କରୋନା ମୁକାବିଲା: ଖରିଫ୍‌ ଋଣ ପରିମାଣ ବୃଦ୍ଧି

ଭୁବନେଶ୍ୱର,୨୨। ୫ (ବ୍ୟୁରୋ): ରାଜ୍ୟ ସରକାର କୋଭିଡ୍‌-୧୯ର ମୁକାବିଲା ପାଇଁ ଜୋର୍‌ଦାର ପ୍ରୟାସ ଚଳାଇଛନ୍ତି। ବିଶେଷକରି ରାଜ୍ୟର ଚାଷୀଙ୍କୁ ଅଣ୍ଟା ସଳଖିବା ପାଇଁ ସରକାର ଖରିଫ୍‌ ଋଣର ପରିମାଣକୁ ବୃଦ୍ଧି କରିଛନ୍ତି। ପୂର୍ବ ଯୋଜନାରେ ଧାର୍ଯ୍ୟ ହୋଇଥିବା ୭୫୦୦ କୋଟିର ଋଣ ପରିମାଣକୁ ଏବେ ୯୦୦୦ କୋଟି ଟଙ୍କାକୁ ବୃଦ୍ଧି କରିଛନ୍ତି। ପରିସ୍ଥିତିକୁ ଦୃଷ୍ଟିରେ ରଖି ବିଶେଷକରି ଚଳିତ ଖରିଫ୍‌ ଋତୁ ପାଇଁ ପୂର୍ବରୁ ଧାର୍ଯ୍ୟ ସମବାୟ ଫସଲ ଋଣ ପରିମାଣକୁ ବୃଦ୍ଧି କରାଯାଇଛି। କ୍ଷୁଦ୍ର ଓ ନାମମାତ୍ର ଚାଷୀ, ପ୍ରବାସୀ, ଯୁଗ୍ମଦେୟ ଗୋଷ୍ଠୀ ଓ ମହିଳା ସ୍ବୟଂ ସହାୟକ ଗୋଷ୍ଠୀଙ୍କୁ ଋଣ ପ୍ରଦାନରେ ପ୍ରାଧାନ୍ୟ ଦିଆଯିବ। ସେହିପରି ମତ୍ସ୍ୟଚାଷ, ଗୋପାଳନ, ପ୍ରାଣୀପାଳନ ଓ କୁକୁଡ଼ାଚାଷ ଆଦି କ୍ଷେତ୍ରରେ ଅଧିକ ସ୍ବଳ୍ପକାଳୀନ ଋଣ ଯୋଗାଇ ଦିଆଯିବ ବୋଲି ରାଜ୍ୟ ସରକାର କହିଛନ୍ତି। ଗୁରୁବାର ରାଜ୍ୟ ସରକାରଙ୍କ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଜାରି କରାଯାଇଥିବା ପ୍ରେସ୍‌ ବିବୃତ୍ତିରେ ଏ ସମ୍ପର୍କରେ ଉଲ୍ଲେଖ କରାଯାଇଛି।


All Right Reserved By Dharitri.Com

ପଶ୍ଚିମ ଓଡ଼ିଶା ଜଳାର୍ଣ୍ଣବ

ଭୁବନେଶ୍ୱର, ୯ା୯(ବ୍ୟୁରୋ) : ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ହୋଇଛି। ବିଶେଷ କରି ପଶ୍ଚିମ ଓଡ଼ିଶା ଅଧିକ ପ୍ରଭାବିତ ହୋଇଥିବା ଜଣାପଡ଼ିଛି।...

ବିଶାଖା ଏକ୍ସପ୍ରେସ ଦୁଇଭାଗ ହୋଇ ଗଡ଼ିଲା: ନିଶ୍ଚିତ ଦୁର୍ଘଟଣାରୁ ବର୍ତ୍ତିଲେ ଯାତ୍ରୀ

ବାଲୁଗଁ।,୩ା୧୧ (ଡି.ଏନ୍‌.ଏ.): ଖୋର୍ଦ୍ଧା ରେଳ ଡିଭିଜନ ଅଧୀନ ବାଲୁଗଁା-ଚିଲିକା ଷ୍ଟେଶନ ମଧ୍ୟସ୍ଥ ବଡକୁଳ ଲେଭଲ କ୍ରସିଂଠାରେ ଶନିବାର ପୂର୍ବାହ୍ନରେ ବିଶାଖା ଏକ୍ସପ୍ରେସ ଟ୍ରେନ ଚଳନ୍ତା ଅବସ୍ଥାରେ...

ବିଡିଓଙ୍କୁ ବଦଳି ଦାବିରେ ପଞ୍ଚାୟତିରାଜ ମନ୍ତ୍ରୀଙ୍କୁ ପତ୍ର

ଖଇରପୁଟ,୧୩ା୧୨(ଡି.ଏନ୍‌.ଏ: ମାଲକାନଗିରି ଜିଲା ଖଇରପୁଟ ବିଡିଓ ବିଶ୍ୱଜିତ୍‌ ବର୍ମନଙ୍କ ବିରୋଧରେ ଦୁନୀତି ଓ ଲୋକ ପ୍ରତିନିଧିଙ୍କୁ ଖରାପ ବ୍ୟବହାର ପ୍ରଦର୍ଶନ ନେଇ ଅଭିଯୋଗ ହୋଇଛି। ତାଙ୍କୁ...

ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଆକ୍ରମଣ: ଫେରାର ଅଭିଯୁକ୍ତ ଗିରଫ

ଭୁବନେଶ୍ୱର,୨୯।୨(ବ୍ୟୁରୋ): ପୂର୍ବ ଶତ୍ରୁତାକୁ ନେଇ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରି ଫେରାର ଥିବା ଅଭିଯୁକ୍ତଙ୍କୁ ଇନଫୋସିଟି ଥାନା ପୋଲିସ ଗିରଫ କରିଛି। ଗିରଫ ଅଭିଯୁକ୍ତ ହେଲେ...

ପାଣ୍ଡିଆନଙ୍କୁ ନୂଆ ଦାୟିତ୍ୱ

ଭୁବନେଶ୍ୱର, ୨୯।୯(ବ୍ୟୁରୋ): ଆଇଏଏସ୍‌ ଅଫିସର ଭି.କାର୍ତ୍ତିକେୟନ ପାଣ୍ଡିଆନଙ୍କୁ ମିଳିଲା ନୂୂଆ ଦାୟିତ୍ୱ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବ୍ୟକ୍ତିଗତ ସଚିବ ଭି.କାର୍ତ୍ତିକେୟନ ପାଣ୍ଡିଆନଙ୍କୁ ସୋମବାର ନୂଆ ଦାୟିତ୍ୱ...

ଖଣ୍ଡପଡ଼ାରେ ଅଜଣା ରୋଗରେ୨ଶହରୁ ଊର୍ଦ୍ଧ୍ୱ ଗୋରୁ ଆକ୍ରାନ୍ତ

ଖଣ୍ଡପଡା,୧୯।୧୦(ସ୍ବ.ପ୍ର.): ଖଣ୍ଡପଡା ବ୍ଲକ ଅନ୍ତର୍ଗତ ବିଭିନ୍ନ ପଞ୍ଚାୟତ ଅଞ୍ଚଳରେ ଗତ ୧୫ ଦିନ ମଧ୍ୟରେ ଅଜଣା ରୋଗରେ ୨ଶହରୁ ଊର୍ଦ୍ଧ୍ୱ ଗୋରୁ ଆକ୍ରାନ୍ତ ହୋଇଥିବାବେଳେ ସେମାନଙ୍କ...

ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲେ କେନ୍ଦୁଝର ଏସ୍‌ପି, ଧକ୍କା ଦେଇ ଗାଡ଼ି ଫେରାର

କେନ୍ଦୁଝର/ପାଟଣା,୧୦/୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗା ଦେଇ ଯାଉଥିବା ୪୯ ନମ୍ବର ଜାତୀୟ ରାଜପଥର ଝାରବେଡା ଛକ ନିକଟରେ ଗୁରୁବାର ଅପରାହ୍ନରେ କେନ୍ଦୁଝର ଆରକ୍ଷୀ...

ସେବା ସମବାୟ ସମିତିରେ ଅଚଳାବସ୍ଥା

ଖଇରା, ୨।୭(ଡି.ଏନ.ଏ.)-ଭଦ୍ରକ ଏଆରସିଏସ୍‌୍‌ (ଆସିଷ୍ଟାଣ୍ଟ ରେଜିଷ୍ଟର କୋ-ଅପରେଟିଭ ସୋସାଇଟି) ଅଧୀନରେ ଥିବା ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ ମାଣିତ୍ରୀ ସେବା ସମବାୟ ସମିତିରେ ଅଚଳାବସ୍ଥା...

Leave a comment

Your email address will not be published. Required fields are marked *