୨୪ଘଣ୍ଟାରେ ଲକ୍ଷେ ୧୫ ହଜାର ନମୁନା ପରୀକ୍ଷା: ଆଇସିଏମ୍‌ଆର୍‌

ନୂଆଦିଲ୍ଲୀ,୨୩।୫: ଭାରତରେ କରୋନା ମହାମାରୀ ଯୋଗୁ ଅଚଳାବସ୍ଥା ସୃଷ୍ଟି ହୋଇଛି। ଦେଶରେ ପ୍ରତିଦିନ ସଂକ୍ରମିତ ଏବଂ ମୃତକଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ଲକ୍ଷେ ୧୫ ହଜାର ୩୬୪ ଜଣ ସନ୍ଦିଗ୍ଧଙ୍କ ନମୁନା ପରୀକ୍ଷା କରାଯାଇଥିବା ଭାରତୀୟ ମେଡ଼ିକାଲ ରିସର୍ଚ୍ଚ ପରିଷଦ(ଆଇସିଏମ୍‌ଆର୍‌) ପକ୍ଷରୁ ସୂଚନା ଦିଆଯାଇଛି। ଶନିବାର ସୁଦ୍ଧା ମୋଟ ୨୮ ଲକ୍ଷ ୩୪ ହଜାର ୭୯୮ ଲୋକଙ୍କ ନମୁନା ପରୀକ୍ଷା କରାଯାଇଛି। ସୂଚନାଯୋଗ୍ୟ,ଗତ ୨୪ ଘଣ୍ଟା ମଧ୍ୟରେ ୬ ହଜାର ୬୫୪ ଜଣ ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଥିବାବେଳେ ମୋଟ ସଂକ୍ରମିତଙ୍କ ସଂଖ୍ୟା ଲକ୍ଷେ ୨୫ ହଜାର୧୦୧ରେ ପହଞ୍ଚିଥିବା ସ୍ବାସ୍ଥ୍ୟ ଓ ପରିବାର ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି। ସେହିପରି ଗତ ୨୪ଘଣ୍ଟା ମଧ୍ୟରେ ୧୩୭ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଥିବାବେଳେ ମୋଟ ମୃତକଙ୍କ ସଂଖ୍ୟା ୩ ହଜାର ୭୨୦ ରହିଥିବା ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି।


All Right Reserved By Dharitri.Com

କ୍ବାରାଣ୍ଟାଇନ୍‌ ଛାଡ଼ି ବାହାରେ ବୁଲୁଛନ୍ତି ପ୍ରବାସୀ

ପୁରୀ ଅଫିସ,୧୨ା୫: ମହାମାରୀ କରୋନା ରାଜ୍ୟରେ ଭୟଙ୍କର ରୂପ ଧାରଣ କଲାଣି। ଇତିମଧ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୪୦୦ ଟପିଗଲାଣି। ଦିନକୁ ଦିନ ଆକ୍ରାନ୍ତଙ୍କ ସଂଖ୍ୟା ବଢିଚାଲିଛି।...

ଟାର୍ଗେଟରେ ମନ୍ଦିର, ରେଳଷ୍ଟେଶନ

ଚଣ୍ଡିଗଡ଼/ରୋହତକ,୧୬ା୯ : ସମ୍ବିଧାନର ଅନୁଚ୍ଛେଦ ୩୭୦କୁ ହଟାଯିବା ପରେ ଭାରତ ବିରୋଧରେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାନ ବିଷ ଓକାଳୁଥିବାବେଳେ ପଡ଼ୋଶୀ ଦେଶର ଆତଙ୍କବାଦୀ ସଙ୍ଗଠନଗୁଡ଼ିକ...

ଜେଏନ୍‌ୟୁ ହିଂସା: ଅଭିଯୁକ୍ତଙ୍କୁ କ୍ରାଇମ୍‌ ବ୍ରାଞ୍ଚ୍‌ ପକ୍ଷରୁ ତଲବ; ସୋମବାର ହେବେ ହାଜର

ନୂଆଦିଲ୍ଲୀ,୧୨।୧: ଜେଏନ୍‌ୟୁରେ ଘଟିଥିବା ହିଂସାରେ ଚିହ୍ନଟ ହୋଇଥିବା ୯ ଜଣ ଅଭିଯୁକ୍ତ ଛାତ୍ରଙ୍କୁ କ୍ରାଇମ୍‌ ବ୍ରାଞ୍ଚ୍‌ ପକ୍ଷରୁ ହାଜର ହେବା ପାଇଁ ତଲବ କରାଯାଇଛି। ସେମାନେ...

ଭୋପାଳ ଡଙ୍ଗା ବୁଡ଼ି ଦୁର୍ଘଟଣା: ନିଜ ଜୀବନକୁ ବାଜି ଲଗାଇ ବଞ୍ଚାଇଲେ ୮ଜୀବନ

ଭୋପାଳ,୧୪।୯: ମଧ୍ୟପ୍ରଦେଶର ରାଜଧାନୀ ଭୋପାଳରେ ଶୁକ୍ରବାର ଗଣପତିଙ୍କ ବିସର୍ଜନ ସମୟରେ ଏକ ଦୁର୍ଘଟଣା ଘଟିଛି। ନଦୀରେ ବୁଡ଼ି ୧୧ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ମୃତ୍ୟୁ ସଂଖ୍ୟା...

କୋଲକାତାରେ ପ୍ରଥମ କରୋନା ମୃତ୍ୟୁ

ନୂଆଦିଲ୍ଲୀ, ୨୪ା୩: କରୋନା ବିଶ୍ୱବ୍ୟାପୀ ଆତଙ୍କ ଖେଳାଇ ଦେଇଛି। ବିଭିନ୍ନ ଦେଶରେ ଲୋକମାନେ ପୋକମାଛି ଭଳିି ମରୁଛନ୍ତି। ଭାରତ ବି ଏଥିରୁ ବାଦ୍‌ପଡ଼ିନି। ସୋମବାର ଆଉ...

ଲାଣ୍ଡିଂ ଗିୟର ଡୋରରେ ଚାପି ହୋଇ ସ୍ପାଇସ୍‌ ଜେଟ୍‌ କର୍ମଚାରୀଙ୍କ ମୃତ୍ୟୁ

କୋଲକତା,୧୦।୭: ପଶ୍ଚିମବଙ୍ଗ ନେତାଜୀ ସୁଭାଷ ଚନ୍ଦ୍ର ବୋଷ ଅନ୍ତର୍ଜାତୀୟ ବିମାନ ବନ୍ଦରରେ ଏକ ଅଭାବନୀୟ ଘଟଣା ଘଟିଛି। ଲାଣ୍ଡିଂ ଗିୟର ଡୋରରେ ଚାପି ହୋଇ ସ୍ପାଇସ୍‌...

ଶିଶୁ ମଡ଼କ: ତେଜିଲା ରାଜନୀତି

ଜୟପୁର/ନୂଆଦିଲ୍ଲୀ,୩ା୧:ରାଜସ୍ଥାନର କୋଟା ହସ୍ପିଟାଲରେ ଶିଶୁ ମଡ଼କକୁ ନେଇ ରାଜନୀତି ତେଜିବାରେ ଲାଗିଛି। ଏହି ପ୍ରସଙ୍ଗରେ ରାଜ୍ୟରେ କ୍ଷମତାସୀନ ଗେହଲଟ ସରକାରଙ୍କୁ ଭାଜପା ଏବଂ ବିଏସ୍‌ପି ଟାର୍ଗେଟ...

ରେଖାଙ୍କିତ ଚିହ୍ନ ମଧ୍ୟରେ ଠିଆ ହୋଇ ପରିବା କିଣିବାକୁ ପରାମର୍ଶ

ପାଟପୁର,୨୬।୩(ଡି.ଏନ୍‌.ଏ.): ଦେଶରେ କରୋନା ଭୂତାଣୁ ସଂକ୍ରମଣ ରୋକିବା ପାଇଁ ଉଭୟ କେନ୍ଦ୍ର ଏବଂ ରାଜ୍ୟ ସରକାର ବିଭିନ୍ନ ପଦକ୍ଷେପ ନେଉଛନ୍ତି ରାଜ୍ୟର ସମସ୍ତ ଜିଲାକୁ ଲକ୍‌ଡାଉନ୍‌...

Leave a comment

Your email address will not be published. Required fields are marked *