ଦହିବରା ଖାଇ ୨୪ ଅସୁସ୍ଥ

ଭଣ୍ଡାରିପୋଖରୀ, ୪ା୩ (ରବିନାରାୟଣ ଖିଲାର): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ଅଧୀନ କୁରିଙ୍ଗା ପଞ୍ଚାୟତର ଶଠଗଁାରେ ଦହିବରା ଖାଇ ୨୪ଜଣ ଅସୁସ୍ଥ ହୋଇଛନ୍ତି। ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ ଡାକ୍ତରଖାନାରେ ଭର୍ତ୍ତି ହୋଇଥିବା ବେଳେ ମେଡିକାଲ ଟିମ୍‌ ମଧ୍ୟ ଗଁାକୁ ଆସି ଚିକିତ୍ସା ଯୋଗାଇ ଦେଇଛି।
ସୂଚନା ଅନୁଯାୟୀ, ଶନିବାର ଶଠଗଁାର ଦ୍ୱିଜବର ପରିଡ଼ାଙ୍କ ଘରକୁ ଗର୍ଭବତୀ ବୋହୂଙ୍କ ପାଇଁ ସାଦଖିଆ ଭୋଜିରେ କିଛି ଖାଦ୍ୟ ସାମଗ୍ରୀ ଆସିଥିଲା। ସେହି ଖାଦ୍ୟ ମଧ୍ୟରେ ଦହିବରା ଆସିଥିଲା। ଏହାକୁ ଖାଇବା ପରେ ଗ୍ରାମବାସୀଙ୍କର ଝାଡ଼ାବାନ୍ତି ହୋଇଥିଲା। ପ୍ରଥମେ ସ୍ଥାନୀୟ ବିରୋଳି ଡାକ୍ତରଖାନା ଓ ପରେ ଯାଜପୁର ଜିଲା ମୁଖ୍ୟ ଚିକିତ୍ସାଳୟରେ ସେମାନଙ୍କୁ ଭର୍ତ୍ତି କରାଯାଇଥିଲା। ୨ ଜଣଙ୍କ ସ୍ବାସ୍ଥ୍ୟାବସ୍ଥା ଜଟିଳ ହୋଇପଡ଼ିବାରୁ ସେମାନଙ୍କୁ କଟକ ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି। ସେମାନେ ହେଲେ ରାଜକିଶୋର ଦାସ(୬୨) ଏବଂ ଓମ୍‌ ପ୍ରକାଶ ଦାସ(୧୩)। ଶନିବାର ୫ଜଣ ବିରୋଳି ଡାକ୍ତରଖାନାରୁ ଯାଜପୁରକୁ ସ୍ଥାନାନ୍ତର ହୋଇଥିଲେ। ରବିବାର ଗର୍ଭବତୀ ମହିଳାଙ୍କ ସମେତ ୧୨ଜଣଙ୍କୁ ପଠାଯାଇଥିଲା। କେତେଜଣ ଚିକିତ୍ସିତ ହୋଇ ଘରକୁ ଫେରିଛନ୍ତି। ଖାଦ୍ୟ ବିଷାକ୍ତ ହୋଇଯିବାରୁ ଏଭଳି ଘଟଣା ଘଟିଛି। ତେବେ ସମସ୍ତଙ୍କ ସ୍ବାସ୍ଥ୍ୟାବସ୍ଥାରେ ଉନ୍ନତି ଘଟିଥିବା ଭଣ୍ଡାରିପୋଖରୀ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ଡା. ସରୋଜ କୁମାର ରାଉଳ କହିଛନ୍ତି।
ଭଦ୍ରକ ଜିଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡା. ସନ୍ତୋଷ କୁମାର ପାତ୍ରଙ୍କ ନିର୍ଦ୍ଦେଶକ୍ରମେ ଡା. ପାର୍ଥସାରଥି ମିଶ୍ରଙ୍କ ସହ ଗୋଟିଏ ଟିମ୍‌, ଭଣ୍ଡାରିପୋଖରୀ ଡାକ୍ତରଖାନାର ଡା. ରାଉଳଙ୍କ ନେତୃତ୍ୱରେ ଗୋଟିଏ ଟିମ୍‌ ଓ ବିରୋଳି ସ୍ବାସ୍ଥ୍ୟକେନ୍ଦ୍ରରୁ ଡା. ତପନ ବେହୁରିଆଙ୍କ ନେତୃତ୍ୱରେ ଏକ ମେଡିକାଲ ଟିମ୍‌ ଶଠଗଁାରେ ରହି ଚିକିତ୍ସା ଯୋଗାଇ ଦେଉଛନ୍ତି। କଟକ ସ୍ଥାନାନ୍ତର ହୋଇଥିବା ଦୁଇଜଣଙ୍କ ସ୍ବାସ୍ଥ୍ୟାବସ୍ଥାରେ ମଧ୍ୟ ଉନ୍ନତି ଘଟିଥିବା ଡା. ରାଉଳ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ତ୍ରୀଙ୍କ ମୋବାଇଲରେ ଏମିତି ଚାଟ୍‌ ଦେଖି ସ୍ବାମୀଙ୍କ ପାଦ ତଳୁ ଖସିଗଲା ମାଟି, ସିଧା ପହଞ୍ଚିଲେ ଥାନାରେ…

ନୂଆଦିଲ୍ଲୀ,୧୩।୮: ତେଲଙ୍ଗାନାର ମହବୁବାବାଦ ଜିଲାରୁ ସାମ୍ନାକୁ ଆସିଥିବା ଏକ ଘଟଣା ଚାଞ୍ଚଲ୍ୟ ସୃଷ୍ଟି କରିଛି। ଜଣେ ବ୍ୟକ୍ତି ତାଙ୍କ ପତ୍ନୀ ଓ ତାଙ୍କର କଥିତ ପ୍ରେମିକଙ୍କ ବିରୋଧରେ…

ଚାର୍ଜ ବସାଇ ଶୁଣୁଥିଲେ ଗୀତ: ହଠାତ୍‌ ମାରିଲା ଘଡ଼ଘଡ଼ି, ଆଉ ତା’ପରେ…

ନନ୍ଦପୁର,୧୩।୮(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ ବୁଧବାର ରାତ୍ରଠାରୁ ପ୍ରବଳ ବର୍ଷା ଓ ବଜ୍ରପାତର ପ୍ରକୋପ ଦେଖିବାକୁ ମିଳିଛି। ବଜ୍ରପାତରେ ଜଣେ ନାବାଳକଙ୍କ ମୃତ୍ୟୁ…

ପ୍ରବଳ ବର୍ଷା: ଏହି ଜିଲାରେ ସମସ୍ତ ସ୍କୁଲ ବନ୍ଦ

ବାରିପଦା,୧୩।୮(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ଗତ ରାତିରୁ ଆରମ୍ଭ ହୋଇ ଏପର୍ଯ୍ୟନ୍ତ ଜାରି ରହିଥିବା ଭାରି ବର୍ଷାକୁ ନେଇ ମୟୂରଭଞ୍ଜ ଜିଲ୍ଲାପାଳ ହେମକାନ୍ତ ସୟଙ୍କ ନିର୍ଦ୍ଦେଶକ୍ରମେ ଆଜି ଜିଲାର ସମସ୍ତ…

ଗ୍ରହଙ୍କ ଖାସ୍‌ ଖେଳରେ ୫ ରାଶିଙ୍କ ଚମକିବ ଭାଗ୍ୟ, ଖୋଲିଯିବ ଟଙ୍କା ଆସିବାର ରାସ୍ତା; ବଢିବ…

୧୩ ଅଗଷ୍ଟ, ୨୦୨୬ ରେ ଶ୍ରାବଣ ମାସର ଶୁକ୍ଳ ପକ୍ଷର ପ୍ରତିପଦା ତିଥି ଏବଂ ଦିନ ଗୁରୁବାର ଅଟେ। ଏହା ଚାତୁର୍ମାସର ୨୦ ତମ ଦିନ ଅଟେ।…

ଚାଇନାର ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ଦେହାନ୍ତ

ବେଜିଂ, ୧୩।୮: ଚାଇନାକୁ ଆଧୁନିକ ଅର୍ଥନୈତିକ ମହାଶକ୍ତି ଭାବରେ ଗଢ଼ିବାରେ ପ୍ରମୁଖ ଭୂମିକା ନେଇଥିବା ଏବଂ ଦେଶକୁ ବିଶ୍ୱ ବାଣିଜ୍ୟ ସଂଗଠନ(ଡବ୍ଲ୍ୟୁଟିଓ)ରେ ସାମିଲ କରାଇଥିବା ଚାଇନାର ପୂର୍ବତନ…

୨୪ ସପ୍ତାହ ପର୍ଯ୍ୟନ୍ତ ଗର୍ଭପାତ କରିପାରିବେ ବଳାତ୍କାର ପୀଡ଼ିତା: କୋର୍ଟ ଦେଲେ ବଡ଼ ରାୟ

ଇନ୍ଦୋର,୧୨ା୮(ପି.ଟି.):ବଳାତ୍କାର ପୀଡ଼ିତା ଗର୍ଭବତୀ ହୋଇଥିଲେ, ସେ ୨୪ ସପ୍ତାହ ମଧ୍ୟରେ ଗର୍ଭପାତ କରିବାକୁ ଚାହିଁଲେ ଏଥିପାଇଁ ଅଦାଲତଙ୍କ ଅନୁମତି ନେବାକୁ ପଡ଼ିବ ନାହଁି। ମଧ୍ୟପ୍ରଦେଶ ହାଇକୋର୍ଟ ଏକ…

ପୁରୁଷ ବନ୍ଧୁଙ୍କୁ ବାନ୍ଧି ଯୁବତୀଙ୍କୁ ଗଣବଳାତ୍କାର: ଭଙ୍ଗା ଘରେ ଜଣଙ୍କ ପରେ ଜଣେ…

ନିିଶ୍ଚିନ୍ତକୋଇଲି, ୧୩ା୮(ଅଶୋକ ମହାପାତ୍ର):କେନ୍ଦ୍ରାପଡ଼ା ଜିଲା କଳପଡ଼ା ଅଞ୍ଚଳର ଜଣେ ଯୁବତୀ ଭୁବନେଶ୍ୱରର ଏକ ମଲ୍‌ରେ କାର୍ଯ୍ୟ କରନ୍ତି। ସେଠାରେ ଗାଡ଼ିଚାଳକ ରୂପେ ରହି କାର୍ଯ୍ୟ କରୁଥିବା ନୟାଗଡ଼…

ଗୁଳି ନିର୍ଦ୍ଦେଶ କିଏ ଦେଇଥିଲେ ଜବାବ ଚାହୁଁ: ରାହୁଲ

ନୂଆଦିଲ୍ଲୀ,୧୩ା୮: ଏନ୍‌ଇଇଟି ବିକ୍ଷୋଭ ବେଳେ ପୋଲିସର ମାତ୍ରାଧିକ କାର୍ଯ୍ୟାନୁଷ୍ଠାନ ପ୍ରସଙ୍ଗରେ ବିରୋଧୀ ଦଳଗୁଡ଼ିକ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହାଙ୍କ ବିବୃତି ଦାବି କରି ଦୀର୍ଘଦିନ ହେଲା ପାର୍ଲାମେଣ୍ଟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri