Posted inRasifala

ରାଶିଫଳ: ମଙ୍ଗଳବାର, ମେ ୨୩ ତାରିଖ – Daily Horoscope

ମେଷ
ଆଜି ଦ୍ୱିଜା ନକ୍ଷତ୍ର ସକାଶେ କର୍ମକ୍ଷେତ୍ର ଓ ପାରିବାରିକ କ୍ଷେତ୍ର ଶୃଙ୍ଖଳିତ ରହିବ। ନିଜ ସଂସ୍ପର୍ଶରେ ଆସୁଥବା ଲୋକଙ୍କ କଥାଗୁଡ଼ିକ ଠିକ୍‌ ଥିଲେ ମଧ୍ୟ ଆପଣଙ୍କୁ ଭଲ ଲାଗିବ ନାହିଁ। ଆବଶ୍ୟ ଅପରାହ୍ନେ ବନ୍ଧୁଙ୍କ ନିକଟରୁ ଆଶା କରୁଥିବା ଶୁଭଖବର ଶୁଣି ଖୁସି ହେବେ। ସଭାସମିତି ଓ ସଙ୍ଗଠନ କ୍ଷେତ୍ରରୁ ପ୍ରଶଂସିତ ହୋଇପାରନ୍ତି।
ବୃଷ
ବୃଷ
ମୃଗଶିରା ନକ୍ଷତ୍ର ହାତକୁ ନେଇଥିବା କାମଗୁଡ଼ିକ ସମ୍ପୂର୍ଣ୍ଣ ହେବା କଷ୍ଟକର ହୋଇପଡ଼ିବ। ଘର ସକାଶେ, ଜମିଜମା ପାଇଁ କିମ୍ବା ଯାନ୍ତ୍ରିକ ଜିନିଷ କ୍ଷେତ୍ରରେ ଅର୍ଥ ବ୍ୟୟ କରିବେ। ପିଲାମାନେ ଆପଣଙ୍କୁ ଏହି ଦିଗରେ ସାହାଯ୍ୟ କରିପାରନ୍ତି। ମୋଟା ଅଙ୍କର ଅର୍ଥ ଆବଶ୍ୟକତା ସହକର୍ମୀଙ୍କ ସହଯୋଗରେ ଦୂରହୋଇପାରେ।
ମିଥୁନ
ମିଥୁନ
ଆଜି ଯାହା ନିଷ୍ପତ୍ତି ନେବେ ତାହା ଶେଷ ସମୟରେ ଓଲଟପାଲଟ ହୋଇଯିବ। ମିତ୍ରମାନେ ମଧ୍ୟ ପୂର୍ବ ଶତ୍ରୁତା କଥା ସ୍ମରଣକରି ନିଜର ମତ ହଠାତ୍‌ ବଦଳାଇ ଅସହଯୋଗ କରିବେ। ଆରଦ୍ରା ନକ୍ଷତ୍ରର ବିବାଦୀୟ ପରିସ୍ଥିତି ତଥା ମାଲିମକଦ୍ଦମାରେ ସ୍ଥିତି ଅନୁକୂଳ ହୋଇପାରେ। ଘରେ ବନ୍ଧୁମିଳନ ସହ ଆମୋଦ ପ୍ରମୋଦର ସୁଅ ଛୁଟିବ।
କର୍କଟ
କର୍କଟ
ପାରିବାରିକ ଜୀବନରେ ଶାନ୍ତି ଓ ସ୍ଥିରତା ଅବ୍ୟାହତ ରହିବ। ଅଶ୍ଳେଷା ନକ୍ଷତ୍ର କିନ୍ତୁ ପ୍ରତ୍ୟେକ କ୍ଷେତ୍ରରେ ପ୍ରତିକ୍ରିୟାଶୀଳ ମନୋବୃତ୍ତି ପୋଷଣ କରିବେ, ଯାହାକି ଅଶାନ୍ତି ସୃଷ୍ଟି କରିବ। କୌଣସି ନୂତନ ସ୍ଥାନକୁ ଯିବା ପାଇଁ ସଜବାଜ ହୋଇପାରନ୍ତି। ସଭାସମିତିରେ କିମ୍ବା ବନ୍ଧୁ ମେଳରେ ଅପ୍ରିୟ ସତ କଥା କହି ବିରୋଧୀ ହେବେ।
ସି˚ହ
ସି˚ହ
ବିବାଦୀୟ ଘଟଣା ଜଟିଳ ଆଡ଼କୁ ଗତି କରିପାରେ, କିନ୍ତୁ ପରିଣାମ ବିଶେଷ ଖରାପ ହେବ ନାହିଁ। ଆଜି ଯାହା ପାଇବେ ତାହା ବହୁତ ପୂର୍ବରୁ ପାଇବାର ଥିଲା କହିଲେ ଅତ୍ୟୁକ୍ତି ହେବନାହିଁ। ମଘା ନକ୍ଷତ୍ର ବ୍ୟବସାୟ ଆଗକୁ ବଢ଼ାଇବା ପାଇଁ ନୂତନ ପଦକ୍ଷେପ ଗ୍ରହଣ କରିବେ। କର୍ମକ୍ଷେତ୍ରରେ କାରଣ ନ ଥାଇ ଦୋଷୀ ସାବସ୍ତ୍ୟ ହୋଇପାରନ୍ତି।
କନ୍ୟା
ଆଜି ପାରିବାରିକ କ୍ଷେତ୍ର ସମସ୍ୟାବହୁଳ ରହିପାରେ, କାରଣ ଭୁଲ୍‌ ବୁଝାମଣା ହିଁ ଏହାର ପ୍ରଧାନ କାରଣ ହେବ। ଯାନବାହନରେ ସତର୍କ ରହିବା ଭଲ, ନତୁବା ହଇରାଣ ହେବେ। ଚିତ୍ରା ନକ୍ଷତ୍ର ପିଲାମାନଙ୍କ କୃତିତ୍ୱ ସକାଶେ ଗର୍ବ ଅନୁଭବ କରିପାରନ୍ତି। ବନ୍ଧୁଙ୍କ ସହ ଭାଙ୍ଗିପଡ଼ିଥିବା ସମ୍ପର୍କ ପୁଣି ଯୋଡ଼ିହୋଇଯିବ।
ତୁଳା
ତୁଳା
କର୍ମକ୍ଷେତ୍ରରେ ଗୁଜବ ମନକୁ ଆତଙ୍କିତ କରିପାରେ। ସ୍ବାତୀ ନକ୍ଷତ୍ର ସକାଶେ ଅର୍ଥ ସମ୍ପର୍କକୁ କେନ୍ଦ୍ରକରି ତର୍କର ସମ୍ମୁଖୀନ ହେବାକୁ ପଡ଼ିବ। ହଠାତ୍‌ ବନ୍ଧୁଙ୍କ ଅନୁରୋଧକ୍ରମେ ଦେବାର୍ଚ୍ଚନା ପାଇଁ ମନ ବଳାଇ ପାରନ୍ତି। ପିଲାଙ୍କ ସ୍ବାସ୍ଥ୍ୟହାନି, ବନ୍ଧୁଙ୍କ ମାନସିକ ଚାପ ଓ ପାରିବାରିକ ଅସହଯୋଗରୁ ଚିନ୍ତିତ ହେବେ।
ବିଛା
ବିଛା
ଅଶ୍ୱସ୍ତିକର ପରିସ୍ଥିତି ସୁଧୁରିଯିବାର ଝଲକ ଆଜି ହିଁ ପାଇଯିବେ। ଅନୁରାଧା ନକ୍ଷତ୍ର ଯେଉଁ କାମରେ ହାତ ଦେବେ କୃତକାର୍ଯ୍ୟ ହେବେ। କଳା, ସାହିତ୍ୟ, ସଙ୍ଗୀତ ଓ ଅଭିନୟ କ୍ଷେତ୍ରରୁ ପ୍ରଶଂସା ପାଇବେ। ଅଫିସିଆଲି କାମରେ ଯେଉଁ ବିବାଦୀୟ ଘଟଣା ପାଇଁ ଆଶଙ୍କା କରୁଛନ୍ତି ସେଥିରେ କିଛି ହେବ ନାହିଁ।
ଧନୁ
ଧନୁ
ସାଧାରଣ କଥାକୁ ନେଇ ଅନ୍ୟମାନଙ୍କ ଉପରେ ଅଯଥା ବିରକ୍ତି ପ୍ରକାଶ କରନ୍ତୁ ନାହିଁ। କେତେକ ନୂତନ କାମର ପରିକଳ୍ପନା କରିବା ସାଙ୍ଗକୁ ଖର୍ଚ୍ଚଭାର ଯୋଗୁ ଚିନ୍ତାପ୍ରକଟ କରିପାରନ୍ତି। ପୂର୍ବାଷାଢ଼ା ନକ୍ଷତ୍ର ସାମାଜିକ ସ୍ତରରେ ଜନମଙ୍ଗଳ କାର୍ଯ୍ୟରେ ନିଜକୁ ନିୟୋଜିତ କରିପାରନ୍ତି। ଜମିଜମା, ବ୍ୟବସାୟ, ପରିବହନ କ୍ଷେତ୍ର ଭଲ ରହିବ।
ମକର
ମକର
ଆଜି ଦିନଟିରେ ଯାହା କରିବେ,ପ୍ରତ୍ୟେକ କ୍ଷେତ୍ର ପ୍ରାୟତଃ ଅନୁକୂଳ ରହିବ। ଆମତ୍ୀୟ ସ୍ବଜନ କିମ୍ବା ନିକଟ ସମ୍ପର୍କୀୟମାନେ ପାଖେଇ ଆସିବେ। ଶ୍ରବଣା ନକ୍ଷତ୍ରର ଅତି ପ୍ରିୟ ବନ୍ଧୁଟି ସହ ଭାଙ୍ଗିପଡ଼ିଥିବା ସମ୍ପର୍କ ପୁନଃ ପ୍ରତିଷ୍ଠିତ ହେବ। ପାରିବାରିକ କ୍ଷେତ୍ରରେ ଟେନ୍‌ସନ କିିଛି ମାତ୍ରାରେ କମିଯିବ।
କୁମ୍ଭ
କୁମ୍ଭ
ପରିବାରର ବାରଣକୁ ନ ମାନି କାମରେ ଆଗଭର ହେବା ଠିକ୍‌ ହେବନାହିଁ। ପୂର୍ବଭାଦ୍ରପଦ ନକ୍ଷତ୍ର ସକାଶେ ଅଫିସ୍‌ରେ ମଧ୍ୟ ହଠାତ୍‌ କୌଣସି ଘଟଣା ମନକୁ ବିବ୍ରତ କରିପାରେ। କାମ ହାସଲ ନ ହେବା କାରଣକୁ ନେଇ ବନ୍ଧୁଙ୍କ ଉପରେ ବୃଥା ସନ୍ଦେହ କରନ୍ତୁ ନାହିଁ। ବାଣିଜ୍ୟ, ବ୍ୟବସାୟ, ମାଲିମକଦ୍ଦମା କିମ୍ବା ଜମିଜମା ସମସ୍ୟା କ୍ରମଶଃ ଜଟିଳ ହେବ।
ମୀନମୀନ
ଆଜି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବେ ଯାହା ଆଗାମୀ ସମୟ ପାଇଁ ଲାଭଦାୟକ ରହିବ। ଅପ୍ରିୟ ସତ୍ୟ ପ୍ରକାଶକରି ବିବାଦୀୟ ହୋଇପାରନ୍ତି। ପରିବହନରେ, ପ୍ରଶାସନିକ ସ୍ତରରେ, ଆଲୋଚନା କ୍ଷେତ୍ରରେ ପ୍ରତିବନ୍ଧକ ଦୂରେଇବାର ପ୍ରଯନତ୍କରି ପାରନ୍ତି। ରେବତୀ ଗୃହ କାମରେ ବ୍ୟସ୍ତ ରହି କୌଣସି କାମକୁ ପାସୋରିଦେଇ ସମାଲୋଚିତ ହୋଇପାରନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ବୁଧବାର, ଅକ୍ଟୋବର ୭ ତାରିଖ – Daily Horoscope

ମେଷ ଆଜିର ପାପଗ୍ରହ ମଧ୍ୟସ୍ଥ ଚନ୍ଦ୍ରଙ୍କ ଯୋଗୁ ମାନସିକ ଅସ୍ଥିରତା ଭିତରେ ଦିନଟି କଟିବ। ଶିଳ୍ପ, ବାଣିଜ୍ୟ, ପରିବହନ ଏବଂ ଆନୁଷ୍ଠାନିକ କ୍ଷେତ୍ରରେ ଆଶାଜନକ ଫଳ ପ୍ରାପ୍ତି…

ରାଶିଫଳ: ମଙ୍ଗଳବାର , ଅକ୍ଟୋବର ୬ ତାରିଖ – Daily Horoscope

ମେଷ ଚତୁର୍ଥକେନ୍ଦ୍ରରେ ଶୁଭଗ୍ରହଙ୍କ ସମାବେଶ ପାରିବାରିକ, ସାମାଜିକ ଏବଂ କର୍ମକ୍ଷେତ୍ରକୁ ଋଦ୍ଧିମନ୍ତ କରିବ। ଭିତିରିଆ ଉଦ୍ଦେଶ୍ୟ ସାଧନ ପରିପ୍ରେକ୍ଷୀରେ ବନ୍ଧୁ ସାହାଯ୍ୟର ହାତ ବଢ଼ାଇବେ। ମନ ବୁଝିଲା…

ରାଶିଫଳ: ସୋମବାର, ଅକ୍ଟୋବର ୫ ତାରିଖ – Daily Horoscope

ମେଷ ଆଜି ଯେକୌଣସି କ୍ଷେତ୍ରରେ ମଧ୍ୟ ଛୋଟ ଘଟଣା ପ୍ରତି ଗୁରୁତ୍ୱ ଦେଲେ ଅଶାନ୍ତ ପରିସ୍ଥିତି ସୃଷ୍ଟି ହେବ। ସାମାଜିକ ଜୀବନରେ ପାରିପାର୍ଶ୍ୱିକ ପରିସ୍ଥିତି କେତେକାଂଶରେ ଭଲ…

ରାଶିଫଳ: ରବିବାର, ଅକ୍ଟୋବର ୪ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ରାହୁଙ୍କ ଦ୍ୱାରା କବଳିତ ହୋଇ ପାରିବାରିକ ଜୀବନରେ କୌଣସି ବ୍ୟତିକ୍ରମ ସୃଷ୍ଟି କରିପାରନ୍ତି। ଭୁଲ୍‌ ନିଷ୍ପତ୍ତିଜନିତ ସମସ୍ୟା ସୃଷ୍ଟି ସାମାଜିକ ଜୀବନକୁ ମଧ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?