ରେପୋ ରେଟ୍‌ ୦.୪% କମାଇଲା ଆର୍‌ବିଆଇ

ନୂଆଦିଲ୍ଲୀ,୨୩।୫: ଭାରତୀୟ ଅର୍ଥ ବ୍ୟବସ୍ଥା ମାନ୍ଦାବସ୍ଥା ଦେଇ ଗତି କରୁଥିବା ବେଳେ କରୋନା ଭୂତାଣୁ ନିୟନ୍ତ୍ରଣ ଲାଗି ସରକାର ଘୋଷଣା କରିଥିବା ଲକ୍‌ଡାଉନ ଯୋଗୁ ଆର୍ଥତ୍କ କାର୍ଯ୍ୟକଳାପ କ୍ଷତିଗ୍ରସ୍ତ ହୋଇଛି। ଏଭଳି କାରଣ ଲାଗି ଦେଶର ଅଭିବୃଦ୍ଧି ହାର ନକାରାତ୍ମକ ରହିବ। ଏ ସମ୍ପର୍କରେ ଭାରତୀୟ ରିଜର୍ଭ ବ୍ୟାଙ୍କ (ଆର୍‌ବିଆଇ) ଶୁକ୍ରବାର ସ୍ପଷ୍ଟ କରିଛି। କରୋନା ପ୍ରଭାବିତ ଅର୍ଥ ବ୍ୟବସ୍ଥା ଉପରେ ରହିଥିବା ପ୍ରଭାବକୁ କମ୍‌ କରିବା ଲାଗି ରିଜର୍ଭ ବ୍ୟାଙ୍କ ଲଗାତର ପ୍ରୟାସ ଜାରି ରଖିଛି। ଏଭଳି ସ୍ଥିତିରେ ଆର୍ଥତ୍କ କାର୍ଯ୍ୟକଳାପକୁ ଗତି ପ୍ରଦାନ କରିବା ଲାଗି କେନ୍ଦ୍ରୀୟ ବ୍ୟାଙ୍କ ଅତିରିକ୍ତ ୯ଟି ପଦକ୍ଷେପ ଗ୍ରହଣ କରିଛି। ଶନିବାର ଏହାର ମୁଦ୍ରାନୀତି କମିଟି (ଏମ୍‌ପିସି) ବୈଠକ ଅନୁଷ୍ଠିତ ହୋଇଥିବା ବେଳେ ଏଠାରେ କେନ୍ଦ୍ରୀୟ ବ୍ୟାଙ୍କ ଏହାର ରେପୋ (ଯେଉଁ ହାରରେ ବ୍ୟାଙ୍କଗୁଡ଼ିକ ଆର୍‌ବିଆଇଠାରୁ ଋଣ ନେଇଥାନ୍ତି) ରେଟ୍‌ରେ ୪୦ ବେସିସ୍‌ ପଏଣ୍ଟ ହ୍ରାସ କରିଛି। ପୂର୍ବରୁ ରେପୋ ରେଟ୍‌ ୪.୪% ରହିଥିବା ବେଳେ ଏହା ବର୍ତ୍ତମାନ ୪%କୁ ହ୍ରାସ ଘଟିଛି। ଏହାବାଦ କେନ୍ଦ୍ରୀୟ ବ୍ୟାଙ୍କ ରିଭର୍ସ ରେପୋକୁ ୩.୩୫%କୁ ଖସାଇଛି। ଋଣ ପଇଠ ଉପରେ ମୋରାଟୋରିୟମ ବା ପରିଶୋଧ ସ୍ଥଗନକୁ ଆଉ ୩ ମାସ ବଢ଼ାଯାଇଛି।
ଏହି ଅବସରରେ ରିଜର୍ଭ ବ୍ୟାଙ୍କ ଗଭର୍ନର ଶକ୍ତିକାନ୍ତ ଦାସ କହିଛନ୍ତି ଯେ, କରୋନା ପ୍ରଭାବକୁ କମ୍‌ କରିବା ଏବଂ ଅଭିବୃଦ୍ଧିକୁ ତ୍ୱରାନ୍ବିତ କରିବା ଲାଗି କେନ୍ଦ୍ରୀୟ ବ୍ୟାଙ୍କ ବିଭିନ୍ନ ପଦକ୍ଷେପ ଗ୍ରହଣ କରିଛି। ସେହିଭଳି ମୁଦ୍ରାସ୍ଫୀତିକୁ ଧାର୍ଯ୍ୟ ଲକ୍ଷ୍ୟ ମଧ୍ୟରେ ରଖାଯିବା ନେଇ ବିଭିନ୍ନ ପ୍ରୟାସ ଜାରି ରହିଛି ବୋଲି ସେ ମତବ୍ୟକ୍ତ କରିଛନ୍ତି। ୨୦୨୦-୨୧ରେ ଅଭିବୃଦ୍ଧି ନକାରାତ୍ମକ ସ୍ଥିତିରେ
ରହିବା ନେଇ ଆକଳନ କରାଯାଇଛି। ଭାରତରେ ବର୍ତ୍ତମାନ ଚାହିଦା ସମ୍ପୂର୍ଣ୍ଣ ଭାବେ ବାଧାପ୍ରାପ୍ତ ହୋଇଛି। କରୋନା ଯୋଗୁ ଘରୋଇ ଚାହିଦାକୁ ଝଟକା ଲାଗିଛି। ନିବେଶ ଚାହିଦା ମଧ୍ୟ କ୍ଷତିଗସ୍ତ ହୋଇଛି। ଆର୍ଥତ୍କ କାର୍ଯ୍ୟକଳାପ କମ୍‌ ରହିଥିବାରୁ ସରକାରଙ୍କ ରାଜସ୍ବ ସଂଗ୍ରହକୁ ଏହା କ୍ଷତି ପହଞ୍ଚାଉଛି ବୋଲି ଶକ୍ତିକାନ୍ତ ମତବ୍ୟକ୍ତ କରିଛନ୍ତି। ଏହାବାଦ ବର୍ତ୍ତମାନ ଗ୍ରହଣ କରାଯାଉଥିବା ବିତ୍ତୀୟ, ମୁଦ୍ରାନୀତିଗତ ଏବଂ ଅନ୍ୟାନ୍ୟ ପ୍ରଶାସନିକ ସଂସ୍କାରଗତ କାର୍ଯ୍ୟକ୍ରମ ଯୋଗୁ ଦେଶର ଅଭିବୃଦ୍ଧି ଧାରା ଚଳିତ ଆର୍ଥତ୍କ ବର୍ଷ ଦ୍ୱିତୀୟ ଭାଗରେ ସୁଧାର ଆସିବା ନେଇ ସେ ଆଶାବାଦୀ ଥିବା କହିଛନ୍ତି।
ଋଣ ପଇଠ କ୍ଷେତ୍ରରେ ମୋରାଟୋରିୟମକୁ କେନ୍ଦ୍ରୀୟ ବ୍ୟାଙ୍କ ଅଗଷ୍ଟ ମାସ ଯାଏ ବୃଦ୍ଧି କରିଛନ୍ତି। ଏହାଦ୍ୱାରା ଲୋକମାନେ ଆଶ୍ୱସ୍ତି ଲାଭ କରିପାରିବେ। ମାର୍ଚ୍ଚରେ ମଧ୍ୟ କେନ୍ଦ୍ରୀୟ ବ୍ୟାଙ୍କ ୩ ମାସର ମୋରାଟୋରିୟମ ପ୍ରଦାନ କରିଥିଲା। ଓ୍ବାର୍କିଂ କ୍ୟାପିଟାଲ କ୍ଷେତ୍ରରେ ମୋରାଟୋରିୟମକୁ ମଧ୍ୟ ୩ ମାସ ବଢ଼ାଯାଇଛି। କୌଣସି ବାଣିଜି୍ୟକ ଗ୍ରୁପ୍‌ର ନେଟ୍‌ଓର୍ଥ ବା ସମ୍ପତ୍ତିକୁ ବିଚାରକରି ପ୍ରଦାନ କରାଯାଉଥିବା ଋଣ ଉପରେ ସୀମାକୁ ୨୫ରୁ ୩୦% ବଢ଼ାଯାଇଛି। ସେହିଭଳି କେନ୍ଦ୍ରୀୟ ବ୍ୟାଙ୍କ ମୁଦ୍ରାସ୍ଫୀତିକୁ ନେଇ କରିଥିବା ଆକଳନରେ ଅନିଶ୍ଚିତତା ରହିଥିବା ଜଣାପଡ଼ିଛି। କରୋନା ଯୋଗୁ ବର୍ତ୍ତମାନ ବଜାରରେ ଡାଲି ଜାତୀୟ ସାମଗ୍ରୀ ମୂଲ୍ୟ ବଢୁଥିବାରୁ ଆମଦାନୀ ଶୁଳ୍କ ଏବଂ ମୂଲ୍ୟ ନିୟନ୍ତ୍ରଣ ଉପରେ ବିଚାର କରିବାର ଆବଶ୍ୟକତା ରହିଛି ବୋଲି ଶକ୍ତିକାନ୍ତ ମତ ପ୍ରକାଶ କରିଛନ୍ତି। ଚଳିତ ବର୍ଷ ପ୍ରଥମାର୍ଦ୍ଧରେ ମୁଦ୍ରାସ୍ଫୀତି ସ୍ଥିର ରହିପାରେ। ଏହା ଦ୍ୱିତୀୟାର୍ଦ୍ଧରେ ସୁଧାର ନେଇ ଆଶା କରାଯାଇଛି। କେନ୍ଦ୍ରୀୟ ବ୍ୟାଙ୍କ ଗ୍ରହଣ କରିଥିବା ଅନ୍ୟ ପଦକ୍ଷେପ ମଧ୍ୟରେ ସିଡ୍‌ବୀକୁ ୯୦ ଦିନ ଲାଗି ୧୫ ହଜାର କୋଟି ଟଙ୍କାର ପୁନଃ ପୁଞ୍ଜି ପ୍ରଦାନ ସୁବିଧା ଦିଆଯାଇଛି। ରପ୍ତାନି ଋଣ ସୀମାକୁ ୧ ବର୍ଷରୁ ୧୫ ମାସକୁ ବଢ଼ାଯାଇଛି। ଏକ୍‌ଜିମ୍‌ ବ୍ୟାଙ୍କକୁ ୧୫ ହଜାର କୋଟି ଟଙ୍କାର କ୍ରେଡିଟ ଲାଇନ ମିଳିଛି। ଡାଟା ସଂଗ୍ରହରେ ବାଧା ଉପୁଜିବା ଯୋଗୁ ମୁଦ୍ରାସ୍ଫୀତି ଆକଳନରେ ପ୍ରଭାବ ଦେଖାଯାଇଛି। ମାର୍ଚ୍ଚରେ ଔଦ୍ୟୋଗିକ ଉତ୍ପାଦନ ୧୭% ଖସିଛି। ମାନୁଫାକ୍‌ଚରିଂ କାର୍ଯ୍ୟକଳାପ ୨୧% ହ୍ରାସ ଘଟିଛି। ସେହିଭଳି କୋର୍‌ ସେକ୍ଟର ଇଣ୍ଡଷ୍ଟ୍ରି ଉତ୍ପାଦନ ୬.୫% ଖସିଥିବା ଜଣାପଡ଼ିଛି।


All Right Reserved By Dharitri.Com

୧୩୭୫ ପଏଣ୍ଟ ଖସିଲା ସେନ୍‌ସେକ୍ସ

  ମୁମ୍ବାଇ,୩୧। ୩: ବମ୍ବେ ଷ୍ଟକ୍‌ ଏକ୍ସଚେଞ୍ଜର ସେନ୍‌ସେକ୍ସ ସୋମବାର ୧୩୭୫ ପଏଣ୍ଟ ଖସିଛି। କରୋନା ଯୋଗୁ ବଜାର ସ୍ଥିତି ଏବେ ଠିକ୍‌ ନ ଥିବାରୁ...

ଚାଷୀଙ୍କ ପାଇଁ ୧୬ସୂତ୍ରୀ ଯୋଜନା: ୨୦୨୨ ସୁଦ୍ଧା ଆୟ ହେବ ୨ ଗୁଣା

ନୂଆଦିଲ୍ଲୀ,୧।୨: ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଶନିବାର କେନ୍ଦ୍ରୀୟ ବଜେଟ ଉପସ୍ଥାପନ କରିଛନ୍ତି। ବଜେଟରେ ଚାଷୀଙ୍କ ପାଇଁ ୧୬ ସୂତ୍ରୀ ଯୋଜନା ଲାଗୁ କରିବାକୁ ସୀତାରମଣ ସୂଚନା...

କେଟିଏମ୍‌ ପକ୍ଷରୁ ଷ୍ଟଣ୍ଟ ଶୋ

ଭୁବନେଶ୍ୱର,୩।୭: କେଟିଏମ୍‌ ପକ୍ଷରୁ କଟକ ଏବଂ ଭୁବନେଶ୍ୱରରେ ଆକର୍ଷଣୀୟ ଷ୍ଟଣ୍ଟ ଶୋ’ ଅନୁଷ୍ଠିତ ହୋଇଯାଇଛି। ପେସାଦାର ଷ୍ଟଣ୍ଟ ପ୍ରଦର୍ଶନକାରୀମାନେ ଏଠାରେ ଷ୍ଟଣ୍ଟ ପ୍ରଦର୍ଶନ କରିଛନ୍ତି। ବାଇକପ୍ରେମୀମାନେ...

୧୪ ଦିନ ଭିତରେ ମିଳିବ କିଷାନ କ୍ରେଡିଟ୍‌ କାର୍ଡ

ନୂଆଦିଲ୍ଲୀ,୧୪-୬: ବହୁ ଚାଷୀ ଏବେ ସୁଦ୍ଧା ସଂସ୍ଥାଗତ ଋଣରୁ ବଞ୍ଚତ୍ତ ହେଉଥିବାରୁ ଆବେଦନ ପାଇବାର ୧୪ ଦିନ ଭିତରେ ଯୋଗ୍ୟ ଚାଷୀଙ୍କୁ କିଷାନ କ୍ରେଡିଟ କାର୍ଡ(କେସିସି)...

ଅରୁନ୍ଧତୀ ଗ୍ରୁପ୍‌ ପକ୍ଷରୁ ରିଲିଫ ପାଣ୍ଠିକୁ ୫ ଲକ୍ଷ ଦାନ

ଭୁବନେଶ୍ୱର,୩୧। ୩: କୋଭିଡ୍‌-୧୯ ମୁକାବିଲା ଲାଗି ପ୍ରମୁଖ ଜୁଏଲେରି ଚେନ୍‌ ଅରୁନ୍ଧତୀ ଗ୍ରୁପ୍‌ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ୫ ଲକ୍ଷ ଟଙ୍କା ପ୍ରଦାନ କରାଯାଇଛି।...

କୋହଳ ହେଲା ନିୟମ: ହେଲେ କେଉଁ ଦୋକାନ ଖୋଲିବ ତାହା ନିଷ୍ପତ୍ତି ନେବେ ଜିଲାପାଳ, କମିଶନର

ଭୁବନେଶ୍ୱର,୨୫।୪(ବ୍ୟୁରୋ): କୋହଳ ହୋଇଛି ଦୋକାନ ଖୋଲିବା ନିୟମ। ପୂର୍ବରୁ କେବଳ ଅତ୍ୟାବଶ୍ୟକ ସାମଗ୍ରୀ ଦୋକାନ ଖୋଲିବାକୁ ନିୟମ ଥିବା ବେଳେ ଶନିବାର କେନ୍ଦ୍ର ସରକାରଙ୍କ ପକ୍ଷରୁ...

ବନ୍ଦ ହେବନି ଗରିବ ରଥ

ନୂଆଦିଲ୍ଲୀ,୨୦-୭: ଗରିବ ରଥ ପୂର୍ବ ପରି ଚାଲିବ। ଏଥିରେ ଭଡ଼ା ବୃଦ୍ଧି କରାଯିବ ନାହିଁ ଏବଂ ଏଥିରେ କୌଣସି ପରିବର୍ତ୍ତନ କରାଯିବ ନାହିଁ ବୋଲି ଭାରତୀୟ...

ଦ୍ୱିତୀୟ ପ୍ୟାକେଜ ନେଇ ନିଷ୍ପତ୍ତି ଶୀଘ୍ର

ନୂଆଦିଲ୍ଲୀ,୧୬ା୪: ଦେଶର ଅର୍ଥ ବ୍ୟବସ୍ଥା ଉପରେ କୋଭିଡ-୧୯ର ଗଭୀର ପ୍ରଭାବ ରହିଛି। ପ୍ରଭାବକୁ କମ୍‌ କରିବା ଲାଗି ସରକାର ପ୍ରାଥମିକ ପର୍ଯ୍ୟାୟରେ ୧.୭ ଲକ୍ଷ କୋଟି...

Leave a comment

Your email address will not be published. Required fields are marked *