ଏଥର ୨୪ ମାସର ପ୍ରସ୍ତୁତି: ଆଜି ପ୍ରାକ୍‌ ବଜେଟ ଆଲୋଚନା

ଭୁବନେଶ୍ୱର,୧୭ା୧ (ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ୨୦୨୬-୨୭ ଆର୍ଥିକ ବର୍ଷ ଲାଗି ଶନିବାରଠାରୁ ପ୍ରାକ୍‌ ବଜେଟ ଆଲୋଚନା ଆରମ୍ଭ ହେବ। ଦୁଇଦିନ ଧରି ହେବାକୁଥିବା ଏହି ଆଲୋଚନା ସମୟରେ ବିଭାଗଗୁଡ଼ିକ ପକ୍ଷରୁ କିପରି ବଜେଟ ପ୍ରସ୍ତୁତ କରାଯାଇଛି ଏବଂ କେଉଁସବୁ ନୂତନ ଯୋଜନା ସ୍ଥାନ ପାଇଛି ଓ ଅଦରକାରୀ ଯୋଜନା ବାଦ୍‌ ପଡ଼ିଛି, ତାହା ଉପରେ ପୁଙ୍ଖାନୁପୁଙ୍ଖ ଆଲୋଚନା ହେବ। ବିକଶିତ ଓଡ଼ିଶା-୨୦୩୬ ଏବଂ ବିକଶିତ ଭାରତ-୨୦୪୭ ପାଇଁ ବିଭାଗ ପକ୍ଷରୁ ଦୂରଦୃଷ୍ଟି ରଖାଯାଇ ଆସନ୍ତା ୨୪ ମାସ ଲାଗି ବଜେଟ ଅଟକଳ ପ୍ରସ୍ତୁତ କରିବାକୁ ସରକାରଙ୍କ ପକ୍ଷରୁ ପରାମର୍ଶ ଦିଆଯାଇଛି। ଏହାସହିତ ବିଭାଗୀୟ ସଚିବମାନେ ୫ଟି ଅତି ଉତ୍ତମ ପ୍ରସ୍ତାବ ଦେବାକୁ ସରକାରଙ୍କ ପକ୍ଷରୁ କୁହାଯାଇଛି। ଶୁକ୍ରବାର ଏ ସଂକ୍ରାନ୍ତରେ ଯୋଜନା ଓ ସଂଯୋଜନ ବିଭାଗ ସ୍ବତନ୍ତ୍ର ସଚିବ ଡି.କେ. ଜେନା ସବୁ ବିଭାଗ ସଚିବଙ୍କୁ ପତ୍ର ଲେଖି ଅବଗତ କରାଇଛନ୍ତି।
ଜେନା ପତ୍ରରେ ଦର୍ଶାଇଛନ୍ତି, ରାଜ୍ୟ ଉନ୍ନୟନ ଆୟୁକ୍ତ ଦେଓରଞ୍ଜନ କୁମାର ସିଂହ ଏବଂ ଅର୍ଥ ବିଭାଗ ପ୍ରମୁଖ ଶାସନ ସଚିବ ସଞ୍ଜୀବ କୁମାର ମିଶ୍ରଙ୍କ ଅଧ୍ୟକ୍ଷତାରେ ୨୦୨୬-୨୭ ଆର୍ଥିକ ବର୍ଷ ଲାଗି ପ୍ରାକ୍‌ ବଜେଟ ଆଲୋଚନା କରାଯିବ। ଏହି ସମୟରେ ଆସନ୍ତା ୨୪ ମାସ ଲାଗି ବିଭାଗ ପକ୍ଷରୁ ବଜେଟ ପ୍ରସ୍ତୁତ କରିବାକୁ ହେବ, ଯାହାଫଳରେ କି ସରକାରଙ୍କ ସଫଳତା ଲୋକଙ୍କ ନିକଟରେ ପହଞ୍ଚତ୍ପାରିବ। ଜେନା ଦେଇଥିବା ପତ୍ର ଅନୁଯାୟୀ, ଶନିବାର ଅପରାହ୍ନ ସାଢ଼େ ୩ଟାରେ ପୂର୍ତ୍ତ ଏବଂ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗର ପ୍ରାକ୍‌ ବଜେଟ ଆଲୋଚନା ପ୍ରଥମେ ରହିଥିବାବେଳେ ଏହାପରେ ଇ ଆଣ୍ଡ୍‌ ଆଇଟି, ଶକ୍ତି ଓ ସମବାୟ ବିଭାଗର ଆଲୋଚନା ହେବ। ସୋମବାର ପୂର୍ବାହ୍ନ ୧୧ଟାରେ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ପରେ ବାଣିଜ୍ୟ ଓ ପରିବହନ, ନଗର ଉନ୍ନୟନ, ମହିଳା ଓ ଶିଶୁ କଲ୍ୟାଣ, ଜଳସମ୍ପଦ, ଶିଳ୍ପ, ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ, ପର୍ଯ୍ୟଟନ, ଜଙ୍ଗଲ ଓ ପରିବେଶ, ମତ୍ସ୍ୟ ଓ ପଶୁସମ୍ପଦ, ଉଚ୍ଚଶିକ୍ଷା ଏବଂ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗର ଆଲୋଚନା ପର୍ଯ୍ୟାୟକ୍ରମେ ପ୍ରତି ୧୫ ମିନିଟ୍‌ ଅନ୍ତରରେ ହେବ। ଏହି ଆଲୋଚନା ପ୍ରକ୍ରିୟାରେ ବିଦ୍ୟାଳୟ ଓ ଗଣଶିକ୍ଷା, ସ୍ବାସ୍ଥ୍ୟ, ଅନୁସୂଚିତ ଜାତି ଓ ଜନଜାତି, ଗୃହ, ଅର୍ଥ, ପଞ୍ଚାୟତିରାଜ, ସାଧାରଣ ଉଦ୍ୟୋଗ, ଶ୍ରମ, କୃଷି ଭଳି ଗୁରୁତ୍ୱପୂର୍ଣ୍ଣ ବିଭାଗକୁ ସାମିଲ କରାଯାଇ ନ ଥିବା ଜଣାପଡ଼ଛି। ସୂଚନାଯୋଗ୍ୟ, ପ୍ରାକ୍‌ ବଜେଟ ଆଲୋଚନା ଚଳିତମାସ ୧୨ରୁ ଦୁଇଦିନ ଲାଗି ହେବାକୁ ରହିଥିଲା। ମାତ୍ର ସରକାରଙ୍କ ପକ୍ଷରୁ ସମୟ ଓ ପରିସ୍ଥିତିକୁ ଦୃଷ୍ଟିରେ ରଖି ଏହାକୁ ଶନିବାରକୁ ଘୁଞ୍ଚାଯାଇଛି। ଏହାପରେ ଅବଶିଷ୍ଟ ବିଭାଗର ଆଲୋଚନା କରାଯିବାକୁ ରହିଛି ବୋଲି ବିଶ୍ୱସ୍ତ ସୂତ୍ରରୁ ଜଣାଯାଇଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଲଘୁଚାପ ସମ୍ଭାବନା: ୨୪ ଘଣ୍ଟାରେ ସ୍ପଷ୍ଟ ହେବ ଚିତ୍ର

ଭୁବନେଶ୍ୱର, ୨୨।୮: ଉତ୍ତର ବଙ୍ଗୋପସାଗର ଉପରେ ପୁଣି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ଦେଖାଦେଇଛି। ଉତ୍ତର ବଙ୍ଗୋପସାଗର ସଂଲଗ୍ନ ପଶ୍ଚିମବଙ୍ଗ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ…

ଆପଣଙ୍କର ପାଖରେ ଅଛି କି ପୁରୁଣା ପାସ୍‌ବୁକ୍‌? ଡିସେମ୍ୱର ୩୧ ପୂର୍ବରୁ ଶୀଘ୍ର ବଦଳାନ୍ତୁ, ଆସିଲା ନୂଆ ନିୟମ…

ନୂଆଦିଲ୍ଲୀ,୨୨।୮: ଯଦି ଆପଣ ବି ବ୍ୟାଙ୍କିଙ୍ଗ୍ କାରବାର ପାଇଁ ଚେକ୍‌ବୁକ୍ (Chequebook) ବ୍ୟବହାର କରୁଛନ୍ତି, ତେବେ ଏହା ଆପଣଙ୍କ ପାଇଁ ଏକ ଅତ୍ୟନ୍ତ ଦରକାରୀ ଖବର। ବାସ୍ତବରେ,…

୪ ବର୍ଷରୁ କମ ବୟସର ପିଲାମାନଙ୍କୁ ଦିଆଯିବ ନାହିଁ ଏହି ଥଣ୍ଡା-କାଶ ଔଷଧ: କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୨।୮: କେନ୍ଦ୍ର ସରକାର ଛୋଟ ପିଲାମାନଙ୍କ ସ୍ବାସ୍ଥ୍ୟ ସୁରକ୍ଷା ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛନ୍ତି। ସରକାର ୪ ବର୍ଷରୁ କମ ବୟସର ପିଲାମାନଙ୍କ ପାଇଁ ଉଦ୍ଦିଷ୍ଟ…

ଏହି ୫୨ ନେତା ପିନ୍ଧିବେ ୧୦ ଲକ୍ଷ ଟଙ୍କାର ଜ୍ୟାକେଟ୍‌: ପଛରେ ରହିଛି ଏମିତି କାରଣ

ଲକ୍ଷ୍ନୌ,୨୨।୮: ଉତ୍ତର ପ୍ରଦେଶରେ ରାଜନୈତିକ ନେତାଙ୍କ ସୁରକ୍ଷା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନିଆଯାଇଛି। ରାଜ୍ୟର ୫୨ ନେତାଙ୍କୁ ବୁଲେଟପ୍ରୁଫ ଜ୍ୟାକେଟ ଯୋଗାଇ ଦିଆଯାଇଛି। ଏହି ସୁରକ୍ଷା…

ମୃତ୍ୟୁପରେ ରୋଗୀଙ୍କୁ ରେଫର କଲେ ଡାକ୍ତର: ତ୍ରୁଟିପୂର୍ଣ୍ଣ ଚିକିତ୍ସା ଅଭିଯୋଗ

ତିହିଡି଼,୨୨।୮(ସଞ୍ଜିତ ବଳ):ଭଦ୍ରକ ଜିଲା ତିହିଡି଼ ଥାନା ଭାଟପ ପଞ୍ଚାୟତ ଅଧୀନ ବଉଳପାଳ ଗ୍ରାମର ମାୟାଧର ତ୍ରିପାଠୀ (୬୫)ନାମକ ଜଣେ ବୃଦ୍ଧଙ୍କ ତ୍ରୁଟିପୂର୍ଣ୍ଣ ଚିକିତ୍ସା ପାଇଁ ମୃତ୍ୟୁ ଘଟିଥିବା…

ଦୀପିକାଙ୍କୁ ନେଇ ବଢୁଛି ଚର୍ଚ୍ଚା: ‘ସ୍ପିରିଟ୍‌’ରୁ ବିଦା ହେବାକୁ ବଢିଲା ବିବାଦ

ବଲିଉଡ ଅଭିନେତ୍ରୀ ଦୀପିକା ପାଦୁକୋଣ ପ୍ରଭାସଙ୍କ ଫିଲ୍ମ ‘ସ୍ପିରିଟ୍‌’ରୁ ବିଦା ହେବାକୁ ନେଇ ଚର୍ଚ୍ଚାରେ ଅଛନ୍ତି। ଫିଲ୍ମର ନିର୍ମାତା ଅଭିନେତ୍ରୀଙ୍କ ବିଷୟରେ ଅନେକ ଅଭିଯୋଗ ଆଣିଛନ୍ତି। ସନ୍ଦୀପ…

ଶୁକ୍ରଙ୍କ ନକ୍ଷତ୍ରରେ ସୂର୍ଯ୍ୟଙ୍କ ପ୍ରବେଶ: ଏହି ୪ ରାଶିଙ୍କ ଶୁଭ ସମୟ ହେବ ଆରମ୍ଭ, ବଢ଼ିବ ଆୟ

ବୈଦିକ ଜ୍ୟୋତିଷ ଅନୁସାରେ ପୂର୍ବାଫାଲ୍ଗୁନୀ ନକ୍ଷତ୍ରର ସ୍ବାମୀ ଶୁକ୍ର ଗ୍ରହ। ଜ୍ୟୋତିଷରେ ଶୁକ୍ରଙ୍କୁ ପ୍ରେମ, ଧନ, ସୁଖ-ସୁବିଧା ଓ ଐଶ୍ୱର୍ଯ୍ୟର କାରକ ଭାବେ ବିବେଚନା କରାଯାଏ। ସେହିପରି…

କୁଲାଙ୍ଗି ଗାଁରେ ବୃଦ୍ଧଙ୍କୁ ହତ୍ୟା: ପିଟିପିଟି ମାରିଦେଲେ…

ବେଲଗୁଣ୍ଠା, ୨୨।୮: ଗଞ୍ଜାମ ଜିଲା ଗାଙ୍ଗପୁର ଥାନା ଅନ୍ତର୍ଗତ କୁଲାଙ୍ଗି ଗାଁରେ ଜଣେ ବୃଦ୍ଧଙ୍କୁ ପିଟିପିଟି ହତ୍ୟା କରାଯାଇଥିବା ନେଇ ଅଭିଯୋଗ ହୋଇଛି। ଗ୍ରାମର ଅଙ୍ଗନଓ୍ୱାଡି କେନ୍ଦ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri