ଦହିବରା ଖାଇ ୨୪ ଅସୁସ୍ଥ

ଭଣ୍ଡାରିପୋଖରୀ, ୪ା୩ (ରବିନାରାୟଣ ଖିଲାର): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ଅଧୀନ କୁରିଙ୍ଗା ପଞ୍ଚାୟତର ଶଠଗଁାରେ ଦହିବରା ଖାଇ ୨୪ଜଣ ଅସୁସ୍ଥ ହୋଇଛନ୍ତି। ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ ଡାକ୍ତରଖାନାରେ ଭର୍ତ୍ତି ହୋଇଥିବା ବେଳେ ମେଡିକାଲ ଟିମ୍‌ ମଧ୍ୟ ଗଁାକୁ ଆସି ଚିକିତ୍ସା ଯୋଗାଇ ଦେଇଛି।
ସୂଚନା ଅନୁଯାୟୀ, ଶନିବାର ଶଠଗଁାର ଦ୍ୱିଜବର ପରିଡ଼ାଙ୍କ ଘରକୁ ଗର୍ଭବତୀ ବୋହୂଙ୍କ ପାଇଁ ସାଦଖିଆ ଭୋଜିରେ କିଛି ଖାଦ୍ୟ ସାମଗ୍ରୀ ଆସିଥିଲା। ସେହି ଖାଦ୍ୟ ମଧ୍ୟରେ ଦହିବରା ଆସିଥିଲା। ଏହାକୁ ଖାଇବା ପରେ ଗ୍ରାମବାସୀଙ୍କର ଝାଡ଼ାବାନ୍ତି ହୋଇଥିଲା। ପ୍ରଥମେ ସ୍ଥାନୀୟ ବିରୋଳି ଡାକ୍ତରଖାନା ଓ ପରେ ଯାଜପୁର ଜିଲା ମୁଖ୍ୟ ଚିକିତ୍ସାଳୟରେ ସେମାନଙ୍କୁ ଭର୍ତ୍ତି କରାଯାଇଥିଲା। ୨ ଜଣଙ୍କ ସ୍ବାସ୍ଥ୍ୟାବସ୍ଥା ଜଟିଳ ହୋଇପଡ଼ିବାରୁ ସେମାନଙ୍କୁ କଟକ ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି। ସେମାନେ ହେଲେ ରାଜକିଶୋର ଦାସ(୬୨) ଏବଂ ଓମ୍‌ ପ୍ରକାଶ ଦାସ(୧୩)। ଶନିବାର ୫ଜଣ ବିରୋଳି ଡାକ୍ତରଖାନାରୁ ଯାଜପୁରକୁ ସ୍ଥାନାନ୍ତର ହୋଇଥିଲେ। ରବିବାର ଗର୍ଭବତୀ ମହିଳାଙ୍କ ସମେତ ୧୨ଜଣଙ୍କୁ ପଠାଯାଇଥିଲା। କେତେଜଣ ଚିକିତ୍ସିତ ହୋଇ ଘରକୁ ଫେରିଛନ୍ତି। ଖାଦ୍ୟ ବିଷାକ୍ତ ହୋଇଯିବାରୁ ଏଭଳି ଘଟଣା ଘଟିଛି। ତେବେ ସମସ୍ତଙ୍କ ସ୍ବାସ୍ଥ୍ୟାବସ୍ଥାରେ ଉନ୍ନତି ଘଟିଥିବା ଭଣ୍ଡାରିପୋଖରୀ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ଡା. ସରୋଜ କୁମାର ରାଉଳ କହିଛନ୍ତି।
ଭଦ୍ରକ ଜିଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡା. ସନ୍ତୋଷ କୁମାର ପାତ୍ରଙ୍କ ନିର୍ଦ୍ଦେଶକ୍ରମେ ଡା. ପାର୍ଥସାରଥି ମିଶ୍ରଙ୍କ ସହ ଗୋଟିଏ ଟିମ୍‌, ଭଣ୍ଡାରିପୋଖରୀ ଡାକ୍ତରଖାନାର ଡା. ରାଉଳଙ୍କ ନେତୃତ୍ୱରେ ଗୋଟିଏ ଟିମ୍‌ ଓ ବିରୋଳି ସ୍ବାସ୍ଥ୍ୟକେନ୍ଦ୍ରରୁ ଡା. ତପନ ବେହୁରିଆଙ୍କ ନେତୃତ୍ୱରେ ଏକ ମେଡିକାଲ ଟିମ୍‌ ଶଠଗଁାରେ ରହି ଚିକିତ୍ସା ଯୋଗାଇ ଦେଉଛନ୍ତି। କଟକ ସ୍ଥାନାନ୍ତର ହୋଇଥିବା ଦୁଇଜଣଙ୍କ ସ୍ବାସ୍ଥ୍ୟାବସ୍ଥାରେ ମଧ୍ୟ ଉନ୍ନତି ଘଟିଥିବା ଡା. ରାଉଳ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅତାବିରାରେ ଶକ୍ତି ବଢ଼ାଉଛି ଭାଜପା

ଭେଡେନ,୨୯।୪(ସୁଦନ ମହାକୁର): ବରଗଡ଼ ଜିଲା ଭେଡେନ ରଞ୍ଜିତା ମିନି ଷ୍ଟାଡିୟମରେ ଭେଡେନ ବ୍ଲକ ଭାଜପା କର୍ମୀ ସମ୍ବିଳନୀ ଏବଂ ମିଶ୍ରଣ ପର୍ବ ସୋମବାର ଅନୁଷ୍ଠିତ ହୋଇଯାଇଛି।...

ବାଲିଗୁଡ଼ା ଆସନ ପାଇଁ ବିଜେଡି ପ୍ରାର୍ଥୀ ଚକ୍ରମଣି କହଁର ଦାଖଲ କଲେ ପ୍ରାର୍ଥିପତ୍ର

ବାଲିଗୁଡା,୨୯।୪:(ସଞ୍ଜୟ କୁମାର ପାଣିଗ୍ରାହୀ): ପ୍ରବଳ ଖରା ସତ୍ତ୍ୱେ ହଜାର ହଜାର ସମର୍ଥକଙ୍କ ଗହଣରେ ଏକ ବିରାଟ ଶୋଭାଯାତ୍ରାରେ ଆସି କନ୍ଧମାଳ ଜିଲା ବାଲିଗୁଡା ବିଧାନସଭା ନିର୍ବାଚନ...

ପ୍ରଧାନ ଶିକ୍ଷକ ଦାୟିତ୍ୱରେ ଥିବା କନିଷ୍ଠ ଶିକ୍ଷକଙ୍କ ବରିଷ୍ଠ ଶିକ୍ଷୟିତ୍ରୀଙ୍କୁ ଦୁର୍ବ୍ୟବହାର

ପଟ୍ଟାଙ୍ଗି,୨୯।୪(ଶରତ ଧଳ): ଜଣେ କନିଷ୍ଠ ଶିକ୍ଷକ ପ୍ରଧାନ ଶିକ୍ଷକ ଦାୟିତ୍ୱରେ ରହି ବିଦ୍ୟାଳୟର ବରିଷ୍ଠ ଶିକ୍ଷୟିତ୍ରୀଙ୍କୁ ଦୁର୍ବ୍ୟବହାର କରୁଥିବା ନେଇ ପଟ୍ଟାଙ୍ଗି ଥାନାରେ ଏକ ଅଭିଯୋଗ...

ନାମାଙ୍କନପତ୍ର ଦାଖଲ କଲେ ଏମ୍‌ପି ପ୍ରାର୍ଥୀ

କେନ୍ଦୁଝର,୨୯ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସୋମବାର ନାମାଙ୍କନପତ୍ର ଦାଖଲର ପ୍ରଥମ ଦିନରେ ବିଜେଡି ପ୍ରାର୍ଥୀ ଧନୁର୍ଜୟ ସିଦ୍ଧୁ ପ୍ରଥମ ପ୍ରାର୍ଥୀ ଭାବେ ନାମାଙ୍କନପତ୍ର ଦାଖଲ କରିଛନ୍ତି। ଏନେଇ...

ଅପରାଜିତାଙ୍କ ବିରୋଧରେ ତେଜିଲା ବିଦ୍ରୋହର ସ୍ବର: ସ୍ବାଧୀନ ଭାବେ ଲଢିବାକୁ ଧମକ ଦେଲେ କାଳୁ

ଖୋର୍ଦ୍ଧା,୨୯।୪(ପ୍ରଭାତ ପାଣିଗ୍ରାହୀ):ଭାଜପା ଖୋର୍ଦ୍ଧାରୁ ପ୍ରଶାନ୍ତ ଜଗଦ୍ଦେବଙ୍କୁ ପ୍ରାର୍ଥୀ କରିବା ପରେ ଦଳରେ ବିଦ୍ରୋହର ସ୍ବର ଉଠିଛି। ରବିବାର ଖୋର୍ଦ୍ଧା ମଳିପଡ଼ାରେ କାଳୁଚରଣ ଖଣ୍ଡାୟତରାୟ ସ୍ବାଭିମାନ ସମାବେଶ...

ରୋଚକ ସ୍ଥିତିରେ ହିନ୍ଦୋଳ ଲଢ଼େଇ

ଢେଙ୍କାନାଳ,୨୯ା୪(ରତନ ନାୟାର):ଢେଙ୍କାନାଳ ଜିଲାର ହିନ୍ଦୋଳ ସଂରକ୍ଷିତ ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡି, ଭାଜପା ଓ କଂଗ୍ରେସ ପକ୍ଷରୁ ପ୍ରାର୍ଥୀ ଘୋଷଣା କରାଯିବା ପରେ ରାଜନୈତିକ ବାତାବରଣ ସରଗରମ...

ସହରରେ ବୃଦ୍ଧିପାଉଛି ଜଳ ଅପବ୍ୟବହାର

ରାଉରକେଲା,୨୯ା୪(ବିପ୍ଳବ ରଞ୍ଜନ ଦାଶ): ରାଉରକେଲା ସହରର ଜୀବନରେଖା କୁହାଯାଉଥିବା ବ୍ରାହ୍ମଣୀ, ଶଙ୍ଖ ଓ କୋଏଲ୍‌ ନଦୀର ପରିସୀମା ଦିନକୁଦିନ ସଙ୍କୁଚିତ ହେବାରେ ଲାଗିଛି। ଏହାର ପ୍ରଭାବ...

ଚାଷୀ ଭୋଟ ଉପରେ ସଭିଙ୍କ ନଜର

ବରଗଡ଼,୨୯ା୪(ପ୍ରେମାନନ୍ଦ ଖମାରୀ): ଆସନ୍ତା ମେ ୨୦’ରେ ବରଗଡ଼ ଜିଲାରେ ସାଧାରଣ ନିର୍ବାଚନକୁ ନେଇ ମତଦାନ ହେବ। ଅନ୍ୟପଟେ ସେହି ମାସ ୧୦ ତାରିଖରୁ ବରଗଡ଼ ସମେତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri