ଗଞ୍ଜାମର ୨,୩୨୮ ଅଙ୍ଗନୱାଡି କେନ୍ଦ୍ରରେ ତାଲା

ଛତ୍ରପୁର,୨୪ା୧୧(ଡି.ଏନ.ଏ.): ଗଞ୍ଜାମ ଜିଲାରେ ୫,୧୬୧ଟି ଅଙ୍ଗନୱାଡି କେନ୍ଦ୍ର ରହଥିବା ବେଳେ ସେଥିମଧ୍ୟରୁ ୨,୩୨୮ ଟି କେନ୍ଦ୍ରରେ ଗତ ୩ ଦିନ ହେଲା ତାଲା ପଡିଛି । ଫଳରେ ଉକ୍ତ କେନ୍ଦ୍ରର ଶିଶୁମାନଙ୍କ ପାଠପଢା ବନ୍ଦ ଥିବା ବେଳେ ସେମାନେ ବିଭିନ୍ନ ସରକାରୀ ଯୋଜନାରୁ ବଞ୍ଚିତ ରହୁଛନ୍ତି। ରାଜ୍ୟ ସରକାର ଓ ଜିଲା ପ୍ରଶାସନର ବାରଣ ସତ୍ତ୍ୱେ ନିଜର ହକ ପାଇଁ ରାଜଧାନୀ ରାଜରାସ୍ତାରେ ଅଙ୍ଗନୱାଡି କର୍ମୀ ଓ ସହାୟିକାମାନେ ଧାରଣାରେ ବସିଛନ୍ତି। ଏବେ ଜିଲାରେ ବଳକା ୨,୮୩୩ଟି ଅଙ୍ଗନଓ୍ବାଡି କେନ୍ଦ୍ର ଖୋଲା ରହିିଛି ।

ଗତ ୨୧ ତାରିଖରୁ ଏକ ନିର୍ଦ୍ଧିଷ୍ଟ ରାଜ୍ୟ ସଂଘର ଡାକରାକ୍ରମେ ଗଞ୍ଜାମ ଜିଲାର ବହୁ କର୍ମୀମାନେ ଆନ୍ଦୋଳନରେ ସାମିଲ ହୋଇଛନ୍ତି। ଯେଉଁ ସବୁ କେନ୍ଦ୍ରଗୁଡିକ ବନ୍ଦ ରହିଛି, ସମ୍ପୃକ୍ତ ଅଞ୍ଚଳର ସିଡିପିଓଙ୍କ ପକ୍ଷରୁ ସେଠାର ଅଙ୍ଗନୱାଡି କର୍ମୀମାନଙ୍କୁ କାରଣ ଦର୍ଶାଅ ନୋଟିସ ଜାରି କରାଯିବ ବୋଲି ଜଣାପଡିଛି । ଅନ୍ୟପକ୍ଷରେ ଗତ ୧୯ ତାରିଖରେ ସମନ୍ବିତ ଶିଶୁ ବିକାଶ ପ୍ରକଳ୍ପ ଅଧିକାରୀଙ୍କ ପକ୍ଷରୁ ସମସ୍ତ କର୍ମୀଙ୍କୁ କାର୍ଯ୍ୟବନ୍ଦ ଆନ୍ଦୋଳନ କରାଗଲେ ମମତା ଦିବସ, ପ୍ରାକ ବିଦ୍ୟାଳୟ ପରିଚାଳନା, ଶିଶୁଙ୍କୁ ଖାଦ୍ୟ ପ୍ରଦାନ, ପୋଷଣ ଟ୍ରାକିଂ ତାଲିକା ଆଦି କାର୍ଯ୍ୟରେ ବାଧାସୃଷ୍ଟି ହେବ ବୋଲି ଚିଠରେ ଅବଗତ କରାଯାଇଥିଲା। ଏହାସତ୍ତ୍ୱେ ଜିଲାରେ ୨୩୨୮ ଟି କେନ୍ଦ୍ରରେ ତାଲା ପଡିଥିବାରୁ ନାନା ସମସ୍ୟା ଉପଜୁଛି। ସେହିପରି ଛତ୍ରପୁରରେ ୨୩୯ ଟି କେନ୍ଦ୍ର ମଧ୍ୟରୁ ୪୭ ଟି କେନ୍ଦ୍ରରେ ତାଲା ପଡିିଛି । କର୍ମୀମାନଙ୍କୁ କାରଣ ଦର୍ଶାଅ ନୋଟିସ ଜାରି କରାଯିବ ବୋଲି ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଉତ୍କଳ ଆଲୁମିନା CSR ପ୍ରତାରଣା ଅଭିଯୋଗ: ଥୁଆମୂଳ ରାମପୁର ବ୍ଲକ କାର୍ଯ୍ୟାଳୟ ଘେରାଉ କଲେ ଶତାଧିକ ଖଣି ପ୍ରଭାବିତ ଅଞ୍ଚଳବାସୀ

ଥୁଆମୂଳ ରାମପୁର, ୭।୭ (ଦୁର୍ଗା କୀର୍ତ୍ତି): ଉତ୍କଳ ଆଲୁମିନା କମ୍ପାନୀର ସାମାଜିକ ଦାୟିତ୍ୱବୋଧ (CSR) କାର୍ଯ୍ୟକ୍ରମରେ ବ୍ୟାପକ ଅନିୟମିତତା ଓ ପ୍ରତିଶ୍ରୁତି ଖିଲାପ ପ୍ରତିବାଦରେ ଆଜି କଳାହାଣ୍ଡି…

ପ୍ରଶାସନିକ ସ୍ତରରେ ବଡ଼ ଅଦଳବଦଳ: କେନ୍ଦୁଝର ଜିଲାର ୧୧ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ବଦଳି

ବଞ୍ଚୋ, ୭।୭(ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲାରେ ପ୍ରଶାସନିକ କାର୍ଯ୍ୟକୁ ଅଧିକ ସୁଚାରୁ ଓ ସୁଦୃଢ଼ ଭାବେ ପରିଚାଳନା କରିବା ପାଇଁ ଏକ ବଡ଼ଧରଣର ଅଦଳବଦଳ…

ନାଖରା ସେତୁରେ ଅଘଟଣ: ବୁଢ଼ାବଳଙ୍ଗ ନଦୀରେ ରିଲ୍ସ କରୁଥିବା ବେଳେ ଭାସିଗଲେ ଯୁକ୍ତ ୨ ଛାତ୍ର, ୪ ସାଙ୍ଗ ଉଦ୍ଧାର

ବୈଶିଙ୍ଗା,୭|୭(ରତନ ଦାଶ ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ବୁଢ଼ାବଳଙ୍ଗ ନଦୀର ନାଖରା ସେତୁ ନିକଟରେ ଏକ ଦୁଃଖଦ ଅଘଟଣ ଘଟିଛି। ନଦୀର ବଢ଼ି ପାଣିରେ…

ମାନସିକ ଭାରସାମ୍ୟ ହରାଇଲେ ଯୁବକ: ନେଲେ ଚରମ ନିଷ୍ପତ୍ତି…

ଦିଗପହଣ୍ଡି,୭|୭(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି.ତୁରୁବୁଡ଼ି ପଞ୍ଚାୟତ ଝରିପଦର ଗ୍ରାମ ଗୌଡ଼ସାହିର   ଜିତେନ୍ଦ୍ର ସେଠୀ (୪୦) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ…

ସମୁଦ୍ର କୂଳରେ ପଥର ବନ୍ଧ ନିର୍ମାଣ ଦାବି: ୭ ଦିନ ମଧ୍ୟରେ ପଦକ୍ଷେପ ନ ନେଲେ…

ଛତ୍ରପୁର, ୭।୭ (ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ସାନ ଆର୍ଯ୍ୟପଲ୍ଲୀ ଅଞ୍ଚଳରେ ଦିନକୁ ଦିନ ସମୁଦ୍ର କୂଳ କ୍ଷୟ ବଢ଼ି ଚାଲିଥିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଭୟ…

ମହାନଦୀରେ ଗାଧୋଉଥିବା ବେଳେ ଭାସିଗଲେ ଯୁବକ, ଖୋଜାଖୋଜି ଜାରି

ବାଙ୍କୀ, ୭।୭: କଟକ ଜିଲା ବାଙ୍କୀ ବ୍ଲକ୍ କାର୍ଯ୍ୟାଳୟ ସମ୍ମୁଖସ୍ଥ ମହାନଦୀ ଘାଟରେ ଏକ ଅଘଟଣ ଘଟିଛି। ନଦୀରେ ଗାଧୋଉଥିବା ବେଳେ ଜଣେ ଯୁବକ ପାଣି ସ୍ରୋତରେ…

ଗାଧୋଇବା ହେଲା କାଳ, ବୁଢାବଳଙ୍ଗରେ ଭାସିଗଲେ ଯୁବକ

ବାରିପଦା,୭।୭: ମୟୂରଭଞ୍ଜ ଜିଲା ବୁଢାବଳଙ୍ଗ ନଦୀରେ ମଙ୍ଗଳବାର ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ବୁଢାବଳଙ୍ଗ ନାର୍ଖା ବ୍ରିଜ ତଳେ ଗାଧୋଇବା ବେଳେ ଭାସି ଯାଇ ଜଣେ…

ରମାଦେବୀ ବିଶ୍ବବିଦ୍ୟାଳୟ କ୍ୟାମ୍ପସ୍‌ରେ ଉତ୍ତେଜନା

ଭୁବନେଶ୍ବର,୭।୭: ଭୁବନେଶ୍ବର ସ୍ଥିତ ରମାଦେବୀ ବିଶ୍ବବିଦ୍ୟାଳୟ କ୍ୟାମ୍ପସ୍‌ରେ ମଙ୍ଗଳବାର ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଛି। କ୍ୟାମ୍ପସ ଭିତରକୁ ଅଣଛାତ୍ରୀଛାତ୍ର ପ୍ରବେଶକୁ ବିରୋଧ କରି ବିଶ୍ବବିଦ୍ୟାଳୟର ଛାତ୍ରୀମାନେ ଅସନ୍ତୋଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri