ଦୁର୍ଗାପୂଜା ପାଇଁ ମୁତୟନ ହେବେ ୨୩୦ ପ୍ଲାଟୁନ୍‌ ଫୋର୍ସ

କଟକ ଅଫିସ,୧ା୧୦: ଚଳିତବର୍ଷ ଦୁର୍ଗାପୂଜାରେ ଶାନ୍ତିଶୃଙ୍ଖଳା ରକ୍ଷା କରିବା ଓ ଅପରାଧ ନିୟନ୍ତ୍ରଣ ପାଇଁ ରାଜ୍ୟ ପୋଲିସ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି। ପ୍ରତି ଜିଲାର ପୋଲିସବାହିନୀ ସହ ଅଧିକ ୨୩୦ ପ୍ଲାଟୁନ୍‌ ଫୋର୍ସ ମୁତୟନ କରାଯାଇଛି। ସେଥିମଧ୍ୟରେ କଟକରେ ୫୦ ପ୍ଲାଟୁନ, ଭୁବନେଶ୍ୱରରେ ୪୦, ବାଲେଶ୍ୱରରେ ୧୯, ଭଦ୍ରକରେ ୧୩, ରାଉରକେଲାରେ ୧୧ ଓ ସମ୍ବଲପୁରରେ ୮ ପ୍ଲାଟୁନ ଫୋର୍ସ ଜିଲା ପୋଲିସକୁ ପୂଜା ପରିଚାଳନାରେ ସହାୟତା କରିବେ। ପୂଜା ପାଇଁ ସେମାନେ ଏକ ସପ୍ତାହ ବ୍ୟାପୀ ଆଇନଶୃଙ୍ଖଳା ପରିସ୍ଥିତି ଉପରେ ନଜର ରଖିବା, ଭିଡ଼ ନିୟନ୍ତ୍ରଣ ସହ ଟ୍ରାଫିକ ପରିଚାଳନା କରିବେ। ଏ ନେଇ ଅତିରିକ୍ତ ଡିଜିପି (ଆଇନ୍‌ଶୃଙ୍ଖଳା) ଆର୍‌. କେ. ଶର୍ମା କହିଛନ୍ତି, ରାଜ୍ୟର ସମ୍ବେଦନଶୀଳ ଅଞ୍ଚଳଗୁଡ଼ିକରେ ଦୁର୍ଗାପୂଜା, ରାବଣ ପୋଡ଼ି ଓ ଭସାଣି ଉତ୍ସବକୁ ଶାନ୍ତିପୂର୍ଣ୍ଣ ଭାବେ ପାଳନ ପାଇଁ ସମସ୍ତ ପ୍ରକାର ବ୍ୟବସ୍ଥା କରାଯାଇଛି। ସାମ୍ପ୍ରଦାୟିକ ହିଂସା, ଅସାମାଜିକ ଓ ଆପରାଧିକ କାର୍ଯ୍ୟକଳାପ ଉପରେ ପୋଲିସର ତୀକ୍ଷ୍ଣ ନଜର ରଖିବାକୁ ସମସ୍ତ ଜିଲା ଆରକ୍ଷୀ ଅଧୀକ୍ଷକଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଏଥିସହ ପୂଜା ମଣ୍ଡପଗୁଡ଼ିକରେ ସୁରକ୍ଷା ଦୃଷ୍ଟିରୁ ସିସିଟିଭି କ୍ୟାମେରା ଲଗାଇବାକୁ ପରାମର୍ଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri