୧୨ ଦଫା ଦାବିରେ ମାଓବାଦୀଙ୍କ ୨୪ ଘଣ୍ଟିଆ ବନ୍ଦ ଡାକରା

ଦାରିଙ୍ଗବାଡ଼ି,୧୫ା୫(ଡି.ଏନ୍‌.ଏ.): କନ୍ଧମାଳ ଜିଲା ସମେତ ୭ଟି ଜିଲାକୁ ମାଓବାଦୀଙ୍କ ପକ୍ଷରୁ ୧୨ଦଫା ଦାବି ନେଇ ୨୪ ଘଣ୍ଟିଆ ବନ୍ଦ ଡାକରା ପାଳନ କରାଯାଉଛି। ଫଳରେ ଏହାର ପ୍ରଭାବରେ ସିମନବାଡ଼ିରେ ଦୋକାନ ବଜାର ବନ୍ଦ ରହିଥିବା ଦେଖିବାକୁ ମିଳିଛି। ଦାରିଙ୍ଗବାଡ଼ିଠାରୁ ବାଲିଗୁଡା,ବ୍ରହ୍ମପୁର, ଭଞ୍ଜନଗର, ଫୁଲବାଣୀ, ରାଇକିଆ, ଜି. ଉଦୟଗିରି ଆଦି ଅଞ୍ଚଳକୁ ସରକାରୀ ଓ ଘରୋଇ ବସ୍‌ ଚଳାଚଳ ସ୍ବାଭାବିକ ରହିଛି।

ପ୍ରକାଶ ଯେ, ରବିବାର ଦାରିଙ୍ଗବାଡ଼ି ଥାନା ସିମନବାଡ଼ି ଅଞ୍ଚଳରେ ସିପିଆଇ ମାଓବାଦୀ ପୂର୍ବ ଡିଭିଜୋନାଲ ବ୍ୟୁରୋ ପକ୍ଷରୁ ବିଭିନ୍ନ ସ୍ଥାନରେ ଲାଲ୍‌ ବ୍ୟାନର ଓ ପୋଷ୍ଟର ଛଡ଼ାଯାଇଥିଲା। ଏହାକୁ ନେଇ ସୋମବାର ବନ୍ଦର ପ୍ରଭାବ ଉକ୍ତ ଥାନା ସିମନବାଡ଼ିରେ ପଡ଼ିଛି। ଦାରିଙ୍ଗବାଡ଼ିରେ ଦୋକାନ ବଜାର ବନ୍ଦ ପ୍ରତିମାସ ସଂକ୍ରାନ୍ତି ପାଇଁ ବନ୍ଦ କରାଯାଉଥିବାରୁ ସେହି କ୍ରମରେ ସେମାନଙ୍କ ପୋଷ୍ଟର ଓ ବ୍ୟାନରରେ ଉଲ୍ଲେଖ ରହିଛି ଯେ, ୧୨ଦଫା ଦାବି ନେଇ ଚଳିତ ୮ ଠାରୁ ୧୪ପର୍ଯ୍ୟନ୍ତ ଜନ ଅଧିକାର ଅଭିଯାନ କରିବା ସହ ୧୨ଦଫା ଦାବିକୁ ନେଇ ଆସନ୍ତା ୧୫ରେ ୭ଟି ଜିଲା ତଥା କନ୍ଧମାଳ, ଗଞ୍ଜାମ, ଗଜପତି, ନୟାଗଡ଼, ରାୟଗଡ଼ା, କଳାହାଣ୍ଡି ଓ ବୌଦ୍ଧ ଜିଲାରେ ୨୪ଘଣ୍ଟିଆ ବନ୍ଦ ପାଳନ ପାଇଁ ଆହ୍ବାନ ଦିଆଯାଇଥିଲା। ବ୍ୟାନରରେ ବାଘୁଆ ଡିଭିଜୋନାଲ କମିଟି, ଭାରତର କମ୍ୟୁନିଷ୍ଟ ପାର୍ଟି (ମାଓବାଦୀ ) ବୋଲି ଉଲ୍ଲେଖ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅନ୍ତର୍ଜାତୀୟ ଫୁଟବଲ୍‌ରୁ ଅବସର ଘୋଷଣା କଲେ ଲିଓନେଲ ମେସି: କହିଲେ- ଏହି କାରଣ ପାଇଁ…

ନୂଆଦିଲ୍ଲୀ, ୩୧।୮: ଫୁଟବଲ ଜଗତର ପ୍ରଶଂସକଙ୍କ ପାଇଁ ଆସିଛି ବଡ଼ ଖବର। ଆର୍ଜେଣ୍ଟିନାର ମହାନ ଫୁଟବଲର୍‌ ଲିଓନେଲ ମେସି ଅନ୍ତର୍ଜାତୀୟ ଫୁଟବଲ୍‌ରୁ ଅବସର ଘୋଷଣା କରିଛନ୍ତି। ଏଣିକି…

ପୁଷ୍ଟିହୀନ ଶିଶୁଙ୍କ ସନ୍ଧାନରେ ଯିବେ ୬୦୦୦ ଏନଏସଏସ ଛାତ୍ରୀ: ଦୁଇଜଣିଆ ଟିମ କରିବେ ସର୍ଭେ

ଭଞ୍ଜନଗର,୩୧।୮(ବାବୁଲା ପ୍ରଧାନ): ସୁପୋଷିତ ଓଡ଼ିଶା ମିଶନ ଅଧୀନରେ ପୁଷ୍ଟିହୀନ ଶିଶୁଙ୍କ ସର୍ଭେ କାର୍ଯ୍ୟରେ ସାମିଲ ହେବାକୁ ଥିବା ଜାତୀୟ ସେବା ଯୋଜନା (ଏନଏସଏସ) ସ୍ବେଚ୍ଛାସେବୀଙ୍କୁ ନେଇ ସୋମବାର…

ବୈଭବଙ୍କ ବୋଲିଂ ଆକ୍ସନ ଦେଖି ଯୁବରାଜଙ୍କ ମଜାଦାର କମେଣ୍ଟ, କହିଲେ ଏମିତି…ପଡିଗଲା ଚହଳ

ନୂଆଦିଲ୍ଲୀ, ୩୧।୮: ଭାରତୀୟ କ୍ରିକେଟର ଯୁବ ତାରକା ବୈଭବ ସୂର୍ଯ୍ୟବଂଶୀ ଏବେ ୨୦୨୬ ଦୁଲୀପ ଟ୍ରଫିରେ ନିଜ ପ୍ରତିଭାର ଝଲକ ଦେଖାଉଛନ୍ତି। ମାତ୍ର ୧୫ ବର୍ଷ ବୟସର…

ରାତିରେ ହେଲା ସ୍ବାମୀ-ସ୍ତ୍ରୀ ପାଟିତୁଣ୍ଡ: ସକାଳୁ ମିଳିଲା…

ଲାଞ୍ଜିଗଡ, ୩୧।୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡ ଥାନା ଅନ୍ତର୍ଗତ ଭାଟଗୁଡ଼ା ଗ୍ରାମରେ ଏକ ଘରୁ ମହିଳାଙ୍କ ମୃତଦେହ ଉଦ୍ଧାର କରାଯାଇଥିବାବେଳେ ମୃତ୍ୟୁର…

ଝିଆରୀଙ୍କୁ ଲିଫ୍ଟ ଦେଇ ବଳାତ୍କାର ଉଦ୍ୟମ କଲେ ଦାଦା: ବାନ୍ଧିଲା ପୋଲିସ

ପାଟଣା,୩୧।୮(ବୀର କିଶୋର ଦାଶ): ଯୁକ୍ତ୨ ପଢୁଥିବା ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ସମ୍ପର୍କୀୟ ଦାଦା ବଳାତ୍କାର ଉଦ୍ୟମ କରିଥିବା ଅଭିଯୋଗ ହୋଇଛି। ସୋମବାର ପାଟଣା ପୋଲିସ ଦାଦାଙ୍କୁ…

ପୁଟିନ- ମୋଦିଙ୍କ ମଧ୍ୟରେ ବୈଠକ: ଆଲୋଚନା ଭିତରେ ଆସିଲା ବଡ଼ ଖବର

ନୂଆଦିଲ୍ଲୀ, ୩୧।୮: ଦୁଇ ଦିନିଆ କିର୍ଗିଜସ୍ତାନ ଗସ୍ତରେ ଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିଶକେକ୍‌ରେ ପହଞ୍ଚିବା ପରେ ସୋମବାର ସାଂଘାଇ ସହଯୋଗ ସଂଗଠନ (SCO) ବୈଠକରେ ଯୋଗଦେଇଛନ୍ତି।…

୧୩୭ ଅଭିଯୋଗ ଶୁଣିଲେ ଅଧିକାରୀ: ଖୁବଶୀଘ୍ର ସମାଧାନ ପାଇଁ ଦେଲେ ପ୍ରତିଶ୍ରୁତି

ଦିଗପହଣ୍ଡି,୩୧।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ରାଜସ୍ବ ବଙ୍ଗଳା ସଭାଗୃହ ପରିସରରେ ସୋମବାର ଜିଲା ପୋଲିସ ପ୍ରଶାସନ ପକ୍ଷରୁ ମିଳିତ ଜନଶୁଣାଣି ଅନୁଷ୍ଠିତ ହୋଇଯାଇଛି। ଦିଗପହଣ୍ଡି…

ଭଞ୍ଜନଗର ସହରର ବିକାଶ ଉପରେ ଗୁରୁତ୍ୱ: ବିଧାୟକ କହିଲେ, ମିଳିତ ପ୍ରୟାସ ଆବଶ୍ୟକ

ଭଞ୍ଜନଗର,୩୧।୮(ବାବୁଲା ପ୍ରଧାନ): ଭଞ୍ଜନଗର ମ୍ୟୁନିସିପାଲିଟି ପକ୍ଷରୁ ସୋମବାର ସ୍ବାୟତ୍ତ ଶାସନ ଦିବସ ଉତ୍ସାହ ଓ ଉଦ୍ଦୀପନାର ସହ ପାଳିତ ହୋଇଛି। ଏହି ଅବସରରେ ମ୍ୟୁନିସିପାଲିଟି କାର୍ଯ୍ୟାଳୟ ପରିସରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri