୨୪ ଘଣ୍ଟିଆ ଚକାବନ୍ଦ ଆନ୍ଦୋଳନ: ରାଜପଥରେ ଅଟକି ରହିଛି ଶହଶହ ଗାଡି

ପାଟଣା,୧୮।୩(ବୀର କିଶୋର ଦାଶ): କେନ୍ଦୁଝର ଜିଲା ଟ୍ରକ୍‌ ମାଲିକ ସଂଘ ସୋମବାର ଓଏମ୍‌ସି ଶୁଆକାଟିରୁ ଗୁହାଳଡିହିକୁ ରେଳ ସଂଯୋଗୀକରଣ ଓ ଟ୍ରେନ୍‌ ଯୋଗେ ଲୁହାପଥର ପରିବହନକୁ ବିରୋଧରେ ୨୪ଘଣ୍ଟିଆ ବନ୍ଦଡାକରା ଦିଆଯାଇଛି। ଏହାକୁ ସମର୍ଥନକରି ପାଟଣା ଟ୍ରକ୍‌ ମାଲିକ ଆସୋସିଏଶନ ପକ୍ଷରୁ ଟ୍ରକ୍‌ ମାଲିକ ଓ ଡ୍ରାଇଭରମାନେମିଶି ପିକେଟିଂ କରି ସରକାରୀ କାର୍ଯ୍ୟାଳୟ ବନ୍ଦ କରିଛନ୍ତି। ଏଥିସହ ରାଞ୍ଚି ବିଜୟୱାଡା ୨୨୦ ନଂ ଜାତୀୟ ରାଜପଥର ମଙ୍ଗଳପୁର ନିକଟରେ ଓ ବୈତରଣୀ ନଦୀ ପୋଲଉପରେ ରାସ୍ତା ଅବରୋଧ କରିଛନ୍ତି। ଅନୁରୁପଭାବେ ତୁରୁମୁଙ୍ଗା ଦେଇ ଯାଇଥିବା ୪୯ ନଂ. ଜାତୀୟ ରାଜପଥର ଟୁରୁମୁଙ୍ଗା ଥାନା ଛକରେ ଆନ୍ଦୋଳନକାରୀ ରାସ୍ତା ଅବରୋଧ କରିଥିବାରୁ ହଜାର ହଜାର ସଂଖ୍ୟକ ଗାଡ଼ିମୋଟର ଅଟକି ରହି ଗମନାଗମନ ବ୍ୟାଘାତ ହୋଇଛି। ଫଳରେ ମୟୂରଭଞ୍ଜ ଜିଲା କରଞ୍ଜିଆ ପାର୍ଶ୍ୱରୁ କେନ୍ଦୁଝରକୁ ଆସୁଥିବା ଯାନବାହାନ ଗୁଡ଼ିକ ଫେରିଯାଇଛନ୍ତି। ଯାତ୍ରୀମାନେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହୋଇଛନ୍ତି। ସରକାରୀ ଲକ୍ଷ୍ମୀ ବସ୍‌ ଗୁଡ଼ିକୁ ଆନ୍ଦୋଳନକାରୀମାନେ ପାଟଣା ବୈତରଣୀ ବ୍ରିଜ୍‌ ନିକଟରୁ ଫେରାଇ ଦେଇଛନ୍ତି। ଆମ ବସ୍‌ଷ୍ଟାଣ୍ଡରେ ଲକ୍ଷ୍ମୀ ବସ ଗୁଡ଼ିକ ଅଟକି ରହିଛି। ପାଟଣା ମୁଖ୍ୟାଳୟରେ ଯତୀନ୍ଦ୍ର କୁମାର ଦାଶ, ସତ୍ୟବ୍ରତ ଦାଶ, ପରଭେଜ ଆଲାମ, ଜାମିଲ ଆଲାମ, ପ୍ରତାପ ମହାନ୍ତ, ସାହିଦ ଆଲାମ, ସରୋଜ ସାହୁ, ଭୂତ ମହାନ୍ତ, ଚନ୍ଦ୍ର ମୋହନ ନାଏକଙ୍କ ନେତୃତ୍ୱରେ ରାସ୍ତା ଅବରୋଧ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସୁନା ବଜାରରେ ନିଆଁ: ହଠାତ ଏତିକି ବଢ଼ିଗଲା ସୁନା ଦର, ରୂପା ବି… ଏକ୍ସପର୍ଟ ଚକିତ!

ନୂଆଦିଲ୍ଲୀ, ୨୫।୩: ଅନ୍ତର୍ଜାତୀୟ ବଜାରରେ ସୁନା ଓ ରୂପା ଦରରେ ବୃଦ୍ଧି ଯୋଗୁ ଘରୋଇ ବଜାରରେ ଏହାର ପ୍ରଭାବ ଦେଖିବାକୁ ମିଳିଛି। ଦିଲ୍ଲୀ ସର୍ରଫା ବଜାରରେ ବୁଧବାର…

ଜୀବନ ବଞ୍ଚାନ୍ତୁ, ପୁରସ୍କାର ପାଆନ୍ତୁ: ସଡ଼କ ଦୁର୍ଘଟଣାଗ୍ରସ୍ତଙ୍କୁ ସାହାଯ୍ୟ କଲେ ସରକାର ଦେବେ ୨୫,୦୦୦ ଟଙ୍କା!

ନୂଆଦିଲ୍ଲୀ,୨୫।୩: ସାଧାରଣତଃ ସଡ଼କ ଦୁର୍ଘଟଣା ସମୟରେ ପୋଲିସ କିମ୍ବା ଆଇନଗତ ଝାମେଲାରେ ପଡ଼ିବା ଭୟରେ ଲୋକମାନେ ଆହତଙ୍କୁ ସାହାଯ୍ୟ କରିବାକୁ ପଛଘୁଞ୍ଚା ଦିଅନ୍ତି। କିନ୍ତୁ ଏବେ ସରକାର…

ଚାଲିଥିଲା ପୂଜା, ହଠାତ ବନ୍ଧୁକ ଧରି ଗୁଳି ଚଳାଇଲେ ନାବାଳକ, ଚୂଡ଼ାମଣି ସାମୁଦ୍ରିକ ଥାନା କର୍ମଚାରୀ…

ବାସୁଦେବପୁର, ୨୫।୩(ନାରାୟଣ ପ୍ରସାଦ ବାରିକ): ବାସୁଦେବପୁର ବ୍ଲକ ଶାଶୁ ଭୁଆସୁଣୀ ଗ୍ରାମରେ ବୁଧବାର ଅପରାହ୍ନରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ନାବାଳକଙ୍କ ଦ୍ୱାରା ହୋଇଥିବା ଗୁଳି…

ମାନବିକତା ଭୁଲିଲେ ‘ମୋ ବସ’ ଚାଳକ: ହର୍ନ ମାରିଲେ, ନ ଉଠିବାରୁ ଚଢ଼ାଇ ଦେଲେ…

ଗଞ୍ଜାମ, ୨୫।୩ (ବିଦ୍ୟାଧର ସାହୁ): ଦିନକୁ ଦିନ ‘ମୋ ବସ’ (ଲକ୍ଷ୍ମୀ) ଚାଳକଙ୍କ ମନମୁଖୀ ଗାଡ଼ିଚାଳନା ଓ ଔଦ୍ଧତ୍ୟ ବଢ଼ିବାରେ ଲାଗିଛି। ସାଧାରଣ ଯାତ୍ରୀଙ୍କୁ ହଇରାଣ କରିବା…

ଭେଲିଡେସନ ଆକ୍ଟ ବିରୁଦ୍ଧରେ ଗର୍ଜିଲେ ଅବସରପ୍ରାପ୍ତ କର୍ମଚାରୀ ସଂଘ: ପ୍ରଧାନମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ

ଭଞ୍ଜନଗର,୨୫।୩(ବାବୁଲା ପ୍ରଧାନ)- ଗଞ୍ଜାମ  ଜିଲା ଭଞ୍ଜନଗର ଅବସରପ୍ରାପ୍ତ ରାଜ୍ୟ ସରକାରୀ କର୍ମଚାରୀ ସଙ୍ଘ ପେନସନର୍ସ ଭେଲିଡେସନ ଆକ୍ଟ ୨୦୨୫ କୁ ବିରୋଧ କରିଛି। ଉକ୍ତ ଆକ୍ଟ ବିରୁଦ୍ଧରେ…

ସିଡିଏମଓଙ୍କ ମହାନୀୟତା: ଦୁର୍ଘଟଣାଗ୍ରସ୍ତଙ୍କ ପାଇଁ ସାଜିଲେ ଦେବଦୂତ, ନିଜେ ଠିଆ ହୋଇ ପଠାଇଲେ ମେଡିକାଲ୍

ଗଜପତି, ୫।୩(ଗିରିଧାରୀ ପରିଚ୍ଛା): ଗଜପତି  ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡାକ୍ତର ଶାନ୍ତନୁ କୁମାର ପାଢୀଙ୍କ ମହାନୀୟତା ଦେଖିବାକୁ ମିଳିଛି । ଦୁର୍ଘଟଣାରେ ଗୁରୁତର ହୋଇ ଛଟପଟ ହେଉଥିବା…

ଥୁଆମୂଳ ରାମପୁରରେ କଲାପତରିଆ ବାଘ ଆତଙ୍କ: ମୁଖ୍ୟ ରାସ୍ତାରେ ମୁହାଁମୁହିଁ ହେଲେ କାର ଚାଳକ, Video ଭାଇରାଲ

ଥୁଆମୂଳ ରାମପୁର, ୨୫/୦୩ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ତଳଆମ୍ବ ପଦର ଗ୍ରାମ ପଞ୍ଚାୟତ ଅଞ୍ଚଳରେ ଏକ କଲାପତରିଆ ବାଘ ବୁଲୁଥିବା ଖବର…

ଥାନା ସମ୍ମୁଖରେ ଯୁବକଙ୍କୁ ଆକ୍ରମଣ ଘଟଣା, ୪ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ…

ବରଗଡ଼,୨୫।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ସମ୍ମୁଖ ହାଟପଦାରେ ମଙ୍ଗଳବାର ସନ୍ଧ୍ୟାରେ ସଂଘଟିତ ଆକ୍ରମଣ ଘଟଣାର ୪ଅଭିଯୁକ୍ତଙ୍କୁ ପୋଲିସ୍ ଗିରଫ କରିଛି । ଗିରଫ ଅଭିଯୁକ୍ତମାନେ ହେଲେ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri