Posted inଜାତୀୟ

୨୪ ଭାରତୀୟ ଧୀବରଙ୍କୁ ଗିରଫ କଲା ଶ୍ରୀଲଙ୍କା ନୌସେନା, କେନ୍ଦ୍ରକୁ ଚିଠି ଲେଖିଲେ ଷ୍ଟାଲିନ…

ଚେନ୍ନାଇ,୨୯।୧୧ : ଶ୍ରୀଲଙ୍କା ନୌସେନା ୨୪ ଜଣ ଭାରତୀୟ ଧୀବରଙ୍କୁ ଗିରଫ କରିଛି ଏବଂ ସେମାନେ ବ୍ୟବହାର କରୁଥିବା ପାଞ୍ଚଟି ଡଙ୍ଗାକୁ ଜବତ କରିଛି। ମଙ୍ଗଳବାର ଏକ ସରକାରୀ ବିବୃତ୍ତିରେ ଏହି ସୂଚନା ଦିଆଯାଇଛି। ଉତ୍ତର ଜାଫନା ଉପଦ୍ୱୀପରେ କରେନଗର ଉପକୂଳରେ ନୌସେନା ଏବଂ ଶ୍ରୀଲଙ୍କା କୋଷ୍ଟଗାର୍ଡଙ୍କ ମିଳିତ ଅପରେଶନରେ ସୋମବାର ସନ୍ଧ୍ୟାରେ ଭାରତୀୟ ସାମୁଦ୍ରିକ ସୀମା ବାହାରେ ମାଛ ଧରୁଥିବା ଅଭିଯୋଗରେ ସମ୍ପୃକ୍ତ ଧୀବରଙ୍କୁ ଗିରଫ କରାଯାଇଥିଲା। ପରେ ସେମାନଙ୍କୁ କାଙ୍କେସଥୁରାଇ ବନ୍ଦରକୁ ଅଣାଯାଇ ପରବର୍ତ୍ତୀ କାର୍ଯ୍ୟାନୁଷ୍ଠାନ ପାଇଁ ମତ୍ସ୍ୟ ନିରୀକ୍ଷାଣଳାୟଙ୍କୁ ହସ୍ତାନ୍ତର କରାଯାଇଥିଲା ବୋଲି ଶ୍ରୀଲଙ୍କା ନୌସେନା କହିଛି।

ଚଳିତ ବର୍ଷ ବର୍ତ୍ତମାନ ସୁଦ୍ଧା ମୋଟ ୨୫୨ ଭାରତୀୟ ଧୀବରଙ୍କୁ ଗିରଫ କରାଯାଇଛିବୋଲି ଶ୍ରୀଲଙ୍କା ନୌସେନା ପକ୍ଷରୁ କୁହାଯାଇଛି। ତାମିଲନାଡୁର ମୁଖ୍ୟମନ୍ତ୍ରୀ ଏମ.କେ ଷ୍ଟାଲିନ ଏସମ୍ପର୍କରେ କେନ୍ଦ୍ରକୁ ସୂଚନା ଦେଇ ଚିଠି ଲେଖିଛନ୍ତି। ଧୀବର ଏବଂ ସେମାନଙ୍କ ଡଙ୍ଗାର ନିରାପଦ ମୁକ୍ତି ପାଇଁ ଦାବି କରିଛନ୍ତି। ଷ୍ଟାଲିନ ବହିର୍ବ୍ୟାପାର ମନ୍ତ୍ରୀ ଏସ ଜୟଶଙ୍କରଙ୍କୁ ଚିଠି ଲେଖି କହିଛନ୍ତି ଯେ ଶ୍ରୀଲଙ୍କା ନୌସେନା ଦ୍ୱାରା ବାରମ୍ବାର ଗିରଫ ହେବା ଯୋଗୁ ତାମିଲନାଡୁର ଧୀବରଙ୍କ ମଧ୍ୟରେ ଉତ୍ତେଜନା ପ୍ରକାଶ ପାଇଛି। ଏହା ଦ୍ୱାରା ସେମାନଙ୍କ ଆର୍ଥିକ ସ୍ଥିତି ବିପର୍ଯ୍ୟସ୍ତ ହୋଇପଡ଼ିଥିବା ସେ ଚିଠିରେ ଉଲ୍ଲେଖ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜାହାଜକୁ ଆରେଷ୍ଟ କର: ବଡ଼ ରାୟ ଦେଲେ ହାଇକୋର୍ଟ

କଟକ,୨୭।୧୨(କାର୍ତ୍ତିକ ସାହୁ):ପାରାଦୀପ ବନ୍ଦରରେ ଅଟକିଥିବା ଏକ ଜାହାଜକୁ ଆରେଷ୍ଟ କରିବାକୁ ହାଇକୋର୍ଟ ଶୁକ୍ରବାର ନିର୍ଦ୍ଦେଶ ଦେଇଛନ୍ତି। ଜଷ୍ଟିସ ଏମ୍‌.ଏସ୍‌. ରମଣଙ୍କୁ ନେଇ ଗଠିତ ଅବକାଶକାଳୀନ ଖଣ୍ଡପୀଠ...

ମୀନ ରାଶିରେ ଚନ୍ଦ୍ରଦେବ, ବର୍ଷର ଶେଷ ଶନିବାରରେ କନ୍ୟା ରାଶି ସମେତ ଏହି ରାଶି ପାଇଁ ଶୁଭ

ଆଜି ଭାବପ୍ରବଣ ସଚେତନତା ଏବଂ ନୀରବ ଆତ୍ମନିରୀକ୍ଷଣର ଦିନ। ମୀନ ରାଶିରେ ଚନ୍ଦ୍ରର ଭ୍ରମଣ ସହାନୁଭୂତି, କଳ୍ପନା ଏବଂ ଆନ୍ତରିକ ଶାନ୍ତିକୁ ପ୍ରୋତ୍ସାହିତ କରେ। ଆଜିର...

କେନ୍ଦ୍ରର କଣ୍ଟ ଜାନୁଆରୀ ୩୧: ସମ୍ପତ୍ତି ତାଲିକା ଦାଖଲ ନ କଲେ….

ନୂଆଦିଲ୍ଲୀ,୨୭ା୧୨ (ପି.ଟି.):ଭାରତୀୟ ପ୍ରଶାସନିକ ସେବା (ଆଇଏଏସ୍‌) ଅଧିକାରୀମାନେ ଉପଯୁକ୍ତ ସମୟ ମଧ୍ୟରେ ନିଜ ସମ୍ପତ୍ତି ତାଲିକା ଦାଖଲ କରିବେ। ଏଥିରେ ବିଫଳ ହେଲେ ବାବୁମାନଙ୍କ ବିରୋଧରେ...

ଆଜି ଓଡ଼ିଶା ଆସୁଛନ୍ତି ଭାରତର ନିର୍ବାଚନ କମିଶନର, ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ କରିବେ ଦର୍ଶନ

ଭୁବନେଶ୍ୱର, ୨୭|୧୨(ସୁନିତ୍‌ ମିଶ୍ର):  ଭାରତର ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାର ଶନିବାରଠାରୁ ୩ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି । ଶନିବାର ସେ ପୁରୀରେ...

୩୦ ବ୍ଲକରୁ ଘୁଞ୍ଚିବ ଦାଦନ ଦୁଃଖ: ଶ୍ରମିକଙ୍କୁ ମିଳିବ ୯୮ ଟଙ୍କାର ଟପ୍‌ଅପ୍‌

ଭୁବନେଶ୍ୱର,୨୭।୧୨(ରବିନାରାୟଣ ଜେନା):ରାଜ୍ୟକୁ ଦାଦନମୁକ୍ତ କରିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରାଯିବାକୁ ଯୋଜନା ରହିଛି। ରାଜ୍ୟ ସରକାର ବଲାଙ୍ଗୀର ଅଞ୍ଚଳର...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri