ବାତ୍ୟା ପାଇଁ ୨୪ ଘଣ୍ଟିଆ କଣ୍ଟ୍ରୋଲ ରୁମ୍‌

ଭଦ୍ରକ ଅଫିସ,୨୨ା୫- ସମ୍ଭାବ୍ୟ ବାତ୍ୟାର ମୁକାବିଲା ନେଇ ଭଦ୍ରକ ଜିଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଜିଲାର ବିଭିନ୍ନ ବ୍ଲକରେ ଥିବା ବାତ୍ୟା ଆଶ୍ରୟ ସ୍ଥଳଗୁଡ଼ିକୁ ଯାଇ ପ୍ରଶାସନିକ ଅଧିକାରୀମାନେ କ୍ଷେତ୍ର ଅନୁଧ୍ୟାନ କରିଛନ୍ତି। ଜିଲାପାଳ ଡ. ଜ୍ଞାନ ରଞ୍ଜନ ଦାସ ବିଭିନ୍ନ ବାତ୍ୟା ଆଶ୍ରୟସ୍ଥଳ ବୁଲି ଦେଖିଛନ୍ତି। ଆବଶ୍ୟକ ହେଲେ ଲୋକଙ୍କୁ ବାତ୍ୟା ଆଶ୍ରୟସ୍ଥଳୀରେ ଥଇଥାନ ଲାଗି ପଦକ୍ଷେପ ନେବାକୁ ବ୍ଲକ ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି। ବାତ୍ୟା ଆଶ୍ରୟସ୍ଥଳରେ ପାନୀୟଜଳ, ବିଦ୍ୟୁତ୍‌, ଜେନେରେଟର ଆଦିର ବ୍ୟବସ୍ଥା ସମ୍ପର୍କରେ କର୍ମକର୍ତ୍ତାଙ୍କ ସହ ସେ ଆଲୋଚନା କରିଥିଲେ। ଶୁକ୍ରବାର ମଧ୍ୟାହ୍ନରେ ଏମ୍‌ପି ମଞ୍ଜୁଲତା ମଣ୍ଡଳ, ବିଧାୟକ ସଞ୍ଜିବ ମଲ୍ଲିକ, ବ୍ୟୋମକେଶ ରାୟ, ଏସ୍‌ପି ଚରଣ ସିଂ ମୀନା, ସମସ୍ତ ବ୍ଲକ ଅଧ୍ୟକ୍ଷ, ଜିଲା ପରିଷଦ ଅଧ୍ୟକ୍ଷଙ୍କ ସମେତ ଜିଲାସ୍ତରୀୟ ଅଧିକାରୀମାନଙ୍କ ସହ ଜିଲାପାଳ ଦାସ ଭର୍ଚୁଆଲ ମୋଡ୍‌ରେ ଆଲୋଚନା କରିଛନ୍ତି। ବାତ୍ୟା ସରିବା ପର୍ଯ୍ୟନ୍ତ ଜିଲାପାଳଙ୍କ କାର୍ଯ୍ୟାଳୟରେ ୨୪ ଘଣ୍ଟିଆ କଣ୍ଟ୍ରୋଲ ରୁମ୍‌ ଖୋଲାଯିବା ପାଇଁ ସ୍ଥିର ହୋଇଛି।
ବାସୁଦେବପୁରରେ ବିଡିଓ ପ୍ରଣବ କୁମାର ବେହେରା, ତହସିଲଦାର ସୌମ୍ୟଶ୍ରୀ ପାଣିଗ୍ରାହୀ, ନେସ୍କୋ, ଅଗ୍ନିଶମ ଓ ଯୋଗାଣ ବିଭାଗ ଅଧିକାରୀମାନଙ୍କ ସହ ଏକ ବୈଠକରେ ବାତ୍ୟା ସମୟରେ ବିଦ୍ୟୁତ୍‌ ମରାମତି କାର୍ଯ୍ୟକୁ ତ୍ୱରାନ୍ବିତ କରିବା, ରାସ୍ତାଘାଟ ଅବରୋଧ ହେଲେ ଅଗ୍ନିଶମ ବାହିନୀ ପକ୍ଷରୁ ତୁରନ୍ତ ଗଛ କାଟିବା ପାଇଁ ଆବଶ୍ୟକ ଥିବା ଯନ୍ତ୍ରପାତିକୁ ପରୀକ୍ଷଣ କରାଯାଇ ପ୍ରସ୍ତୁତ ରଖିବାକୁ ଜିଲାପାଳ ପରାମର୍ଶ ଦେଇଛନ୍ତି। ଲୋକଙ୍କୁ ସ୍ଥାନାନ୍ତର ସମୟରେ କୋଭିଡ୍‌ କଟକଣାକୁ ପାଳନ କରାଯିବା ସହ ଥଇଥାନ ବେଳେ ଏହାକୁ ଧ୍ୟାନ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏହାବ୍ୟତୀତ ଲୋକଙ୍କ ଥଇଥାନ ନିମନ୍ତେ ସ୍କୁଲ, କଲେଜ ଗୃହକୁ ପ୍ରସ୍ତୁତ ରଖିବା ଲାଗି କୁହାଯାଇଛି। ଜିଲା ପ୍ରକଳ୍ପ ନିର୍ଦ୍ଦେଶକ ଇନ୍ଦ୍ରମଣି ନାୟକ ତିହିଡ଼ି, ଅତିରିକ୍ତ ପ୍ରକଳ୍ପ ନିର୍ଦ୍ଦେଶକ ରାଜେନ୍ଦ୍ର ପଣ୍ଡା ଚାନ୍ଦବାଲି, ଅତିରକ୍ତ ଉପଜିଲାପାଳ ମନୋରମା ଭୁୟଁା ଧାମନଗର ବ୍ଲକ ଗସ୍ତ କରିଥିଲେ। କରୋନା ସାଙ୍ଗକୁ ସମ୍ଭାବ୍ୟ ବାତ୍ୟା ପାଇଁ ବ୍ଲକସ୍ତରୀୟ ସରକାରୀ ଅଧିକାରୀଙ୍କ ଛୁଟି ବାତିଲ କରାଯାଇଛି। ମୁଖ୍ୟତଃ ଚାନ୍ଦବାଲି, ବାସୁଦେବପୁର, ଧାମରା ଓ ତିହିଡ଼ି ବ୍ଲକ ଏହି ବାତ୍ୟା ଦ୍ୱାରା ପ୍ରଭାବିତ ହୋଇପାରେ ବୋଲି ପ୍ରଶାସନ ଅନୁମାନ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

ଓଡ଼ିଆ ଭାଷା ସାହିତ୍ୟ ଓ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ ଉତ୍କଳ ଦିବସ-୨୦୨୬ ପାଳିତ

ଦାରିଙ୍ଗବାଡି,୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଜାଗୃତି ସଭାଗୃହ ପରିସରରେ ଉତ୍କଳ ଦିବସ-୨୦୨୬ ପାଳିତ ହୋଇଯାଇଛି । ବରିଷ୍ଠ ଶିକ୍ଷକ ପ୍ରଶାନ୍ତ କୁମାର ସାହୁଙ୍କ ସଂଯୋଜନାରେ ହୋଇଥିବା…

ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ

ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…

କୋଟିଆ ସୀମାନ୍ତବାସୀଙ୍କୁ ନେଇ ୯୦ ତମ ଓଡ଼ିଶା ଦିବସ ପାଳନ କଲା ଜିଲା ପ୍ରଶାସନ

ପଟ୍ଟାଙ୍ଗି,୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧିନରେ ରହିଥିବା ଦୁଇ ରାଜ୍ୟର ବିବାଦୀୟ କୋଟିଆ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଜିଲା ପ୍ରଶାସନ ପକ୍ଷରୁ ୯୦…

ଚଣ୍ଡିପଦର ରୁଟରେ ଚାଲୁଥିବା ବସକୁ ନେଇ ଚିନ୍ତାରେ ସଂଘ, ସମସ୍ୟା ଭୋଗୁଛନ୍ତି ଗ୍ରାମବାସୀ

ପୁରଷୋତ୍ତମପୁର,୧।୪(ସବିତା ମିଶ୍ର): ଗଞ୍ଜମ ଜିଲା ପୁରୁଷୋତ୍ତମପୁର ମା କନକେଶ୍ବରୀ ଘରୋଇ ବସମାଲିକ ସଂଘ ପକ୍ଷରୁ ଏକ ବୈଠକ ଅନୁଷ୍ଠିତ ହୋଇଛି । ସଭାପତି ସନ୍ତୋଷକୁମାର ପତିଙ୍କ ପୌରହିତ୍ଯରେ…

ଛେଚିଲା କୁଆପଥର ବର୍ଷା, ପବନରେ ଗଛ ଭାଙ୍ଗି ନଷ୍ଟ ହେଲା ଏକାଧିକ ଗାଡ଼ି

ନନ୍ଦପୁର,୧ା୪(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ ବୁଧବାର ପବନ ସହ କୁଆପଥର ବର୍ଷା ହୋଇଛି। ଯାହାର ପ୍ରଭାବରେ ନନ୍ଦପୁର ବ୍ଲକ ସଦର ମହକୁମା ସ୍ଥିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri