୨୪ ଲକ୍ଷ ଠକେଇ: ୨ ଗିରଫ, ଜଣେ ଫେରାର

ବରଗଡ଼ ଅଫିସ୍‌,୨୫।୧୨: ଏକ ଔଷଧ କମ୍ପାନୀର ପରିଚୟ ଦେଇ ୨୪ ଲକ୍ଷ ଠକେଇ ଘଟଣାରେ ବରଗଡ଼ ଟାଉନ ଥାନା ପୋଲିସ ୨ଜଣଙ୍କୁ ଗିରଫ କରିଛି । ଗିରଫ ଅଭିଯୁକ୍ତ ଦ୍ୱୟ ହେଲେ ବରଗଡ଼ ସଦର ଥାନା ଅନ୍ତର୍ଗତ ଖଣ୍ଡହଥା ଗ୍ରାମର ଶିଶିର ସାହୁ(୩୩) ଏବଂ ସୁଦାମ ସାହୁ(୩୮)। ଅନ୍ୟ ଜଣେ ଅଭିଯୁକ୍ତ ଫେରାର ଥିବା ପୋଲିସ ସୂଚନା ଦେଇଛି। ଅଭିଯୁକ୍ତଙ୍କ ବିରୋଧରେ ବରଗଡ଼ ଟାଉନ ଥାନାରେ ଦଫା ୪୧୯, ୪୨୦, ୩୪ ଆଇପିସିରେ ଏକ ମାମଲା (ନଂ.୭୮୭/୨୨) ରୁଜୁ ହୋଇଛି ।
ପ୍ରକାଶ ଯେ, ଗିରଫ ଅଭିଯୁକ୍ତ ଶିଶିର ଓ ସୁଦାମ ଏବଂ ଫେରାର ଅଭିଯୁକ୍ତ ଜଣଙ୍କ ନିଜକୁ ଏକ ଔଷଧ କମ୍ପାନୀର ପରିଚୟ ଦେଇ ବରଗଡ଼ ସଦର ଥାନା ଅନ୍ତର୍ଗତ ଶ୍ରୀହରିନଗର ନିବାସୀ ପ୍ରଦୀପ ମେହେରଙ୍କଠାରୁ ୨୪ଲକ୍ଷ ଟଙ୍କା ଠକି ନେଇଥିଲେ। ଏ ନେଇ ସେ ସ୍ଥାନୀୟ ଟାଉନ ଥାନାରେ ଏତଲା ଦେଇଥିଲେ। ତାଙ୍କ ଏତଲାକୁ ଭିତ୍ତି କରି ପୋଲିସ ଉକ୍ତ ମାମଲା ରୁଜୁ କରିବା ସହିତ ୨ଅଭିଯୁକ୍ତଙ୍କୁ ଗିରଫ କରିଥିଲା। ରବିବାର ସେମାନଙ୍କୁ କୋଟ ଚାର୍ଲାଣ କରାଯାଇଛି ଏବଂ ଫେରାର ଅଭିଯୁକ୍ତଙ୍କୁ ଧରିବା ପାଇଁ ତନାଘନା ଚାଲିଛି ବୋଲି ବରଗଡ଼ ଟାଉନ ଥାନା ଅଧିକାରୀ ସତ୍ୟଜିତ କଣ୍ଡନକେଲ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ତାତିଠୁ ବଳିଯାଇଛି ଜଳକଷ୍ଟ: ପାନୀୟଜଳ ଯୋଗାଣ ପ୍ରକଳ୍ପ ଅଚଳ

ବରଗଡ଼,୨୩।୫(ପ୍ରେମାନନ୍ଦ ଖମାରୀ):ବର୍ତ୍ତମାନ ତାତିର ପ୍ରକୋପ ଜନଜୀବନକୁ ଅସ୍ତବ୍ୟସ୍ତ କରି ପକାଉଛି। କେବଳ ବାହାରେ ନୁହେଁ, ଘରେ ରହିଲେ ମଧ୍ୟ ଜୀବନ ଦହଗଞ୍ଜ ହୋଇ ପଡ଼ୁଛି। ଏଭଳି ସ୍ଥିତିରେ…

ହଠାତ୍‌ ଚଳନ୍ତା କାର୍‌ରେ ଲାଗିଲା ନିଆଁ: ଆଉ ତା’ପରେ ଘଟିଲା…

ଗଞ୍ଜାମ,୨୨।୫:ଜାତୀୟ ରାଜପଥ ହୁମା ହାଟ ପଡ଼ିଆ ନିକଟରେ ଏକ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଅଧରାତିରେ ଏକ ଚଳନ୍ତା କାର୍‌ରେ ହଠାତ ନିଆଁ ଲାଗିଯିବାରୁ ତାହା ହୁତୁହୁତୁ ହୋଇ…

୨ ସାହି ମଧ୍ୟରେ ମହାଭାରତ: ଥାନା ସମ୍ମୁଖରେ ମାରପିଟ ହୋଇ…

ରାୟଗଡ଼ା,୨୩।୫( ସୁଜାତା ପାଢ଼ୀ): ରାୟଗଡ଼ ସହର ଥାନା ସମ୍ମୁଖରେ ଦୁଇ ଗୋଷ୍ଠୀର ଲୋକଙ୍କ ମଧ୍ୟରେ ମାରପିଟ ସହ ଅଶାନ୍ତି ଦେଖାଦେଇଛି । ଦୁଇ ସାହି ମଧ୍ୟରେ ବଚ୍‌ସା…

ଶୁଭିଲା ପ୍ରଚଣ୍ଡ ଶବ୍ଦ : ହଠାତ୍‌ ଘର କାନ୍ଥ ଫାଟି ଆଁ କରିଲା, ଜୀବନ ବିକଳରେ ଦୌଡ଼ି ଆସିଥିଲେ ପରିବାର ଲୋକେ

ଆନନ୍ଦପୁର, ୨୩।୫(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲାରୁ ଲୁହାପଥର ଚାଲାଣ ପାଇଁ ଜେଏସଡବ୍ଲୁ କମ୍ପାନୀ ପକ୍ଷରୁ ଏମ୍ପ୍ରୋକନ ଠିକା ସଂସ୍ଥା ଦ୍ୱାରା ୨୦ ନମ୍ବର ଜାତୀୟ ରାଜପଥ…

ଯୁକ୍ତ୨ ନାମଲେଖା ପାଇଁ ଏହିଦିନଠୁ ଆରମ୍ଭ ହେବ ଆବେଦନ

ଭୁବନେଶ୍ୱର,୨୩ା୫(ସୁଚିସ୍ମିତା ସାହୁ): ଯୁକ୍ତ ୨ ନାମଲେଖା ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ଆସନ୍ତା ୨୬ ତାରିଖରୁ ଜୁନ୍‌ ୩୦ ଯାଏ ଛାତ୍ରୀଛାତ୍ର ଅନ୍‌ଲାଇନ୍‌ ମାଧ୍ୟମରେ ଆବେଦନ କରିପାରିବେ।…

ବିଧାୟକ ରଣେନ୍ଦ୍ରଙ୍କ ଗାଡ଼ିକୁ ଅଣ୍ଡାମାଡ଼: ତା’ପରେ ଘଟିଲା…

ତିଗିରିଆ,୨୩ା୫(ଜାଫର ଖାଁ): କଟକ ଜିଲା ତିଗିରିଆ ପଞ୍ଚାୟତର ସମିତି ବୈଠକରେ ଯୋଗଦେବାକୁ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ ଆସୁଥିବାବେଳେ ପାଞ୍ଚଗଁା ଛକରେ ତାଙ୍କୁ ବିରୋଧ କରାଯାଇଛି। କେତେଜଣ…

ନାବାଳକଙ୍କୁ ଅସଦାଚରଣ: ପଡୋଶୀ ଘରର ନାବାଳକଙ୍କୁ ଘରକୁ ଡାକି….

ବଲାଙ୍ଗୀର, ୨୨ା୫ (ସୁନିଲ କୁମାର ମହାନ୍ତି): ଜଣେ ନାବାଳକଙ୍କୁ ଅସଦାଚରଣ ଅଭିେଯାଗରେ ପୁଇଁନ୍ତଳା ଥାନା ପୋଲିସ ଜଣେ ବ୍ୟକ୍ତିଙ୍କୁ ଥାନାକୁ ଆଣି ଅଟକ ରଖିଥିବା ଜଣାପଡିଛି। ବ୍ୟକ୍ତି…

ପେଣ୍ଟ ପକେଟ୍‌ରେ ଥିଲା ମୋବାଇଲ୍ ହଠାତ ହେଲା ବିସ୍ଫୋରଣ, ଅଳ୍ପକେ ବଞ୍ଚିଲେ..

ପଦ୍ମପୁର, ୨୨/୦୫ (ପ୍ରଦୀପ୍ତ ଦାଶ): ପଦ୍ମପୁର ନିକଟସ୍ଥ ଭେଉଁରିଆ ପଞ୍ଚାୟତର ଅମିତ କୁମାର ସାହୁ ସାଧାରଣ ଦିନମାନଙ୍କ ଭଳି ପେଣ୍ଟ ପକେଟ୍‌ରେ ମୋବାଇଲ୍ ରଖି କାମକୁ ବାହାରିଥିଲେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri