Posted inଜାତୀୟ

ବିହାରରେ ୨୪ ଘଣ୍ଟିଆ ବନ୍ଦ ପାଳନ

ପାଟନା,୧୮ା୬: କେନ୍ଦ୍ର ସରକାରଙ୍କ ଅଗ୍ନିପଥ ଯୋଜନାକୁ ବିରୋଧ କରି ଶନିବାର ବିହାରରେ ବନ୍ଦ ପାଳନ କରାଯାଇଛି। ଅନ୍ୟପକ୍ଷେ ପୋଲିସ ପ୍ରଶାସନ ପକ୍ଷରୁ ରାଜ୍ୟର ବିଭିନ୍ନ ସହରରେ ଇଣ୍ଟରନେଟ୍‌ ସେବାକୁ ବନ୍ଦ କରି ଦିଆଯାଇଛି। ଅଲ୍‌ ଇଣ୍ଡିଆ ଷ୍ଟୁଡେଣ୍ଟ୍‌ସ ଆସୋସିଏଶନ୍‌ (ଏଆଇଏସ୍‌ଏ) ନେତୃତ୍ୱରେ ନେତୃତ୍ୱରେ ରାଜ୍ୟର ବିଭିନ୍ନ ଛାତ୍ର ସଙ୍ଗଠନଗୁଡ଼ିକ ପକ୍ଷରୁ ବିହାର ବନ୍ଦ’ ଡାକରା ଦିଆଯାଇଛି। ଅନ୍ୟପକ୍ଷେ ରାଜ୍ୟବ୍ୟାପୀ ୨୪ ଘଣ୍ଟିଆ ବନ୍ଦ ପାଳନକୁ ଲାଲୁ ପ୍ରସାଦ ଯାଦବଙ୍କ ରାଷ୍ଟ୍ରୀୟ ଜନତା ଦଳ (ଆର୍‌ଜେଡି) ସମେତ ବାମଦଳଗୁଡ଼ିକ ସମର୍ଥନ କରିଛନ୍ତି। ରାଜ୍ୟର ବିଭିନ୍ନ ସହରରେ ବନ୍ଦର ପ୍ରଭାବ ଦେଖିବାକୁ ମିଳିଛି। ଅନ୍ୟପକ୍ଷେ ବନ୍ଦ ପାଳନ ବେଳେ ଅତ୍ୟାବଶ୍ୟକ ସେବାକୁ ପ୍ରତିବନ୍ଦକରୁ ହଟାଇ ଦିଆଯାଇ ଥିବା ଜଣାପଡିଛି। ରାଜ୍ୟରେ ଶାନ୍ତି ଶୃଙ୍ଖଳାକୁ ଦୃଷ୍ଟିରେ ରଖି ବ୍ୟାପକ ପୋଲିସ ଫୋର୍ସ ମୁତୟନ କରାଯାଇଛି।

ଅଗ୍ନିପଥ ଯୋଜନାକୁ ତୁରନ୍ତ ପ୍ରତ୍ୟାହାର ଦାବି କରି ଆନ୍ଦୋଳନକାରୀମାନେ ଗତ ୩ ଦିନ ହେଲା ବିହାରରେ ହିଂସାକାଣ୍ଡ ଘଟାଇବା ସହ ସହ ଟ୍ରେନ, ବସ୍‌କୁ ଜାଳି ଦେଇଛନ୍ତି। ଅନ୍ୟପକ୍ଷେ
ହିଂସାତ୍ମକ ପ୍ରତିବାଦକୁ ଦୃଷ୍ଟିରେ ରଖି ରାଜ୍ୟର ପ୍ରାୟ ଏକ ତୃତୀୟାଂଶ ୧୨ଟି ଜିଲାର ଇଣ୍ଟରନେଟ ସେବାକୁ ବନ୍ଦ କରି ଦିଆଯାଇଛି। ଏପରିକି ପୋଲିସ ୩ ଦିନ ମଧ୍ୟରେ ପ୍ରାୟ ୩୨୦ ଜଣ ଲୋକଙ୍କୁ ଗିରଫ କରିଛି। ରାଜ୍ୟରେ ହିଂସାକାଣ୍ଡ ଘଟଣାରେ ୬୦ ଟି ମାମଲା ରୁଜୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିମାନର ଏମର୍ଜେନ୍ସି ଗେଟ୍‌ ଖୋଲୁଥିଲେ ଯାତ୍ରୀ, ପଚାରିବାରୁ ଏମିତି କହିଲେ, ସମସ୍ତେ ଆଶ୍ଚର୍ଯ୍ୟ

ବାରାଣସୀ, ୩୧ା୩:ବେଙ୍ଗାଲୁରୁରୁ ବାରାଣସୀ ଅଭିମୁଖେ ଶନିବାର ରାତିରେ ଆସୁଥିବା ଇଣ୍ଡିଗୋ ବିମାନ (୬ଇ-୧୮୫) ଭିତରେ ଘଟିଛି ହାଇଡ୍ରାମା। ଜଣେ ୨୬ ବର୍ଷୀୟ ଯାତ୍ରୀଙ୍କ ଉନ୍ମତ୍ତକାଣ୍ଡ ଯୋଗୁ ୧୦୦ରୁ…

କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: ଚାଷୀ ଶୁଣିଲେ ହୋଇଯିବେ ଖୁସି

ନୂଆଦିଲ୍ଲୀ,୩୦।୩: ଦେଶରେ ଆଗାମୀ ଖରିଫ ଋତୁକୁ ନେଇ ଚାଷୀମାନେ କିଛି ଆଶ୍ୱସ୍ତି ପାଇଛନ୍ତି। କେନ୍ଦ୍ର ସରକାର ସ୍ପଷ୍ଟ କରିଛନ୍ତି ଯେ ଦେଶରେ ପ୍ରଚୁର ପରିମାଣରେ ସାର ଗଚ୍ଛିତ…

ମୋଦିଙ୍କୁ ନେଇ ଏମିତି କହିଦେଲେ ଓମାର ଅବଦୁଲ୍ଲା: ରାଜନୀତିରେ ହଲଚଲ

ଶ୍ରୀନଗର,୩୦।୩: ଜମ୍ମୁ ଏବଂ କଶ୍ମୀର ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ଯୁଦ୍ଧକୁ ନେଇ ନିଜ ମତ ରଖିଛନ୍ତି। ସେ କହିଛନ୍ତି, ଆମେ ନିଶ୍ଚିତ ଭାବରେ ଆଶା କରୁଛୁ ଯେ…

ଏନ୍‌ଏଚ୍‌ଏଆଇର ବଡ଼ ଘୋଷଣା: ଏପ୍ରିଲ ୧ରୁ ବଢ଼ିବ…

ନୂଆଦିଲ୍ଲୀ,୩୦ା୩: ଏପ୍ରିଲ ୧ରୁ ଫାସ୍‌ଟାଗ୍‌ ବାର୍ଷିକ ଦେୟ ବଢ଼ିବ ବୋଲି ଭାରତର ଜାତୀୟ ରାଜପଥ କର୍ତ୍ତୃପକ୍ଷ (ଏନ୍‌ଏଚ୍‌ଏଆଇ) ପକ୍ଷରୁ ଘୋଷଣା କରାଯାଇଛି। ଗତବର୍ଷ ଆରମ୍ଭ ହୋଇଥିବା ଏହି…

ଲିଭ-ଇନ୍‌ରେ ରହୁଥିଲେ ମିଳିବ ବିବାହିତ ମାନ୍ୟତା, ଏଥର ଜନଗଣନାର ନୂଆ ନିୟମ ବିଷୟରେ ଜାଣନ୍ତୁ…

ନୂଆଦିଲ୍ଲୀ,୩୦।୩: ଦେଶର ସର୍ବବୃହତ ପ୍ରଶାସନିକ କାର୍ଯ୍ୟ, ଜନଗଣନା, ଏବେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ଦେଇ ଗତି କରୁଛି। ସରକାର ୨୦୨୭ ଜନଗଣନାକୁ ଦୁଇଟି ପର୍ଯ୍ୟାୟରେ କରିବାକୁ ନିଷ୍ପତ୍ତି ନେଇଛନ୍ତି,…

ଏଣିକି ଗୁଳିର ଜବାବ ଗୁଳିରେ ଦେବୁ: ଲୋକ ସଭାରେ କାହିଁକି ଏମିତି କହିଲେ ଅମିତ ଶାହା

ନୂଆଦିଲ୍ଲୀ,୩୦।୩: ଲୋକ ସଭାରେ ‘ନକ୍ସଲମୁକ୍ତ ଭାରତ’ ସମ୍ପର୍କରେ ଆଲୋଚନାରେ ଭାଗ ନେଇ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ କଂଗ୍ରେସକୁ ଟାର୍ଗେଟ୍‌ କରିଛନ୍ତି। ସେ କହିଛନ୍ତି ଯେ,…

ଯୁଦ୍ଧ ଭିତରେ ବଡ଼ ଡିଲ୍‌ କରିଦେଲେ ମୋଦି-ପୁଟିନ୍‌, ଭାରତୀୟ ଯୁବପିଢ଼ିଙ୍କୁ ମିଳିବ ବଡ଼ ଫାଇଦା!

ନୂଆଦିଲ୍ଲୀ,୩୦।୩: ଭାରତ ଏବଂ ରୁଷିଆ ମଧ୍ୟରେ ବନ୍ଧୁତା ଆଉ କେବଳ ଅସ୍ତ୍ରଶସ୍ତ୍ର କିଣା ବିକ୍ରୟ ପର୍ଯ୍ୟନ୍ତ ସୀମିତ ନାହିଁ। ଦୁଇ ଦେଶ ଭବିଷ୍ୟତର ପ୍ରଯୁକ୍ତିବିଦ୍ୟାକୁ ମିଳିତ ଭାବରେ…

ହର୍ମୁଜ ଶକ୍ତି ସଙ୍କଟ ମଧ୍ୟରେ ବଡ଼ ନିଷ୍ପତ୍ତି ନେଲେ ସରକାର: ଏବେ ଗହମ-ଚାଉଳ ସହିତ ମିଳିବ…

ନୂଆଦିଲ୍ଲୀ,୩୦।୩: ଇରାନ ଉପରେ ଆମେରିକା ଏବଂ ଇସ୍ରାଏଲର ଆକ୍ରମଣ ପରେ, ଇରାନ ହର୍ମୁଜ ପ୍ରଣାଳୀକୁ ବନ୍ଦ କରିଦେଇଛି। ଏହା ଭାରତ ସମେତ ବିଶ୍ୱକୁ ଶକ୍ତି ଯୋଗାଣକୁ ପ୍ରଭାବିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri