୨୪ ଘଣ୍ଟା ନ ପୁରୁଣୁ ପୁଣି ସିକନ୍ଦରାବାଦରେ ଓଡ଼ିଆ ଦାଦନ ଶ୍ରମିକଙ୍କ ମୃତ୍ୟୁ

କୋକସର,୫।୧୨,(ଡି.ଏନ୍‌.ଏ.): ୨୪ ଘଣ୍ଟା ନ ପୁରୁଣୁ ପୁଣି ଜଣେ ଦାଦନ ଶ୍ରମିକଙ୍କ ମୃତ୍ୟୁ ଖବର ସାମ୍ନାକୁ ଆସିଛି। ସୋମବାର କଳାହାଣ୍ଡି ଜିଲା ଗମ୍ଭାରୀଗୁଡ଼ା ର୍ସିଲିଗୁଡା ଗାଁକୁ ଜଣେ ଦାଦନ ଶ୍ରମିକଙ୍କ ମୃତଦେହ ଫେରିଥିବା ବେଳେ ପୁଣି ଜଣେ ଶ୍ରମିକଙ୍କ ସିକନ୍ଦରାବାଦରେ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି।

ମୃତକ ହେଉଛନ୍ତି ସାନ ପୋଡ଼ାଗୁଡ଼ା ପଞ୍ଚାୟତ ନେଗିଗୁଡ଼ା ଗାଁର ବାଳମତ ସୁନାଙ୍କ ପୁଅ ସତ୍ୟ ସୁନା(୨୪)। ସେ ମାସେ ତଳେ ନୂଆପଡ଼ା ଜିଲା ସିନାପାଲି ବ୍ଲକ ପିଠାପଡ଼ା ଗ୍ରାମର ଦାଦନ ସର୍ଦ୍ଦାରଙ୍କ ପ୍ରଲୋଭନରେ ପଡ଼ା ସିକନ୍ଦରାବାଦର ଏକ ଇଟାଭାଟିରେ କାମ କରିବାକୁ ଯାଇଥିଲେ। ତେବେ ଇଟାଭାଟିରେ କାମ କରୁଥିବା ବେଳେ ଗତ ଗୁରୁବାର ପୋଡି ଗୁରୁତର ହୋଇଥିଲେ। ତାଙ୍କୁ ସିକନ୍ଦରାବାଦର ଗାନ୍ଧୀ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ବେଳେ ଚିକିତ୍ସାଧୀନ ଅବସ୍ଥାରେ ରବିବାର ସନ୍ଧ୍ୟାରେ ମୃତ୍ୟୁ ଘଟିଛି। ରୋଜଗାରିଆ ପୁଅର ମୃତ୍ୟୁ ଖବର ପାଇ ପରିବାର ଲୋକେ ଭାଙ୍ଗି ପଡିଛନ୍ତି। ଅନ୍ୟପକ୍ଷେ ମୃତଦେହ ଆଣିବାକୁ ବାପା ବାଳମତ ସୁନା ଓ ସମ୍ପର୍କୀୟ ଦଶରଥ ଖମାରୀ ସିକନ୍ଦରାବାଦ ଯାଇଛନ୍ତି।

ପ୍ରକାଶ ଥାଉକି, କୋକସରା ବ୍ଲକ ଅଞ୍ଚଳରେ ଶ୍ରମିକଙ୍କ ପାଇଁ ରହିଥିବା ମନରେଗା ଯୋଜନା ଦିଗହରା ହୋଇପଡିଥିବା ବେଳେ କର୍ମ ସଂସ୍ଥାନ ଅଭାବରୁ ପ୍ରତିଦିନ ଅନ୍ୟ ରାଜ୍ୟ ମୁହାଁ ହେଉଛନ୍ତି ବ୍ଲକର ଶତାଧିକ ଶ୍ରମିକ। କୋକସରା ବ୍ଲକର ବିଭିନ୍ନ ପଞ୍ଚାୟତକୁ ବିଗତ କିଛିମାସ ମଧ୍ୟରେ ୧୦ଜଣ ଦାଦନ ଶ୍ରମିକଙ୍କ ମୃତଦେହ ଫେରିବା ଘଟଣାକୁ ନେଇ ଅଞ୍ଚଳରେ ଆଲୋଡନ ସୃଷ୍ଟି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍କ୍ରବ୍‌ ଟାଇଫସ୍‌କୁ ନେଇ ଏମିତି କହିଲେ ସ୍ୱାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୯/୯: ରାଜ୍ୟର କେତେକ ଅଞ୍ଚଳରେ ସ୍କ୍ରବ୍‌ ଟାଇଫସ୍‌କୁ ନେଇ ଚିନ୍ତା ପ୍ରକାଶ ପାଉଥିବା ବେଳେ ଲୋକଙ୍କୁ ଭୟଭୀତ ନ ହେବାକୁ ପରାମର୍ଶ ଦେଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡା.…

ଚର୍ଚ୍ଚାରେ ନୀତା ଅମ୍ବାନୀଙ୍କ ହାର, ତିଆରି କରିବାକୁ ଲାଗିଥିଲା ୩ ବର୍ଷ, ଗଢ଼ିଛନ୍ତି ୧୪ କାରିଗର, ଦାମ୍‌ ଜାଣିଲେ…

ମୁମ୍ବାଇ,୧୯ା୯: ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍‌ ମାଲିକ ମୁକେଶ ଅମ୍ବାନୀଙ୍କ ସ୍ତ୍ରୀ ନୀତା ଅମ୍ବାନୀଙ୍କୁ କୌଣସି ପରିଚୟର ଆବଶ୍ୟକତା ନାହିଁ। ୬୦ ବର୍ଷ ବୟସରେ ନୀତା ଅମ୍ବାନୀ ତାଙ୍କର ପ୍ରତ୍ୟେକ…

ମଧ୍ୟପ୍ରଦେଶ ବୁଲିବାକୁ ଯାଇ ୭ ଓଡ଼ିଆ ମୃତ, ଦୁଃଖ ପ୍ରକାଶ କରି ନବୀନ କହିଲେ…

ଭୁବନେଶ୍ୱର,୧୯ା୯: ମଧ୍ୟପ୍ରଦେଶ ବୁଲିବାକୁ ଯାଇ ୭ ଓଡ଼ିଆଙ୍କ ମୃତ୍ୟୁ ଘଟିଥିବା ନେଇ ବିରୋଧୀଦଳ ନେତା ନବୀନ ପଟ୍ଟନାୟକ ଦୁଃଖ ପ୍ରକାଶ କରିଛନ୍ତି। ନବୀନ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ…

ଭାରତୀୟ କ୍ରିକେଟ ଦଳକୁ ନେଇ ହଟଚମଟ; Asian Gamesକୁ ନେଇ ଉଠିଲା ନୂଆ ବିବାଦ

ନୂଆଦିଲ୍ଲୀ,୧୯।୯: ୨୦୨୬ ଏସୀୟ କ୍ରୀଡ଼ା ପାଇଁ ଭାରତୀୟ ପୁରୁଷ କ୍ରିକେଟ ଦଳ ରବିବାର ଜାପାନ ଗସ୍ତ କରିବାକୁ ପ୍ରସ୍ତୁତ ହେଉଥିବା ବେଳେ ଏହି ଯାତ୍ରା ପୂର୍ବରୁ ଏକ…

୨୦୦୦ରୁ ଅଧିକ UPI ପେମେଣ୍ଟ ବନ୍ଦ? ପେଟ୍ରୋଲ ପମ୍ପ ଆଗରେ ଝୁଲିଲା ନୋଟିସ, ବଢ଼ିଲା ହଟଚମଟ!

ନୂଆଦିଲ୍ଲୀ,୧୯।୯: ଯଦି ଆପଣଙ୍କ ପକେଟରେ ମଧ୍ୟ କ୍ୟାସ (ନଗଦ ଟଙ୍କା) ରହୁନାହିଁ ଏବଂ ଆପଣ ୫ ଟଙ୍କାର ଚା’ଠାରୁ ଆରମ୍ଭ କରି ୫୦୦୦ ଟଙ୍କାର ସପିଂ କିମ୍ୱା…

‘ସଚେତନତା ବଢ଼ିଲେ ରୋକି ହେବ ଏଡ୍‌ସ ମହାମାରୀ’

ଭଞ୍ଜନଗର,୧୯ା୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ଶନିବାର ଏଡ୍‌ସ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଜାତୀୟ ସେବା ଯୋଜନା (ଏନ୍‌ଏସ୍‌ଏସ୍‌)…

ବିରାଟ କୋହଲିଙ୍କ କ୍ରେଜ ଦେଖିଛନ୍ତି? ମାତ୍ର ୨୪ ଘଣ୍ଟା ମଧ୍ୟରେ ବିକ୍ରି ହୋଇଯାଇଥିଲା ପ୍ରଥମ ଦିନିକିଆ ମ୍ୟାଚ ପାଇଁ ୫୦,୦୦୦ ଟିକେଟ

ନୂଆଦିଲ୍ଲୀ,୧୯।୯: ୱେଷ୍ଟଇଣ୍ଡିଜ କ୍ରିକେଟ ଦଳ ତିନୋଟି ODI (ଏକଦିବସୀୟ) ଏବଂ ପାଞ୍ଚୋଟି T20I ମ୍ୟାଚ ବିଶିଷ୍ଟ ସିରିଜ ପାଇଁ ଭାରତ ଗସ୍ତ କରୁଛି। ଏହି ଗସ୍ତ ସେପ୍ଟେମ୍ବର…

ବଡ଼ ଦୁର୍ଘଟଣା: ବାଗଳାମୁଖୀରୁ ଫେରୁଥିବା ବେଳେ ନାଳରେ ଭାସିଯାଇ ୭ ଓଡ଼ିଆ ଶ୍ରଦ୍ଧାଳୁଙ୍କ ସମେତ ୮ମୃତ

ଇନ୍ଦୋର,୧୯।୯: ମଧ୍ୟପ୍ରଦେଶର ନାଲଖେଡା ସ୍ଥିତ ମା’ ବଗଳାମୁଖୀ ମନ୍ଦିର ନିକଟରେ ଶ୍ରଦ୍ଧାଳୁଙ୍କୁ ନେଇ ଯାଉଥିବା ଏକ କାରକୁ ଏକ ନାଳ ଭସାଇ ନେଇଥିଲା। ଏହି ଘଟଣାରେ କାରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?