ସାମ୍ନାକୁ ଆସିଲା ମନ୍ତ୍ରୀଙ୍କ ଲିଷ୍ଟ, ଏହି ବିଧାୟକମାନେ ଆଜି ନେବେ ଶପଥ

ନୂଆଦିଲ୍ଲୀ, ୧୨।୬: ଓଡ଼ିଶା ସମେତ ଆଜି ଅନ୍ଧ୍ର ପ୍ରଦେଶରେ ସରକାର ଗଠନ ହେବ । ଶପଥ ଗ୍ରହଣ କରିବେ ଦୁଇ ରାଜ୍ୟର ନୂଆ ମୁଖ୍ୟମନ୍ତ୍ରୀ। ଟିଡିପି ମୁଖ୍ୟ ଏନ୍‌ ଚନ୍ଦ୍ରବାବୁ ନାଇଡ଼ୁ ବୁଧବାର ଚତୁର୍ଥଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇ ରାଜ୍ୟର ଦାୟିତ଼୍ବ ସମ୍ଭାଳିବେ । ତାଙ୍କ ସହିତ ୨୪ ଜଣ ନେତାଙ୍କ ନାମ ମଧ୍ୟ ମନ୍ତ୍ରୀ ପଦ ପାଇଁ ଫାଇନାଲ୍‌ ହୋଇଛି । ଏମାନଙ୍କ ମଧ୍ୟରେ ଚନ୍ଦ୍ରବାବୁଙ୍କ ପୁଅ ନାରା ଲୋକେଶ ଏବଂ ଜନସେନା ମୁଖ୍ୟ ପୱନ କଲ୍ୟାଣ ରହିଛନ୍ତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଏବଂ ଭାଜପା ଅଧ୍ୟକ୍ଷ ଜେପି ନଡ୍ଡାଙ୍କ ସମେତ ଅନ୍ୟ କେତେକ ନେତା ମଧ୍ୟ ଏହି ଶପଥ ଗ୍ରହଣ ସମାରୋହରେ ସାମିଲ୍‌ ହେବା ନେଇ ଜଣାପଡ଼ିଛି ।

୧୧.୨୭ ମିନିଟ୍‌ରେ ଏହି ଶପଥ ଗ୍ରହଣ ସମାରୋହ ଅନୁଷ୍ଠିତ ହେବାର କାର୍ଯ୍ୟକ୍ରମ ରହିଛି । ନାଇଡ଼ୁ କ୍ୟାବିନେଟ୍‌ରେ ଜାତିଗତ ସମୀକରଣର ଧ୍ୟାନ ମଧ୍ୟ ରଖାଯାଇଛି । ସାଧାରଣ ବର୍ଗର ୧୩, ପଛୁଆ ବର୍ଗର ୭, ସଂରକ୍ଷିତ ବର୍ଗରୁ ୨ ଜଣ ଏବଂ ସଂରକ୍ଷିତ ଜନଜାତି ବର୍ଗରୁ ଜଣଙ୍କୁ ମନ୍ତ୍ରୀ ମଣ୍ଡଳରେ ସାମିଲ କରାଯାଇଥିବା ବେଳେ ସଂଖ୍ୟାଲଘୁରୁ ଜଣଙ୍କୁ ମନ୍ତ୍ରୀ ପଦ ମିଳିବା ନେଇ ଜଣାପଡ଼ିଛି । ତେବେ ଏହି ଲିଷ୍ଟ୍‌ରେ ଏମାନଙ୍କ ନାମ ରହିଛି-
-ପୱନ କଲ୍ୟାଣ
– ନାରା ଲୋକେଶ
– କିଞ୍ଜାରାପୁ ଆଚେନ ନାଇଡୁ
– କୋଲୁ ରବିନ୍ଦ୍ର
– ନାଡେଣ୍ଡଲା ମନୋହର
– ପି ନାରାୟଣ
– ୱାଙ୍ଗଲାପୁଡି ଅନୀତା
– ସତ୍ୟ କୁମାର ଯାଦବ
– ଡ ନିମଲା ରାମ ନାଇଡୁ
– ଏନ୍‌ଏମ୍‌ ଫାରୁକ
– ଅନାମ ରାମନାରାୟଣ ରେଡ୍ଡୀମ୍‌
– ପାୟାଭୁଲା କେଶବ
– ଅନଗନି ସତ୍ୟ ପ୍ରସାଦ
– କୋଲୁସୁ ପାର୍ଥସାରାଡି
– ଡୋଲା ବାଲଭେରାନଜାନେ ସ଼୍ବାମୀ
– ଗୋଟିପତି ରବି କୁମାର
– କାଣ୍ଡୁଲା ଦୁର୍ଗେଶ
– ଗୁମାଡି ସାନ୍ଧାରାଣୀ
– ବିସି ଜନାର୍ଦ୍ଦନ ରେଡ୍ଡୀ
– ଟିଜି ଭାରତ
– ଏସ୍‌ ସବିତା
– ଭାସାମସେଟୀ ସୁଭାଷ
– କୋଣ୍ଡାପାଲ୍ଲୀ ଶ୍ରୀନିବାସ
-ମାଣ୍ଡିପାଲ୍ଲୀ ରାମା ପ୍ରସାଦ ରେଡ୍ଡୀ


Enter your email to get our daily news in your inbox.

All Right Reserved By Dharitri.Com

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

ରାଜ୍ୟ ରାଜନୀତିରେ ଚହଳ: ଧର୍ମେନ୍ଦ୍ରଙ୍କ ଇସ୍ତଫା ଦାବି କଲେ ନବୀନ

ନୂଆଦିଲ୍ଲୀ/ ଭୁବନେଶ୍ୱର:୨୧।୭: ଓଡ଼ିଶା ତଥା ଜାତୀୟ ରାଜନୀତିରେ ଏକ ବଡ଼ ଧରଣର ହଟଚମଟ ସୃଷ୍ଟି ହୋଇଛି। ପୂର୍ବତନ ମୁଖ୍ୟମନ୍ତ୍ରୀ, ଓଡ଼ିଶା ବିଧାନସଭାର ବିରୋଧୀ ଦଳ ନେତା ନବୀନ…

ପୋଲିସ ଟେକିନେବାରୁ ରାଗିଗଲେ ରାହୁଲ, ଏମିତି କହିଲେ ରାଜନୀତିରେ ଚହଳ!

ନୂଆଦିଲ୍ଲୀ,୨୧।୭: ପ୍ରଧାନମନ୍ତ୍ରୀଙ୍କ ବାସଭବନ ଆଗରେ ମଙ୍ଗଳବାର ବିକ୍ଷୋଭ ପ୍ରଦର୍ଶନରେ ବସିଥିବା କଂଗ୍ରେସ ନେତା ରାହୁଲ ଗାନ୍ଧୀ, ପ୍ରିୟଙ୍କା ଗାନ୍ଧୀ, ସମାଜବାଦୀ ପାର୍ଟି (SP) ମୁଖିଆ ଅଖିଲେଶ ଯାଦବ…

ଅଧିନାୟଙ୍କ ବଡ଼ ଦାବି , ଜିମ୍ବାଓ୍ବେ ପାଖରେ ସିରିଜ୍‌ ଜିତିବାର ସୁଯୋଗ ରହିଛି

ହରାରେ,୨୧ା୭: ଆସନ୍ତା ଗୁରୁବାର ଭାରତ ଓ ଜିମ୍ବାଓ୍ବେ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ ଖେଳାଯିବ। ଜିମ୍ବାଓ୍ବେ ଅଧିନାୟକ ଶିକନ୍ଦର ରାଜାଙ୍କ ମତରେ…

ପୁଣି ଆନ୍ଦୋଳନ ଡାକରା ଦେଲା CJP! ଆଜି ରାତି ୮ଟାରେ ଦିଲ୍ଲୀରେ ହେବ…

ନୂଆଦିଲ୍ଲୀ,୨୧।୭: ନିଟ୍ (NEET) ପେପର ଲିକ୍, କୃଷକଙ୍କ ଆନ୍ଦୋଳନ ଏବଂ ପୋଲିସର ବଳପ୍ରୟୋଗ ବିରୋଧରେ ଦିଲ୍ଲୀରେ ରାଜନୈତିକ ସରଗରମ ବୃଦ୍ଧି ପାଇବାରେ ଲାଗିଛି। ଏହି କ୍ରମରେ କକରୋଚ…

ଚାମ୍ପିୟନ ସ୍ପେନ୍‌ ଦଳକୁ ଭବ୍ୟ ସ୍ବାଗତ

ମାଡ୍ରିଡ୍‌,୨୧ା୭: ସ୍ପେନ୍‌ର ବିଶ୍ୱ ଚାମ୍ପିୟନ ଫୁଟବଲ ଦଳ ମଙ୍ଗଳବାର ସ୍ବଦେଶ ଫେରିଛି। ଦଳକୁ ସ୍ବାଗତ କରିବା ପାଇଁ ପାଖାପାଖି ୨୦ ଲକ୍ଷ ପ୍ରଶଂସକ ମାଡ୍ରିଡ୍‌ ରାସ୍ତାରେ ଏକତ୍ରିତ…

ଜୀରାନଦୀ ଜଳ ହେବ ସ୍ବଚ୍ଛ: ୧୭୮.୫୦ କୋଟି ଟଙ୍କାର ଏସଟିପି ପ୍ରକଳ୍ପ ପାଇଁ ମିଳିଲା ରାଜ୍ୟ ସରକାରଙ୍କ ମଞ୍ଜୁରୀ

ବରଗଡ଼,୨୧।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହର ମଧ୍ୟ ଦେଇ ପ୍ରବାହିତ ଜୀରାନଦୀକୁ ପ୍ରଦୂଷଣମୁକ୍ତ କରିବା ଏବଂ ସହରର ବ୍ୟବହୃତ ଜଳ ପରିଚାଳନା ବ୍ୟବସ୍ଥାକୁ ସୁଦୃଢ଼ କରିବା ପାଇଁ ରାଜ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri