୨୩,୩୮୭ କନିଷ୍ଠ ଶିକ୍ଷକଙ୍କୁ ପଦୋନ୍ନତି: ଖୁବ୍‌ଶୀଘ୍ର ପ୍ରଧାନଶିକ୍ଷକ ଭାବେ ଦିଆଯିବ ନିଯୁକ୍ତି

ଭୁବନେଶ୍ୱର,୧୧ା୨ (ସୁଚିସ୍ମିତା ସାହୁ):ରାଜ୍ୟ ସରକାରଙ୍କ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ୨୩,୩୮୭ ଜଣ କନିଷ୍ଠ ଶିକ୍ଷକଙ୍କୁ ବରିଷ୍ଠ (ଏସ୍‌ଇଏସ୍‌) ପାହ୍ୟାକୁ ପଦୋନ୍ନତି ଦିଆଯାଇଛି। ସୋମବାର ପ୍ରକାଶିତ ଏହି ଚୂଡ଼ାନ୍ତ ତାଲିକାରେ ସମ୍ପୃକ୍ତ ଶିକ୍ଷକଙ୍କ ନାମ ଉଲ୍ଲେଖ କରାଯାଇଛି। ଏ ସଂକ୍ରାନ୍ତରେ ସୂଚନା ଦେଇ ଶିକ୍ଷା ନିର୍ଦ୍ଦେଶକ ବୀରେନ୍ଦ୍ର କୋରକୋରା ପ୍ରକାଶ କରିଛନ୍ତି, ୧୯୯୩ ମସିହା ନିଯୁକ୍ତି ନିୟମ ଅନୁଯାୟୀ ଜୁନିଅର ଏସ୍‌ଇଏସ୍‌ମାନଙ୍କୁ ପଦୋନ୍ନତି ଦିଆଯାଇଛି।
୩୦ ଜିଲା ଶିକ୍ଷା ଅଧିକାରୀ (ଡିଇଓ)ଙ୍କଠାରୁ ପଦୋନ୍ନତିପ୍ରାପ୍ତ ଶିକ୍ଷକଙ୍କ ଚରିତ୍ର ପଞ୍ଜିକା ପ୍ରମାଣପତ୍ର (ସିସିଆର୍‌) ଏବଂ ସମ୍ପତ୍ତି ତାଲିକା ଆସିବା ପରେ ଏମାନଙ୍କୁ ଖାଲିଥିବା ପ୍ରଧାନଶିକ୍ଷକ ପଦବୀରେ ନିଯୁକ୍ତ କରାଯିବ। ଏହି ପ୍ରକ୍ରିୟା ସମ୍ପୂର୍ଣ୍ଣ ସ୍ବଚ୍ଛ ରହିବ। କନିଷ୍ଠ ଶିକ୍ଷକଙ୍କ ପଦୋନ୍ନତି ନେଇ ବିଭାଗୀୟ ମନ୍ତ୍ରୀ ଓ ସଚିବଙ୍କ ମଧ୍ୟରେ ବିଭିନ୍ନ ପର୍ଯ୍ୟାୟରେ ବୈଠକ ଅନୁଷ୍ଠିତ ହୋଇଥିଲା। ବାରମ୍ବାର ଯାଞ୍ଚ ପରେ ନିର୍ଦ୍ଦେଶାଳୟ ପକ୍ଷରୁ ତାଲିକା ଜାରି କରାଯାଇଛି।

ଆଗାମୀ ଦିନରେ ରାଜ୍ୟରେ ଖାଲିଥିବା ଶତାଧିକ ପ୍ରଧାନଶିକ୍ଷକ ପଦ ପୂରଣ କରାଯିବ ବୋଲି ସେ କହିଛନ୍ତି।
ଉଲ୍ଲେଖଯୋଗ୍ୟ, ବାଲେଶ୍ୱର, ବରଗଡ଼, କଳାହାଣ୍ଡି, କୋରାପୁଟ, ବରଗଡ଼ ଓ ମାଲକାନଗିରି ଜିଲା ଶିକ୍ଷା ଅଧିକାରୀମାନେ ସେମାନଙ୍କ ଜିଲାର ଯୋଗ୍ୟ କନିଷ୍ଠ ଶିକ୍ଷକଙ୍କ ତାଲିକା ଦେବାରେ ବିଳମ୍ବ କରିବାରୁ ପଦୋନ୍ନତି ପ୍ରକ୍ରିୟା ବିଳମ୍ବିତ ହୋଇଥିଲା। ଏହାକୁ ନେଇ କନିଷ୍ଠ ଶିକ୍ଷକଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଥିଲା। ଏ ସଂକ୍ରାନ୍ତରେ ‘ଧରିତ୍ରୀ’ରେ ବିସ୍ତୃତ ରିପୋର୍ଟ ପ୍ରକାଶ ପାଇବା ପରେ ନିର୍ଦ୍ଦେଶାଳୟ ପକ୍ଷରୁ ତତ୍ପରତା ପ୍ରକାଶ ପାଇଥିଲା। ତେବେ ତାଲିକା ପ୍ରକାଶ ପାଇଥିବାରୁ କନିଷ୍ଠ ଶିକ୍ଷକ ମହଲରେ ଖୁସିର ଲହରି ଖେଳିଯାଇଛି। ଏଥିପାଇଁ ‘ଓଷ୍ଟା’ ପକ୍ଷରୁ ସମ୍ପାଦକ ରଞ୍ଜନ ଦାସ ଓ ଅନ୍ୟମାନେ ନିର୍ଦ୍ଦେଶକ କୋରକୋରାଙ୍କୁ ସମ୍ବର୍ଦ୍ଧିତ କରିଛନ୍ତି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଲଘୁଚାପ ସମ୍ଭାବନା: ୨୪ ଘଣ୍ଟାରେ ସ୍ପଷ୍ଟ ହେବ ଚିତ୍ର

ଭୁବନେଶ୍ୱର, ୨୨।୮: ଉତ୍ତର ବଙ୍ଗୋପସାଗର ଉପରେ ପୁଣି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ଦେଖାଦେଇଛି। ଉତ୍ତର ବଙ୍ଗୋପସାଗର ସଂଲଗ୍ନ ପଶ୍ଚିମବଙ୍ଗ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ…

ଆପଣଙ୍କର ପାଖରେ ଅଛି କି ପୁରୁଣା ପାସ୍‌ବୁକ୍‌? ଡିସେମ୍ୱର ୩୧ ପୂର୍ବରୁ ଶୀଘ୍ର ବଦଳାନ୍ତୁ, ଆସିଲା ନୂଆ ନିୟମ…

ନୂଆଦିଲ୍ଲୀ,୨୨।୮: ଯଦି ଆପଣ ବି ବ୍ୟାଙ୍କିଙ୍ଗ୍ କାରବାର ପାଇଁ ଚେକ୍‌ବୁକ୍ (Chequebook) ବ୍ୟବହାର କରୁଛନ୍ତି, ତେବେ ଏହା ଆପଣଙ୍କ ପାଇଁ ଏକ ଅତ୍ୟନ୍ତ ଦରକାରୀ ଖବର। ବାସ୍ତବରେ,…

୪ ବର୍ଷରୁ କମ ବୟସର ପିଲାମାନଙ୍କୁ ଦିଆଯିବ ନାହିଁ ଏହି ଥଣ୍ଡା-କାଶ ଔଷଧ: କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୨।୮: କେନ୍ଦ୍ର ସରକାର ଛୋଟ ପିଲାମାନଙ୍କ ସ୍ବାସ୍ଥ୍ୟ ସୁରକ୍ଷା ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛନ୍ତି। ସରକାର ୪ ବର୍ଷରୁ କମ ବୟସର ପିଲାମାନଙ୍କ ପାଇଁ ଉଦ୍ଦିଷ୍ଟ…

ଏହି ୫୨ ନେତା ପିନ୍ଧିବେ ୧୦ ଲକ୍ଷ ଟଙ୍କାର ଜ୍ୟାକେଟ୍‌: ପଛରେ ରହିଛି ଏମିତି କାରଣ

ଲକ୍ଷ୍ନୌ,୨୨।୮: ଉତ୍ତର ପ୍ରଦେଶରେ ରାଜନୈତିକ ନେତାଙ୍କ ସୁରକ୍ଷା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନିଆଯାଇଛି। ରାଜ୍ୟର ୫୨ ନେତାଙ୍କୁ ବୁଲେଟପ୍ରୁଫ ଜ୍ୟାକେଟ ଯୋଗାଇ ଦିଆଯାଇଛି। ଏହି ସୁରକ୍ଷା…

ମୃତ୍ୟୁପରେ ରୋଗୀଙ୍କୁ ରେଫର କଲେ ଡାକ୍ତର: ତ୍ରୁଟିପୂର୍ଣ୍ଣ ଚିକିତ୍ସା ଅଭିଯୋଗ

ତିହିଡି଼,୨୨।୮(ସଞ୍ଜିତ ବଳ):ଭଦ୍ରକ ଜିଲା ତିହିଡି଼ ଥାନା ଭାଟପ ପଞ୍ଚାୟତ ଅଧୀନ ବଉଳପାଳ ଗ୍ରାମର ମାୟାଧର ତ୍ରିପାଠୀ (୬୫)ନାମକ ଜଣେ ବୃଦ୍ଧଙ୍କ ତ୍ରୁଟିପୂର୍ଣ୍ଣ ଚିକିତ୍ସା ପାଇଁ ମୃତ୍ୟୁ ଘଟିଥିବା…

ଦୀପିକାଙ୍କୁ ନେଇ ବଢୁଛି ଚର୍ଚ୍ଚା: ‘ସ୍ପିରିଟ୍‌’ରୁ ବିଦା ହେବାକୁ ବଢିଲା ବିବାଦ

ବଲିଉଡ ଅଭିନେତ୍ରୀ ଦୀପିକା ପାଦୁକୋଣ ପ୍ରଭାସଙ୍କ ଫିଲ୍ମ ‘ସ୍ପିରିଟ୍‌’ରୁ ବିଦା ହେବାକୁ ନେଇ ଚର୍ଚ୍ଚାରେ ଅଛନ୍ତି। ଫିଲ୍ମର ନିର୍ମାତା ଅଭିନେତ୍ରୀଙ୍କ ବିଷୟରେ ଅନେକ ଅଭିଯୋଗ ଆଣିଛନ୍ତି। ସନ୍ଦୀପ…

ଶୁକ୍ରଙ୍କ ନକ୍ଷତ୍ରରେ ସୂର୍ଯ୍ୟଙ୍କ ପ୍ରବେଶ: ଏହି ୪ ରାଶିଙ୍କ ଶୁଭ ସମୟ ହେବ ଆରମ୍ଭ, ବଢ଼ିବ ଆୟ

ବୈଦିକ ଜ୍ୟୋତିଷ ଅନୁସାରେ ପୂର୍ବାଫାଲ୍ଗୁନୀ ନକ୍ଷତ୍ରର ସ୍ବାମୀ ଶୁକ୍ର ଗ୍ରହ। ଜ୍ୟୋତିଷରେ ଶୁକ୍ରଙ୍କୁ ପ୍ରେମ, ଧନ, ସୁଖ-ସୁବିଧା ଓ ଐଶ୍ୱର୍ଯ୍ୟର କାରକ ଭାବେ ବିବେଚନା କରାଯାଏ। ସେହିପରି…

କୁଲାଙ୍ଗି ଗାଁରେ ବୃଦ୍ଧଙ୍କୁ ହତ୍ୟା: ପିଟିପିଟି ମାରିଦେଲେ…

ବେଲଗୁଣ୍ଠା, ୨୨।୮: ଗଞ୍ଜାମ ଜିଲା ଗାଙ୍ଗପୁର ଥାନା ଅନ୍ତର୍ଗତ କୁଲାଙ୍ଗି ଗାଁରେ ଜଣେ ବୃଦ୍ଧଙ୍କୁ ପିଟିପିଟି ହତ୍ୟା କରାଯାଇଥିବା ନେଇ ଅଭିଯୋଗ ହୋଇଛି। ଗ୍ରାମର ଅଙ୍ଗନଓ୍ୱାଡି କେନ୍ଦ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri