ତାଲିମ ପାଇଁ ସିଙ୍ଗାପୁର ଗଲେ ୨୪ ବିଦ୍ୟାର୍ଥୀ

ଭୁବନେଶ୍ୱର, ୧୪ା୧(ବ୍ୟୁରୋ): ଓଡ଼ିଶାରେ ପ୍ରତିଷ୍ଠିତ ବିଶ୍ୱ ଦକ୍ଷତା କେନ୍ଦ୍ର ପକ୍ଷରୁ ୨୪ଜଣ ଉତ୍ତୀର୍ଣ୍ଣ ବିଦ୍ୟାର୍ଥୀଙ୍କୁ ଶିକ୍ଷାନବିସ ତାଲିମ୍‌ ପାଇଁ ସିଙ୍ଗାପୁର ପଠାଯାଇଛି। ଶୁକ୍ରବାର ସେମାନେ ସିଙ୍ଗାପୁର ଯାତ୍ରା କରିଛନ୍ତି। ଯାତ୍ରା ପୂର୍ବରୁ ଶିକ୍ଷାର୍ଥୀଙ୍କୁ ମଧ୍ୟ ବିଶ୍ୱ ଦକ୍ଷତା କେନ୍ଦ୍ରରେ ଗୋଟିଏ ସପ୍ତାହ ବ୍ୟାପୀ ଶିକ୍ଷଣ ପ୍ରଦାନ କରାଯାଇଛି। ୬ମାସ ରହଣି ମଧ୍ୟରେ ଶିକ୍ଷାନବିସମାନେ ସିଙ୍ଗାପୁରର ବୈଷୟିକ ଶିକ୍ଷା ସେବା ପ୍ରତିଷ୍ଠାନ (ଆଇଟିଇଇଏସ୍‌)ରେ ରହି ବିଭିନ୍ନ ଖ୍ୟାତିସମ୍ପନ୍ନ କମ୍ପାନୀଗୁଡ଼ିକରେ ତାଲିମ୍‌ ନେବେ। ସେମାନଙ୍କୁ ମାସିକ ୮୦୦ ସିଙ୍ଗାପୁର ଡଲାର ଷ୍ଟାଇପେଣ୍ଡ୍‌ ଭାବରେ ଦିଆଯିବ। ତାଲିମ୍‌ ଶେଷ ହେବା ପରେ ସେମାନେ ପ୍ରଦର୍ଶନ ଭିତ୍ତିରେ ସିଙ୍ଗାପୁରରେ ଥିବା ବିଭିନ୍ନ ଅନ୍ତର୍ଜାତୀୟ କମ୍ପାନୀରେ ନିୟୋଜିତ ହେବେ।
ଏହି ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ ଓଡ଼ିଶା ଦକ୍ଷତା ବିକାଶ କର୍ତ୍ତୃପକ୍ଷଙ୍କ ଅଧ୍ୟକ୍ଷ ସୁବ୍ରତୋ ବାଗ୍‌ଚୀ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗର ପ୍ରମୁଖ ଶାସନ ସଚିବ ଉଷା ପାଢ଼ୀ, ବିଶ୍ୱ ଦକ୍ଷତା କେନ୍ଦ୍ରର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ଅଳକା ମିଶ୍ର, କେନ୍ଦ୍ରର ଅଧ୍ୟକ୍ଷ ସଂଗରଣ ଗୋପାଳଙ୍କ ସମେତ ଅନ୍ୟାନ୍ୟ ପଦାଧିକାରୀମାନେ ଉପସ୍ଥିତ ଥିଲେ। ବିଶ୍ୱ ଦକ୍ଷତା କେନ୍ଦ୍ରରେ ଉତ୍ତମ ପ୍ରଦର୍ଶନ କରିଥିବା ସ୍ନାତକମାନଙ୍କୁ ସିଙ୍ଗାପୁରରେ କାର୍ଯ୍ୟ କରିବା ଜରିଆରେ ବିଶ୍ୱସ୍ତରୀୟ ପରିଚିତି ଦେବା ଏହି ତାଲିମ୍‌ କାର୍ଯ୍ୟକ୍ରମର ପ୍ରମୁଖ ଆଭିମୁଖ୍ୟ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦିଗ୍‌ଦର୍ଶନ ‘ଓଡ଼ିଶାରେ ଦକ୍ଷ ବିଶ୍ୱସ୍ତରୀୟ ହେବେ’ ଉପକ୍ରମରେ ଏହି କାର୍ଯ୍ୟକ୍ରମ ସଫଳ ହେବାକୁ ଯାଉଛି ବୋଲି ସେମାନେ ମତ ପ୍ରକାଶ କରିଛନ୍ତି।
ସୂଚନାଯୋଗ୍ୟ, ଗତ ନଭେମ୍ବର ୩୦ରୁ ୪ ଡିସେମ୍ବର ପର୍ଯ୍ୟନ୍ତ ଭୁବନେଶ୍ୱରରେ ଆୟୋଜିତ ମେକ୍‌-ଇନ୍‌-ଓଡ଼ିଶା ମହାସମ୍ମିଳନୀରେ ବିଶ୍ୱ ଦକ୍ଷତା କେନ୍ଦ୍ର ଓ ସିଙ୍ଗାପୁରର ବୈଷୟିକ ସେବା ପ୍ରତିଷ୍ଠାନ ମଧ୍ୟରେ ସ୍ବାକ୍ଷରିତ ରାଜିନାମାରେ ତାଲିମ୍‌ ପାଇଁ ସିଙ୍ଗାପୁର ଯାତ୍ରା କାର୍ଯ୍ୟକ୍ରମ ଅନ୍ତର୍ଭୁକ୍ତ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

‘ମା କହିଥିଲେ ଭଲ ପୁଅ ବାଛିବାକୁ; ମୁଁ ରାହୁଲକୁ ବାଛିଲି’ – ରାହୁଲ ଗାନ୍ଧୀଙ୍କ ଜଣେ ‘ଫ୍ୟାନଗର୍ଲ’ଙ୍କ ପୋଷ୍ଟର ଭାଇରାଲ

ପୁଣେ,୨୩।୮: କଂଗ୍ରେସ ସାଂସଦ ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଶନିବାର (୨୨ ଅଗଷ୍ଟ, ୨୦୨୬) ପୁଣେରେ ଅନୁଷ୍ଠିତ ‘ଛାତ୍ରୋଁ କି ଗୁଞ୍ଜ’…

ରେଭନ୍ତ ରେଡ୍ଡୀଙ୍କୁ ଆମେରିକା ଯିବା ପାଇଁ ମିଳିଲା ନାହିଁ ଅନୁମତି, ଜାଣନ୍ତୁ ସରକାରୀ ଅନୁମତି କିପରି ମିଳିଥାଏ

ନୂଆଦିଲ୍ଲୀ,୨୩।୮: ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ତ ରେଡ୍ଡୀ ଏବେ ୟୁକେରୁ ସିଧାସଳଖ ଭାରତ ଫେରିବେ; ସରକାରୀ ଅନୁମୋଦନ ଅଭାବରୁ ତାଙ୍କର ଆମେରିକା ଗସ୍ତ ବାତିଲ କରାଯାଇଛି। ସେ ଇଂଲଣ୍ଡ…

ଖୁଦୁରୁକୁଣୀ ପୂଜା ପାଇଁ ନଦୀକୁ ଯାଇ ବୁଡ଼ିଗଲେ ଜଣେ ଯୁବତୀ, ୩ ଅଳ୍ପକେ ରକ୍ଷା

ଧାମନଗର,୨୩ା୮(ସନ୍ତୋଷ କୁମାର ମହାପାତ୍ର): ଖୁଦୁରୁକୁଣୀ ପୂଜା ପାଇଁ ନିକଟସ୍ଥ ନଦୀକୁ ଯାଇ ଏକ ଦୁଃଖଦ ଘଟଣା ଘଟିଛି। ରବିବାର ସକାଳେ ୪ ଜଣ ଝିଅ ନଦୀକୁ ଯାଇଥିବାବେଳେ…

ପୋଲିସ କର୍ମଚାରୀଙ୍କୁ ଲାଠିରେ ମାଡ଼; ଆଖିରେ ପକାଇଲେ ଲଙ୍କା ଗୁଣ୍ଡ, ହେଲେ କାହିଁକି? ଜାଣନ୍ତୁ…

ନୂଆଦିଲ୍ଲୀ,୨୩।୮: ଭାଲସ୍ବା ଡାଏରୀ ଅଞ୍ଚଳରୁ ଦିଲ୍ଲୀ ପୋଲିସ କର୍ମଚାରୀଙ୍କ ଉପରେ ଆକ୍ରମଣ ହୋଇଥିବା ଏକ ଘଟଣା ସାମ୍ନାକୁ ଆସିଛି। ମୁକୁନ୍ଦପୁରର ଜନତା ବିହାର ଅଞ୍ଚଳରେ ବିନା କାଗଜପତ୍ରରେ…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ୨ ଭାଇ ଗୁରୁତର, ବସ୍‌କୁ ଜବତ କରି…

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ସାମନ୍ତରାପୁର ଗ୍ରାମ ରାଜଘାଇ ମହୁଲଘୋଡଣି ବୁଲାଣି ନିକଟରେ ରବିବାର ସକାଳେ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌…

‘କଂଗ୍ରେସର ହିନ୍ଦୁ ବିରୋଧୀ କାହାଣୀ’: ମନୁ-ସ୍ମୃତିକୁ ନେଇ ରାହୁଲଙ୍କୁ ଟାର୍ଗେଟ କରିଛି ଭାଜପା

ନୂଆଦିଲ୍ଲୀ,୨୩।୮: ପୁଣେରେ ରାହୁଲ ଗାନ୍ଧୀ ଦାବି କରିଥିଲେ ଯେ ମନୁ-ସ୍ମୃତିରେ ମହିଳାମାନଙ୍କୁ ଅବମାନନା କରୁଥିବା ଶ୍ଳୋକ ଅଛି। ସେ କହିଛନ୍ତି ଯେ ପାଠ୍ୟରେ ମହିଳାମାନେ ଜୀବନର ପ୍ରତ୍ୟେକ…

ହାତୀ ନଦୀରେ ଛଡ଼ାଗଲା ଚଳିତ ବର୍ଷର ପ୍ରଥମ ବନ୍ୟାଜଳ

ଭବାନୀପାଟଣା,୨୩।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲାରେ ଗତ ୨ ଦିନ ଧରି ଲଗାଣ ବର୍ଷା ଯୋଗୁଁ ନଦୀ ଗୁଡିକର ଜଳ ସ୍ତର ବଢ଼ିବାରେ ଲାଗିଛି। ଏପରି ସ୍ଥଳେ ଜିଲାରେ…

ସମାଜସେବା ସହ ଆଧ୍ୟାତ୍ମିକ ଜ୍ଞାନ: ରକ୍ତ ଦାନ ମହତ ଦାନ

ଭଞ୍ଜନଗର, ୨୩।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ (ଓମ୍ ଶାନ୍ତି)ର ଶାନ୍ତି ସ୍ରୋତ ଭବନ ପରିସରରେ ରବିବାର ଏକ ରକ୍ତଦାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri