୨ ବର୍ଷରେ ୨୩,୬୫୫ ସଡ଼କ ଦୁର୍ଘଟଣା

ଭୁବନେଶ୍ୱର,୨୯ା୧୧ (ଅନୁରାଧା ମହାରଣା): ୨୦୨୨ ଓ ୨୦୨୩ରେ ରାଜ୍ୟରେ ୨୩,୬୫୫ ସଡ଼କ ଦୁର୍ଘଟଣା ଘଟିଛି। ୨୦୨୨ରେ ୧୧,୬୬୩ଟି ଦୁର୍ଘଟଣା ଘଟିଥିବାବେଳେ ୨୦୨୩ରେ ଏହି ସଂଖ୍ୟାରେ ୩୨୯ ବଢ଼ିଛି, ଅର୍ଥାତ୍‌ ୧୧,୯୯୨ ଦୁର୍ଘଟଣା ହୋଇଛି। ଏହି ଦୁଇ ବର୍ଷରେ ଦ୍ରୁତଗତିଜନିତ ଦୁର୍ଘଟଣା ସବୁଠାରୁ ଅଧିକ ରହିଥିବାବେଳେ ୨୦୨୨ରେ ୭୩୮୩ ଓ ୨୦୨୩ରେ ୬୯୨୫ ଦୁର୍ଘଟଣା ହୋଇଛି। ମଦ୍ୟପାନଜନିତ ଦୁର୍ଘଟଣା ଓ ବିପରୀତ ଦିଗରେ ଗାଡ଼ି ଚାଳନା ଯୋଗୁ ଦୁର୍ଘଟଣା ସଂଖ୍ୟା ସାମାନ୍ୟ କମ୍‌ ହୋଇଛି।

୨୦୨୨ରେ ମଦ୍ୟପାନଜନିତ ଦୁର୍ଘଟଣା ୬୫୪, ବିପରୀତ ଦିଗରେ ଗାଡ଼ି ଚାଳନା ପାଇଁ ୧୧୪୦, ରେଡ୍‌ ସିଗ୍‌ନାଲ ଥିବାବେଳେ ରାସ୍ତା ଅତିକ୍ରମବେଳେ ୧୧୯, ମୋବାଇଲ ବ୍ୟବହାର କରି ଗାଡି ଚାଳନା ଯୋଗୁ ୩୪୭ ଓ ଅନ୍ୟ କାରଣରୁ ୨୦୨୦ଟି ଦୁର୍ଘଟଣା ଘଟିଛି। ସେହିପରି ୨୦୨୩ରେ ମଦ୍ୟପାନଜନିତ ଦୁର୍ଘଟଣା ସଂଖ୍ୟା ୬୪୯, ବିପରୀତ ଦିଗରେ ଗାଡ଼ି ଚାଳନା ଯୋଗୁ ୯୮୬, ରେଡ୍‌ ସିଗ୍‌ନାଲ ନ ମାନି ଗାଡ଼ି ଚାଳନାରୁ ୧୫୦, ମୋବାଇଲ ବ୍ୟବହାର କରି ଗାଡି ଚାଳନାରୁ ୪୪୩ ଓ ଅନ୍ୟାନ୍ୟ କାରଣରୁ ୮୪୯ଟି ଦୁର୍ଘଟଣା ହୋଇଛି। ବିଧାନସଭାରେ ବିଧାୟକ ସିଦ୍ଧାନ୍ତ ମହାପାତ୍ରଙ୍କ ପ୍ରଶ୍ନର ଉତ୍ତରରେ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା ଏହି ତଥ୍ୟ ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସଂଜ୍ଞା ବଦଳିପାରେ

ଧାର୍ଯ୍ୟ ସମୟସୀମାର ଦିନକ ପୂର୍ବରୁ ଅର୍ଥାତ୍‌ ୩୦ ମାର୍ଚ୍ଚରେ ଭାରତ ‘ମାଓବାଦୀ ମୁକ୍ତ’ ବୋଲି ସଂସଦରେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଘୋଷଣା କରିଦେଇଛନ୍ତି। ଏହା ନିଶ୍ଚିତ ଭାବେ…

ବଢ଼ିଲା ଗ୍ୟାସ୍‌ ଦର: ଜାଣନ୍ତୁ କେତେ ହେଲା ସିଲିଣ୍ଡର

ନୂଆଦିଲ୍ଲୀ,୧।୪:କମର୍ସିଆଲ LPG ଦର ବଢ଼ାଇଛନ୍ତି କେନ୍ଦ୍ର ସରକାର। କମର୍ସିଆଲ LPG ସିଲିଣ୍ଡର ପିଛା ଦର ୧୯୫ ଟଙ୍କା ୫୦ ପଇସା ବୃଦ୍ଧି ହୋଇଛି। ନୂଆଦିଲ୍ଲୀରେ ୧୯ କେଜି…

ଆଜିଠୁ ନୂଆ ସୁଭଦ୍ରା ଆବେଦନ: ଜାଣନ୍ତୁ କେମିତି କରିବେ

ଭୁବନେଶ୍ୱର,୧ା୪(ସୁଚିସ୍ମିତା ସାହୁ):ସୁଭଦ୍ରା ଯୋଜନାରେ ନୂଆ ଆବେଦନକାରୀମାନେ ଏପ୍ରିଲ ୧ ବୁଧବାରଠାରୁ ପଞ୍ଜୀକରଣ କରିପାରିବେ। ସୁଭଦ୍ରା ପୋର୍ଟାଲ ମାଧ୍ୟମରେ ଏପ୍ରିଲ ୩୦ ପର୍ଯ୍ୟନ୍ତ ନୂତନ ଆବେଦନ କରାଯାଇପାରିବ। ଆବେଦନକାରୀଙ୍କ…

ଆଜିଠୁ ଜନଗଣନା: ଏପ୍ରିଲ ୧ରୁ ଅଗଷ୍ଟ ୩୧ ମଧ୍ୟରେ…

ନୂଆଦିଲ୍ଲୀ,୧ା୪:ଜନଗଣନା-୨୦୨୭ ବୁଧବାରଠାରୁ ଆରମ୍ଭ ହେଉଛି। ପ୍ରତି ୧୦ ବର୍ଷରେ ଜନଗଣନା କରାଯାଉଥିବାବେଳେ ଶେଷଥର ପାଇଁ ୨୦୧୧ରେ ହୋଇଥିଲା। କୋଭିଡ୍‌ ମହାମାରୀକୁ ନେଇ ୨୦୨୧ରେ ଜନଗଣନା ସ୍ଥଗିତ ରହିଥିଲା।…

ଆଣବିକ ଯୁଦ୍ଧ ସଙ୍କେତ: ସାରା ବିଶ୍ୱରେ ଖେଳିଗଲା ଆତଙ୍କ

ତେହରାନ୍‌/ଓ୍ବାଶିଂଟନ୍‌,୧ା୪(ରଏଟର୍ସ/ଏଜେନ୍ସି):ଇରାନ୍‌ ଆଣବିକ ଅସ୍ତ୍ର ତିଆରି କରୁଥିବା ନେଇ ଆମେରିକା ଓ ଇସ୍ରାଏଲ୍‌ ବାରମ୍ବାର ଅଭିଯୋଗ କରିଆସୁଛନ୍ତି। ତେହରାନ୍‌ ଏହାକୁ ଖଣ୍ଡନ କରୁଥିବାବେଳେ ଜାତିସଂଘର ଆଣବିକ ଜଗୁଆଳି ସଂସ୍ଥା…

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri