୨୪ ଘଣ୍ଟିଆ ହେଲ୍ପଲାଇନ୍‌ ନମ୍ବର ୧୦୯୮ ଜାରି

ଭୁବନେଶ୍ୱର,୨୧।୫(ବ୍ୟୁରୋ): ବର୍ତ୍ତମାନ କରୋନାରେ ଅନେକ ପରିବାରରେ ମାତାପିତାଙ୍କ କୋଭିଡ୍‌ରେ ମୃତ୍ୟୁ ହେବା କିମ୍ବା ସଂକ୍ରମିତ ହୋଇ ଡାକ୍ତରଖାନାରେ ଚିକିତ୍ସିତ ହେବା ସମୟରେ ସେମାନଙ୍କ ପିଲାମାନେ ଅନାଥ ଏବଂ ଅସହାୟ ହୋଇଯାଉଛନ୍ତି। ଏହି ଶିଶୁମାନଙ୍କୁ ରଖିବା ପାଇଁ ମଧ୍ୟ କେହି ଆତ୍ମୀୟସ୍ବଜନ, ନିକଟ ସମ୍ପର୍କୀୟ ଆଗେଇ ଆସୁନାହାନ୍ତି। ଏଭଳି ପରିସ୍ଥିତିରେ ମହିଳା ଓ ଶିଶୁ ବିକାଶ ଏବଂ ମିଶନ ଶକ୍ତି ବିଭାଗ ପକ୍ଷରୁ ବିଶେଷ ପଦକ୍ଷେପ ନିଆଯାଇଛି। ବିଭାଗ ପକ୍ଷରୁ ଗୁରୁବାର ଏକ ୨୪ଘଣ୍ଟିଆ ହେଲ୍ପଲାଇନ୍‌ ନମ୍ବର ୧୦୯୮ ଏବଂ ଓଡ଼ିଶା ରାଜ୍ୟ ଶିଶୁ ସୁରକ୍ଷା ଆୟୋଗର ସହାୟତା ନମ୍ବର ୧୮୦୦-୩୪୫-୪୪୯୪ ସହ ରାଜ୍ୟ ହେଲ୍ପଲାଇନ୍‌ ନମ୍ବର ୧୦୪ ଜାରି କରାଯାଇଛି। ୧୮ବର୍ଷରୁ କମ୍‌ ବୟସର ଅସହାୟ ଓ ବିପଦସଙ୍କୁଳ ଅବସ୍ଥାରେ ଥିବା କୌଣସି ଶିଶୁ, ମାତାପିତାବିହୀନ ଶିଶୁ କିମ୍ବା କରୋନା ସଂକ୍ରମିତ ହୋଇ ସଙ୍ଗରୋଧରେ ଥିବା ମାତାପିତାଙ୍କ ଶିଶୁ କାହାର ନଜରକୁ ଆସିଲେ ତୁରନ୍ତ ଉପରୋକ୍ତ ହେଲ୍ପଲାଇନ୍‌ରେ କିମ୍ବା ନିକଟସ୍ଥ ଜିଲା ଶିଶୁ ସୁରକ୍ଷା ଅଧିକାରୀ କିମ୍ବା ଜିଲା ଶିଶୁ ମଙ୍ଗଳ କମିଟିକୁ ଯୋଗାଯୋଗ କରିବାକୁ କୁହାଯାଇଛି। ଏଥିପାଇଁ ପ୍ରତି ଜିଲାରେ ସରପଞ୍ଚମାନଙ୍କୁ ନେଇ ହ୍ବାଟସ୍‌ଆପ୍‌ ଗ୍ରୁପ୍‌ ଗଠନ ହୋଇଛି। ଏହି ଶିଶୁମାନଙ୍କ ତଥ୍ୟ ସଂଗ୍ରହ କରାଯାଇ ସେମାନଙ୍କୁ ସମସ୍ତ ସହାୟତା ଯୋଗାଇଦେବା ପାଇଁ ନାଗରିକ ସଙ୍ଗଠନ ଓ ସାମାଜିକ ଅନୁଷ୍ଠାନର ସହଯୋଗ ନିଆଯାଉଛି। ଅସୁବିଧାରେ ଥିବା ପ୍ରତ୍ୟେକ ଶିଶୁଙ୍କୁ ତୁରନ୍ତ ଉଦ୍ଧାର କରି ସେମାନଙ୍କୁ ସାମୟିକ ଭାବେ ସୁରକ୍ଷିତ କରି ରଖିବା ପାଇଁ ୩୦ଟି ଜିଲାରେ ୩୦ଟି ଅସ୍ଥାୟୀ ବାସସ୍ଥଳୀର ବ୍ୟବସ୍ଥା କରାଯାଇଛି। ଶିଶୁଙ୍କ ଯତ୍ନ ଏବଂ ସୁରକ୍ଷା ପାଇଁ ପ୍ରତି ଜିଲାରେ ନୋଡାଲ ଅଫିସରମାନଙ୍କୁ ନିଯୁକ୍ତ କରାଯାଇଛି। ଏ ପର୍ଯ୍ୟନ୍ତ ଚିହ୍ନଟ ହୋଇଥିବା କୋଭିଡ୍‌ ପ୍ରଭାବିତ ୪ ଅସହାୟ ଶିଶୁଙ୍କୁ ଉଦ୍ଧାର କରାଯାଇ ଆର୍ଥିକ ସହାୟତା ପ୍ରଦାନ ସହ ସାମୟିକ ଭାବେ ରଖାଯାଇଛି। ଶିଶୁ କଲ୍ୟାଣ ବିଭାଗୀୟ ଯୁଗ୍ମ ସଚିବଙ୍କୁ ରାଜ୍ୟ ନୋଡାଲ ଅଧିକାରୀ ଭାବେ ଘୋଷଣା କରାଯାଇଛି। ସୂଚନାଯୋଗ୍ୟ, ରାଜ୍ୟରେ ଥିବା ୨୩୮ ଶିଶୁ ଯତ୍ନ ଅନୁଷ୍ଠାନରେ ୮,୫୦୦ ଶିଶୁ ରହୁଛନ୍ତି ଏବଂ ସେମାନଙ୍କ ଯତ୍ନ ନେବା ପାଇଁ ୨,୦୦୦ କର୍ମଚାରୀ କାର୍ଯ୍ୟ କରୁଛନ୍ତି। ବିଭାଗ ପକ୍ଷରୁ ମାର୍ଗଦର୍ଶିକା ଜାରି କରାଯାଇ ଏହି ଶିଶୁ ଯତ୍ନ ଅନୁଷ୍ଠାନଗୁଡ଼ିକରେ କୋଭିଡ୍‌ ସମ୍ପର୍କିତ ସମସ୍ତ ସତର୍କତା ଓ ନିୟମାବଳୀ ପାଳନ ନିମନ୍ତେ ପଦକ୍ଷେପ ନିଆଯାଇଛି। ବିଭାଗ ପକ୍ଷରୁ ଗୁରୁବାର ଆୟୋଜିତ ଭର୍ଚ୍ଚୁଆଲ ବୈଠକରେ ଏହି ସୂଚନା ମିଳିଛି। ବିଭାଗୀୟ ପ୍ରମୁଖ ଶାସନ ସଚିବ ଅନୁ ଗର୍ଗ ଶିଶୁଙ୍କ ସୁରକ୍ଷା ଓ ଥଇଥାନ ପାଇଁ ତ୍ୱରିତ କାର୍ଯ୍ୟାନୁଷ୍ଠାନ ନିମନ୍ତେ ଜିଲା ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ସମନ୍ବିତ ଶିଶୁ ବିକାଶ ନିର୍ଦ୍ଦେଶକ ଅରବିନ୍ଦ ଅଗ୍ରୱାଲ ସମସ୍ତ ଜିଲାପାଳଙ୍କୁ ପତ୍ର ଲେଖି ସମ୍ପୂର୍ଣ୍ଣ ମାର୍ଗଦର୍ଶିକା ପ୍ରେରଣ କରିବା ସହ ଶିଶୁ ସୁରକ୍ଷାକୁ ସୁନିଶ୍ଚିତ କରିବା ନିମନ୍ତେ ଅନୁରୋଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri