ପୀତବାସଙ୍କ ପରିବାରକୁ ୨୪ ଘଣ୍ଟିଆ ସୁରକ୍ଷା: ସ୍ତ୍ରୀଙ୍କ ଅଭିଯୋଗ ପରେ…

ବ୍ରହ୍ମପୁର, ୮।୧୧(ସୁବାସ ଚନ୍ଦ୍ର ପାଢ଼ୀ): ଆଇନଜୀବୀ ପୀତବାସ ପଣ୍ଡାଙ୍କ ପରିବାରକୁ ୨୪ ଘଣ୍ଟିଆ ସୁରକ୍ଷା ଦିଆପିବ। ପୀତବାସଙ୍କ ଘର ଚାରିପଟେ ସାଧା ପୋଷାକଧାରୀ ପୋଲିସ ମୁତୟନ ହେବେ। ତାଙ୍କ ସ୍ତ୍ରୀଙ୍କ ପ୍ରେସମିଟ ପରେ ସୁରକ୍ଷା ଦେବାକୁ ପଦକ୍ଷେପ ନିଆଯାଇଛି।
ଅଭିଯୁକ୍ତ ମାନଙ୍କ ତରଫରୁ ଦୁଇ ଦୁଇଥର  ମାମଲା ପ୍ରତ୍ୟାହାର କରିବାକୁ ଧମକ ଦିଆଯାଇଛି। ନଚେତ ମା’ ପୁଅକୁ ଜୀବନରେ ମାରିଦେବାକୁ ଧମକ ଦିଆଯାଇଛି। ବିପଦରେ ଏବେ ଆମଜୀବନ। ଆମକୁ ସୁରକ୍ଷା ସହ ନ୍ୟାୟ ପ୍ରଦାନ କରିବାକୁ ଶନିବାର ପୀତବାସଙ୍କ ସ୍ତ୍ରୀ’ ସୁସ୍ମିତା ପଣ୍ଡା ତାଙ୍କ ଘରେ ଆୟୋଜିତ କରିଥିବା ଏକ ଖବରଦାତା ସମ୍ମିଳନୀରେ ସୂଚନା ଦେଇଛନ୍ତି। ଧମକ ମିଳୁଥିବା ନେଇ ଆମେ ବରିଷ୍ଠ ପୋଲିସ ଅଧିକାରୀଙ୍କୁ  କହିବା ସହ ଏନେଇ ବୈଦ୍ୟନାଥପୁର ଥାନାରେ ଏତଲା ଦେଇଛୁ। ସ୍ବାମୀଙ୍କ ମୃତ୍ୟୁ ପରେ ତାଙ୍କର ବନ୍ଧୁ ବିକ୍ରମ ପଣ୍ଡା ଆମ ଘରକୁ ଆସି ଆମକୁ ସୁରକ୍ଷା ଦେବାକୁ କହିଥିଲେ। ହେଲେ କିଛିଦିନ ପରେ ସିଏ  ସ୍ବାମୀଙ୍କ ହତ୍ୟା ଘଟଣାରେ ସମ୍ପୃକ୍ତ ଥିବା ଦର୍ଶାଇ ପୋଲିସ ବିକ୍ରମ ପଣ୍ଡାଙ୍କୁ ଗିରଫ କରିଥିବା ଆମେ ଜାଣିବାକୁ ପାଇଥିଲୁ। ସାଙ୍ଗ ହୋଇ ସାଙ୍ଗକୁ କିପରି ସେ ହତ୍ୟା କଲେ ତାହା ଆମକୁ ଏବେ ଆଶ୍ଚର୍ଯ୍ୟ ଲାଗୁଛି। ଆମ ପରିବାର ଜୀବନ ବିପଦ ଥିବା  ବେଳେ ଉକ୍ତ ମାମଲାରେ ଗିରଫ ଅଭିଯୁକ୍ତଙ୍କୁ ଜାମିନ ପ୍ରଦାନ ନ କରିବାକୁ ସେ ବିଚାରପତିଙ୍କୁ ଅନୁରୋଧ କରିଛନ୍ତି। ଖବରଦାତା ସମ୍ମିଳନୀରେ ମୃତ ପୀତାବସଙ୍କ ବଡ ଭାଇ  ପ୍ରକାଶ ପଣ୍ଡା ଓ ସାନ ଭାଇ ପୂର୍ଣଚନ୍ଦ୍ର ପଣ୍ଡା ଉପସ୍ଥିତ ଥିଲେ।
Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଲଗାଣ ବର୍ଷାରେ ଭାଙ୍ଗିଲା ଦୁଇ ପୋଲ: ୩୦ ଏକର ଚାଷଜମିରେ ମାଡ଼ିଗଲା ବାଲିଚର, ଉପବାଚସ୍ପତି ଘଟଣାସ୍ଥଳ ପରିଦର୍ଶନ କରି…

ବଡ଼ଗାଁ,୨୨ା୭(ଅଶୋକ ଷଡ଼ଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁ ବ୍ଲକ ଅନ୍ତର୍ଗତ ଏକମା, ପାମରା, ବାମଡେରା ଓ ରୁନଗାଁ ପଞ୍ଚାୟତ ଅଞ୍ଚଳରେ ସୋମବାର ରାତିସାରା ହୋଇଥିବା ପ୍ରବଳ ବର୍ଷା ଯୋଗୁ…

ମହାପ୍ରଭୁ ଜଗନ୍ନାଥଙ୍କ ପର୍ଶୁରାମ ବେଶ: ଭକ୍ତଙ୍କ ଜମୁଛି ଭିଡ଼

ଜି ଉଦୟଗିରି, ୨୨।୭( ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ଜି ଉଦୟଗିରି ଗୁଣ୍ଡିଚା ମନ୍ଦିରରେ ମହାପ୍ରଭୁ ଜଗନ୍ନାଥଙ୍କ ପର୍ଶୁରାମ ବେଶ କରାଯାଇଛି। ମହାପ୍ରଭୁଙ୍କ ପର୍ଶୁରାମ ବେଶ ଓ…

କଳା ପୋଷାକ ପିନ୍ଧି ସଂସଦ ଆସିବେ ବିରୋଧୀ, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୨୨।୭: ସଂସଦର ମୌସୁମୀ ଅଧିବେଶନର ଆଜି ହେଉଛି ତୃତୀୟ ଦିନ। ହଙ୍ଗାମାର ଆଶାକୁ ଦୃଷ୍ଟିରେ ରଖି ଲୋକସଭା ବାଚସ୍ପତି ଓମ ବିର୍ଲା ସମସ୍ତ ଦଳ ସହିତ ଆଲୋଚନା…

ଦାରିଙ୍ଗବାଡିରେ ସପ୍ତାହେ ଲାଗି ରହିଛି ବର୍ଷା: ହସୁଛି ଧାନ-ହଳଦୀ କ୍ଷେତ

ଦାରିଙ୍ଗବାଡି, ୨୨।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲଜ ଅଞ୍ଚଳରେ ରଥଯାତ୍ରା ପୂର୍ବ ରାତିଠାରୁ ଲାଗିରହିଛି। ବର୍ଷା ମଝିରେ ମଝିରେ ବର୍ଷା କମିଲେ ମଧ୍ୟ ପାଗ…

ପୂର୍ବତନ ବିଧାୟକ କାହ୍ନୁଚରଣ ନାଏକ ଗୁରୁତର: ହସ୍ପିଟାଲରରେ ହେଲେ ଭର୍ତ୍ତିି, ଆରୋଗ୍ୟ କାମନା କଲେ…

ପାଟଣା, ୨୨।୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ କାହ୍ନୁଚରଣ ନାଏକ ଗୁରୁତର ଅସୁସ୍ଥ ହୋଇ ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି…

CJP ପ୍ରଦର୍ଶନ ମଧ୍ୟରେ ଭାଜପା କଲା ବଡ଼ ଘୋଷଣା: ରାହୁଲ ଗାନ୍ଧୀଙ୍କ ବିରୋଧରେ ସାରା ଦେଶରେ ହେବ…

ନୂଆଦିଲ୍ଲୀ,୨୨।୭: ଭାଜପା ଆଜି ସାରା ଦେଶରେ ରାଜ୍ୟ କଂଗ୍ରେସ କାର୍ଯ୍ୟାଳୟକୁ ଘେରାଉ କରିବାକୁ ଯାଉଛି। ଭାଜପାର କହିବାନୁଯାୟୀ ରାହୁଲ ଗାନ୍ଧୀ ଦୁର୍ଭାବନାପୂର୍ଣ୍ଣ ମନୋଭାବ ରଖି ପ୍ରଧାନମନ୍ତ୍ରୀ ଆବାସ…

CJP ଆନ୍ଦୋଳନ ଭିତରେ କେନ୍ଦ୍ର ସରକାରଙ୍କ ଠାରେ ବଡ଼ ଦାବି କଲେ ମୁଖ୍ୟମନ୍ତ୍ରୀ ବିଜୟ: NEET ପରୀକ୍ଷାକୁ…

ନୂଆଦିଲ୍ଲୀ,୨୨।୭: କକ୍ରୋଚ ଜନତା ପାର୍ଟି (CJP)ର ପ୍ରଦର୍ଶନ ଏବଂ ବିବାଦ ଭିତରେ ତମିଲନାଡୁ ମୁଖ୍ୟମନ୍ତ୍ରୀ ବିଜୟ ଥଲାପତି କେନ୍ଦ୍ର ସରକାରଙ୍କ ନିକଟରେ ଏକ ବଡ଼ ଦାବି ରଖିଛନ୍ତି।…

ଶପିଂ ମଲରେ ଭୟାବହ ଅଗ୍ନିକାଣ୍ଡ: ଲକ୍ଷାଧିକ ଟଙ୍କାର ଜିନିଷ ଜଳିପୋଡ଼ି ଛାରଖାର

ଝାରସୁଗୁଡା, ୨୨।୭(ଆଶିଷ ରଞ୍ଜନ ଦାଶ):ଝାରସୁଗୁଡା ସରବାହାଲ ରୋଡ଼ସ୍ଥିତ ଭି ଆର୍ଟ ଶପିଂ ମଲ ଏବଂ ଶଙ୍କର ଅଳଙ୍କାର ଦୋକାନରେ ବୁଧୁବାର ଭୋରରୁ ଭୟାବହ ଅଗ୍ନିକାଣ୍ଡ ଘଟିଛି I…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri