ ଜାଣିବା ପରେ ଦକ୍ଷିଣ ଗୋଦାବରୀର ଏସ୍‌ପି କେ. ନାରାୟଣ ନାଏକଙ୍କୁ ତଦନ୍ତ ସହ ଉଦ୍ଧାର ପାଇଁ ନିର୍ଦ୍ଦେଶ ଦେଇଥିଲେ। ଏସ୍‌ପି, ନର୍ସାପୁରମ ଡିଏସ୍‌ପି ପି. ବିରଞ୍ଜନେୟ ରେଡ୍ଡୀ ଘଟଣାସ୍ଥଳରେ ପହଞ୍ଚତ୍ ଯୁବତୀଙ୍କୁ ଉଦ୍ଧାର କରାଯିବା ପରେ ଶୁକ୍ରବାର ବସ ଯୋଗେ ସେମାନଙ୍କୁ ପଠାଇ ଦିଆଯାଇଛି। ଫାର୍ମ ମାଲିକଙ୍କ ବିରୋଧରେ ଏକ ମାମଲା ରୁଜୁ ହୋଇଛି ବୋଲି ସେମାନେ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୧୦ ଦଫା ଦାବି ନେଇ ଡାକ୍ତରଙ୍କ ଧର୍ମଘଟ, ସରକାର ଆମ ଦାବି ପୂରଣ ନ କଲେ…

କେସିଙ୍ଗା,୧ା୭(ତୁମେଶ୍ୱର ସାହୁ): ଜୁଲାଇ ୧ରେ ଡାକ୍ତର ଦିବସରେ ଓଡ଼ିଶା ମେଡିକାଲ ସର୍ଭିସ ଆସୋସିଏଶନର ନିର୍ଦ୍ଦେଶ କ୍ରମେ କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ ବୁଧବାରଠାରୁ ଆରମ୍ଭ…

ପାଟପୁର ଥାନା ପକ୍ଷରୁ ନିଆରା ପ୍ରୟାସ, ନିଶା ଦ୍ରବ୍ୟ ସେବନ ବିରୋଧରେ ନେଲେ ଶପଥ 

ଦିଗପହଣ୍ଡି,୧ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଆମ ପୋଲିସ ସମିତି ପକ୍ଷରୁ ବୁଧବାର ନିଶାମୁକ୍ତ ଓଡ଼ିଶା ଅଭିଯାନ ଆନୁକୁଲ୍ୟରେ ସଚେତନତା ସଭା…

ସମ୍ପର୍କରେ କଳଙ୍କ: ନାବାଳିକା ଶାଳୀଙ୍କୁ ଗର୍ଭବତୀ କଲେ ଭିଣୋଇ, ଏମିତି ଧରାପଡିଲା…

ପାରଳାଖେମୁଣ୍ଡି,୧ା୭(ଗିରିଧାରୀ ପରିଛା): ଗଜପତି ଜିଲା ଗାରାବନ୍ଧ ଥାନା ଅନ୍ତର୍ଗତ ରାୟଗଡ଼ ବ୍ଲକର ସାନ ଅନତାରସିଂ ଗ୍ରାମରୁ ଏକ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି । ଜଣେ ବିବାହିତ…

ଦାୟିତ୍ୱ ଗ୍ରହଣ କଲେ ନୂଆ ଯୋଗାଣ ଅଧିକାରୀ, କହିଲେ ସମସ୍ତ କାର୍ଯ୍ୟକୁ ଦୁର୍ନୀତିମୁକ୍ତ କରିବା ସହ…

ଛତ୍ରପୁର,୧ା୭(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାର ମୁଖ୍ୟ ଜିଲା ଯୋଗାଣ ଅଧିକାରୀ ଭାବେ ବସନ୍ତ କୁମାର ପଣ୍ଡା ବୁଧବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ସେ ପୂର୍ବରୁ କେନ୍ଦୁଝର ମୁଖ୍ୟ…

କ୍ୟାବିନେଟ୍‌ ବୈଠକ ପରେ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ଆର୍ଥିକ ସମସ୍ୟା ପାଇଁ କେହି ଶିକ୍ଷାରୁ…

ଭୁବନେଶ୍ବର,୧ା୭: କ୍ୟାବିନେଟ୍‌ରେ ୧୨ଟି ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି । ଏନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୂଚନା ଦେଇଛନ୍ତି । ନାମଲେଖା ପାଇଁ ଛାତ୍ରୀଛାତ୍ରଙ୍କୁ କୌଣସି ଦେୟ…

ଇନ୍‌ଷ୍ଟାଗ୍ରାମରୁ ପ୍ରେମ, ବିବାହ ପାଇଁ ଜିଦ୍‌ କରିବାରୁ ପ୍ରେମିକାଙ୍କୁ ହତ୍ୟା, ପୋଲିସ ଆଗରେ ପ୍ରେମିକ କହିଲେ ପୂରା ଘଟଣା…

ହାଟଡିହୀ/ଛେନାପଦୀ,୧ା୭(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): ପଶ୍ଚିମବଙ୍ଗ ପ୍ରେମିକାକୁ ଓଡ଼ିଶା ଡକାଇ ଝାଡ଼ଖଣ୍ଡ ପ୍ରେମିକ କେନ୍ଦୁଝର ଜିଲା ସୋସୋ ଥାନା ଅଞ୍ଚଳରେ ଗତ ମଙ୍ଗଳବାର ହତ୍ୟା କରିଥିବା ଘଟଣାରେ ପର୍ଦାଫାଶ…

ରେକର୍ଡ ଭାଙ୍ଗିବେ ଆଲିଆ

ମୁମ୍ବାଇ: ଚଳଚ୍ଚିତ୍ର ‘ଆଲ୍‌ଫା’ରେ ଅଭିନେତ୍ରୀ ଆଲିଆ ଭଟ୍ଟ ଏକ ଜବରଦସ୍ତ ଅଭିନୟ କରିଛନ୍ତି। ଏହି ଚଳଚ୍ଚିତ୍ରରେ ଆଲିଆ ଏବଂ ଶର୍ବରୀ ଓ୍ବାଘ୍‌ ଆକ୍ସନ ଭୂମିକାରେ ଅଭିନୟ କରିଛନ୍ତି।…

କର୍ଲାମୁଣ୍ତା କଅଁସିଲ ଗ୍ରାମରେ ଫେଲ୍ ମାରିଛି ବସୁଧା ଯୋଜନା, ବିଡ଼ିଓଙ୍କ ଦ୍ବାରସ୍ଥ ହେଇ ଗ୍ରାମବାସୀ କହିଲେ….

ରିଷିଡା,୧।୭(ସୁଶାନ୍ତ ମଲ୍ଲିକ): ବିଡ଼ିଓଙ୍କ ଦ୍ବାରସ୍ଥ ହେଲେ କଳାହାଣ୍ଡି ଜିଲା କର୍ଲାମୁଣ୍ତା ବ୍ଲକ କଅଁସିଲ ଗ୍ରାମର ଗ୍ରାମବାସୀ। ଲୋକଙ୍କୁ ଶୁଦ୍ଧ ପାନୀୟ ଜଳ ଯୋଗାଇବାକୁ ସରକାରଙ୍କ ‘ବସୁଧା ଯୋଜନା’…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri