୨୩ତମ ଭାରତ ପ୍ରତିଭା ସମ୍ମାନ ସମାରୋହ

କଟକ,୧।୯: ସ୍ବଳ୍ପ ପୁଞ୍ଜିକୁ ନେଇ ଜଣେ ଓଡ଼ିଆ ଏଭଳି ଏକ ପରିଚୟ ସୃଷ୍ଟି ସାଙ୍ଗକୁ ଦେଶ ବିଦେଶରେ ମଧ୍ୟ ନିଜର ସାମ୍ରାଜ୍ୟ ବିସ୍ତାର କରିପାରିଛନ୍ତି। କେବଳ ଯେ ଖାଲି ପରିଚୟ ନୁହେଁ, ଲକ୍ଷାଧିକ ଲୋକଙ୍କୁ ପ୍ରତ୍ୟକ୍ଷ ଓ ପରୋକ୍ଷରେ ନିଯୁକ୍ତି ମଧ୍ୟ ଦେଇଛନ୍ତି। ଏହା ଆମ ପାଇଁ ଗୌରବର ବିଷୟ ବୋଲି ୨୩ ତମ ଭାରତ ମସଲା ପ୍ରତିଭା ସମ୍ମାନ ସମାରୋହରେ ଯୋଗଦେଇଥିବା ଅତିଥିମାନେ ଏଭଳି ମତପ୍ରକାଶ କରିଛନ୍ତି। ଉକ୍ତ ସମାରୋହକୁ ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ପ୍ରୀତିରଞ୍ଜନ ଘଡାଇ ଆନୁଷ୍ଠାନିକ ଭାବେ ଉଦ୍‌ଘାଟନ କରିଥିଲା ବେଳେ ଶିକ୍ଷାମନ୍ତ୍ରୀ ସମୀର ରଞ୍ଜନ ଦାଶ, ଦେବୀ ପ୍ରସାଦ ମିଶ୍ର, କଟକ ମେୟର ସୁବାସ ସିଂହ ପ୍ରମୁଖ ଉପସ୍ଥିତ ଥିଲେ। ଏହି ପରିପ୍ରେକ୍ଷୀରେ ଅତିଥିମାନେ ପାରା ଅଲିମ୍ପିୟାନ ପ୍ରମୋଦ ଭଗତଙ୍କୁ ଭାରତ ଗୌରବ ଉପାଧିରେ ସମ୍ମାନିତ କରିଥିଲେ। ଘୋଷକ ଶରଣାର ବିନ୍ଦ ଓଝା ସଂଯୋଜନାରେ କଟକ ଜିଲା ବାରଙ୍ଗ ଥାନା ରାମଦାସପୁରସ୍ଥିତ ଭାରତ ମସଲା କମ୍ପାନୀ ପରିସରରେ ଅନୁଷ୍ଠିତ ଏକ ରଙ୍ଗାରଙ୍ଗ ଉତ୍ସବରେ ଅଧ୍ୟକ୍ଷତା କରି ସୁରେନ୍ଦ୍ରନାଥ ପଣ୍ଡା ତାଙ୍କ ଅତୀତର ସ୍ମୃତିକୁ ମନେପକାଇବା ସହ ଜଗନ୍ନାଥଙ୍କ ମାଟିରେ ଜନ୍ମିତ ବ୍ୟକ୍ତି କେବେ ଦୁର୍ବଳ ନୁହନ୍ତି ବୋଲି କହିଥିଲେ। ଓଡ଼ିଶା ମାଟିରେ ଜନ୍ମହୋଇ ଦେଶ ବିଦେଶରେ ସୁନାମ ଅର୍ଜନ କରୁଥିବା ପ୍ରତିଭାମାନଙ୍କୁ ବର୍ଷ ବର୍ଷ ଧରି ସମ୍ମାନ ଦେଇ ପୂଜ୍ୟପୂଜାର ପରମ୍ପରାକୁ ଅକ୍ଷୁଣ୍ଣ ରଖିଛୁ ବୋଲି କମ୍ପାନୀର ପରିଚାଳନା ନିର୍ଦ୍ଦେଶକ ସୁଶାନ୍ତ କୁମାର ପଣ୍ଡା ମତବ୍ୟକ୍ତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦି ଡ୍ରିମ୍‌ ଜିମ୍‌ର ନୂତନ ସେଣ୍ଟର

ଭୁବନେଶ୍ୱର,୨୧।୪: ବର୍ତ୍ତମାନର ବ୍ୟସ୍ତବହୁଳ ଜୀବନ ମଧ୍ୟରେ ସୁସ୍ଥ ଶରୀର ଓ ସ୍ବାସ୍ଥ୍ୟବାନ୍‌ ହେବା ପାଇଁ ସବୁ ବର୍ଗର ଲୋକ ଆଗ୍ରହ ପ୍ରକାଶ କରୁଛନ୍ତି। ଏହାକୁ ନଜରରେ...

ଏଭରେଷ୍ଟ ମସଲାରେ ‘ଅତ୍ୟଧିକ କୀଟନାଶକ ଉପାଦାନ’, ଫେରାଇଦେଲା ସିଙ୍ଗାପୁର

ଭୁବନେଶ୍ୱର,୧୯।୪: ଏଭରେଷ୍ଟ ଫିସ୍ ମସଲାରେ ‘ଅତ୍ୟଧିକ କୀଟନାଶକ ଉପାଦାନ’ ମିଳିବା ପରେ ଭାରତରୁ ଆମଦାନୀ କରାଯାଉଥିବା ଏହି ମସାଲାକୁ ଫେରାଇ ଦେଇଛି ସିଙ୍ଗାପୁର। ସିଙ୍ଗାପୁର ଫୁଡ୍...

ଆଜିଠାରୁ ଭିଆଇଟି ଇଞ୍ଜିନିୟରିଂ ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର,୧୯।୪ (ଅଭୟ ଦାଶ): ଦେଶର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ତଥା ଭେଲୋର ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଟେକ୍ନୋଲୋଜି(ଭିଆଇଟି)ର ବହୁ ପ୍ରତୀକ୍ଷିତ ‘ଦି ଭିଆଇଟି ଇଞ୍ଜିନିୟରିଂ ପ୍ରବେଶିକା ପରୀକ୍ଷା...

ଗୁଣାତ୍ମକ ଉତ୍ପାଦର ସର୍ବୋତ୍ତମ ବିକ୍ରୟ ସୁଯୋଗ

ଭୁବନେଶ୍ୱର,୧୯।୪: ଦେଶର ପ୍ରମୁଖ ଘରୋଇ ସଂସ୍ଥା ଆର୍‌ୟା ଓମ୍‌ନିଟକ୍‌ ଏବଂ ମୋଟୋରୋଲା ସଲ୍ୟୁଶନ ମଧ୍ୟରେ ଏକ ଦ୍ୱିପାକ୍ଷିକ ସହଭାଗିତା (ପାର୍ଟନରଶିପ) ନିକଟରେ ହୋଇଯାଇଛି। ବିଶେଷକରି ଘରୋଇ...

ହୋଣ୍ଡାର ନୂତନ ସିକେଡି ଇଞ୍ଜିନ ଆସେମ୍ବ୍ଲି ଲାଇନ

ଭୁବନେଶ୍ୱର,୧୯।୪: ହୋଣ୍ଡା ମୋଟରସାଇକେଲ ଆଣ୍ଡ ସ୍କୁଟର ଇଣ୍ଡିଆ (ଏଚ୍‌ଏମ୍‌ଏସ୍‌ଆଇ) ଲିମିଟେଡ୍‌ର ନୂତନ କମ୍ପ୍ଲିଟଲି ନକ୍‌ ଡାଉନ୍‌ ବା ସିକେଡି ଇଞ୍ଜିନ୍‌ ଆସେମ୍ବ୍ଲି ଲାଇନ ନିକଟରେ ଉଦ୍‌ଘାଟିତ...

କଗ୍ନିଜାଣ୍ଟକୁ ଶ୍ରେଷ୍ଠ ନିଯୁକ୍ତିଦାତା ମାନ୍ୟତା

ଭୁବନେଶ୍ୱର,୧୯।୪: ଦେଶର ପ୍ରମୁଖ ତଥା ବହୁରାଷ୍ଟ୍ରୀୟ ଆଇଟି କମ୍ପାନୀ ‘କଗ୍ନିଜାଣ୍ଟ’କୁ ନିକଟରେ ଶ୍ରେଷ୍ଠ ନିଯୁକ୍ତିଦାତାର ମାନ୍ୟତା ଓ ସମ୍ମାନ ପ୍ରଦାନ କରାଯାଇଛି। ଲିଙ୍କ୍‌ଡିନ ପକ୍ଷରୁ ଘରୋଇ...

ବଦଳିଲା ଇପିଏଫ୍‌ଓ ନିୟମ: ସହଜରେ ଅଧିକ ଟଙ୍କା ଉଠାଇପାରିବେ ହିତାଧିକାରୀ

ଭୁବନେଶ୍ୱର,୧୯।୪(ଅନୁରାଧା ମହାରଣା): କର୍ମଚାରୀ ଭବିଷ୍ୟ ନିଧି ସଙ୍ଗଠନ (ଇପିଏଫ୍‌ଓ) କୋଟି କୋଟି ଗ୍ରାହକଙ୍କୁ ଆଶ୍ୱସ୍ତିକର ଖବର ଦେଇଛି। ଇପିଏଫ୍‌ଓରୁ ଟଙ୍କା ଉଠାଣ ନିୟମରେ କିଛି ନୂତନ...

୫ ହଜାର କର୍ମଚାରୀଙ୍କୁ ଛଟେଇ କଲା ଟୋଷିବା, ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୧୮।୪: ଜାପାନର ପ୍ରମୁଖ ଇଲେକ୍ଟ୍ରୋନିକ୍ସ କମ୍ପାନୀ ଟୋଷିବା ୫୦୦୦ କର୍ମଚାରୀଙ୍କୁ ଛଟେଇ କରିଛି। କମ୍ପାନୀର ପୁନଃବ୍ୟବସ୍ଥିତ କରିବା ପାଇଁ ଏହି ନିଷ୍ପତି ନିଆଯାଇଛି। ଏହି ସଂଖ୍ୟା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri