୨୪ ଘଣ୍ଟିଆ ଚକାବନ୍ଦ ଆନ୍ଦୋଳନ: ରାଜପଥରେ ଅଟକି ରହିଛି ଶହଶହ ଗାଡି

ପାଟଣା,୧୮।୩(ବୀର କିଶୋର ଦାଶ): କେନ୍ଦୁଝର ଜିଲା ଟ୍ରକ୍‌ ମାଲିକ ସଂଘ ସୋମବାର ଓଏମ୍‌ସି ଶୁଆକାଟିରୁ ଗୁହାଳଡିହିକୁ ରେଳ ସଂଯୋଗୀକରଣ ଓ ଟ୍ରେନ୍‌ ଯୋଗେ ଲୁହାପଥର ପରିବହନକୁ ବିରୋଧରେ ୨୪ଘଣ୍ଟିଆ ବନ୍ଦଡାକରା ଦିଆଯାଇଛି। ଏହାକୁ ସମର୍ଥନକରି ପାଟଣା ଟ୍ରକ୍‌ ମାଲିକ ଆସୋସିଏଶନ ପକ୍ଷରୁ ଟ୍ରକ୍‌ ମାଲିକ ଓ ଡ୍ରାଇଭରମାନେମିଶି ପିକେଟିଂ କରି ସରକାରୀ କାର୍ଯ୍ୟାଳୟ ବନ୍ଦ କରିଛନ୍ତି। ଏଥିସହ ରାଞ୍ଚି ବିଜୟୱାଡା ୨୨୦ ନଂ ଜାତୀୟ ରାଜପଥର ମଙ୍ଗଳପୁର ନିକଟରେ ଓ ବୈତରଣୀ ନଦୀ ପୋଲଉପରେ ରାସ୍ତା ଅବରୋଧ କରିଛନ୍ତି। ଅନୁରୁପଭାବେ ତୁରୁମୁଙ୍ଗା ଦେଇ ଯାଇଥିବା ୪୯ ନଂ. ଜାତୀୟ ରାଜପଥର ଟୁରୁମୁଙ୍ଗା ଥାନା ଛକରେ ଆନ୍ଦୋଳନକାରୀ ରାସ୍ତା ଅବରୋଧ କରିଥିବାରୁ ହଜାର ହଜାର ସଂଖ୍ୟକ ଗାଡ଼ିମୋଟର ଅଟକି ରହି ଗମନାଗମନ ବ୍ୟାଘାତ ହୋଇଛି। ଫଳରେ ମୟୂରଭଞ୍ଜ ଜିଲା କରଞ୍ଜିଆ ପାର୍ଶ୍ୱରୁ କେନ୍ଦୁଝରକୁ ଆସୁଥିବା ଯାନବାହାନ ଗୁଡ଼ିକ ଫେରିଯାଇଛନ୍ତି। ଯାତ୍ରୀମାନେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହୋଇଛନ୍ତି। ସରକାରୀ ଲକ୍ଷ୍ମୀ ବସ୍‌ ଗୁଡ଼ିକୁ ଆନ୍ଦୋଳନକାରୀମାନେ ପାଟଣା ବୈତରଣୀ ବ୍ରିଜ୍‌ ନିକଟରୁ ଫେରାଇ ଦେଇଛନ୍ତି। ଆମ ବସ୍‌ଷ୍ଟାଣ୍ଡରେ ଲକ୍ଷ୍ମୀ ବସ ଗୁଡ଼ିକ ଅଟକି ରହିଛି। ପାଟଣା ମୁଖ୍ୟାଳୟରେ ଯତୀନ୍ଦ୍ର କୁମାର ଦାଶ, ସତ୍ୟବ୍ରତ ଦାଶ, ପରଭେଜ ଆଲାମ, ଜାମିଲ ଆଲାମ, ପ୍ରତାପ ମହାନ୍ତ, ସାହିଦ ଆଲାମ, ସରୋଜ ସାହୁ, ଭୂତ ମହାନ୍ତ, ଚନ୍ଦ୍ର ମୋହନ ନାଏକଙ୍କ ନେତୃତ୍ୱରେ ରାସ୍ତା ଅବରୋଧ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri