୨୪ ଘଣ୍ଟା ବିତିଲାନି, ନିଷ୍ପତ୍ତି ବଦଳାଇଲା ବଜରଙ୍ଗ ଦଳ

ବରଗଡ଼,୧୧ା୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରୁ ବାଂଲାଦେଶୀ ରୋହିଙ୍ଗିଆ ଅନୁପ୍ରବେଶକାରୀଙ୍କୁ ହଟାଇବା ଏବଂ ଅପରାଧ ନିୟନ୍ତ୍ରଣ ଦାବି ନେଇ ବଜରଙ୍ଗ ଦଳ ଆସନ୍ତା ୧୫ତାରିଖ ବରଗଡ଼ ଜିଲା ୧୨ଘଣ୍ଟିଆ ବନ୍ଦ ଡାକରା ଦେଇଥିଲା। ତେବେ ରବିବାର ବରଗଡ଼ ଏସ୍‌ପିଙ୍କ ସହିତ ଆଲୋଚନା ପରେ ବଜରଙ୍ଗ ଦଳ ଏହି ବନ୍ଦ ଡାକରାକୁ ସ୍ଥଗିତ ରଖିଛି। ଏସ୍‌ପିଙ୍କ ସହିତ ଆଲୋଚନା ସମୟରେ ବରଗଡ଼ ବିଧାୟକ ଅଶ୍ବିନୀ ଷଡ଼ଙ୍ଗୀଙ୍କ ସମେତ ବଜରଙ୍ଗ ଦଳ ଓ ବିଶ୍ବ ହିନ୍ଦୁ ପରିଷଦର ପ୍ରତିନିଧିମାନେ ଉପସ୍ଥିତ ଥିଲେ। ଶନିବାର ବରଗଡ଼ ଅଗ୍ରଗାମୀ ଯୁବକ ସଂଘ ପରିସରରେ ବୈଠକ ହୋଇଥିଲା। ବଜରଙ୍ଗ ଦଳର ଆହ୍ବାନକ୍ରମେ ଅନୁଷ୍ଠିତ ଏହି ବୈଠକରେ ବିଶ୍ୱ ହିନ୍ଦୁ ପରିଷଦ ସମେତ ବିଭିନ୍ନ ଅନୁଷ୍ଠାନର ପ୍ରତିନିଧିମାନେ ଉପସ୍ଥିତ ଥିଲେ। ଜିଲାରେ ଅନୁପ୍ରବେଶକାରୀଙ୍କ ସଂଖ୍ୟା ବଢ଼ିବା ସହିତ ନିଶା କାରବାର, ଅପରାଧ ବୃଦ୍ଧି ଚିନ୍ତାଜନକ ହୋଇ ପଡ଼ିଛି ବୋଲି ବୈଠକରେ ସମସ୍ତେ ଉଦ୍‌ବେଗ ପ୍ରକାଶ କରିଥିଲେ ଏବଂ ଏହାର ପ୍ରତିବାଦରେ ଆସନ୍ତା ୧୫ତାରିଖ ବରଗଡ଼ ଜିଲାରେ ୧୨ଘଣ୍ଟିଆ ବନ୍ଦ ପାଳନ ପାଇଁ ନିଷ୍ପତ୍ତି ନିଆଯାଇଥିଲା। ଅନ୍ୟପଟେ ବନ୍ଦ ଡାକରା ଦେବାର ୨୪ ଘଣ୍ଟା ନ ବିତୁଣୁ ଏସ୍‌ପିଙ୍କ ସହିତ ଆଲୋଚନା ପରେ ଏହି ବନ୍ଦ ଡାକରାକୁ ସ୍ଥଗିତ ରଖାଯିବା ଏବେ ଚର୍ଚ୍ଚାର ବିଷୟ ହୋଇଛି।

 Dharitri – Odisha’s No.1 Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

୧.୮୫ କୋଟି ଗ୍ରାହକଙ୍କ ସହ ଜିଓ ଓଡ଼ିଶାରେ ଅଗ୍ରଣୀ

ଭୁବନେଶ୍ୱର, ୫ା୯: ସାରା ଦେଶ ସହ ଓଡ଼ିଶାରେ ମଧ୍ୟ ରିଲାଏନ୍ସ ଜିଓ ୫ ସେପ୍ଟେମ୍ବର ୨୦୧୬ରେ ବ୍ୟବସାୟିକ ଟେଲିସେବା ଆରମ୍ଭ କରିଥିଲା। ୧୦ ବର୍ଷ ମଧ୍ୟରେ ଜିଓ…

ସେପ୍ଟେମ୍ବର ୧୫ରୁ ବନ୍ଦ ହୋଇପାରେ ଦୋକାନୀଙ୍କ ୟୁପିଆଇ

ନୂଆଦିଲ୍ଲୀ,୫ା୯: ଅନ୍‌ଲାଇନ ପେମେଣ୍ଟ ବ୍ୟବସ୍ଥାକୁ ନେଇ ଏବେ ଦେଶରେ ୧୦ ଲକ୍ଷ କ୍ଷୁଦ୍ର ବ୍ୟବସାୟୀ ସଙ୍କଟରେ ପଡ଼ିଛନ୍ତି। କାରଣ ସେମାନଙ୍କ କଓ୍ବୋଇସି ପ୍ରକ୍ରିୟା ଏ ପର୍ଯ୍ୟନ୍ତ ଶେଷ…

ନାମ, କାରଣ ଖୋଜୁଛି ଜିଲାପାଳଙ୍କ ମୋବାଇଲ: ଗୁରୁତର ସମସ୍ୟାରେ ବନ୍ୟାଞ୍ଚଳବାସୀ

ଯାଜପୁର,୫ା୯(ହର୍ଷବର୍ଦ୍ଧନ ବେହେରା):ସରକାରୀ ସେବାକୁ ସାଧାରଣ ଲୋକଙ୍କ ପାଖରେ ସହଜରେ ପହଞ୍ଚାଇବା ପାଇଁ ରାଜ୍ୟ ସରକାର ‘ଲୋକଙ୍କ ସରକାର’ କାର୍ଯ୍ୟକ୍ରମ ମାଧ୍ୟମରେ ବ୍ୟାପକ ପ୍ରୟାସ କରୁଛନ୍ତି। ଜିଲା ପ୍ରଶାସନ…

କ୍ରମାଗତ କ୍ଷତି ପରେ ଶେୟାର ବଜାରରେ ସାମାନ୍ୟ ସୁଧାର

ମୁମ୍ବାଇ,୫ା୯: ଚଳିତ ସପ୍ତାହରେ କ୍ରମାଗତ ଭାବେ ୪ଟି କାର୍ଯ୍ୟଦିବସରେ ଶେୟାର ବଜାର କାରବାର ହ୍ରାସ ପାଇ ଆସିଥିଲାବେଳେ ଶୁକ୍ରବାର କାରବାର ପରେ ସାମାନ୍ୟ ସୁଧାର ଆସିଛି। ଏହାଦ୍ୱାରା…

୪୦ ବର୍ଷ ପରେ ଖୋଲେ ଭାଗ୍ୟର ତାଲା! ଏହି ୩ ରାଶିର ଲୋକଙ୍କ ଉପରେ ବର୍ଷେ ଧନ , ଯଶ

ଜୀବନରେ ଅନେକ ସଂଘର୍ଷ କରିବା ପରେ ମଧ୍ୟ ଯଦି ସଫଳତା ମିଳୁନାହିଁ, ତେବେ ଜ୍ୟୋତିଷ ଶାସ୍ତ୍ର ଅନୁସାରେ ଏହା ପଛରେ ଗ୍ରହ ନକ୍ଷତ୍ରର ପ୍ରଭାବ ଥାଇପାରେ। ଜ୍ୟୋତିଷର…

ଜଣେ ଶିକ୍ଷକଙ୍କ କାନ୍ଧରେ ସ୍କୁଲ ଭାର: ୭ ବିଷୟ ସହ ଶାରୀରିକ ଶିକ୍ଷା ଦେଉଛନ୍ତି ସାହିତ୍ୟ ସାର୍‌

ହାଟଡିହୀ,୫।୯(ଶୁଭକାନ୍ତ ନାୟକ):କେନ୍ଦ୍ର ଓ ରାଜ୍ୟ ସରକାର ସମସ୍ତଙ୍କୁ ଶିକ୍ଷା, ଉତ୍ତମ ଶିକ୍ଷାର ନାରା ଦେଉଛନ୍ତି। ମାତ୍ର ବାସ୍ତବ ସ୍ଥିତି କିନ୍ତୁ ଓଲଟା। ଗ୍ରାମାଞ୍ଚଳରେ ସ୍କୁଲରେ ମୌଳିକ ସୁବିଧା,…

ଡୋପ୍‌ ଟେଷ୍ଟରେ ଧରାପଡ଼ିଥିବା ଏୟାର ଇଣ୍ଡିଆ ପାଇଲଟ୍‌ ବହିଷ୍କୃତ

ନୂଆଦିଲ୍ଲୀ,୫ା୯: ଫୁକେଟ୍‌ରୁ ଦିଲ୍ଲୀ ଉଡ଼ାଣ ବେଳେ ବିମାନ ହଠାତ୍‌ ୩୦୦ ଫୁଟ୍‌ ଖସିବା ଘଟଣା ପରେ ନିଷେଧ ନିଶାଦ୍ରବ୍ୟ ସେବନ କରିଥିବା ଡୋପ୍‌ ଟେଷ୍ଟରୁ ଧରାପଡ଼ିବା ପରେ…

ଭୀଷଣ ପାଗ ନେଇ ସତର୍କ କରାଇଲେ ଡବ୍ଲ୍ୟୁଏମ୍‌ଓ ମୁଖ୍ୟ: ଫେବୃଆରୀ ଯାଏ ଜାରି ରହିବ…

ନୂଆଦିଲ୍ଲୀ,୫ା୯: ପ୍ରଶାନ୍ତ ମହାସାଗର ଉପରେ ସକ୍ରିୟ ଥିବା ଏଲ୍‌ ନିନୋ ଆଗାମୀ ମାସଗୁଡ଼ିକରେ ଅଧିକ ଘନୀଭୂତ ହୋଇ ଏକ ଶକ୍ତିଶାଳୀ ରୂପ ନେବ ଏବଂ ଆସନ୍ତାବର୍ଷ ଫେବୃଆରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri