Posted inଜାତୀୟ

ନୂଆ ପାର୍ଲାମେଣ୍ଟ ବିଲ୍ଡିଂ ଉଦ୍‌ଘାଟନୀ ସମାରୋହରେ ସାମିଲ ହେବେ ୨୪ ଦଳ

ନୂଆଦିଲ୍ଲୀ,୨୫ା୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨୮ତାରିଖରେ ନୂଆ ପାର୍ଲାମେଣ୍ଟ ବିଲ୍ଡିଂକୁ ଉଦ୍‌ଘାଟନ କରିବା କାର୍ଯ୍ୟକ୍ରମ ରହିଛି। ନୂତନ ସଂସଦ ଗୃହର ଉଦ୍‌ଘାଟନୀ ସମାରୋହରେ କେଉଁ ଦଳ ଅଂଶଗ୍ରହଣ କରିବେ ଏବଂ କେଉଁ ଦଳ ଅଂଶଗ୍ରହଣ କରିବେ ନାହିଁ, ଏହି ଚିତ୍ର ପ୍ରାୟ ସ୍ପଷ୍ଟ ହେବାରେ ଲାଗିଛି। ୨୧ ବିରୋଧୀ ଦଳ କାର୍ଯ୍ୟକ୍ରମରେ ଯୋଗ ଦେବେ ନାହିଁ ବୋଲି କହୁଥିବା ବେଳେ ୨୪ ଦଳ କାର୍ଯ୍ୟକ୍ରମରେ ସାମିଲ ହେବେ ବୋଲି ଜଣାପଡିଛି। ସମାରୋହରେ ଅଂଶଗ୍ରହଣ କରୁଥିବା ଦଳଗୁଡ଼ିକ ମଧ୍ୟରେ ନ୍ୟାଶନାଲ ଡେମୋକ୍ରାଟିକ ଆଲାଏନ୍ସ(ଏନ୍‌ଡିଏ) ସହ ସମ୍ପୃକ୍ତ ୧୮ଟି ଦଳ ଏବଂ ୬ଟି ଅଣ ଏନ୍‌ଡିଏ ପାର୍ଟି ଉଦ୍‌ଘାଟନୀ ସମାରୋହରେ ଅଂଶଗ୍ରହଣ କରିବେ।

୧୮ ଏନ୍‌ଡିଏ ଦଳ ମଧ୍ୟରେ ଭାଜପା, ଶିବସେନା-ଶିନ୍ଦେ, ମେଘାଳୟର ଜାତୀୟ ପିପୁଲ୍ସ ପାର୍ଟି, ନ୍ୟାଶନାଲିଷ୍ଟ ଡେମୋକ୍ରାଟିକ ପ୍ରଗତିଶୀଳ ପାର୍ଟି, ସିକ୍କିମ କ୍ରାନ୍ତିକାରୀ ମୋର୍ଚ୍ଚା, ଜନନାୟକ ପାର୍ଟି, ଏଆଇଏଡିଏମ୍‌କେ, ଆଇଏମ୍‌କେଏମକେ, ଏଜିଏସୟୁ ରହିଛି। ୬ ଅଣ ଏନ୍‌ଡିଏ ଦଳ ଲୋକ ଜନକ୍ଷେତ୍ର ପାର୍ଟି (ପାସୱାନ), ବିଜେଡି, ବିଏସ୍‌ପି, ଟିଡିପି ଏବଂ ଓ୍ବାଇଆର୍‌ଏସ୍‌ପି ଏବଂ ଜେଡିଏସ୍‌ ଅଂଶଗ୍ରହଣ କରିବେ। ଜେଡିଏସ୍‌ ପକ୍ଷରୁ ଦଳର ମୁଖ୍ୟ ତଥା ପୂର୍ବତନ ପିଏମ୍‌ ଏଚ୍‌ଡି ଦେବ ଗୌଡା କାର୍ଯ୍ୟକ୍ରମରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

୧୦ ମାସ ତଳେ ବିବାହ କରିଥିଲେ ଅନୁପମା, ବେକରେ ଦାଗ ଦେଖି ବାପଘର ଲୋକେ ଆଣିଲେ ହତ୍ୟା ଅଭିଯୋଗ

ବଲାଙ୍ଗୀର,୨୮ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷୁରା ଥାନା ମହିପୁର ଗାଁରେ ଜଣେ ନବବଧୂକୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ୧୦ ମାସ ତଳେ ବାହା ହୋଇଥିବା…

ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହେଲେ ହିମାଂଶୁ-ଦେବେନ୍ଦ୍ର, କାର୍ଯ୍ୟଭାର ନେବା ପରେ…

ବରପାଲି,୨୮ା୩(ଚିତ୍ତରଞ୍ଜନ ସାହୁ): ଶନିବାର ବରପାଲି ଓକିଲ ସଂଘର ନୂତନ କର୍ମକର୍ତ୍ତା ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ଚଳିତ ବର୍ଷ ପାଇଁ ସଭାପତି ହିମାଂଶୁ ଶେଖର ସାହୁ ଓ ସମ୍ପାଦକ…

ବାଣଫୁଟାଇ ମିଠାଖୁଆଇ ବିଜୟ ଉତ୍ସବ ପାଳିଲେ ପ୍ରକାଶ-ରବୀନ୍ଦ୍ର

ପୁରୁଷୋତ୍ତମପୁର,୨୮ା୩(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଓକିଲ ସଂଘ ନିର୍ବାଚନ ଶାନ୍ତିଶୃଙ୍ଖଳାର ସହ ଶେଷ ହୋଇଛି। ଏଥିରେ ସଭାପତି ଭାବେ ପ୍ରକାଶ ଚନ୍ଦ୍ର ତ୍ରିପାଠୀ ତାଙ୍କ ପ୍ରତିଦ୍ୱନ୍ଦ୍ୱୀ…

ମଧ୍ୟପ୍ରାଚ୍ୟରେ ଅଶାନ୍ତି ମଧ୍ୟରେ, ଆମେରିକାକୁ କଡ଼ା ଚେତାବନୀ ଦେଲେ ଇରାନ ରାଷ୍ଟ୍ରପତି, କହିଲେ ଏଥର…

ତେହରନ୍‌,୨୮।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ଆରମ୍ଭ ହେବାର ଏକ ମାସ ବିତିଗଲାଣି। ଇରାନ ଏବଂ ଇସ୍ରାଏଲ ମଧ୍ୟରେ ନିରନ୍ତର କ୍ଷେପଣାସ୍ତ୍ର ଆକ୍ରମଣ ବିନିମୟ ହୋଇଛି। ଇରାନ ରାଷ୍ଟ୍ରପତି…

ସରିଲା ଓକିଲ ସଂଘ ନିର୍ବାଚନ: ବାଜି ମାରିଲେ ହୃଦୟରଞ୍ଜନ-ସନ୍ତୋଷ

ଦିଗପହଣ୍ଡି,୨୮ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦଗିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ଶନିବାର ଶାନ୍ତିପୂର୍ଣ୍ଣ ଭାବେ ସରିଛି। ଓକିଲ ସଂଘର ସଭାପତି ଭାବେ ହୃଦୟରଞ୍ଜନ ମେକାପ…

ସୁଭଦ୍ରାକୁ ନେଇ ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: ଏପ୍ରିଲ ୧ରୁ ନୂଆ ଆବେଦନ, ଏଥିରେ ସାମିଲ ହେବେ…

ଭୁବନେଶ୍ୱର,୨୮ା୩: ସୁଭଦ୍ରା ଯୋଜନାକୁ ନେଇ ସରକାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଏପ୍ରିଲ ୧ରୁ ନୂଆ ସୁଭଦ୍ରା ପଞ୍ଜୀକରଣ ଆରମ୍ଭ ହେବ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା…

ହର୍ମୁଜ ଷ୍ଟ୍ରେଟରେ ଇରାନର ମାୟାବି ଜାଲ, ଏନର୍ଜି କରିଡର ଏବେ ‘ମୃତ୍ୟୁର କୂଅ’! ସୁପରପାଓ୍ବାରକୁ ଦେଖାଇଦେଲା ଅସଲ ସ୍ଥିତି

ତେହରାନ୍‌,୨୮।୩: ପଶ୍ଚିମ ଏସିଆରେ ଉତ୍ତେଜନା ବୃଦ୍ଧି ପାଇବା ପରେ, ପରିସ୍ଥିତି ଧୀରେ ଧୀରେ ନିୟନ୍ତ୍ରଣ ବାହାରକୁ ଚାଲିଯାଉଛି। ହର୍ମୁଜ ପ୍ରଣାଳୀ ଦେଇ ଜାହାଜ ଚଳାଚଳ ବନ୍ଦ ହେବା…

ସରକାରଙ୍କ ବଡ଼ ଘୋଷଣା, ପହିଲାରୁ ସ୍କୁଲରେ ଖରାଛୁଟି, ଜାଣନ୍ତୁ କେଉଁଠି…

ନୂଆଦିଲ୍ଲୀ,୨୮।୩: ଏପ୍ରିଲ ଆରମ୍ଭ ନ ହେଉଣୁ ତାତି ତାର କରାଳ ରୂପ ଦେଖାଇଲାଣି । ସ୍ଥିତି ଏମିତି ହେଲାଣି ଯେ, ଘରୁ ବାହାରିବା ମଧ୍ୟ ମୁସ୍କିଲ ହୋଇପଡ଼ିଲାଣି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri