୨୪ରୁ ପ୍ରଧାନମନ୍ତୀ ଆବାସ ସର୍ଭେ: ବାପାଠୁ ଭିନ୍ନ ହୋଇଥିବା ପୁଅ, ସ୍ବାମୀଠୁ ଅଲଗା ଥିବା ସ୍ତ୍ରୀ ସମସ୍ତଙ୍କୁ…

ଭୁବନେଶ୍ୱର,୨୦।୧: ରାଜ୍ୟରେ ୨୪ ତାରିଖରୁ ପ୍ରଧାନମନ୍ତୀ ଆବାସ ଆବାସ ସର୍ଭେ କାର୍ଯ୍ୟ ଆରମ୍ଭ ହେବ। ସର୍ଭେ ନେଇ ପଞ୍ଚାୟତିରାଜ ମନ୍ତ୍ରୀ ରବିନାରାୟଣ ନାୟକ ସୂଚନା ଦେଇଛନ୍ତି। ଅଫ୍‌ଲାଇନ୍‌ ଓ ଅନ୍‌ଲାଇନ୍‌ ହିତାଧିକାରୀ ଆବେଦନ କରିପାରିବେ। ୨୪ ତାରିଖରେ ପୋର୍ଟାଲର ବିଧିବଦ୍ଧ ରାଜ୍ୟ ସରକାର ଲଞ୍ଚ କରିବେ। ଦେଢ଼ମାସରୁ ୨ ମାସ ଆବାସ ସର୍ଭେ କାର୍ଯ୍ୟ ଚାଲିବ ବୋଲି ମନ୍ତ୍ରୀ କହିଛନ୍ତି। ଆବାସ ସଂଖ୍ୟା ୨ରୁ ୩ କୋଟିକୁ ବଢ଼ିଛି। ଓଡ଼ିଶାକୁ ଅଧିକ ମିଳିବା ଆଶା ରଖାଯାଇଛି। ବାପାଠୁ ଭିନ୍ନ ହୋଇଥିବା ପୁଅ, ସ୍ବାମୀଠୁ ଅଲଗା ଥିବା ସ୍ତ୍ରୀ ଆବେଦନ କରିପାରିବେ। ପୂର୍ବରୁ ଆବେଦନ କରି ଅପେକ୍ଷାରେ ଥିବା ଲୋକ ବି ନୂଆ ଆବେଦନ କରିପାରିବେ।

ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ପକ୍ଷରୁ ଶୁକ୍ରବାର ସମସ୍ତ ଜିଲାପାଳମାନଙ୍କୁ ପ୍ରଧାନମନ୍ତ୍ରୀ ଆବାସ-ଗ୍ରାମୀଣ ଯୋଜନାର ସର୍ଭେ ପ୍ରକ୍ରିୟା ଆରମ୍ଭ ପାଇଁ ପରାମର୍ଶ ଦିଆଯାଇଛି । ମୋବାଇଲ ଆପ୍ଲିକେସନ ‘ଆୱାସ ପ୍ଲସ’ ମାଧ୍ୟମରେ ସାନି ସର୍ଭେ କରି ବାଦ ପଡ଼ିଥିବା ଯୋଗ୍ୟ ହିତାଧିକାରୀଙ୍କୁ ଚିହ୍ନଟ କରିବାକୁ କୁହାଯାଇଛି । ଏହି ପ୍ରକ୍ରିୟା ମାର୍ଚ୍ଚ ୩୧ତାରିଖ ପର୍ଯ୍ୟନ୍ତ ରାଜ୍ୟବ୍ୟାପୀ ଜାରି ରହିବ । ସଂଶୋଧିତ ସର୍ତ୍ତାବଳୀ ଆଧାରରେ ସାନି ସର୍ଭେରେ ଯେଭଳି କୌଣସି ଯୋଗ୍ୟ ହିତାଧିକାରୀ ବାଦ ନପଡ଼ିବେ ତାହା ସୁନିଶ୍ଚିତ କରିବାକୁ କୁହାଯାଇଛି । ରାଜ୍ୟ ସରକାରଙ୍କ ଦ୍ୱାରା ପୂର୍ବରୁ ଜାରି ଏସ୍‌ଓପିକୁ ପାଳନ କରିବାକୁ ମଧ୍ୟ ତାଗିଦ କରାଯାଇଛି । ବିଭାଗ ପକ୍ଷରୁ ନଭେମ୍ବର ୨୭ ଓ ଡିସେମ୍ବର ୨୭ତାରିଖରେ ପ୍ରଧାନମନ୍ତ୍ରୀ-ଆବାସ ଯୋଜନାକୁ ନେଇ ଏସ୍‌ଓପି ଓ ସର୍ତ୍ତାବଳୀ ଜାରି କରାଯାଇଥିଲା ।

ଏହି ସର୍ଭେ ସମ୍ପର୍କରେ ବ୍ୟାପକ ସଚେତନତା କାର୍ଯ୍ୟକ୍ରମ କରିବାକୁ ମଧ୍ୟ ବିଭାଗ ପରାମର୍ଶ ଦେଇଛି । ବ୍ଲକ ଓ ଜିଲାସ୍ତରରେ ଉପଲବ୍ଧ ଥିବା ପ୍ରଧାନମନ୍ତ୍ରୀ ଆବାସ-ଗ୍ରାମୀଣ ଯୋଜନାର ପ୍ରଶାସନିକ ପାଣ୍ଠିରୁ ଖର୍ଚ୍ଚ ତୁଲାଇବାକୁ କୁହାଯାଇଛି । ସବୁ ପଞ୍ଚାୟତରେ ମାଇକ ଯୋଗେ ଘୋଷଣା କରାଯିବ। ରେକର୍ଡିଂ ହୋଇଥିବା ତଥ୍ୟ ରାଜ୍ୟ ସରକାର ଯୋଗାଇ ଦେବେ ଯାହାକୁ ମାଇକ ଯୋଗେ ପ୍ରଚାର କରାଯିବ । ସେହିପରି ବ୍ଲକ ଓ ପଞ୍ଚାୟତ ମୁଖ୍ୟାଳୟରେ ବଡ଼ ବଡ଼ ବ୍ୟାନର ଓ ହୋର୍ଡିଂ ଲଗାଯିବ। ଯେଉଁଠି ଯୋଗାଯୋଗର ସୁବିଧା ନାହିଁ ସେଠାରେ ସ୍ଥାନୀୟ ସାଂସ୍କୃତିକ ଦଳ ଦ୍ୱାରା ଷ୍ଟ୍ରିଟ୍‌ ପ୍ଲେ କରାଯିବ । ଏହି ସର୍ଭେ ସମ୍ପର୍କରେ ମଧ୍ୟ ସୋସିଆଲ ମିଡିଆରେ ବ୍ୟାପକ ପ୍ରଚାର କରିବାକୁ ମଧ୍ୟ କୁହାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଇତିହାସରେ ପ୍ରଥମ: ଏଥର ହେବ ଡିଜିଟାଲ ଜନଗଣନା, ଗାଁରେ ଘରକୁ ଘର ବୁଲି…

ଭୁବନେଶ୍ୱର,୨୩ା୩: ରାଜ୍ୟରେ ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି ଜନଗଣନା ପ୍ରସ୍ତୁତି। ଏନେଇ ଓଡ଼ିଶା ଜନଗଣନା ନିର୍ଦ୍ଦେଶକ ନିଖିଲ ପଓ୍ବନ କଲ୍ୟାଣ ସୂଚନା ଦେଇଛନ୍ତି। ଏପ୍ରିଲ ୧ରୁ ୧୫ ତାରିଖ…

ମୃତଦେହ ସହିତ ୧୩ ଘଣ୍ଟା ଉଡିଲା ବିମାନ, ହେଲେ ଜରୁରୀକାଳୀନ ଅବତରଣ କଲେନି ପାଇଲଟ, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୨୩।୩: ହଂକଂରୁ ଲଣ୍ଡନ ଯାଉଥିବା ବ୍ରିଟିଶ ଏୟାରୱେଜ ବିମାନ BA32ରେ ଏକ ଏଭଳି ଘଟଣା ଘଟିଛି, ଯାହା ବିମାନ ଚଳାଚଳ ନିୟମ ଏବଂ ମାନବ ସମ୍ବେଦନଶୀଳତା ମଧ୍ୟରେ…

ସମସ୍ୟା କହିଲେ ଲୋକେ: ୧୬୬ ଅଭିଯୋଗ ଶୁଣିଲେ…

ବାଙ୍କୀ,୨୩।୩( ଶୁଭେନ୍ଦୁ ମହାପାତ୍ର ): କଟକ ଜିଲା ଡମପଡା ବ୍ଲକ ଅଧୀନ ଜାତମୁଣ୍ଡିଆ ପଞ୍ଚାୟତ ଭବନଠାରେ ଏକ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର କଟକ ଜିଲାପାଳ…

ଗାଁରେ ପଡିଛି ମହିଳାଙ୍କ ଦରପୋଡା ମୃତଦେହ, ହତ୍ୟା ପରେ ଜାଳିଦେଲେ….

ଦେବଗଡ,୨୩।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲା କୁଣ୍ଢେଇଗୋଳା ଥାନା ମହ୍ଲାରବାହାଲ ଗ୍ରାମରେ ଭୟାନକ ହତ୍ୟାକାଣ୍ଡ । ମହିଳାଙ୍କୁ ହତ୍ୟା ପରେ ନିଆଁ ଲଗାଇ ପୋଡି ଦେଇଥିବା ନେଇ…

ପାଣି ପାଇଁ ତାତିଲେ ଗ୍ରାମବାସୀ: ହାଣ୍ଡି, ମାଠିଆ, ବାଲଟି ରଖି ରାସ୍ତାରେ ଶୋଇ ପ୍ରତିବାଦ

ବାରଙ୍ଗ,୨୩।୩(ଲିଙ୍ଗରାଜ ରାଉତ): ପିଇବା ପାଣି ଠିକ୍‌ ଭାବେ ନ ମିଳିବା ପ୍ରତିବାଦରେ ସୋମବାର ପାଟପୁର ଗ୍ରାମବାସୀ ତ୍ରିଶୁଳିଆ-ବାଙ୍କି ରାସ୍ତାକୁ ପାଟପୁର ଗାଁ ମୁଣ୍ଡରେ ଅବରୋଧ କରିଥିଲେ ।…

ଡାକ୍ତରଙ୍କ ଅମାନବୀୟ କାର୍ଯ୍ୟ; ଚିକିତ୍ସା ବାହାନାରେ ନିଶା ଇଞ୍ଜେକ୍ସନ ଦେଲେ, ଅଶ୍ଳୀଳ ଭିଡିଓ କରି…

ଭୋପାଳ,୨୩।୩: ମଧ୍ୟପ୍ରଦେଶର ଇନ୍ଦୋର ଜିଲ୍ଲାର ମହୁରେ, ଜଣେ ଡାକ୍ତର ଏକ ଘୃଣ୍ୟ କାର୍ଯ୍ୟ ସାମ୍ନାକୁ ଆସିଛି ।ଅଭିଯୋଗ ହୋଇଛି ଯେ ଡାକ୍ତର ଜଣେ ଯୁବତୀଙ୍କୁ ଚିକିତ୍ସା ସମୟରେ…

ପୁଣିଥରେ ସାରା ବିଶ୍ୱରେ ଘାରିଲାଣି ଲକ୍‌ଡାଉନ ଛାୟା, ପ୍ରସ୍ତୁତି ଆରମ୍ଭ କରିଦେଲେଣି ଅନେକ ଦେଶ

ନୂଆଦିଲ୍ଲୀ,୨୩।୩: ମଧ୍ୟପ୍ରାଚ୍ୟରେ, ଇରାନ ସହିତ ଚାଲିଥିବା ଉତ୍ତେଜନା ହର୍ମୁଜ ପ୍ରଣାଳୀକୁ ପ୍ରାୟତଃ ଅବରୋଧ କରିଛି, ଯେଉଁଠାରୁ ବିଶ୍ୱ ତୈଳ ଯୋଗାଣର ଏକ ବଡ଼ ଅଂଶ ଯାଏ। ଏହା…

ଭବାନୀପୁର ଆସନ ମମତା ବାନାର୍ଜୀଙ୍କ ପାଇଁ କାହିଁକି ଏତେ ସ୍ବତନ୍ତ୍ର, ଜାଣନ୍ତୁ କ’ଣ କହିଲେ ଦିଦି…

କୋଲକାତା,୨୩ା୩: ପଶ୍ଚିମବଙ୍ଗ ରାଜନୀତିରେ ଭବାନୀପୁର ପରି କିଛି ନିର୍ବାଚନମଣ୍ଡଳୀର ଐତିହାସିକ ଗୁରୁତ୍ୱ ରହିଛି। ଏହି ଆସନର ନିର୍ବାଚନୀ ଯାତ୍ରା ରାଜ୍ୟରେ କଂଗ୍ରେସ ପ୍ରାଧାନ୍ୟରୁ ଟିଏମ୍‌ସିର ଉତ୍ଥାନ ପତ୍ତନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri